< 2 Kraljevima 11 >
1 Zato Ahazjina mati Atalija, vidjevši gdje joj sin poginu, ustade i posmica sav kraljevski rod.
ଏଥିମଧ୍ୟରେ ଅହସୀୟଙ୍କର ମାତା ଅଥଲୀୟା ଆପଣା ପୁତ୍ରକୁ ମୃତ ଦେଖନ୍ତେ, ସେ ଉଠି ସମସ୍ତ ରାଜବଂଶ ବିନାଶ କଲା।
2 Ali Jošeba, kći kralja Jorama i sestra Ahazjina, uze Ahazjina sina Joaša; ukravši ga između kraljevih sinova koje su ubijali, metnu ga s dojiljom u ložnicu. Tako ga je sakrila od Atalije te nije pogubljen.
ମାତ୍ର ଯୋରାମ୍ ରାଜାଙ୍କର କନ୍ୟା, ଅହସୀୟଙ୍କର ଭଗିନୀ ଯିହୋଶେବା ଅହସୀୟଙ୍କର ପୁତ୍ର ଯୋୟାଶ୍କୁ ନେଇଗଲା ଓ ଯେଉଁ ରାଜପୁତ୍ରମାନେ ହତ ହେଲେ, ସେମାନଙ୍କ ମଧ୍ୟରୁ ତାହାକୁ ଚୋରାଇ ନେଇ ତାହାକୁ ଓ ତାହାର ଧାତ୍ରୀକୁ ଶୟନାଗାରରେ ରଖିଲା; ଆଉ ସେମାନେ ତାହାକୁ ଅଥଲୀୟାଠାରୁ ଲୁଚାଇ ରଖିବାରୁ ସେ ହତ ହେଲା ନାହିଁ।
3 Bio je sakriven u Domu Jahvinu šest godina, sve dok je zemljom vladala Atalija.
ଆଉ ସେ ତାହା ସହିତ ସଦାପ୍ରଭୁଙ୍କ ଗୃହରେ ଛଅ ବର୍ଷ ଗୋପନରେ ରହିଲା; ପୁଣି ଅଥଲୀୟା ଦେଶରେ ରାଜ୍ୟ କଲା।
4 Sedme godine Jojada posla po satnike Karijaca i tjelesnu stražu i pozva ih k sebi u Dom Jahvin. Sklopi s njima savez, zakle ih i pokaza im kraljeva sina.
ଏଥିଉତ୍ତାରେ ସପ୍ତମ ବର୍ଷରେ ଯିହୋୟାଦା ଲୋକ ପଠାଇ କରୀୟମାନଙ୍କର ଓ ପ୍ରହରୀବର୍ଗର ଶତପତିମାନଙ୍କୁ ଅଣାଇ ସଦାପ୍ରଭୁଙ୍କ ଗୃହକୁ ଆପଣା ନିକଟକୁ ନେଲା; ଆଉ ସେ ସେମାନଙ୍କ ସହିତ ନିୟମ କରି ସଦାପ୍ରଭୁଙ୍କ ଗୃହରେ ସେମାନଙ୍କୁ ଶପଥ କରାଇ ରାଜପୁତ୍ରଙ୍କୁ ଦେଖାଇଲା।
5 I reče im: “Evo što valja da učinite: trećina vas koji subotom ulazite u službu neka čuva stražu kod kraljevskoga dvora.
ଆଉ ସେ ସେମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ଏହି କର୍ମ କରିବ; ତୁମ୍ଭମାନଙ୍କ ମଧ୍ୟରୁ ଯେଉଁମାନେ ବିଶ୍ରାମବାରରେ ଆସନ୍ତି, ସେମାନଙ୍କ ତୃତୀୟାଂଶ ରାଜଗୃହର ରକ୍ଷଣୀୟ ରକ୍ଷା କରିବେ,
6 Druga trećina, ona kod Surskih vrata, i treća trećina, ona kod stražnjih stražarskih vrata, neka čuvaju stražu kod ulaza u dvor;
ଓ ତୃତୀୟାଂଶ ସୂର ଦ୍ୱାରରେ ରହିବେ ଓ ତୃତୀୟାଂଶ ପ୍ରହରୀବର୍ଗର ପଶ୍ଚାତ୍ ଦ୍ୱାରରେ ରହିବେ; ଏହିରୂପେ ତୁମ୍ଭେମାନେ ଗୃହର ରକ୍ଷଣୀୟ ରକ୍ଷା କରି ପ୍ରତିରୋଧକ ହେବ।
7 a ostala dva vaša odreda, svi koji subotom izlaze iz službe, neka čuvaju stražu u Domu Jahvinu kod kralja.
