< 尼希米記 1 >

1 哈迦利亞的兒子尼希米的言語如下: 亞達薛西王二十年基斯流月,我在書珊城的宮中。
ହଖଲୀୟର ପୁତ୍ର ନିହିମୀୟାଙ୍କର ବାକ୍ୟ। କୋଡ଼ିଏତମ ବର୍ଷର କିଶ୍ଲେବ୍‍ ମାସରେ ମୁଁ ଶୂଶନ୍‍ ରାଜଧାନୀରେ ଥିଲି।
2 那時,有我一個弟兄哈拿尼,同着幾個人從猶大來。我問他們那些被擄歸回、剩下逃脫的猶大人和耶路撒冷的光景。
ତହିଁରେ ହନାନି ନାମରେ ମୋହର ଭ୍ରାତୃଗଣ ମଧ୍ୟରୁ ଏକ ଜଣ ଓ ଯିହୁଦାରୁ କେତେକ ଲୋକ ଆସିଲେ; ତହୁଁ ମୁଁ ସେମାନଙ୍କୁ ବନ୍ଦୀତ୍ୱରୁ ରକ୍ଷାପ୍ରାପ୍ତ ଅବଶିଷ୍ଟ ଯିହୁଦୀୟମାନଙ୍କ ବିଷୟରେ ଓ ଯିରୂଶାଲମ ବିଷୟରେ ପଚାରିଲି।
3 他們對我說:「那些被擄歸回剩下的人在猶大省遭大難,受凌辱;並且耶路撒冷的城牆拆毀,城門被火焚燒。」
ସେତେବେଳେ ସେମାନେ ମୋତେ କହିଲେ, “ବନ୍ଦୀତ୍ୱରୁ ରକ୍ଷାପ୍ରାପ୍ତ ସେହି ପ୍ରଦେଶର ଅବଶିଷ୍ଟ ଲୋକେ ମହାଦୁଃଖ ଓ ଅପମାନରେ ଅଛନ୍ତି; କାରଣ ଯିରୂଶାଲମର ପ୍ରାଚୀର ଭଗ୍ନ ହୋଇ ରହିଅଛି ଓ ତହିଁର ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି।”
4 我聽見這話,就坐下哭泣,悲哀幾日,在天上的上帝面前禁食祈禱,說:
ତହୁଁ ମୁଁ ଏହି କଥା ଶୁଣିବାମାତ୍ରେ, ବସି ରୋଦନ କଲି ଓ କେତେକ ଦିନ ପର୍ଯ୍ୟନ୍ତ ବିଳାପ କଲି; ପୁଣି, ମୁଁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଛାମୁରେ ଉପବାସ ଓ ପ୍ରାର୍ଥନା କରି କହିଲି,
5 「耶和華-天上的上帝,大而可畏的上帝啊,你向愛你、守你誡命的人守約施慈愛。
“ହେ ସଦାପ୍ରଭୋ, ସ୍ୱର୍ଗସ୍ଥ ପରମେଶ୍ୱର, ମୁଁ ବିନୟ କରୁଅଛି, ତୁମ୍ଭେ ମହାନ ଓ ଭୟଙ୍କର ପରମେଶ୍ୱର ଅଟ, ଯେଉଁମାନେ ତୁମ୍ଭକୁ ପ୍ରେମ କରନ୍ତି ଓ ତୁମ୍ଭର ସବୁ ଆଜ୍ଞା ପାଳନ କରନ୍ତି, ସେମାନଙ୍କ ପକ୍ଷରେ ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ;
6 願你睜眼看,側耳聽,你僕人晝夜在你面前為你眾僕人以色列民的祈禱,承認我們以色列人向你所犯的罪;我與我父家都有罪了。
ମୁଁ ତୁମ୍ଭ ବିରୁଦ୍ଧରେ ଆମ୍ଭମାନଙ୍କ କୃତ ଇସ୍ରାଏଲ-ସନ୍ତାନଗଣର ପାପ ସ୍ୱୀକାର କରି ତୁମ୍ଭ ଦାସ ଇସ୍ରାଏଲର ସନ୍ତାନଗଣ ପକ୍ଷରେ ଦିବାରାତ୍ର ଏହି ସମୟରେ ତୁମ୍ଭ ଛାମୁରେ ଯେଉଁ ପ୍ରାର୍ଥନା କରୁଅଛି, ଆପଣା ଦାସର ସେହି ପ୍ରାର୍ଥନା ଶୁଣିବା ପାଇଁ ଏବେ ତୁମ୍ଭର କର୍ଣ୍ଣ ନିବିଷ୍ଟ ଓ ତୁମ୍ଭର ଚକ୍ଷୁ ମୁକ୍ତ ହେଉ; ମୁଁ ଓ ମୋହର ପିତୃବଂଶ ହିଁ ପାପ କରିଅଛୁ।
