< 2 Kraljevima 20 >

1 U ono se vrijeme Ezekija razbolje nasmrt. Prorok Izaija, sin Amosov, dođe mu i reče: “Ovako veli Jahve: 'Uredi kuću svoju jer ćeš umrijeti; nećeš ozdraviti.'”
ସେହି ସମୟରେ ହିଜକୀୟଙ୍କର ସାଂଘାତିକ ପୀଡ଼ା ହୋଇଥିଲା। ତହିଁରେ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତା ତାଙ୍କ ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ।”
2 Ezekija se okrenu zidu i ovako se pomoli Jahvi:
ଏଥିରେ ସେ କାନ୍ଥ ଆଡ଼େ ମୁଖ ଫେରାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ,
3 “Ah, Jahve! Sjeti se milostivo da sam pred tobom hodio vjerno i poštena srca i da sam činio što je dobro u tvojim očima.” I Ezekija briznu u gorak plač.
“ହେ ସଦାପ୍ରଭୋ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ ହିଜକୀୟ ଅତିଶୟ ରୋଦନ କଲେ।
4 Izaija još ne bijaše izišao iz središnjeg predvorja kad mu je stigla riječ Jahvina:
ଏଥିଉତ୍ତାରେ ଯିଶାଇୟ ନଗରର ମଧ୍ୟଭାଗକୁ ବାହାରି ଯିବା ପୂର୍ବେ ତାଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା,
5 “Vrati se i reci Ezekiji, glavaru moga naroda. Ovako veli Jahve, Bog tvoga oca Davida: 'Uslišao sam tvoju molitvu, vidio sam tvoje suze. Izliječit ću te; za tri dana uzići ćeš u Dom Jahvin.
ଯଥା, “ଫେରିଯାଅ ଓ ଆମ୍ଭ ଲୋକମାନଙ୍କ ଅଧିପତି ହିଜକୀୟକୁ କୁହ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଦାଉଦର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଲୁ, ଆମ୍ଭେ ତୁମ୍ଭର ଲୋତକ ଦେଖିଲୁ; ଦେଖ, ଆମ୍ଭେ ତୁମ୍ଭକୁ ସୁସ୍ଥ କରିବୁ; ତୁମ୍ଭେ ତୃତୀୟ ଦିନରେ ସଦାପ୍ରଭୁଙ୍କ ଗୃହକୁ ଯିବ।
6 Dodat ću tvome vijeku još petnaest godina. Izbavit ću tebe i ovaj grad iz ruku asirskoga kralja; zakrilit ću ovaj grad radi sebe i sluge svoga Davida.'”
ଆଉ ଆମ୍ଭେ ତୁମ୍ଭର ଆୟୁ ପନ୍ଦର ବର୍ଷ ବୃଦ୍ଧି କରିବା; ପୁଣି ଆମ୍ଭେ ତୁମ୍ଭକୁ ଓ ଏହି ନଗରକୁ ଅଶୂରୀୟ ରାଜାର ହସ୍ତରୁ ରକ୍ଷା କରିବା; ଆଉ ଆମ୍ଭେ ଆପଣା ସକାଶୁ ଓ ଆମ୍ଭ ଦାସ ଦାଉଦ ସକାଶୁ ଏହି ନଗରର ସପକ୍ଷ ହେବା।”
7 Izaija naloži: “Uzmite oblog od smokava, privijte mu ga na čir i on će ozdraviti.”
ତହୁଁ ଯିଶାଇୟ କହିଲେ, “ଏକ ଡିମ୍ବିରି ଚକ୍ତି ଆଣ।” ତହିଁରେ ସେମାନେ ତାହା ଆଣି ବଥ ଉପରେ ଥୋଇଲେ, ଆଉ ସେ ସୁସ୍ଥ ହେଲେ।
8 Ezekija upita Izaiju: “Po kojem ću znaku prepoznati da će me Jahve izliječiti i da ću za tri dana uzići u Dom Jahvin?”
ପୁଣି ହିଜକୀୟ ଯିଶାଇୟଙ୍କୁ କହିଲେ, “ସଦାପ୍ରଭୁ ଯେ ମୋତେ ସୁସ୍ଥ କରିବେ ଓ ମୁଁ ଯେ ତୃତୀୟ ଦିନରେ ସଦାପ୍ରଭୁଙ୍କ ଗୃହକୁ ଯିବି, ଏଥିର କି ଚିହ୍ନ ହେବ।”
9 Izaija odgovori: “Evo ti znaka od Jahve da će učiniti što je rekao: hoćeš li da se sjena pomakne za deset stupnjeva naprijed ili da se vrati za deset stupnjeva?”
