< 1 Kraljevima 17 >
1 Ilija Tišbijac, iz Tišbe Gileadske, reče Ahabu: “Živoga mi Jahve, Boga Izraelova, komu služim, neće ovih godina biti ni rose ni kiše, osim na moju zapovijed.”
ଏଥିଉତ୍ତାରେ ଗିଲୀୟଦର ପ୍ରବାସୀ ତିଶ୍ବୀୟ ଏଲୀୟ ଆହାବଙ୍କୁ କହିଲେ, “ମୁଁ ଯାହାଙ୍କ ସାକ୍ଷାତରେ ଛିଡ଼ା ହେଉଅଛି, ସେହି ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କେତେକ ବର୍ଷ କାକର କି ବୃଷ୍ଟି ପଡ଼ିବ ନାହିଁ, କେବଳ ମୋʼ ବାକ୍ୟାନୁସାରେ ହେବ।”
2 Upućena mu je riječ Jahvina ovako:
ଏଉତ୍ତାରେ ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
3 “Idi odavde i kreni na istok i sakrij se na potoku Keritu, koji je nasuprot Jordanu.
ଯଥା, “ତୁମ୍ଭେ ଏଠାରୁ ଯାଇ ପୂର୍ବ ଦିଗକୁ ଫେରି ଯର୍ଦ୍ଦନ ସମ୍ମୁଖସ୍ଥ କରୀତ୍ ନଦୀ ନିକଟରେ ଆପଣାକୁ ଲୁଚାଅ।
4 Pit ćeš iz potoka, a gavranima sam zapovjedio da te ondje hrane.”
ସେସ୍ଥାନରେ ତୁମ୍ଭେ ନଦୀରୁ ପାନ କରିବ ଓ ତୁମ୍ଭକୁ ଖାଦ୍ୟ ଯୋଗାଇବା ପାଇଁ ଆମ୍ଭେ କାକମାନଙ୍କୁ ଆଜ୍ଞା ଦେଇଅଛୁ।”
5 Ode on i učini po riječi Jahvinoj i nastani se na potoku Keritu, nasuprot Jordanu.
ତହିଁରେ ସେ ଯାଇ ସଦାପ୍ରଭୁଙ୍କ ବାକ୍ୟାନୁସାରେ କର୍ମ କଲେ; ସେ ଯର୍ଦ୍ଦନ ସମ୍ମୁଖସ୍ଥ କରୀତ୍ ନଦୀ ନିକଟକୁ ଯାଇ ବାସ କଲେ।
6 Gavrani su mu jutrom donosili kruha, a večerom mesa; iz potoka je pio.
ପୁଣି, କାକମାନେ ପ୍ରାତଃକାଳରେ ରୁଟି ଓ ମାଂସ, ପୁଣି, ସନ୍ଧ୍ୟା ବେଳେ ରୁଟି ଓ ମାଂସ ତାଙ୍କ ପାଇଁ ଆଣିଲେ; ଆଉ ସେ ନଦୀରୁ ପାନ କଲେ।
7 Ali poslije nekog vremena presuši potok, jer nije bilo kiše u svoj zemlji.
ପୁଣି, ଦେଶରେ ବୃଷ୍ଟି ନୋହିବାରୁ କିଛି କାଳ ଉତ୍ତାରେ ନଦୀ ଶୁଷ୍କ ହୋଇଗଲା।
8 Tada Iliji dođe riječ Jahvina:
ଏଥିଉତ୍ତାରେ ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
9 “Ustani, idi u Sarfatu Sidonsku i ondje ostani. Evo, ondje sam zapovjedio jednoj udovici da te hrani.”
ଯଥା, “ଉଠ, ସୀଦୋନର ସାରିଫତ୍କୁ ଯାଇ ସେଠାରେ ବାସ କର। ଦେଖ, ଆମ୍ଭେ ସେଠାସ୍ଥିତ ଏକ ବିଧବା ସ୍ତ୍ରୀକୁ ତୁମ୍ଭକୁ ପ୍ରତିପୋଷଣ କରିବା ପାଇଁ ଆଜ୍ଞା ଦେଇଅଛୁ।”
10 Ustade on i krenu u Sarfatu. Kada je stigao do gradskih vrata, neka je udovica onuda skupljala drva; on joj se obrati i reče: “Donesi mi malo vode u vrču da pijem!”
