< 1 Samuelova 5 >
1 Kad su Filistejci osvojili Kovčeg Božji, prenesoše ga iz Eben Haezera u Ašdod.
ଏଥିମଧ୍ୟରେ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ସିନ୍ଦୁକ ନେଇ ଏବନ୍-ଏଜରରୁ ଅସ୍ଦୋଦକୁ ଯାଇଥିଲେ।
2 Nato Filistejci uzeše Kovčeg Božji, unesoše ga u hram Dagonov i smjestiše pokraj Dagona.
ତହିଁ ଉତ୍ତାରେ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ସିନ୍ଦୁକ ନେଇ ଦାଗୋନ୍ ମନ୍ଦିରକୁ ଆଣି ଦାଗୋନ୍ ଦେବତା ନିକଟରେ ରଖିଲେ।
3 Sutradan ujutro, kad su žitelji Ašdoda došli u hram Dagonov, gle, Dagon ležaše ničice na zemlji pred Kovčegom Jahvinim. Oni digoše Dagona i metnuše ga natrag na njegovo mjesto.
ତହିଁ ପରଦିନ ଅସ୍ଦୋଦୀୟମାନେ ଶୀଘ୍ର ଉଠନ୍ତେ, ଦେଖ, ଦାଗୋନ୍ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁ ମାଡ଼ି ଭୂମିରେ ପଡ଼ିଅଛି। ତେଣୁ ସେମାନେ ଦାଗୋନ୍କୁ ପୁନର୍ବାର ଉଠାଇ ତାହା ସ୍ଥାନରେ ରଖିଲେ।
4 Ali kad su ujutro uranili, gle, Dagon opet ležaše ničice na zemlji pred Kovčegom Jahvinim; glava Dagona i obje njegove ruke ležahu odsječene na pragu: na mjestu je stajao samo Dagonov trup.
ପୁଣି, ସେମାନେ ତହିଁ ଆରଦିନ ପ୍ରଭାତରେ ଶୀଘ୍ର ଉଠନ୍ତେ, ଦେଖ, ଦାଗୋନ୍ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁ ମାଡ଼ି ଭୂମିରେ ପଡ଼ିଅଛି; ପୁଣି, ଦାଗୋନ୍ର ମୁଣ୍ଡ ଓ ହାତର ଦୁଇ ପାପୁଲି କଟା ହୋଇ ଦ୍ୱାରବନ୍ଧ ଉପରେ ପଡ଼ିଅଛି; କେବଳ ତାହାର ମତ୍ସ୍ୟାକାର ବାକି ରହିଅଛି।
5 Zato Dagonovi svećenici i svi koji ulaze u Dagonov hram ne staju nogom na prag Dagonov u Ašdodu sve do današnjeg dana.
ଏହେତୁ ଦାଗୋନ୍ର ଯାଜକମାନେ ଅବା ଯେଉଁମାନେ ଦାଗୋନ୍ ମନ୍ଦିରକୁ ଆସନ୍ତି, ସେମାନଙ୍କ ମଧ୍ୟରୁ କେହି ଆଜି ପର୍ଯ୍ୟନ୍ତ ଅସ୍ଦୋଦସ୍ଥିତ ଦାଗୋନ୍ର ଦ୍ୱାରବନ୍ଧ ମାଡ଼ନ୍ତି ନାହିଁ।
6 Tada ruka Jahvina teško pritisnu žitelje Ašdoda i natjera ih u silan strah: udari ih čirevima, Ašdod i njegovo područje.
ମାତ୍ର ଅସ୍ଦୋଦୀୟ ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ ହସ୍ତ ଭାରୀ ହେଲା ଓ ସେ ଅସ୍ଦୋଦକୁ ଓ ତହିଁ ସୀମାସ୍ଥିତ ଲୋକମାନଙ୍କୁ ଅର୍ଶ ରୋଗରେ ଆଘାତ କରି ସଂହାର କଲେ।
7 Kad su ljudi u Ašdodu vidjeli što se dogodilo, rekoše: “Kovčeg Boga Izraelova ne smije ostati kod nas jer se ruka njegova ispriječila protiv nas i protiv našega boga Dagona.”
