< 1 Kraljevima 4 >
1 Kralj Salomon bio je kralj nad svim Izraelom,
ଏହିରୂପେ ଶଲୋମନ ରାଜା ସମଗ୍ର ଇସ୍ରାଏଲ ଉପରେ ରାଜା ହେଲେ।
2 a evo njegovih odličnika: Azarja, sin Sadokov, svećenik;
ଏମାନେ ତାଙ୍କର ଅଧିପତି ଥିଲେ, ଯଥା, ସାଦୋକର ପୁତ୍ର ଅସରୀୟ ଯାଜକ ଥିଲେ।
3 Elihoref i Ahija, sinovi Šišini, bilježnici; Jošafat, sin Ahiludov, savjetnik;
ଶୀଶାର ପୁତ୍ର ଇଲୀହୋରଫ ଓ ଅହୀୟ ସମ୍ପାଦକ; ଅହୀଲୂଦର ପୁତ୍ର ଯିହୋଶାଫଟ୍ ଇତିହାସ ଲେଖକ
4 Benaja, sin Jojadin, vojskovođa; Sadok i Ebjatar, svećenici.
ଓ ଯିହୋୟାଦାର ପୁତ୍ର ବନାୟ ସେନାପତି ଥିଲା; ପୁଣି, ସାଦୋକ ଓ ଅବୀୟାଥର ଯାଜକ ଥିଲେ;
5 Azarja, sin Natanov, bio je nad namjesnicima; Zabud, sin Natanov, prijatelj kraljev;
ନାଥନର ପୁତ୍ର ଅସରୀୟ ଦେଶାଧ୍ୟକ୍ଷମାନଙ୍କର ପ୍ରଧାନ ଥିଲା ଓ ନାଥନର ପୁତ୍ର ସାବୁଦ୍ ଯାଜକ ଓ ରାଜାଙ୍କ ମିତ୍ର ଥିଲା।
6 Ahišar, upravitelj dvora; Eliab, sin Joabov, zapovjednik vojske; Adoram, sin Abdin, nadstojnik za tlaku.
ପୁଣି, ଅହୀଶାର୍ ଗୃହାଧ୍ୟକ୍ଷ ଥିଲା ଓ ଅବ୍ଦର ପୁତ୍ର ଅଦୋନୀରାମ୍ ବେଠିକର୍ମର ଅଧ୍ୟକ୍ଷ ଥିଲା।
7 Salomon je imao po svem Izraelu dvanaest namjesnika koji su opskrbljivali kralja i njegov dom; za svakoga je dolazio red da po jedan mjesec u godini podmiruje to uzdržavanje.
ଆଉ ସମଗ୍ର ଇସ୍ରାଏଲ ଉପରେ ଶଲୋମନଙ୍କର ବାର ଜଣ ଦେଶାଧ୍ୟକ୍ଷ ଥିଲେ, ସେମାନେ ରାଜା ଓ ତାଙ୍କର ଗୃହ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ପ୍ରତି ଜଣ ବର୍ଷ ମଧ୍ୟରେ ଏକ ଏକ ମାସ ପାଇଁ ଦ୍ରବ୍ୟ ଯୋଗାଇଲେ।
8 Evo njihovih imena: ...sin Hurov, u gori Efrajimovoj;
ଆଉ ସେମାନଙ୍କର ନାମ ଏହି; ଇଫ୍ରୟିମର ପର୍ବତମୟ ଦେଶରେ ବିନ୍-ହୂର।
9 ...sin Dekerov, u Makasu, Šaalbimu, Bet Šemešu, Elonu do Bet Hanana;
ମାକସ୍, ଶାଲବୀମ୍, ବେଥ୍-ଶେମଶ ଓ ଏଲୋନ-ବେଥ୍-ହାନନ୍ରେ ବିନ୍-ଦେକର;
10 ...sin Hesedov, u Arubotu; pod njim bijaše Soho i sav kraj heferski;
ଅରୁବୋତରେ ବିନ୍-ହେଷଦ୍; ସୋଖୋ ଓ ସମୁଦାୟ ହେଫର ପ୍ରଦେଶ ତାହାର ଅଧୀନ ଥିଲା;
11 ...sin Abinadabov, nad svim okružjem dorskim; žena mu je bila Tafata, kći Salomonova;
ସମୁଦାୟ ଦୋର ଉପପର୍ବତରେ ବିନ୍-ଅବୀନାଦବ୍; ତାହାର ଭାର୍ଯ୍ୟା ଶଲୋମନଙ୍କର କନ୍ୟା ଟାଫତ୍ ଥିଲା।
12 Baana, sin Ahiludov, u Tanaku i Megidu i u svem Bet Šeanu, koji je pokraj Saretana niže Jizreela, od Bet Šeana do Abel Mekole, i preko Jokmeama.
