< 詩篇 85 >

1 可拉後裔的詩,交與伶長。 耶和華啊,你已經向你的地施恩, 救回被擄的雅各。
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ। ହେ ସଦାପ୍ରଭୋ, ତୁମ୍ଭେ ନିଜ ଦେଶ ପ୍ରତି ପ୍ରସନ୍ନ ହୋଇଅଛ; ତୁମ୍ଭେ ଯାକୁବର ବନ୍ଦୀଦଶା ଫେରାଇଅଛ।
2 你赦免了你百姓的罪孽, 遮蓋了他們一切的過犯。 (細拉)
ତୁମ୍ଭେ ଆପଣା ଲୋକମାନଙ୍କ ଅପରାଧ କ୍ଷମା କରିଅଛ, ତୁମ୍ଭେ ସେମାନଙ୍କ ପାପସବୁ ଆଚ୍ଛାଦନ କରିଅଛ। (ସେଲା)
3 你收轉了所發的忿怒 和你猛烈的怒氣。
ତୁମ୍ଭେ ଆପଣା ସମସ୍ତ କୋପରୁ ନିବୃତ୍ତ ହୋଇଅଛ; ତୁମ୍ଭେ ଆପଣା କ୍ରୋଧର ପ୍ରଚଣ୍ଡତାରୁ ବିମୁଖ ହୋଇଅଛ।
4 拯救我們的上帝啊,求你使我們回轉, 叫你的惱恨向我們止息。
ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆମ୍ଭମାନଙ୍କ ପ୍ରତି ତୁମ୍ଭ ବିରକ୍ତି ନିବୃତ୍ତ କର।
5 你要向我們發怒到永遠嗎? 你要將你的怒氣延留到萬代嗎?
ତୁମ୍ଭେ କି ସଦାକାଳ ଆମ୍ଭମାନଙ୍କ ଉପରେ କ୍ରୁଦ୍ଧ ହେବ? ତୁମ୍ଭେ କି ପୁରୁଷ-ପରମ୍ପରା ପ୍ରତି ଆପଣା କ୍ରୋଧ ରଖିଥିବ?
6 你不再將我們救活, 使你的百姓靠你歡喜嗎?
ତୁମ୍ଭର ଲୋକମାନେ ଯେପରି ତୁମ୍ଭଠାରେ ଆନନ୍ଦ କରିବେ, ଏଥିପାଇଁ ତୁମ୍ଭେ କି ପୁନର୍ବାର ଆମ୍ଭମାନଙ୍କୁ ସଜୀବ କରିବ ନାହିଁ?
7 耶和華啊,求你使我們得見你的慈愛, 又將你的救恩賜給我們。
ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି ଆପଣା ଦୟା ପ୍ରକାଶ କର ଓ ଆମ୍ଭମାନଙ୍କୁ ତୁମ୍ଭ ପରିତ୍ରାଣ ପ୍ରଦାନ କର।
8 我要聽上帝-耶和華所說的話; 因為他必應許將平安賜給他的百姓-他的聖民; 他們卻不可再轉去妄行。
ସଦାପ୍ରଭୁ ପରମେଶ୍ୱର ଯାହା କହିବେ, ତାହା ଆମ୍ଭେ ଶୁଣିବୁ; କାରଣ ସେ ଆପଣା ଲୋକମାନଙ୍କୁ ଓ ଆପଣା ସଦ୍‍ଭକ୍ତମାନଙ୍କୁ ଶାନ୍ତିର କଥା କହିବେ; ମାତ୍ର ସେମାନେ ପୁନର୍ବାର ମୂର୍ଖତା ପ୍ରତି ନ ଫେରନ୍ତୁ।
9 他的救恩誠然與敬畏他的人相近, 叫榮耀住在我們的地上。
ଯେପରି ଆମ୍ଭମାନଙ୍କ ଦେଶରେ ଗୌରବ ବାସ କରିବ, ଏଥିପାଇଁ ନିଶ୍ଚୟ ତାହାଙ୍କ ଭୟକାରୀମାନଙ୍କ ନିକଟରେ ତାହାଙ୍କ ପରିତ୍ରାଣ ଅଛି।
10 慈愛和誠實彼此相遇; 公義和平安彼此相親。
ଦୟା ଓ ସତ୍ୟତା ପରସ୍ପର ମିଳିତ ହୋଇଅଛନ୍ତି; ଧର୍ମ ଓ ଶାନ୍ତି ପରସ୍ପର ଚୁମ୍ବନ କରିଅଛନ୍ତି।
11 誠實從地而生; 公義從天而現。
ପୃଥିବୀରୁ ସତ୍ୟତା ଅଙ୍କୁରିତ ହେଉଅଛି; ପୁଣି, ଧାର୍ମିକତା ସ୍ୱର୍ଗରୁ ଦୃଷ୍ଟିପାତ କରିଅଛି।
12 耶和華必將好處賜給我們; 我們的地也要多出土產。
ସଦାପ୍ରଭୁ ମଙ୍ଗଳ ପ୍ରଦାନ କରିବେ; ତହିଁରେ ଆମ୍ଭମାନଙ୍କ ଦେଶ ଫଳ ଉତ୍ପନ୍ନ କରିବ।
13 公義要行在他面前, 叫他的腳蹤成為可走的路。
ଧର୍ମ ତାହାଙ୍କର ଆଗେ ଆଗେ ଯିବ ଓ ତାହାଙ୍କ ପଦଚିହ୍ନକୁ ଗମନର ପଥ କରିବ।

< 詩篇 85 >