ଆଉ ତୁମ୍ଭମାନଙ୍କର ଦୁଇ ଦଳ, ଅର୍ଥାତ୍, ବିଶ୍ରାମବାରରେ ବାହାରକୁ ଯିବା ଲୋକ ସମସ୍ତେ ରାଜାଙ୍କ ସମୀପରେ ସଦାପ୍ରଭୁଙ୍କ ଗୃହର ରକ୍ଷଣୀୟ ରକ୍ଷା କରିବେ।
8 Tako ćete okružiti kralja, svaki s oružjem u ruci. I tko god pokuša proći kroz vaše redove, neka bude pogubljen. Budite uz kralja kamo god pođe ili izađe.”
ପୁଣି ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ହସ୍ତରେ ଅସ୍ତ୍ର ନେଇ ରାଜାଙ୍କୁ ଚତୁର୍ଦ୍ଦିଗରେ ବେଷ୍ଟନ କରିବ; ଆଉ ଯେକେହି ଶ୍ରେଣୀ ଭିତରକୁ ଆସେ, ସେ ହତ ହେଉ ଓ ରାଜା ବାହାରକୁ ଯିବା ବେଳେ ଓ ଭିତରକୁ ଆସିବା ବେଳେ ତୁମ୍ଭେମାନେ ତାଙ୍କ ସଙ୍ଗେ ଥାଅ।”
9 Satnici su učinili sve kako im je naredio svećenik Jojada. Svaki je od njih uzeo svoje ljude koji subotom ulaze u službu s onima koji subotom izlaze. I svi su došli svećeniku Jojadi.
ତହିଁରେ ଯିହୋୟାଦା ଯାଜକ ଯାହାସବୁ ଆଜ୍ଞା କଲା, ତଦନୁସାରେ ଶତପତିମାନେ କଲେ; ପୁଣି ସେମାନେ ପ୍ରତ୍ୟେକେ ବିଶ୍ରାମବାରରେ ଅନ୍ତର୍ଗାମୀ ଓ ବିଶ୍ରାମବାରରେ ବହିର୍ଗାମୀ ଆପଣା ଆପଣା ଲୋକମାନଙ୍କୁ ନେଇ ଯିହୋୟାଦା ଯାଜକ ନିକଟକୁ ଆସିଲେ।
10 Svećenik dade satnicima koplja i štitove kralja Davida što su bili u Domu Jahvinu.
ତହିଁରେ ଦାଉଦ ରାଜାଙ୍କର ଯେ ଯେ ବର୍ଚ୍ଛା ଓ ଢାଲ ସଦାପ୍ରଭୁଙ୍କ ଗୃହରେ ଥିଲା, ତାହାସବୁ ଯାଜକ ସେହି ଶତପତିମାନଙ୍କୁ ଦେଲା।
11 Stražari se svrstaše, s oružjem u ruci, od južne do sjeverne strane Doma i prema žrtveniku i Domu oko kralja unaokolo.
ତହୁଁ ଗୃହର ଦକ୍ଷିଣ ପାର୍ଶ୍ୱରୁ ବାମ ପାର୍ଶ୍ୱ ପର୍ଯ୍ୟନ୍ତ ଯଜ୍ଞବେଦି ଓ ଗୃହ ନିକଟରେ ପ୍ରହରୀବର୍ଗର ପ୍ରତ୍ୟେକ ଲୋକ ହସ୍ତରେ ଆପଣା ଆପଣା ଅସ୍ତ୍ର ଧରି ରାଜାଙ୍କର ଚତୁର୍ଦ୍ଦିଗରେ ଠିଆ ହେଲେ।
12 Tada Jojada izvede sina kraljeva, stavi mu krunu i dade mu Svjedočanstvo te ga pomaza za kralja. Pljeskali su i vikali: “Živio kralj!”