ତହିଁରେ ଯିଶାଇୟ କହିଲେ, “ସଦାପ୍ରଭୁ ଆପଣା ଉକ୍ତ ବାକ୍ୟ ଯେ ସଫଳ କରିବେ, ତୁମ୍ଭ ପ୍ରତି ସଦାପ୍ରଭୁଙ୍କଠାରୁ ଏହି ଚିହ୍ନ ହେବ; ଛାୟା କି ଆଗକୁ ଦଶ ପାହୁଣ୍ଡ ଯିବ, ଅବା ପଛକୁ ଦଶ ପାହୁଣ୍ଡ ଯିବ।”
10 Ezekija odgovori: “Lako je sjeni pomaknuti se deset stupnjeva naprijed! Ne! Neka se sjena vrati natrag za deset stupnjeva!”
ତହିଁରେ ହିଜକୀୟ ଉତ୍ତର କଲେ, “ଛାୟା ଆଗକୁ ଦଶ ପାହୁଣ୍ଡ ଯିବାର କ୍ଷୁଦ୍ର ବିଷୟ; ନା; ମାତ୍ର ଛାୟା ପଛକୁ ଦଶ ପାହୁଣ୍ଡ ଫେରିଯାଉ।”
11 Prorok Izaija zazva Jahvu i on učini da se sjena vrati za deset stupnjeva. Sišla je za deset posljednjih stupnjeva na Ahazovu sunčaniku.
ତହୁଁ ଯିଶାଇୟ ଭବିଷ୍ୟଦ୍‍ବକ୍ତା ସଦାପ୍ରଭୁଙ୍କ ନିକଟରେ ଡାକି ପ୍ରାର୍ଥନା କଲେ। ଏଥିରେ ଆହସ୍‌ଙ୍କର ସୂର୍ଯ୍ୟ ଘଟିକାରେ ଛାୟା ଯେଉଁ ଦଶ ପାହୁଣ୍ଡ ଆଗକୁ ଯାଇଥିଲା, ସେତିକି ସେ ପଛକୁ ଫେରାଇ ଆଣିଲେ।
12 U to vrijeme posla babilonski kralj Merodak-Baladan, sin Baladanov, pisma s darom Ezekiji, jer bijaše čuo da se razbolio i ozdravio.
ସେହି ସମୟରେ ବଲ୍‍ଦନ୍‍ର ପୁତ୍ର ବରୋଦକ୍‍ ବଲ୍‍ଦନ୍ ନାମକ ବାବିଲର ରାଜା ହିଜକୀୟଙ୍କ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ସେ ହିଜକୀୟଙ୍କ ପୀଡ଼ିତ ହେବାର କଥା ଶୁଣିଥିଲା।
13 Ezekija se obradova tome i pokaza poslanicima svoju riznicu - srebro, zlato, miomirise, mirisavo ulje - svoju oružanu i sve što je bilo u skladištima. Nije bilo ničega u njegovu dvoru i svemu njegovu gospodarstvu što im Ezekija nije pokazao.
ତହିଁରେ ହିଜକୀୟ ସେମାନଙ୍କ କଥା ଶୁଣିଲେ ଓ ଆପଣା ବହୁମୂଲ୍ୟ ପଦାର୍ଥର ସମୁଦାୟ ଗୃହ, ରୂପା ଓ ସୁନା ଓ ସୁଗନ୍ଧି ଦ୍ରବ୍ୟ ଓ ବହୁମୂଲ୍ୟ ତୈଳ ଓ ଅସ୍ତ୍ରାଗାର ଓ ଆପଣା ଭଣ୍ଡାରସ୍ଥିତ ସମସ୍ତ ଦ୍ରବ୍ୟ ସେମାନଙ୍କୁ ଦେଖାଇଲେ। ହିଜକୀୟ ଯାହା ସେମାନଙ୍କୁ ନ ଦେଖାଇଲେ, ଏପରି କୌଣସି ଦ୍ରବ୍ୟ ତାଙ୍କ ଗୃହରେ କି ତାଙ୍କର ସମୁଦାୟ ରାଜ୍ୟରେ ନ ଥିଲା।
14 Tada prorok Izaija dođe kralju Ezekiji i upita ga: “Što su rekli ti ljudi i odakle su došli k tebi?” Ezekija odgovori: “Došli su iz daleke zemlje, iz Babilona.”
