< 2 Kraljevima 1 >
1 Poslije smrti Ahabove pobuni se Moab protiv Izraela.
ଏଥିଉତ୍ତାରେ ଆହାବଙ୍କର ମୃତ୍ୟୁୁ ଉତ୍ତାରେ ମୋୟାବ ଦେଶ ଇସ୍ରାଏଲ ବିରୁଦ୍ଧରେ ବିଦ୍ରୋହ ଆଚରଣ କଲେ।
2 Kako Ahazja bijaše pao preko prozorske rešetke svoje gornje odaje u Samariji i ozlijedio se, posla glasnike kojima reče: “Idite, pitajte Baal Zebuba, boga ekronskog, hoću li ozdraviti od ove bolesti.”
ପୁଣି ଅହସୀୟ ଶମରୀୟାସ୍ଥ ଆପଣା ଉପରିସ୍ଥ କୋଠରିର ଝରକା ଦେଇ ପଡ଼ି ପୀଡ଼ିତ ହେଲେ; ଆଉ ସେ ଦୂତଗଣ ପଠାଇ ସେମାନଙ୍କୁ କହିଲେ, “ଯାଅ, ଏହି ପୀଡ଼ାରୁ ମୁଁ ସୁସ୍ଥ ହେବି କି ନାହିଁ, ଏହା ଇକ୍ରୋଣର ଦେବତା ବାଲ୍ସବୂବକୁ ପଚାର।”
3 Ali je Anđeo Jahvin rekao Iliji Tišbijcu: “Ustani! Idi u susret glasnicima samarijanskoga kralja i reci im: 'Zar nema Boga u Izraelu te se idete savjetovati s Baal Zebubom, bogom ekronskim?'
ମାତ୍ର ସଦାପ୍ରଭୁଙ୍କ ଦୂତ ତିଶ୍ବୀୟ ଏଲୀୟଙ୍କୁ କହିଲେ, “ଉଠ, ଶମରୀୟା ରାଜାଙ୍କର ଦୂତଗଣକୁ ସାକ୍ଷାତ କରିବାକୁ ଯାଅ ଓ ସେମାନଙ୍କୁ କୁହ, ‘ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେମାନେ ଇକ୍ରୋଣର ଦେବତା ବାଲ୍ସବୂବକୁ ପଚାରିବାକୁ ଯାଉଅଛ?’
4 I zato veli Jahve ovako: 'Nećeš sići s postelje u koju si se popeo; sigurno ćeš umrijeti.'” I ode Ilija.
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ।’” ଏଉତ୍ତାରେ ଏଲୀୟ ପ୍ରସ୍ଥାନ କଲେ।
5 Glasnici se vratiše k Ahazji, a on im reče: “Kako to da ste se već vratili?”
ତହୁଁ ଦୂତମାନେ ଅହସୀୟଙ୍କର ନିକଟକୁ ଫେରି ଆସନ୍ତେ, ସେ ସେମାନଙ୍କୁ ପଚାରିଲେ, “ତୁମ୍ଭେମାନେ କାହିଁକି ଫେରି ଆସିଲ?”
6 Oni mu odgovoriše: “Sreo nas neki čovjek i rekao nam: 'Idite, vratite se pred kralja koji vas je poslao i recite mu: Ovako veli Jahve: Zar nema Boga u Izraelu te si poslao po savjet k Baal Zebubu, bogu ekronskom? Zato nećeš sići s postelje na koju si se popeo, nego ćeš umrijeti.'”
ଏଥିରେ ସେମାନେ ତାଙ୍କୁ କହିଲେ, “ଜଣେ ଲୋକ ଆମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି କହିଲା, ‘ଯେଉଁ ରାଜା ତୁମ୍ଭମାନଙ୍କୁ ପଠାଇଅଛି, ତାହା ନିକଟକୁ ଫେରିଯାଇ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍ସବୂବ ନିକଟକୁ ପଚାରି ପଠାଉଅଛ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ।’”
7 On ih upita: “Kakav bijaše na oči taj čovjek koji vas je sreo i rekao vam te riječi?”
ତହିଁରେ ଅହସୀୟ ସେମାନଙ୍କୁ ପଚାରିଲେ, “ଯେ ତୁମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି ଏହିସବୁ କଥା କହିଲା, ସେ କି ପ୍ରକାର ଲୋକ?”