ତାନକ୍, ମଗିଦ୍ଦୋ, ବେଥ୍-ଶାନ୍ ଠାରୁ ଆବେଲ୍-ମହୋଲା ଓ ଯକମୀୟାମ୍ ପାରି ପର୍ଯ୍ୟନ୍ତ ସର୍ତ୍ତନ ନିକଟବର୍ତ୍ତୀ ଯିଷ୍ରିୟେଲ ତଳେ ଥିବା ସମଗ୍ର ବେଥ୍-ଶାନରେ ଅହୀଲୂଦର ପୁତ୍ର ବାନା।
13 ...sin Geberov, u Ramotu Gileadskom; njegova su bila Sela Jaira, sina Manašeova, koja su u Gileadu; imao je i područje Argob koje leži u Bašanu, šezdeset tvrdih gradova, opasanih zidovima i prijevornicama od tuča;
ରାମୋତ୍-ଗିଲୀୟଦରେ ବିନ୍-ଗେବର; ମନଃଶିର ପୁତ୍ର ଯାୟୀରର ଗିଲୀୟଦସ୍ଥିତ ସମସ୍ତ ଗ୍ରାମ ତାହାର ଅଧୀନ ଥିଲା, ଅର୍ଥାତ୍ ବାଶନସ୍ଥ ଅର୍ଗୋବ-ଅଞ୍ଚଳରେ ଥିବା ପ୍ରାଚୀର-ବେଷ୍ଟିତ ଓ ପିତ୍ତଳ ଅର୍ଗଳବିଶିଷ୍ଟ ଷାଠିଏ ବୃହତ ନଗର ତାହାର ଅଧୀନ ଥିଲା;
14 Ahinabad, sin Idov, u Mahanajimu;
ମହନୟିମରେ ଇଦ୍ଦୋର ପୁତ୍ର ଅହୀନାଦବ୍।
15 Ahimaas u Naftaliju; i on se oženio jednom Salomonovom kćeri - Bosmatom.
ନପ୍ତାଲିରେ ଅହୀମାସ୍; ସେ ଶଲୋମନଙ୍କର କନ୍ୟା ବାସମତ୍କୁ ବିବାହ କରିଥିଲା।
16 Baana, sin Hušajev, u Ašeru i na visoravnima;
ଆଶେର ଓ ବାଲୋତ୍ରେ ହୂଶୟର ପୁତ୍ର ବାନା।
17 Jošafat, sin Paruahov, u Jisakaru;
ଇଷାଖରରେ ପାରୁହର ପୁତ୍ର ଯିହୋଶାଫଟ୍;
18 Šimej, sin Elin, u Benjaminu;
ବିନ୍ୟାମୀନ୍ରେ ଏଲାର ପୁତ୍ର ଶିମୀୟି;
19 Geber, sin Urijin, u zemlji Gileadu, zemlji Sihona, kralja amorejskoga, i Oga, kralja bašanskoga. Povrh toga bio je još jedan namjesnik u zemlji.
ଇମୋରୀୟମାନଙ୍କ ରାଜା ସୀହୋନର ଓ ବାଶନର ରାଜା ଓଗ୍ର ଗିଲୀୟଦ ଦେଶରେ ଊରିର ପୁତ୍ର ଗେବର; ସେ ଦେଶରେ ସେ ଏକମାତ୍ର ଦେଶାଧ୍ୟକ୍ଷ ଥିଲା।
20 Juda i Izrael bili su mnogobrojni, bijaše ih kao pijeska na obali morskoj. Jeli su i pili i bili sretni.
ଯିହୁଦା ଓ ଇସ୍ରାଏଲ ଭୋଜନପାନ ଓ ଆମୋଦ ପ୍ରମୋଦ କରି ବାହୁଲ୍ୟ ହେତୁରୁ ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ବହୁସଂଖ୍ୟକ ଥିଲେ।
21 Salomon je proširio svoju vlast nad svim kraljevstvima od Rijeke sve do zemlje filistejske i do međe egipatske. Ona su donosila svoj danak i služila Salomonu sve dane njegova života.