ସେତେବେଳେ ସେ ରାଜପୁତ୍ର ଯୋୟାଶ୍ଙ୍କୁ ବାହାରକୁ ଆଣି ତାଙ୍କର ମସ୍ତକରେ ମୁକୁଟ ପିନ୍ଧାଇ ତାଙ୍କୁ ସାକ୍ଷ୍ୟ ପୁସ୍ତକ ଦେଲା; ତହିଁରେ ସେମାନେ ତାଙ୍କୁ ରାଜା କରି ଅଭିଷେକ କଲେ; ଆଉ ସେମାନେ କରତାଳି ଦେଇ କହିଲେ, “ରାଜା ଚିରଜୀବୀ ହେଉନ୍ତୁ।”
13 Kad Atalija ču viku naroda, dođe k narodu u Dom Jahvin.
ଏଥିରେ ଅଥଲୀୟା ପ୍ରହରୀବର୍ଗର ଓ ଲୋକମାନଙ୍କର କୋଳାହଳ ଶୁଣି ସଦାପ୍ରଭୁଙ୍କ ଗୃହକୁ ଲୋକମାନଙ୍କ ନିକଟକୁ ଆସିଲା।
14 Pogleda bolje, kad gle, kralj, po običaju, stoji na svojem mjestu, a pred kraljem zapovjednici i svirači; sav puk klikće od radosti i trubi u trube. Tad Atalija razdrije haljine i povika: “Izdaja! Izdaja!”
ପୁଣି ସେ ଦୃଷ୍ଟିପାତ କରନ୍ତେ, ଦେଖ, ରାଜା ବିଧି ଅନୁସାରେ ସ୍ତମ୍ଭ ନିକଟରେ ଠିଆ ହୋଇଅଛନ୍ତି ଓ ରାଜାଙ୍କ ନିକଟରେ ସେନାପତିମାନେ ଓ ତୂରୀବାଦକମାନେ ଅଛନ୍ତି; ପୁଣି ଦେଶର ସମଗ୍ର ଲୋକ ଆନନ୍ଦ କରୁଅଛନ୍ତି ଓ ତୂରୀ ବଜାଉଅଛନ୍ତି। ଏଥିରେ ଅଥଲୀୟା ଆପଣା ବସ୍ତ୍ର ଚିରି “ରାଜଦ୍ରୋହ ରାଜଦ୍ରୋହ!” ବୋଲି ଡାକ ପକାଇଲା।
15 Svećenik Jojada naredi satnicima i vojnim zapovjednicima: “Izvedite je kroz redove i tko krene za njom pogubite ga mačem.” Još je svećenik dodao: “Nemojte je smaknuti u Domu Jahvinu.”
ଏଥିରେ ଯିହୋୟାଦା ଯାଜକ ସୈନ୍ୟ ଉପରେ ନିଯୁକ୍ତ ଶତପତିମାନଙ୍କୁ ଆଜ୍ଞା ଦେଇ କହିଲା, “ସୈନ୍ୟଶ୍ରେଣୀର ମଧ୍ୟଦେଇ ଏହାକୁ ବାହାରକୁ ନେଇଯାଅ ଓ ଯେ ତାହାର ପଶ୍ଚାଦ୍ଗାମୀ ହୁଏ, ତାହାକୁ ଖଡ୍ଗରେ ବଧ କର।” କାରଣ ଯାଜକ କହିଲା, “ସେ ସଦାପ୍ରଭୁଙ୍କ ଗୃହ ଭିତରେ ହତ ନ ହେଉ।”