8 A oni mu odgovoriše: “Bio je to čovjek u kožuhu i s kožnim pojasom oko bedara.” On reče: “To je Ilija Tišbijac!”
ତହୁଁ ସେମାନେ ତାଙ୍କୁ ଉତ୍ତର କଲେ, “ସେ ଲୋମଶ ମନୁଷ୍ୟ ଓ ତାହାର କଟି ଚର୍ମପଟୁକାରେ ବନ୍ଧା ଥିଲା।” ତହିଁରେ ରାଜା କହିଲେ, “ସେ ତ ତିଶ୍ବୀୟ ଏଲୀୟ।”
9 Tada mu posla pedesetnika s njegovom pedesetoricom i ode taj k njemu i, našavši ga gdje sjedi na vrhu brijega, reče mu: “Čovječe Božji! Kralj je naredio: Siđi!”
ତେବେ ରାଜା ଏଲୀୟଙ୍କ ନିକଟକୁ ଜଣେ ପଚାଶପତିଙ୍କୁ ତାହାର ପଚାଶ ଲୋକ ସହିତ ପଠାଇଲେ। ତହୁଁ ପଚାଶପତି ଏଲୀୟଙ୍କ ନିକଟକୁ ଗଲା; ଆଉ ଦେଖ, ଏଲୀୟ ପର୍ବତ ଶୃଙ୍ଗରେ ବସିଥିଲେ। ଏଥିରେ ପଚାଶପତି ତାଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ରାଜା କହିଅଛନ୍ତି, ‘ତଳକୁ ଆସ।’”
10 Ilija odgovori i reče pedesetniku: “Ako sam čovjek Božji, neka oganj siđe s neba i neka te proguta, tebe i tvoju pedesetoricu.” I oganj se spusti s neba i proguta ga, njega i njegovu pedesetoricu.
ତହୁଁ ଏଲୀୟ ସେହି ପଚାଶପତିଙ୍କୁ ଉତ୍ତର କରି କହିଲେ, “ଯେବେ ମୁଁ ପରମେଶ୍ୱରଙ୍କ ଲୋକ, ତେବେ ଆକାଶରୁ ଅଗ୍ନି ଆସି ତୁମ୍ଭକୁ ଓ ତୁମ୍ଭ ପଚାଶ ଲୋକଙ୍କୁ ଗ୍ରାସ କରୁ।” ଏଥିରେ ଆକାଶରୁ ଅଗ୍ନି ଆସି ତାହାକୁ ଓ ତାହାର ପଚାଶ ଲୋକଙ୍କୁ ଗ୍ରାସ କଲା।
11 Kralj mu posla drugoga pedesetnika i njegovu pedesetoricu; a taj, kad dođe, reče mu: “Čovječe Božji! Kralj je ovo zapovjedio: Brže siđi!”
ଏଉତ୍ତାରେ ରାଜା ପୁନର୍ବାର ଏଲୀୟଙ୍କ ନିକଟକୁ ଆଉ ଏକ ପଚାଶପତିଙ୍କୁ ତାହାର ପଚାଶ ଲୋକ ସହିତ ପଠାଇଲେ। ତହୁଁ ଏହି ପଚାଶପତି ମଧ୍ୟ ଏଲୀୟଙ୍କୁ କହିଲେ, “ହେ ପରମେଶ୍ୱରଙ୍କ ଲୋକ, ରାଜା କହିଅଛନ୍ତି, ‘ଶୀଘ୍ର ତଳକୁ ଆସ।’”
12 Ilija odgovori i reče mu: “Ako sam čovjek Božji, neka siđe oganj s neba i proguta tebe i tvoju pedesetoricu.” I spusti se oganj s neba i proguta ga, njega i njegovu pedesetoricu.
ଏଥିରେ ଏଲୀୟ ସେମାନଙ୍କୁ ଉତ୍ତର କରି କହିଲେ, “ଯେବେ ମୁଁ ପରମେଶ୍ୱରଙ୍କ ଲୋକ, ତେବେ ଆକାଶରୁ ଅଗ୍ନି ଆସି ତୁମ୍ଭକୁ ଓ ତୁମ୍ଭ ପଚାଶ ଲୋକଙ୍କୁ ଗ୍ରାସ କରୁ।” ତହୁଁ ପରମେଶ୍ୱରଙ୍କ ଅଗ୍ନି ଆକାଶରୁ ଆସି ତାହାକୁ ଓ ତାହାର ପଚାଶ ଲୋକଙ୍କୁ ଗ୍ରାସ କଲା।
13 Kralj posla opet trećega pedesetnika i njegovu pedesetoricu. Treći pedesetnik dođe, prignu koljena pred Ilijom i zamoli ga ovako: “Čovječe Božji! Neka bude dragocjen u tvojim očima moj život i život ovih pedeset tvojih slugu!