ତହିଁରେ ସେ ଉଠି ସାରିଫତ୍କୁ ଗଲେ ଓ ସେ ନଗର-ଦ୍ୱାର ନିକଟରେ ଉପସ୍ଥିତ ହୁଅନ୍ତେ, ଦେଖ, ଏକ ବିଧବା ସ୍ତ୍ରୀ ସେଠାରେ କାଠ ସାଉଣ୍ଟୁଅଛି; ତହୁଁ ସେ ତାହାକୁ ଡାକି କହିଲେ, “ବିନୟ କରୁଅଛି, ଗୋଟିଏ ପାତ୍ରରେ କିଛି ଜଳ ଆଣ, ମୁଁ ପାନ କରିବି।”
11 Kad je pošla da donese, on viknu za njom i reče joj: “Donesi mi i malo kruha u ruci!”
ଏଣୁ ସେ ସ୍ତ୍ରୀ ତାହା ଆଣିବା ପାଇଁ ଯିବା ବେଳେ ସେ ତାହାକୁ ପୁନର୍ବାର ଡାକି କହିଲେ, “ବିନୟ କରୁଅଛି, ମୋʼ ପାଇଁ ଖଣ୍ଡେ ରୁଟି ହାତରେ ଆଣ।”
12 Ona odgovori: “Živoga mi Jahve, tvoga Boga, ja nemam pečena kruha, nemam do pregršti brašna u ćupu i malo ulja u vrču. I evo kupim drva, pa ću otići i ono pripremiti sebi i svome sinu da pojedemo i da umremo.”
ତହୁଁ ସେ କହିଲା, “ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଜୀବିତ ଥିବା ପ୍ରମାଣେ ମୋʼ ଠାରେ ଗୋଟିଏ ପିଠା ନାହିଁ, କେବଳ କଳସରେ ମୁଠିଏ ମଇଦା ଓ ପାତ୍ରରେ ଅଳ୍ପ ତେଲ ଅଛି; ଆଉ ଦେଖ, ମୁଁ ଦୁଇ ଖଣ୍ଡ କାଠ ସାଉଣ୍ଟୁଅଛି, ଯେପରି ତାହା ନେଇଯାଇ ମୋʼ ପାଇଁ ଓ ମୋʼ ପୁତ୍ର ପାଇଁ ପାକ କରି ଖାଇବୁ, ତହିଁ ଉତ୍ତାରେ ମରିବୁ।”
13 Ali joj Ilija reče: “Ništa se ne boj. Idi i uradi kako si rekla; samo najprije umijesi meni kolačić, pa mi donesi; a onda zgotovi za sebe i za svoga sina.
ଏଥିରେ ଏଲୀୟ ତାହାକୁ କହିଲେ, “ଭୟ କର ନାହିଁ; ଯାହା କହିଲ, ତାହା ଯାଇ କର; ମାତ୍ର ତହିଁରୁ ପ୍ରଥମେ ମୋʼ ପାଇଁ ଗୋଟିଏ ସାନ ପିଠା କରି ମୋʼ ନିକଟକୁ ଆଣ, ତହିଁ ଉତ୍ତାରେ ତୁମ୍ଭ ପାଇଁ ଓ ତୁମ୍ଭ ପୁତ୍ର ପାଇଁ କର।
14 Jer ovako govori Jahve, Bog Izraelov: 'U ćupu neće brašna nestati ni vrč se s uljem neće isprazniti sve dokle Jahve ne pusti da kiša padne na zemlju.'”
କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯେପର୍ଯ୍ୟନ୍ତ ସଦାପ୍ରଭୁ ଭୂମିରେ ବୃଷ୍ଟି ନ ବର୍ଷାନ୍ତି, ସେଦିନ ପର୍ଯ୍ୟନ୍ତ ମଇଦା-କଳସ ଶୂନ୍ୟ ହେବ ନାହିଁ, କିଅବା ପାତ୍ରରେ ତୈଳର ଅଭାବ ହେବ ନାହିଁ।”
15 Ode ona i učini kako je rekao Ilija; i za mnoge dane imadoše jela, ona, on i njen sin.
ତହିଁରେ ସେ ଯାଇ ଏଲୀୟଙ୍କ ବାକ୍ୟାନୁସାରେ କଲା; ପୁଣି, ସେ ଓ ଏଲୀୟ ଓ ସେହି ସ୍ତ୍ରୀର ପରିଜନ ଅନେକ ଦିନ ଯାଏ ଭୋଜନ କଲେ।
16 Brašno se iz ćupa nije potrošilo i u vrču nije nestalo ulja, po riječi koju je Jahve rekao preko svoga sluge Ilije.
ଏଲୀୟଙ୍କ ଦ୍ୱାରା ସଦାପ୍ରଭୁଙ୍କ କଥିତ ବାକ୍ୟାନୁସାରେ ମଇଦା-କଳସ ଶୂନ୍ୟ ହେଲା ନାହିଁ, କିଅବା ପାତ୍ରରେ ତୈଳର ଅଭାବ ହେଲା ନାହିଁ।
17 Poslije ovih događaja razbolio se sin domaćičin i bolest se njegova jako pogoršala, tako te u njemu nije ostalo daha.
ଏହିସବୁ ଘଟଣା ଉତ୍ତାରେ ଗୃହର କର୍ତ୍ତ୍ରୀ ସେହି ସ୍ତ୍ରୀର ପୁତ୍ର ପୀଡ଼ିତ ହେଲା; ପୁଣି, ତାହାର ପୀଡ଼ା ଏପରି ପ୍ରବଳ ହେଲା ଯେ, ତାହାଠାରେ ଶ୍ୱାସବାୟୁ ରହିଲା ନାହିଁ।
18 Tada ona reče Iliji: “Što ja imam s tobom, čovječe Božji? Zar si došao k meni da me podsjetiš na moj grijeh i da mi usmrtiš sina!”
