< 雅歌 2 >

1 我是沙崙的玫瑰花, 是谷中的百合花。
ମୁଁ ଶାରୋଣର ଗୋଲାପ ଏବଂ ଉପତ୍ୟକାର କଇଁଫୁଲ ଅଟେ।
2 我的佳偶在女子中, 好像百合花在荊棘內。
ଯେପରି କଣ୍ଟକ ମଧ୍ୟରେ କଇଁଫୁଲ, ସେହିପରି ଯୁବତୀଗଣ ମଧ୍ୟରେ ମୋହର ପ୍ରିୟା।
3 我的良人在男子中, 如同蘋果樹在樹林中。 我歡歡喜喜坐在他的蔭下, 嘗他果子的滋味,覺得甘甜。
ଯେପରି ବନବୃକ୍ଷମାନଙ୍କ ମଧ୍ୟରେ ନାଗରଙ୍ଗ ବୃକ୍ଷ, ସେପରି ଯୁବାମାନଙ୍କ ମଧ୍ୟରେ ମୋହର ପ୍ରିୟତମ। ମୁଁ ପରମ ଆନନ୍ଦରେ ତାଙ୍କ ଛାୟା ତଳେ ବସିଲି ଓ ତାଙ୍କ ଫଳ ମୋʼ ତୁଣ୍ଡକୁ ସ୍ୱାଦ ଲାଗିଲା।
4 他帶我入筵宴所, 以愛為旗在我以上。
ସେ ଆପଣା ଭୋଜନପାନର ଗୃହକୁ ମୋତେ ଆଣିଲେ, ମୋʼ ଉପରେ ପ୍ରେମ ହିଁ ତାଙ୍କର ପତାକା ହେଲା।
5 求你們給我葡萄乾增補我力, 給我蘋果暢快我心, 因我思愛成病。
ତୁମ୍ଭେମାନେ ଦ୍ରାକ୍ଷାଫଳ ଦେଇ ମୋତେ ସୁସ୍ଥିର କର, ନାଗରଙ୍ଗ ଫଳରେ ମୋତେ ଆଶ୍ୱାସ ଦିଅ; କାରଣ ମୁଁ ପ୍ରେମପୀଡ଼ିତା।
6 他的左手在我頭下; 他的右手將我抱住。
ତାଙ୍କ ବାମ ହସ୍ତ ମୋʼ ମସ୍ତକ ତଳେ ଅଛି, ପୁଣି ତାଙ୍କ ଦକ୍ଷିଣ ହସ୍ତ ମୋତେ ଆଲିଙ୍ଗନ କରେ।
7 耶路撒冷的眾女子啊, 我指着羚羊或田野的母鹿囑咐你們: 不要驚動、不要叫醒我所親愛的, 等他自己情願。
ହେ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ କ୍ଷେତ୍ରସ୍ଥିତ ହରିଣୀ ଓ ମୃଗୀଗଣର ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜନା କର ନାହିଁ।
8 聽啊!是我良人的聲音; 看哪!他躥山越嶺而來。
ଏହି ତ ମୋʼ ପ୍ରିୟତମଙ୍କ ରବ! ଦେଖ, ସେ ପର୍ବତଗଣ ଉପରେ କୁଦି କୁଦି, ଉପପର୍ବତଗଣ ଉପରେ ଡେଇଁ ଡେଇଁ ଆସୁଅଛନ୍ତି।
9 我的良人好像羚羊,或像小鹿。 他站在我們牆壁後, 從窗戶往裏觀看, 從窗欞往裏窺探。
ମୋହର ପ୍ରିୟତମ ହରିଣ ଓ ତରୁଣ ମୃଗ ତୁଲ୍ୟ; ଦେଖ, ସେ ଆମ୍ଭମାନଙ୍କ ପ୍ରାଚୀର ପଛେ ଠିଆ ହେଉଅଛନ୍ତି, ସେ ଝରକାରେ ଅନାଉଅଛନ୍ତି, ସେ ଜାଲି ପରଦା ବାଟେ ଆପଣାକୁ ଦେଖାଉ ଅଛନ୍ତି।
10 我良人對我說: 〔新郎〕 我的佳偶,我的美人, 起來,與我同去!
