< 1 Samuelova 27 >

1 David reče u sebi: “Ipak ću jednoga dana poginuti od Šaulove ruke. Zato nema ništa bolje za me nego da se spasim u zemlju Filistejaca. Tada će Šaul odustati da me dalje traži po svim krajevima Izraelovim i izbavit ću se iz njegove ruke.”
ଏଥିଉତ୍ତାରେ ଦାଉଦ ମନେ ମନେ କହିଲେ, “ଏବେ ମୁଁ କୌଣସି ଦିନ ଶାଉଲଙ୍କ ହସ୍ତରେ ବିନଷ୍ଟ ହେବି; ପଲେଷ୍ଟୀୟମାନଙ୍କ ଦେଶକୁ ପଳାଇ ରକ୍ଷା ପାଇବା ବିନୁ ମୋହର ଆଉ କିଛି ଭଲ ଉପାୟ ନାହିଁ; ତହିଁରେ ଶାଉଲ ଇସ୍ରାଏଲର ସମସ୍ତ ଅଞ୍ଚଳରେ ମୋତେ ଖୋଜି ଖୋଜି ନିରାଶ ହେବେ; ଏହିରୂପେ ମୁଁ ତାଙ୍କ ହସ୍ତରୁ ରକ୍ଷା ପାଇବି।”
2 David se dakle podiže i prijeđe, sa šest stotina ljudi koje je imao, k Akišu, sinu Maokovu, kralju Gata.
ଏଉତ୍ତାରେ ଦାଉଦ ଓ ତାଙ୍କ ସଙ୍ଗରେ ଥିବା ଛଅ ଶହ ଲୋକ ଉଠି ପାର ହୋଇ ମୋୟାବର ପୁତ୍ର ଆଖୀଶ୍‍ ନାମକ ଗାଥ୍‍ର ରାଜା ନିକଟକୁ ଗଲେ।
3 David se nastani kod Akiša u Gatu, on i njegovi ljudi, svaki sa svojom obitelji, a David sa svoje dvije žene, Ahinoamom Jizreelkom i Abigajilom, Nabalovom ženom iz Karmela.
ପୁଣି, ଦାଉଦ ଓ ତାଙ୍କର ଲୋକମାନେ ପ୍ରତ୍ୟେକ ଜଣ ଆପଣା ଆପଣା ପରିବାର ସହିତ ଆଖୀଶ୍‍ ନିକଟରେ ଗାଥ୍‍ ନଗରରେ ବାସ କଲେ, ବିଶେଷତଃ ଦାଉଦ ଓ ଯିଷ୍ରିୟେଲୀୟା ଅହୀନୋୟମ୍‍ ଓ ନାବଲର ଭାର୍ଯ୍ୟା କର୍ମିଲୀୟା ଅବୀଗଲ ନାମ୍ନୀ ତାଙ୍କର ଏହି ଦୁଇ ଭାର୍ଯ୍ୟା ସେଠାରେ ବାସ କଲେ।
4 Kad je Šaul doznao da je David pobjegao u Gat, nije ga više progonio.
ଏଣୁ ଦାଉଦ ଗାଥ୍‍କୁ ପଳାଇଅଛି, ଏହି କଥା ଶାଉଲଙ୍କୁ ଜଣାଇ ଦିଆଯାଆନ୍ତେ, ସେ ପୁନର୍ବାର ତାଙ୍କର ଆଉ ଅନ୍ୱେଷଣ କଲେ ନାହିଁ।
5 David reče Akišu: “Ako sam našao milost u tvojim očima, neka mi dadu mjesto u jednom gradu u zemlji da se nastanim u njemu. Zašto da tvoj sluga stanuje kod tebe u kraljevskom gradu?”
ଏଥିଉତ୍ତାରେ ଦାଉଦ ଆଖୀଶ୍‍କୁ କହିଲେ, “ଯେବେ ମୁଁ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ମୋହର ବାସ ନିମନ୍ତେ ଦେଶର ଲୋକମାନେ କୌଣସି ନଗରରେ ମୋତେ ସ୍ଥାନ ଦେଉନ୍ତୁ; କାହିଁକି ଆପଣଙ୍କ ଦାସ ଆପଣଙ୍କ ସହିତ ରାଜଧାନୀରେ ବାସ କରିବ?”
