< 詩篇 76 >

1 亞薩的詩歌,交與伶長。用絲弦的樂器。 在猶大,上帝為人所認識; 在以色列,他的名為大。
ପ୍ରଧାନ ବାଦ୍ୟକର ନିମନ୍ତେ ଗୀତ; ତାରଯୁକ୍ତ ବାଦ୍ୟଯନ୍ତ୍ରରେ ଆସଫର ଗୀତ। ପରମେଶ୍ୱର ଯିହୁଦା ମଧ୍ୟରେ ପରିଚିତ ଅଟନ୍ତି; ଇସ୍ରାଏଲ ମଧ୍ୟରେ ତାହାଙ୍କ ନାମ ମହତ।
2 在撒冷有他的帳幕; 在錫安有他的居所。
ମଧ୍ୟ ଶାଲେମ୍‍ରେ ତାହାଙ୍କର ଆବାସ ଓ ସିୟୋନରେ ତାହାଙ୍କର ବାସସ୍ଥାନ।
3 他在那裏折斷弓上的火箭, 並盾牌、刀劍,和爭戰的兵器。 (細拉)
ସେଠାରେ ସେ ଧନୁତୀରସବୁ, ଢାଲ, ଖଡ୍ଗ ଓ ଯୁଦ୍ଧ ଭଙ୍ଗ କଲେ। (ସେଲା)
4 你從有野食之山而來, 有光華和榮美。
ମୃଗୟାର ପର୍ବତଗଣଠାରୁ ତୁମ୍ଭେ ତେଜୋମୟ ଓ ମହିମାନ୍ୱିତ।
5 心中勇敢的人都被搶奪; 他們睡了長覺,沒有一個英雄能措手。
ସାହସିକଚିତ୍ତମାନେ ଲୁଟିତ ହୋଇଅଛନ୍ତି, ସେମାନେ ନିଦ୍ରାରେ ନିଦ୍ରିତ ହୋଇଅଛନ୍ତି; ପୁଣି, ବୀରମାନଙ୍କ ମଧ୍ୟରୁ କେହି ଆପଣା ହସ୍ତ ପାଇ ନାହିଁ।
6 雅各的上帝啊,你的斥責一發, 坐車的、騎馬的都沉睡了。
ହେ ଯାକୁବର ପରମେଶ୍ୱର, ତୁମ୍ଭ ତର୍ଜ୍ଜନରେ ରଥ ଓ ଅଶ୍ୱ ମହାନିଦ୍ରିତ ହୋଇଅଛନ୍ତି।
7 惟獨你是可畏的! 你怒氣一發,誰能在你面前站得住呢?
ତୁମ୍ଭେ, ତୁମ୍ଭେ ହିଁ ଭୟପାତ୍ର ଓ ତୁମ୍ଭେ ଥରେ କ୍ରୋଧ ହେଲେ କିଏ ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବ?
8 你從天上使人聽判斷。 上帝起來施行審判, 要救地上一切謙卑的人; 那時地就懼怕而靜默。 (細拉)
ତୁମ୍ଭେ ସ୍ୱର୍ଗରୁ ବିଚାରାଜ୍ଞା ଶୁଣାଇଲ; ପରମେଶ୍ୱର ପୃଥିବୀର ନମ୍ର ଲୋକମାନଙ୍କୁ ପରିତ୍ରାଣ କରିବା ପାଇଁ
9
ବିଚାର କରିବାକୁ ଉଠିବା ବେଳେ ପୃଥିବୀ ଭୀତ ଓ ନୀରବ ହେଲା। (ସେଲା)
10 人的忿怒要成全你的榮美; 人的餘怒,你要禁止。
ମନୁଷ୍ୟର କ୍ରୋଧ ନିତାନ୍ତ ତୁମ୍ଭର ପ୍ରଶଂସା କରିବ; ତୁମ୍ଭେ କ୍ରୋଧର ଅବଶେଷ ଦ୍ୱାରା ଆପଣା କଟିବନ୍ଧନ କରିବ।
11 你們許願,當向耶和華-你們的上帝還願; 在他四面的人都當拿貢物獻給那可畏的主。
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ମାନତ କରି ପୂର୍ଣ୍ଣ କର; ଯେ ଭୟପାତ୍ର, ତାହାଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତେ ତାହାଙ୍କ ନିକଟକୁ ଦର୍ଶନୀ ଆଣନ୍ତୁ।
12 他要挫折王子的驕氣; 他向地上的君王顯威可畏。
ସେ ଅଧିପତିମାନଙ୍କ ଗର୍ବ ଖର୍ବ କରନ୍ତି; ସେ ଭୂପତିମାନଙ୍କ ପ୍ରତି ଭୟଙ୍କର ଅଟନ୍ତି।

< 詩篇 76 >