ମୋହର ପ୍ରିୟତମ କଥା କହିଲେ ଓ ସେ ମୋତେ କହିଲେ, “ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ।
11 因為冬天已往, 雨水止住過去了。
କାରଣ, ଦେଖ, ଶୀତକାଳ ଗତ ହେଲା, ବୃଷ୍ଟି ଶେଷ ହୋଇଗଲା;
12 地上百花開放, 百鳥鳴叫的時候已經來到; 斑鳩的聲音在我們境內也聽見了。
ଭୂମିରେ ପୁଷ୍ପ ପ୍ରସ୍ପୁଟିତ ହେଉଅଛି, ପକ୍ଷୀଗଣର ଗାୟନକାଳ ଉପସ୍ଥିତ, ଆମ୍ଭମାନଙ୍କ ଦେଶରେ କପୋତର ରବ ଶୁଣା ଯାଉଅଛି;
13 無花果樹的果子漸漸成熟; 葡萄樹開花放香。 我的佳偶,我的美人, 起來,與我同去!
ଡିମ୍ବିରିବୃକ୍ଷ ସ୍ୱ ଅପକ୍ୱ ଫଳମାନ ପକ୍ୱ କରୁଅଛି ଓ ଦ୍ରାକ୍ଷାଲତା ପୁଷ୍ପିତ ହୋଇ ସୁବାସ ଦେଉଅଛି। ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ।
14 我的鴿子啊,你在磐石穴中, 在陡巖的隱密處。 求你容我得見你的面貌, 得聽你的聲音; 因為你的聲音柔和, 你的面貌秀美。
ହେ ମୋହର କପୋତୀ, ତୁମ୍ଭେ ଶୈଳର ଫାଟରେ ଗଡ଼ନ୍ତି ସ୍ଥାନର ଅନ୍ତରାଳରେ ଅଛ, ମୋତେ ତୁମ୍ଭ ରୂପ ଦେଖିବାକୁ ଦିଅ, ମୋତେ ତୁମ୍ଭ ରବ ଶୁଣିବାକୁ ଦିଅ; କାରଣ ତୁମ୍ଭ ରବ ସୁମିଷ୍ଟ ଓ ତୁମ୍ଭ ରୂପ ମନୋହର।
15 要給我們擒拿狐狸, 就是毀壞葡萄園的小狐狸, 因為我們的葡萄正在開花。
ଆମ୍ଭମାନଙ୍କ ପାଇଁ ଦ୍ରାକ୍ଷାକ୍ଷେତ୍ରନାଶକ ଶୃଗାଳମାନଙ୍କୁ, କ୍ଷୁଦ୍ର ଶୃଗାଳମାନଙ୍କୁ ଧର; କାରଣ ଆମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ପୁଷ୍ପିତ ହୋଇଅଛି।”
16 良人屬我,我也屬他; 他在百合花中牧放群羊。
ମୋʼ ପ୍ରିୟତମ ମୋହର ଓ ମୁଁ ତାଙ୍କର ଅଟେ; ସେ କଇଁଫୁଲବନ ମଧ୍ୟରେ ଆପଣା ପଲ ଚରାଉଅଛନ୍ତି।
17 我的良人哪, 求你等到天起涼風、 日影飛去的時候, 你要轉回,好像羚羊, 或像小鹿在比特山上。
ହେ ମୋହର ପ୍ରିୟତମ, ଦିବସ ଶୀତଳ ହେବା ଓ ଛାୟା ବହିଯିବା ପର୍ଯ୍ୟନ୍ତ ତୁମ୍ଭେ ଫେରିଆସି ବେଥର ପର୍ବତଶ୍ରେଣୀସ୍ଥ ହରିଣ ଓ ମୃଗଶାବକ ତୁଲ୍ୟ ହୁଅ।

< 雅歌 2 >