ଏଥିରେ ରାଜା ପୁନର୍ବାର ତୃତୀୟ ପଚାଶପତିଙ୍କୁ ତାହାର ପଚାଶ ଲୋକ ସହିତ ପଠାଇଲେ। ପୁଣି ସେହି ତୃତୀୟ ପଚାଶପତି ଉପରକୁ ଗଲା ଓ ଏଲୀୟଙ୍କ ସମ୍ମୁଖରେ ଉପସ୍ଥିତ ହୋଇ ଆପଣା ଆଣ୍ଠୁପାତି ବିନୟ କରି ତାଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ମୁଁ ବିନୟ କରୁଅଛି, ଆପଣଙ୍କ ଦୃଷ୍ଟିରେ ମୋʼ ପ୍ରାଣ ଓ ଆପଣଙ୍କ ଦାସ ଏହି ପଚାଶ ଲୋକଙ୍କର ପ୍ରାଣ ବହୁମୂଲ୍ୟ ହେଉ।
14 Oganj se spustio s neba i progutao je oba pedesetnika s njihovom pedesetoricom; ali sada neka barem moj život bude dragocjen u tvojim očima!”
ଦେଖନ୍ତୁ, ଆକାଶରୁ ଅଗ୍ନି ଆସି ପୂର୍ବ ଦୁଇ ପଚାଶପତିଙ୍କୁ ଓ ସେମାନଙ୍କ ପଚାଶ ପଚାଶ ଲୋକଙ୍କୁ ଗ୍ରାସ କଲା; ମାତ୍ର ଏବେ ଆପଣଙ୍କ ଦୃଷ୍ଟିରେ ମୋʼ ପ୍ରାଣ ବହୁମୂଲ୍ୟ ହେଉ।”
15 Anđeo Jahvin reče Iliji: “Siđi s njim, ne boj se!” On ustade i siđe s njim pred kralja
ଏଥିରେ ସଦାପ୍ରଭୁଙ୍କ ଦୂତ ଏଲୀୟଙ୍କୁ କହିଲେ, “ତାହା ସଙ୍ଗରେ ତଳକୁ ଯାଅ; ତାହାକୁ ଭୟ କର ନାହିଁ।” ତହୁଁ ଏଲୀୟ ଉଠି ପଚାଶପତି ସଙ୍ଗରେ ତଳକୁ ଯାଇ ରାଜାଙ୍କ ନିକଟକୁ ଗଲେ।
16 i reče mu: “Ovako veli Jahve: zato što si slao glasnike Baal Zebubu, bogu ekronskom, po savjet, nećeš sići s postelje na koju si se popeo, nego ćeš umrijeti.”
ପୁଣି ସେ ରାଜାଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘କଥା ପଚାରିବା ପାଇଁ ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍ସବୂବକୁ ପଚାରିବା ପାଇଁ ଦୂତମାନଙ୍କୁ ପଠାଇଲ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହଁ, ମାତ୍ର ନିଶ୍ଚୟ ମରିବ।’”
17 I umrije po riječi Jahvinoj koju je objavio Ilija. A Joram, njegov brat, zakralji se mjesto njega druge godine Jorama, sina Jošafata, judejskoga kralja, jer ovaj nije imao sinova.
ଏଥିଉତ୍ତାରେ ଏଲୀୟଙ୍କ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ମଲେ। ପୁଣି ତାଙ୍କର ପୁତ୍ର ନ ଥିବାରୁ ଯିହୁଦାର ରାଜା ଯିହୋଶାଫଟ୍ଙ୍କର ପୁତ୍ର ଯିହୋରାମ୍ଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷରେ ଯିହୋରାମ୍ ତାଙ୍କର ପଦରେ ରାଜ୍ୟ କରିବାକୁ ଆରମ୍ଭ କଲେ।
18 Ostala povijest Ahazje, sve što je učinio, zar to nije zapisano u knjizi Ljetopisa kraljeva izraelskih?
ଏହି ଅହସୀୟଙ୍କର କ୍ରିୟାର ଅବଶିଷ୍ଟ ବୃତ୍ତାନ୍ତ କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?