ପୁଣି, ଶଲୋମନ (ଫରାତ୍) ନଦୀଠାରୁ ପଲେଷ୍ଟୀୟମାନଙ୍କ ଦେଶ ଓ ମିସର-ସୀମା ପର୍ଯ୍ୟନ୍ତ ସମସ୍ତ ରାଜ୍ୟ ଉପରେ ରାଜତ୍ୱ କଲେ; ଶଲୋମନଙ୍କର ଯାବଜ୍ଜୀବନ ସେମାନେ ଭେଟି ଆଣିଲେ ଓ ତାଙ୍କର ସେବା କଲେ।
22 Svakoga je dana trebalo Salomonu za hranu: trideset kora finoga brašna i šezdeset kora običnog brašna,
ଶଲୋମନଙ୍କର ପ୍ରାତ୍ୟହିକ ଆୟୋଜନୀୟ ଦ୍ରବ୍ୟ ତିରିଶ ମହଣ ସରୁ ମଇଦା ଓ ଷାଠିଏ ମହଣ ସୁଜି,
23 deset ugojenih volova, dvadeset volova s paše, stotinu ovaca, osim jelena, srna, divokoza i ugojene peradi.
ଆଉ ଦଶ ପୁଷ୍ଟ ଗୋରୁ ଓ ଚରାସ୍ଥାନରୁ କୋଡ଼ିଏ ଗୋରୁ ଓ ଏକ ଶହ ମେଷ, ଏହାଛଡ଼ା ଅନେକ ହରିଣ ଓ କୃଷ୍ଣସାର ଓ ବନଗୋରୁ ଓ ପୁଷ୍ଟ ପକ୍ଷୀ ଥିଲା।
24 Jer on je vladao nad svime onkraj Rijeke - od Tafse do Gaze, nad svim kraljevima s onu stranu Eufrata - i imao je mir po svim granicama naokolo.
କାରଣ, ସେ ତିପ୍ସହଠାରୁ ଘସା ପର୍ଯ୍ୟନ୍ତ (ଫରାତ୍) ନଦୀର ଏପାରିସ୍ଥିତ ସମସ୍ତ ଅଞ୍ଚଳର ରାଜାମାନଙ୍କ ଉପରେ କର୍ତ୍ତୃତ୍ୱ କଲେ; ପୁଣି, ତାଙ୍କର ଚତୁର୍ଦ୍ଦିଗସ୍ଥ ସବୁଆଡ଼େ ଶାନ୍ତି ଥିଲା।
25 Juda i sav Izrael živjeli su bez straha, svaki pod svojom lozom i pod svojom smokvom, od Dana sve do Beer Šebe, svega vijeka Salomonova.
ଏଣୁ ଶଲୋମନଙ୍କର ଯାବଜ୍ଜୀବନ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଯିହୁଦା ଓ ଇସ୍ରାଏଲର ପ୍ରତ୍ୟେକ ଲୋକ ଆପଣା ଆପଣା ଦ୍ରାକ୍ଷାଲତା ଓ ଆପଣା ଆପଣା ଡିମ୍ବିରିବୃକ୍ଷ ମୂଳରେ ନିରାପଦରେ ବାସ କଲେ।
26 Salomon je imao četrdeset tisuća konja za vuču i dvanaest tisuća za jahanje.
ଆଉ ଶଲୋମନଙ୍କର ରଥ ନିମନ୍ତେ ଚାଳିଶ ସହସ୍ର ଅଶ୍ୱଶାଳା ଓ ବାର ସହସ୍ର ଅଶ୍ୱାରୋହୀ ଥିଲେ।
27 Ti su se namjesnici brinuli o opskrbi kralja Salomona i sviju koji su imali dijela za kraljevim stolom, svaki po mjesec dana; i nisu dopuštali da ičega ponestane.
