< 2 Samuelova 22 >

1 David upravi Jahvi riječi ove pjesme u dan kad ga je Jahve izbavio iz ruku svih njegovih neprijatelja i iz ruke Šaulove.
ଯେଉଁ ସମୟରେ ସଦାପ୍ରଭୁ ସମସ୍ତ ଶତ୍ରୁ ହସ୍ତରୁ ଓ ଶାଉଲଙ୍କର ହସ୍ତରୁ ଦାଉଦଙ୍କୁ ଉଦ୍ଧାର କଲେ, ସେହି ସମୟରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ;
2 Pjevao je: “Jahve, hridino moja, utvrdo moja, spase moj;
ସେ କହିଲେ, “ସଦାପ୍ରଭୁ ମୋହର ଶୈଳ ଓ ମୋହର ଗଡ଼ ଓ ମୋହର ରକ୍ଷାକର୍ତ୍ତା,
3 Bože moj, pećino moja kojoj se utječem, štite moj, spasenje moje, tvrđavo moja! Ti me izbavljaš od nasilja.
ମୋହର ଶୈଳ ସ୍ୱରୂପ ପରମେଶ୍ୱର, ମୁଁ ତାହାଙ୍କଠାରେ ଆଶ୍ରୟ ନେବି। ମୋହର ଢାଲ ଓ ମୋହର ପରିତ୍ରାଣ ସ୍ୱରୂପ ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ ଓ ମୋହର ଆଶ୍ରୟ; ମୋହର ତ୍ରାଣକର୍ତ୍ତା, ତୁମ୍ଭେ ମୋତେ ଦୌରାତ୍ମ୍ୟରୁ ଉଦ୍ଧାର କରିଥାଅ।
4 Zazvat ću Jahvu hvale predostojna i od dušmana bit ću izbavljen.
ମୁଁ ସଦାପ୍ରଭୁଙ୍କୁ ଆହ୍ୱାନ କରିବି, ସେ ପ୍ରଶଂସିତ ହେବା ଯୋଗ୍ୟ; ତହିଁରେ ମୁଁ ଆପଣା ଶତ୍ରୁଗଣଠାରୁ ଉଦ୍ଧାର ପାଇବି।
5 Valovi smrti okružiše mene, prestraviše me bujice pogubne,
କାରଣ ମୃତ୍ୟୁୁରୂପ ଲହରୀ ମୋତେ ବେଷ୍ଟନ କଲା, ଦୁଷ୍ଟମାନଙ୍କ ପ୍ଲାବନ(ଜୁଆର) ମୋତେ ଭୀତ କଲା।
6 Užad Podzemlja sputiše me, smrtonosne zamke padoše na me: (Sheol h7585)
ପାତାଳର ବନ୍ଧନ ମୋତେ ବେଷ୍ଟନ କଲା, ମୃତ୍ୟୁର ଫାନ୍ଦ ମୋହର ସମ୍ମୁଖବର୍ତ୍ତୀ ହେଲା। (Sheol h7585)
7 u nevolji zazvah Jahvu i Bogu svome zavapih. Iz svog Doma zov mi začu, i vapaj moj mu do ušiju doprije.
ମୋହର ସଙ୍କଟ ବେଳେ ମୁଁ ସଦାପ୍ରଭୁଙ୍କୁ ଡାକିଲି, ହଁ, ମୁଁ ଆପଣା ପରମେଶ୍ୱରଙ୍କୁ ଡାକିଲି; ତହୁଁ ସେ ଆପଣା ମନ୍ଦିରରେ ଥାଇ ମୋହର ରବ ଶୁଣିଲେ ଓ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ଉପସ୍ଥିତ ହେଲା।