6 Akiš mu još istoga dana dade Siklag. Stoga Siklag pripada do današnjega dana kraljevima Jude.
ତହିଁରେ ଆଖୀଶ୍‍ ସେହି ଦିନ ତାହାକୁ ସିକ୍ଲଗ୍‍ ନଗର ଦେଲା; ଏହି ହେତୁ ଆଜି ପର୍ଯ୍ୟନ୍ତ ସିକ୍ଲଗ୍‍ ଯିହୁଦା ରାଜାମାନଙ୍କ ଅଧିକାରରେ ଅଛି।
7 I osta David u filistejskoj zemlji godinu dana i četiri mjeseca.
ଦାଉଦ ପଲେଷ୍ଟୀୟମାନଙ୍କ ଦେଶରେ ବାସ କରିବା ଦିନର ସଂଖ୍ୟା ସମ୍ପୂର୍ଣ୍ଣ ଏକ ବର୍ଷ ଚାରି ମାସ ଥିଲା।
8 David je sa svojim ljudima izlazio da pljačka Gešurce, Girzijce i Amalečane, jer su to bili stanovnici zemlje od Telama preko Šura sve do egipatske zemlje.
ଏଥିମଧ୍ୟରେ ଦାଉଦ ଓ ତାଙ୍କର ଲୋକମାନେ ଯାଇ ଗଶୂରୀୟ ଓ ଗିଷରୀୟ ଓ ଅମାଲେକୀୟ ଲୋକମାନଙ୍କୁ ଆକ୍ରମଣ କରୁଥାଆନ୍ତି; କାରଣ ଶୂରର ସନ୍ନିକଟ ଓ ମିସର ପର୍ଯ୍ୟନ୍ତ ଯେଉଁ ଦେଶ, ତହିଁ ମଧ୍ୟରେ ପୂର୍ବକାଳରୁ ସେମାନେ ବାସ କରୁଥିଲେ।
9 David je pustošio zemlju ne ostavljajući na životu ni čovjeka ni žene, otimao je ovce i goveda, magarce, deve i haljine i vraćao se da sve to donese Akišu.
ପୁଣି, ଦାଉଦ ସେହି ଦେଶ ନିବାସୀମାନଙ୍କୁ ଆଘାତ କରି ପୁରୁଷ ଓ ସ୍ତ୍ରୀ କାହାକୁ ହିଁ ଜୀବିତ ରଖନ୍ତି ନାହିଁ ଓ ମେଷ, ଗୋରୁ, ଗର୍ଦ୍ଦଭ, ଉଷ୍ଟ୍ର ଓ ବସ୍ତ୍ରାଦି ଲୁଟ କରି ଆଖୀଶ୍‍ ନିକଟକୁ ଫେରି ଆସନ୍ତି।
10 Akiš bi ga pitao: “Gdje ste danas pljačkali?” A David bi odgovorio da su pljačkali u Negebu Judinu ili u Negebu Jerahmeelskom ili u Negebu Kenijskom.
ଏଥିରେ “ଆଜି ତୁମ୍ଭେମାନେ କେଉଁ ସ୍ଥାନ ଆକ୍ରମଣ କଲ” ବୋଲି ଆଖୀଶ୍‍ ପଚାରନ୍ତେ, ଦାଉଦ କହନ୍ତି, “ଯିହୁଦାର ଦକ୍ଷିଣାଞ୍ଚଳ ଓ ଯିରହମେଲୀୟମାନଙ୍କ ଦକ୍ଷିଣାଞ୍ଚଳ ଓ କେନୀୟମାନଙ୍କ ଦକ୍ଷିଣାଞ୍ଚଳ।”
11 David nije ostavljao na životu ni čovjeka ni žene da ih dovede u Gat jer mišljaše: “Mogli bi nas optužiti i reći: 'Tako je David radio.'” Takav je imao običaj za sve vrijeme dok je boravio u filistejskoj zemlji.
ପୁଣି, ଦାଉଦ ଏପରି କରନ୍ତି ଓ ପଲେଷ୍ଟୀୟମାନଙ୍କ ଦେଶରେ ବାସ କରିବା ସମୟାବଧି ଏପରି କରିବାର ତାଙ୍କର ରୀତି ହୋଇଅଛି, “ଏହି କଥା କେହି ଅବା ଆମ୍ଭମାନଙ୍କ ବିରୁଦ୍ଧରେ କହିବ” ବୋଲି ଭାବି ଦାଉଦ ଗାଥ୍‍କୁ ଆଣିବା ପାଇଁ ପୁରୁଷ କି ସ୍ତ୍ରୀ କାହାକୁ ଜୀବିତ ରଖନ୍ତି ନାହିଁ।
12 Akiš je vjerovao Davidu i govorio u sebi: “Baš se omrazio svome narodu, Izraelu! Zato će mi biti sluga dovijeka!”
ଏହେତୁ ଆଖୀଶ୍‍ ଦାଉଦଙ୍କୁ ବିଶ୍ୱାସ କରି କହିଲା, “ସେ ଆପଣା ଲୋକ ଇସ୍ରାଏଲ ନିକଟରେ ଆପଣାକୁ ନିତାନ୍ତ ଦୁର୍ଗନ୍ଧ ସ୍ୱରୂପ କରିଅଛି; ଏଣୁ ସେ ସର୍ବଦା ମୋହର ଦାସ ହୋଇ ରହିବ।”

< 1 Samuelova 27 >