ତହୁଁ ଅସ୍ଦୋଦୀୟ ଲୋକମାନେ ତାହା ଦେଖି କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଆମ୍ଭମାନଙ୍କ ନିକଟରେ ରହିବ ନାହିଁ, କାରଣ ଆମ୍ଭମାନଙ୍କ ଉପରେ ଓ ଆମ୍ଭମାନଙ୍କ ଦେବତା ଦାଗୋନ୍ ଉପରେ ତାହାଙ୍କର ହସ୍ତ ନିଷ୍ଠୁର ହୋଇଅଛି।”
8 Oni sazvaše i okupiše sve knezove filistejske k sebi i rekoše: “Što da radimo s Kovčegom Boga Izraelova?” A oni odgovoriše: “U Gat neka se prenese Kovčeg Boga Izraelova.” I prenesoše Kovčeg Boga Izraelova onamo.
ଏଣୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କୁ ଆପଣାମାନଙ୍କ ନିକଟରେ ଏକତ୍ର କରି କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ବିଷୟରେ ଆମ୍ଭେମାନେ କଅଣ କରିବା?” ତହିଁରେ ସେମାନେ ଉତ୍ତର କଲେ, “ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଗାଥ୍କୁ ନିଆଯାଉ।” ତହୁଁ ସେମାନେ ସେଠାକୁ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ନେଇଗଲେ।
9 Ali kad su ga prenijeli, ruka se Jahvina spusti na grad i nasta silna strava: udari građane, od najmanjega do najvećega, tako da im se pojaviše čirevi.
ପୁଣି, ସେମାନେ ତାହା ନେଇଗଲା ଉତ୍ତାରେ ଏପରି ହେଲା ଯେ, ସଦାପ୍ରଭୁଙ୍କ ହସ୍ତ ନଗର ବିରୁଦ୍ଧରେ ଅତି ମହା ବ୍ୟାକୁଳତାଜନକ ହେଲା; ପୁଣି, ସେ ନଗରସ୍ଥ ସାନ ବଡ଼ ଉଭୟଙ୍କୁ ଆଘାତ କଲେ ଓ ସେମାନଙ୍କଠାରେ ଅର୍ଶ ରୋଗ ବାହାରିଲା।
10 Oni tada poslaše Kovčeg Božji u Ekron. Ali kad je Kovčeg Božji stigao u Ekron, povikaše Ekronjani: “Donesoše Kovčeg Boga Izraelova k meni da pomori mene i sav moj narod!”
ତହୁଁ ସେମାନେ ଇକ୍ରୋଣକୁ ପରମେଶ୍ୱରଙ୍କ ସିନ୍ଦୁକ ପଠାଇଲେ। ତହିଁରେ ପରମେଶ୍ୱରଙ୍କ ସିନ୍ଦୁକ ଇକ୍ରୋଣରେ ଉପସ୍ଥିତ ହୁଅନ୍ତେ, ଇକ୍ରୋଣୀୟମାନେ କ୍ରନ୍ଦନ କରି କହିଲେ, “ଆମ୍ଭମାନଙ୍କୁ ଓ ଆମ୍ଭ ଲୋକମାନଙ୍କୁ ବଧ କରିବା ପାଇଁ ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଆମ୍ଭମାନଙ୍କ ନିକଟକୁ ଆଣିଅଛନ୍ତି।”
11 Zato sazvaše i okupiše sve knezove filistejske i rekoše: “Pošaljite natrag Kovčeg Boga Izraelova, neka se vrati na svoje mjesto da ne pomori mene i moj narod!” Jer vladaše smrtna strava u svemu gradu, toliko ondje bijaše pritisnula ruka Božja.
ଏହେତୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କୁ ଏକତ୍ରିତ କରି କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ପଠାଇଦିଅ, ତାହା ସ୍ୱ ସ୍ଥାନକୁ ଫେରିଯାଉ, ତାହା ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଲୋକମାନଙ୍କୁ ବଧ ନ କରୁ;” କାରଣ ନଗରର ସର୍ବତ୍ର ମୃତ୍ୟୁୁଜନକ ବ୍ୟାକୁଳତା ଜନ୍ମିଥିଲା; ପରମେଶ୍ୱରଙ୍କ ହସ୍ତ ସେଠାରେ ଅତି ଭାରୀ ଥିଲା।
12 Ljudi koji nisu pomrli bili su udareni čirevima i bolni se vapaj grada dizao do neba.
ପୁଣି, ଯେଉଁ ଲୋକମାନେ ମଲେ ନାହିଁ, ସେମାନେ ଅର୍ଶ ରୋଗରେ ପୀଡ଼ିତ ହେଲେ; ଆଉ ନଗରର ଆର୍ତ୍ତନାଦ ଆକାଶକୁ ଉଠିଲା।