8 I zemlja se potrese i uzdrhta, uzdrmaše se temelji nebesa, pokrenuše se, jer On gnjevom planu.
ସେତେବେଳେ ପୃଥିବୀ ଟଳମଳ ଓ କମ୍ପିତ ହେଲା, ଗଗନମଣ୍ଡଳର ମୂଳସକଳ ଉଦ୍‍ବିଗ୍ନ ଓ ଟଳମଳ ହେଲା, କାରଣ ସଦାପ୍ରଭୁ ପ୍ରଜ୍ୱଳିତ ହୋଇ ଉଠିଲେ।
9 Iz nosnica mu dim se diže, iz usta mu oganj liznu, ugljevlje živo od njega plamsa.
ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖରୁ ନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ୱାରା ଅଙ୍ଗାର ପ୍ରଜ୍ୱଳିତ ହେଲା।
10 On nagnu nebesa i siđe, pod nogama oblaci mu mračni.
ମଧ୍ୟ ସେ ଆକାଶମଣ୍ଡଳକୁ ମେଲା କରି ଓହ୍ଲାଇ ଆସିଲେ ଓ ନିବିଡ଼ ଅନ୍ଧକାର ତାହାଙ୍କ ପାଦ ତଳେ ଥିଲା।
11 Na keruba stade i poletje; na krilima vjetra zaplovi.
ପୁଣି ସେ କିରୂବ ଉପରେ ଆରୋହଣ କରି ଉଡ୍ଡୀୟମାନ ହେଲେ; ହଁ, ସେ ବାୟୁର ପକ୍ଷ ଉପରେ ଦେଖାଗଲେ।
12 Ogrnu se mrakom kao koprenom, prekri se tamnim vodama i oblacima tmastim,
ସେ ଅନ୍ଧକାରକୁ, ଅର୍ଥାତ୍‍, ଜଳରାଶି ଓ ଆକାଶର ନିବିଡ଼ ମେଘକୁ ଆପଣା ଚତୁର୍ଦ୍ଦିଗସ୍ଥ କୁଟୀର ସ୍ୱରୂପ କଲେ।
13 od bljeska pred licem njegovim užga se ugljevlje plameno.
ତାହାଙ୍କ ସମ୍ମୁଖବର୍ତ୍ତୀ ତେଜରେ ଆଗ୍ନେୟ-ଅଙ୍ଗାର ପତିତ ହେଲା।
14 Jahve s neba zagrmje, Svevišnjega glas se ori.
ସଦାପ୍ରଭୁ ଆକାଶରୁ ଗର୍ଜ୍ଜନ କଲେ ଓ ସର୍ବୋପରିସ୍ଥ ଯେ, ସେ ଆପଣା ରବ ଉଚ୍ଚାରଣ କଲେ।
15 Odape strijele i dušmane rasu, izbaci munje i na zemlju ih obori.
ପୁଣି ସେ ବାଣ ନିକ୍ଷେପ କରି ସେମାନଙ୍କୁ ଛିନ୍ନଭିନ୍ନ କଲେ; ବିଜୁଳି ଦ୍ୱାରା ସେମାନଙ୍କୁ ବିଚ୍ଛିନ୍ନ କଲେ।
16 Morska dna se pokazaše, i temelji svijeta postaše goli od strašne prijetnje Jahvine, od olujna daha gnjeva njegova.
ସେତେବେଳେ ସଦାପ୍ରଭୁଙ୍କ ତର୍ଜ୍ଜନରେ ଓ ତାହାଙ୍କ ନାସିକାର ପ୍ରଶ୍ୱାସ ବାୟୁରେ ସମୁଦ୍ରର ଗର୍ଭ ପ୍ରକାଶ ପାଇଲା ଓ ଭୂମଣ୍ଡଳର ମୂଳସକଳ ଦେଖାଗଲା।