ତହିଁରେ ସେ ସ୍ତ୍ରୀ ଏଲୀୟଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ତୁମ୍ଭ ସଙ୍ଗେ ମୋହର କଅଣ ଅଛି? ତୁମ୍ଭେ ମୋହର ପାପ ସ୍ମରଣ କରାଇବାକୁ ଓ ମୋʼ ପୁତ୍ରକୁ ବଧ କରିବାକୁ ଆସିଅଛ!”
19 On joj reče: “Daj mi svoga sina!” Tada ga uze iz njezina naručja, odnese ga u gornju sobu gdje je stanovao i položi ga na svoju postelju.
ତହୁଁ ଏଲୀୟ ତାହାକୁ କହିଲେ, “ମୋତେ ତୁମ୍ଭ ପୁତ୍ରକୁ ଦିଅ।” ତହିଁରେ ସେ ତାହା କୋଳରୁ ବାଳକକୁ ନେଇ ଆପଣା ରହିବା ଉପର କୋଠରିକୁ ଘେନିଯାଇ ଆପଣା ଶଯ୍ୟାରେ ତାହାକୁ ଶୁଆଇଲେ।
20 Tada zavapi Jahvi i reče: “Jahve, Bože moj, zar zaista želiš udovicu koja me ugostila uvaliti u tugu umorivši joj sina?”
ପୁଣି, ସେ ସଦାପ୍ରଭୁଙ୍କୁ ଡାକି କହିଲେ, “ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ମୁଁ ଯେଉଁ ବିଧବାର ଗୃହରେ ପ୍ରବାସ କରୁଅଛି, ତୁମ୍ଭେ ତାହାର ପୁତ୍ରକୁ ବଧ କରି ତାହା ପ୍ରତି ହିଁ କʼଣ ଅମଙ୍ଗଳ ଘଟାଇଲ?”
21 Zatim se tri puta pružio nad dječakom zazivajući Jahvu: “Jahve, Bože, učini da se u ovo dijete vrati duša njegova!”
ତହୁଁ ବାଳକ ଉପରେ ସେ ତିନି ଥର ଆପଣାକୁ ଲମ୍ବାଇଲେ, ଆଉ ସେ ସଦାପ୍ରଭୁଙ୍କୁ ଡାକି କହିଲେ, “ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ମୁଁ ବିନୟ କରୁଅଛି, ଏହି ବାଳକର ପ୍ରାଣ ତାହା ମଧ୍ୟକୁ ଫେରିଆସୁ।”
22 Jahve je uslišio molbu Ilijinu, u dijete se vratila duša i ono oživje.
ଏଥିରେ ସଦାପ୍ରଭୁ ଏଲୀୟଙ୍କର ରବରେ କର୍ଣ୍ଣପାତ କଲେ; ପୁଣି, ବାଳକର ପ୍ରାଣ ପୁନର୍ବାର ତାହା ମଧ୍ୟକୁ ଆସନ୍ତେ, ସେ ପୁନର୍ଜୀବିତ ହେଲା।
23 Ilija ga uze, siđe iz gornje sobe u kuću i dade ga njegovoj materi; i reče Ilija: “Evo, tvoj sin živi!”
ତହୁଁ ଏଲୀୟ ବାଳକକୁ ନେଇ କୋଠରିରୁ ଓହ୍ଲାଇ ଗୃହକୁ ଆଣି ତାହାର ମାତାର ହସ୍ତରେ ତାହାକୁ ସମର୍ପଣ କଲେ; ପୁଣି, ଏଲୀୟ କହିଲେ, “ଏହି ଦେଖ, ତୁମ୍ଭର ପୁତ୍ର ଜୀବିତ ହେଲା।”
24 Žena mu reče: “Sada znam da si ti čovjek Božji i da je riječ Jahvina u tvojim ustima istinita!”
ଏଥିରେ ସେ ସ୍ତ୍ରୀ ଏଲୀୟଙ୍କୁ କହିଲା, “ତୁମ୍ଭେ ଯେ ପରମେଶ୍ୱରଙ୍କ ଲୋକ ଓ ତୁମ୍ଭ ମୁଖରେ ସଦାପ୍ରଭୁଙ୍କ ବାକ୍ୟ ଯେ ସତ୍ୟ, ଏହା ଏବେ ମୁଁ ଜାଣିଲି।”