ସେତେବେଳେ ଯିଶାଇୟ ଭବିଷ୍ୟଦ୍‍ବକ୍ତା ହିଜକୀୟ ରାଜାଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ଏହି ଲୋକମାନେ କଅଣ କହିଲେ? ସେମାନେ କେଉଁଠାରୁ ତୁମ୍ଭ ନିକଟକୁ ଆସିଲେ?” ତହିଁରେ ହିଜକୀୟ କହିଲେ, “ସେମାନେ ଦୂର ଦେଶ ବାବିଲରୁ ଆସିଅଛନ୍ତି।”
15 Izaija upita dalje: “Što su vidjeli u tvojem dvoru?” Ezekija odgovori: “Vidjeli su sve što je u mojem dvoru; nema u mojim skladištima ničega što im nisam pokazao.”
ଏଥିରେ ଯିଶାଇୟ ପଚାରିଲେ, “ସେମାନେ ତୁମ୍ଭ ଗୃହରେ କି କି ବିଷୟ ଦେଖିଅଛନ୍ତି?” ତହୁଁ ହିଜକୀୟ ଉତ୍ତର କଲେ, “ମୋʼ ଗୃହରେ ଯାହା ଯାହା ଅଛି, ସବୁ ସେମାନେ ଦେଖିଅଛନ୍ତି; ଯାହା ମୁଁ ସେମାନଙ୍କୁ ନ ଦେଖାଇଲି, ଏପରି କୌଣସି ପଦାର୍ଥ ମୋʼ ଭଣ୍ଡାରସମୂହରେ ନାହିଁ।”
16 Tada Izaija reče Ezekiji: “Čuj riječ Jahvinu:
ଏଥିରେ ଯିଶାଇୟ ହିଜକୀୟଙ୍କୁ କହିଲେ, “ସଦାପ୍ରଭୁଙ୍କ ବାକ୍ୟ ଶୁଣ:
17 'Evo dolaze dani kada će sve što je u tvojem dvoru, sve što su tvoji oci nakupili do danas, biti odneseno u Babilon. Ništa neće ostati, ' kaže Jahve.
ଦେଖ, ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ସଞ୍ଚିତ ସମସ୍ତ ଦ୍ରବ୍ୟ ବାବିଲକୁ ନିଆଯିବାର ସମୟ ଆସୁଅଛି। ସଦାପ୍ରଭୁ କହନ୍ତି, କିଛି ଛଡ଼ାଯିବ ନାହିଁ।
18 A od sinova što poteku od tebe, što ti se rode, neke će uzeti da budu uškopljeni dvorani u palači babilonskoga kralja.”
ତୁମ୍ଭ ପୁତ୍ରମାନଙ୍କ ମଧ୍ୟରେ ଯେଉଁମାନେ ତୁମ୍ଭ ଔରସରେ ଜାତ ଓ ତୁମ୍ଭଠାରୁ ଉତ୍ପନ୍ନ ହେବେ, ସେମାନଙ୍କୁ ସେମାନେ ନେଇଯିବେ ଓ ସେମାନେ ବାବିଲ ରାଜାର ଅଟ୍ଟାଳିକାରେ ନପୁଂସକ ହୋଇ ରହିବେ।”
19 Ezekija odgovori Izaiji: “Povoljna je riječ koju ti je Jahve objavio.” A mislio je: “Zašto ne? Ako bude mira i sigurnosti za moga života!”
ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ।” ସେ ଆହୁରି କହିଲେ, “ଯେବେ ଆମ୍ଭ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହୁଏ, ତେବେ ତାହା କʼଣ (ଉତ୍ତମ) ନୁହେଁ?”
20 Ostala povijest Ezekijina, svi njegovi pothvati i kako je sagradio ribnjak i prorov da dovede vodu u grad, zar sve to nije zapisano u knjizi Ljetopisa judejskih kraljeva?
ଏହି ହିଜକୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ ପରାକ୍ରମ ଓ ସେ କିପରି ପୁଷ୍କରିଣୀ ଓ ନାଳ ପ୍ରସ୍ତୁତ କରି ନଗର ମଧ୍ୟକୁ ଜଳ ଆଣିଲେ, ଏହାସବୁ କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
21 Ezekija je počinuo sa svojim ocima, a njegov sin Manaše zakralji se mjesto njega.
ଏଥିଉତ୍ତାରେ ହିଜକୀୟ ମୃତ୍ୟୁବରଣ କଲେ; ଆଉ ତାଙ୍କର ପୁତ୍ର ମନଃଶି ତାଙ୍କର ପଦରେ ରାଜ୍ୟ କଲେ।

< 2 Kraljevima 20 >