7 我們向你所行的甚是邪惡,沒有遵守你藉着僕人摩西所吩咐的誡命、律例、典章。
ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ଅତିଶୟ ଦୁଷ୍କର୍ମ କରିଅଛୁ ଓ ତୁମ୍ଭେ ଆପଣା ଦାସ ମୋଶାଙ୍କୁ ଯେଉଁ ଆଜ୍ଞା ଓ ବିଧି ଓ ଶାସନ ଆଦେଶ କରିଥିଲ, ତାହାସବୁ ଆମ୍ଭେମାନେ ପାଳନ କରି ନାହୁଁ।
8 求你記念所吩咐你僕人摩西的話,說:『你們若犯罪,我就把你們分散在萬民中;
ତୁମ୍ଭେ ଆପଣା ଦାସ ମୋଶାଙ୍କୁ ଆଜ୍ଞା କରି କହିଥିଲ, ‘ତୁମ୍ଭେମାନେ ସତ୍ୟ-ଲଙ୍ଘନ କଲେ, ଆମ୍ଭେ ତୁମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରିବା;
9 但你們若歸向我,謹守遵行我的誡命,你們被趕散的人雖在天涯,我也必從那裏將他們招聚回來,帶到我所選擇立為我名的居所。』
ମାତ୍ର ଯେବେ ତୁମ୍ଭେମାନେ ଆମ୍ଭ ପ୍ରତି ଫେରିବ ଓ ଆମ୍ଭ ଆଜ୍ଞା ପାଳନ କରି ତଦନୁଯାୟୀ କର୍ମ କରିବ, ତେବେ ତୁମ୍ଭମାନଙ୍କର ତ୍ୟକ୍ତ ଲୋକମାନେ ଆକାଶର ପ୍ରାନ୍ତସୀମାରେ ଥିଲେ ହେଁ ଆମ୍ଭେ ସେଠାରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯେଉଁ ସ୍ଥାନ ମନୋନୀତ କରିଅଛୁ, ସେହି ସ୍ଥାନକୁ ସେମାନଙ୍କୁ ଆଣିବା; ବିନୟ କରୁଅଛି, ଆପଣାର ଏହି କଥା ସ୍ମରଣ କର।’
10 這都是你的僕人、你的百姓,就是你用大力和大能的手所救贖的。
ଏମାନେ ତୁମ୍ଭର ଦାସ ଓ ତୁମ୍ଭର ଲୋକ, ତୁମ୍ଭେ ଏମାନଙ୍କୁ ଆପଣାର ମହାପରାକ୍ରମ ଓ ଆପଣାର ବଳବାନ ହସ୍ତ ଦ୍ୱାରା ମୁକ୍ତ କରିଅଛ।
11 主啊,求你側耳聽你僕人的祈禱,和喜愛敬畏你名眾僕人的祈禱,使你僕人現今亨通,在王面前蒙恩。」 我是作王酒政的。
ହେ ପ୍ରଭୋ, ବିନୟ କରୁଅଛି, ଯେଉଁମାନେ ତୁମ୍ଭ ନାମକୁ ଭୟ କରିବାକୁ ଆନନ୍ଦ କରନ୍ତି, ଏପରି ତୁମ୍ଭ ଦାସର ପ୍ରାର୍ଥନା ଓ ତୁମ୍ଭ ଦାସମାନଙ୍କ ପ୍ରାର୍ଥନା ପ୍ରତି ଏବେ ତୁମ୍ଭର କର୍ଣ୍ଣ ନିବିଷ୍ଟ ହେଉ; ଆଉ, ପ୍ରାର୍ଥନା କରୁଅଛି, ଆଜି ଆପଣା ଦାସର କାର୍ଯ୍ୟ ସିଦ୍ଧ କର, ପୁଣି ଏହି ବ୍ୟକ୍ତିର ଦୃଷ୍ଟିରେ ତାହାକୁ ଦୟାପ୍ରାପ୍ତ ହେବାକୁ ଦିଅ।” ଏସମୟରେ ମୁଁ ରାଜାଙ୍କର ପାନପାତ୍ରବାହକ ଥିଲି।

< 尼希米記 1 >