16 Staviše ruke na nju; a kad je kroz Konjska vrata stigla do kraljevskog dvora, ondje je pogubiše.
ତହୁଁ ସେମାନେ ତାହା ପାଇଁ ପଥ ଛାଡ଼ନ୍ତେ, ସେ ରାଜଗୃହକୁ ଯିବା ଅଶ୍ୱଦ୍ୱାରର ପଥ ଦେଇ ଗଲା ଓ ସେଠାରେ ହତ ହେଲା।
17 Tada Jojada sklopi savez između Jahve, kralja i naroda da narod bude narod Jahvin.
ଏଥିଉତ୍ତାରେ ସମସ୍ତେ ଯେପରି ସଦାପ୍ରଭୁଙ୍କର ଲୋକ ହେବେ, ଏଥିପାଇଁ ଯିହୋୟାଦା ସଦାପ୍ରଭୁଙ୍କର ଏବଂ ରାଜା ଓ ଲୋକମାନଙ୍କ ମଧ୍ୟରେ ଏକ ନିୟମ କଲା; ରାଜା ଓ ଲୋକମାନଙ୍କ ମଧ୍ୟରେ ହିଁ ନିୟମ କଲା।
18 Potom sav narod ode u Baalov hram i razoriše ga, porušiše žrtvenike i polomiše likove; a Baalova svećenika Matana ubiše pred žrtvenicima. A svećenik opet postavi straže kod Doma Jahvina.
ଏଥିଉତ୍ତାରେ ଦେଶର ସମଗ୍ର ଲୋକ ବାଲ୍ ମନ୍ଦିରକୁ ଯାଇ ତାହା ଭାଙ୍ଗି ପକାଇଲେ; ସେମାନେ ତାହାର ଯଜ୍ଞବେଦି ଓ ତାହାର ପ୍ରତିମାସବୁ ସମ୍ପୂର୍ଣ୍ଣ ରୂପେ ଚୂର୍ଣ୍ଣ କଲେ ଓ ଯଜ୍ଞବେଦିମାନର ସମ୍ମୁଖରେ ବାଲ୍ର ଯାଜକ ମତ୍ତନକୁ ବଧ କଲେ। ପୁଣି ଯାଜକ ସଦାପ୍ରଭୁଙ୍କ ଗୃହରେ କର୍ମଚାରୀମାନଙ୍କୁ ନିଯୁକ୍ତ କଲା।
19 Zatim uze satnike Karijaca, stražu i sav narod. Oni izvedoše kralja iz Doma Jahvina i uvedoše ga u dvor kroz Vrata stražarska. I Joaš sjede na kraljevsko prijestolje.
ପୁଣି ଯିହୋୟାଦା ଶତପତିମାନଙ୍କୁ ଓ କରୀୟମାନଙ୍କୁ ଓ ପ୍ରହରୀବର୍ଗକୁ ଓ ଦେଶର ସମଗ୍ର ଲୋକଙ୍କୁ ନେଲା; ତହୁଁ ସେମାନେ ସଦାପ୍ରଭୁଙ୍କ ଗୃହରୁ ରାଜାଙ୍କୁ ଆଣି ପ୍ରହରୀବର୍ଗର ଦ୍ୱାର ଦେଇ ରାଜଗୃହକୁ ଆସିଲେ। ଏଥିରେ ଯୋୟାଶ୍ ରାଜସିଂହାସନରେ ଉପବିଷ୍ଟ ହେଲେ।
20 Sav se puk veselio i grad se smirio kad su Ataliju ubili mačem u kraljevskom dvoru.
ଏହିରୂପେ ଦେଶର ସମୁଦାୟ ଲୋକ ଆନନ୍ଦ କଲେ ଓ ନଗର ସୁସ୍ଥିର ହେଲା; ଆଉ ସେମାନେ ରାଜଗୃହ ନିକଟରେ ଅଥଲୀୟାଙ୍କୁ ଖଡ୍ଗରେ ବଧ କଲେ।
21 Joašu je bilo sedam godina kad se zakraljio.
ଯୋୟାଶ୍ ସାତ ବର୍ଷ ବୟସରେ ରାଜ୍ୟ କରିବାକୁ ଆରମ୍ଭ କଲେ।