ଆଉ ଶଲୋମନ ରାଜାଙ୍କ ନିମନ୍ତେ ଓ ଶଲୋମନ ରାଜାଙ୍କର ମେଜରେ ଭୋଜନକାରୀ ସମସ୍ତଙ୍କ ନିମନ୍ତେ ପୂର୍ବୋକ୍ତ ଦେଶାଧ୍ୟକ୍ଷମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ନିରୂପିତ ମାସରେ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ସେମାନେ କିଛି ଊଣା କଲେ ନାହିଁ।
28 I ječam i slamu za konje i tegleću marvu donosili su na mjesto gdje se zadržavao, svaki kako bi ga zapalo.
ସେମାନଙ୍କର ପ୍ରତ୍ୟେକ ଜଣ ମଧ୍ୟ ଆପଣା ଆପଣା ନିରୂପିତ କର୍ମାନୁସାରେ ଅଶ୍ୱ ଓ ଦ୍ରୁତଗାମୀ ବାହନସକଳ ନିମନ୍ତେ ଅଧ୍ୟକ୍ଷମାନଙ୍କ ଥିବା ସ୍ଥାନକୁ ଯବ ଓ ତୃଣ ଆଣିଲେ।
29 Jahve je dao Salomonu mudrost i izuzetnu razboritost i srce široko kao pijesak na obali morskoj.
ଆହୁରି ପରମେଶ୍ୱର ଶଲୋମନଙ୍କୁ ଅତିଶୟ ଜ୍ଞାନ ଓ ବୁଦ୍ଧି, ପୁଣି, ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ମନର ବିସ୍ତୀର୍ଣ୍ଣତା ପ୍ରଦାନ କଲେ।
30 Mudrost je Salomonova bila veća od mudrosti svih sinova Istoka i od sve mudrosti Egipta.
ପୂର୍ବଦେଶୀୟ ଓ ମିସରୀୟ ସମସ୍ତ ଲୋକଙ୍କର ସମୁଦାୟ ଜ୍ଞାନ ଅପେକ୍ଷା ଶଲୋମନଙ୍କର ଜ୍ଞାନ ଅଧିକ ହେଲା।
31 Bio je mudriji od svih ljudi, od Etana Ezrahanina, od Hemana, Kalkola i Darde, sinova Maholovih; njegovo se ime pronosilo među svim narodima unaokolo.
କାରଣ, ସେ ସମସ୍ତ ଲୋକଙ୍କଠାରୁ, ଇଷ୍ରାହୀୟ ଏଥନ୍ ଓ ମାହୋଲର ପୁତ୍ର ହେମନ ଓ କଲ୍କୋଲ୍ ଓ ଦର୍ଦା, ଏମାନଙ୍କଠାରୁ ଅଧିକ ଜ୍ଞାନବାନ ଥିଲେ ଓ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀ ମଧ୍ୟରେ ତାଙ୍କର ସୁଖ୍ୟାତି ବ୍ୟାପିଲା।
32 Izrekao je tri tisuće mudrih izreka, a njegovih je pjesama bilo tisuću i pet.
ସେ ତିନି ସହସ୍ର ନୀତିକଥା କହିଲେ ଓ ତାଙ୍କର ଗୀତ ଏକ ସହସ୍ର ପାଞ୍ଚ ଥିଲା।
33 Zborio je o drveću: od cedra što je na Libanonu pa do izopa što klija na zidu; raspravljao je o životinjama, o pticama, o gmazovima i o ribama.
ପୁଣି, ସେ ଲିବାନୋନର ଏରସ ବୃକ୍ଷଠାରୁ ପ୍ରାଚୀରରେ ଉତ୍ପନ୍ନ ଏସୋବ ତୃଣ ପର୍ଯ୍ୟନ୍ତ ବୃକ୍ଷମାନର ବର୍ଣ୍ଣନା କଲେ; ସେ ପଶୁ ଓ ପକ୍ଷୀ ଓ ଉରୋଗାମୀ ପ୍ରାଣୀ ଓ ମତ୍ସ୍ୟମାନଙ୍କର ମଧ୍ୟ ବର୍ଣ୍ଣନା କଲେ।
34 Dolazili su od sviju naroda da čuju mudrost Salomonovu, od svih zemaljskih kraljeva koji su čuli glas o njegovoj mudrosti.
ପୁଣି, ପୃଥିବୀସ୍ଥ ଯେଉଁ ଯେଉଁ ରାଜା ଶଲୋମନଙ୍କର ଜ୍ଞାନ ବିଷୟ ଶୁଣିଥିଲେ, ସେମାନଙ୍କ ନିକଟରୁ ସର୍ବଦେଶୀୟ ଲୋକେ ତାଙ୍କର ଜ୍ଞାନର କଥା ଶୁଣିବାକୁ ଆସିଲେ।