17 On pruži s neba ruku i mene prihvati, iz silnih voda on me izbavi.
ସେ ଉର୍ଦ୍ଧ୍ବରୁ (ହାତ) ବଢ଼ାଇଲେ, ସେ ମୋତେ ଧରିଲେ; ସେ ଅପାର ଜଳ ମଧ୍ୟରୁ ମୋତେ ଟାଣି ନେଲେ।
18 Od protivnika moćnog mene oslobodi, od dušmana mojih jačih od mene.
ସେ ମୋହର ବଳବାନ ଶତ୍ରୁଠାରୁ ଓ ମୋହର ଘୃଣାକାରୀମାନଙ୍କଠାରୁ ମୋତେ ରକ୍ଷା କଲେ; କାରଣ ସେମାନେ ମୋʼ ଠାରୁ ଅତି ବଳବାନ ଥିଲେ।
19 Navališe na me u dan zlosretni, ali me Jahve zaštiti,
ସେମାନେ ମୋହର ବିପଦ ଦିନରେ ମୋର ସମ୍ମୁଖବର୍ତ୍ତୀ ହେଲେ; ମାତ୍ର ସଦାପ୍ରଭୁ ମୋର ସହାୟ ହେଲେ।
20 na polje prostrano izvede me, spasi me jer sam mu mio.
ସେ ମଧ୍ୟ ମୋତେ ବାହାର କରି ପ୍ରଶସ୍ତ ସ୍ଥାନକୁ ପହଞ୍ଚାଇଲେ; ସେ ମୋତେ ରକ୍ଷା କଲେ, କାରଣ ସେ ମୋʼ ଠାରେ ସନ୍ତୁଷ୍ଟ ହେଲେ।
21 Po pravednosti mojoj Jahve mi uzvrati, po čistoći ruku mojih on me nagradi,
ସଦାପ୍ରଭୁ ମୋର ଧାର୍ମିକତାନୁସାରେ ମୋତେ ପୁରସ୍କାର ଦେଲେ; ମୋର ହସ୍ତର ପବିତ୍ରତାନୁସାରେ ମୋତେ ଫଳ ଦେଲେ।
22 jer čuvah putove Jahvine, od Boga se svoga ne udaljih.
କାରଣ ମୁଁ ସଦାପ୍ରଭୁଙ୍କ ପଥ ଧରିଲି ଓ ଦୁଷ୍ଟତାପୂର୍ବକ ମୁଁ ଆପଣା ପରମେଶ୍ୱରଙ୍କୁ ତ୍ୟାଗ କଲି ନାହିଁ।
23 Odredbe njegove sve su mi pred očima, zapovijedi njegove nisam odbacio,
ଯେହେତୁ ତାହାଙ୍କର ସମସ୍ତ ଶାସନ ମୋହର ସମ୍ମୁଖରେ ଥିଲା ଓ ତାହାଙ୍କର ବିଧିସକଳ ମୁଁ ପରିତ୍ୟାଗ କଲି ନାହିଁ।
24 do srži odan njemu sam bio, čuvam se grijeha svakoga.
ମୁଁ ମଧ୍ୟ ତାହାଙ୍କ ପ୍ରତି ସିଦ୍ଧ ଥିଲି ଓ ମୁଁ ଆପଣା ଅଧର୍ମରୁ ଆପଣାକୁ ରକ୍ଷା କଲି।
25 Jahve mi po pravdi mojoj vrati, čistoću ruku mojih vidje.
ଏହେତୁ ସଦାପ୍ରଭୁ ମୋର ଧାର୍ମିକତାନୁସାରେ ଓ ତାହାଙ୍କ ଦୃଷ୍ଟିରେ ମୋହର ପବିତ୍ରତାନୁସାରେ ମୋତେ ଫଳ ଦେଲେ।
26 S prijateljem ti si prijatelj, poštenu poštenjem uzvraćaš.
ତୁମ୍ଭେ ଦୟାଳୁ ପ୍ରତି ଆପଣାକୁ ଦୟାଳୁ ଓ ସିଦ୍ଧ ଲୋକ ପ୍ରତି ତୁମ୍ଭେ ଆପଣାକୁ ସିଦ୍ଧ ଦେଖାଇବ।
27 S čovjekom čistim ti si čist, a lukavca izigravaš,
ଶୁଚି ଲୋକ ପ୍ରତି ତୁମ୍ଭେ ଆପଣାକୁ ଶୁଚି ଦେଖାଇବ ଓ କୁଟିଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ଚତୁର ଦେଖାଇବ।
28 jer narodu poniženu spasenje donosiš a ponižavaš oči ohole.
ତୁମ୍ଭେ ଦୁଃଖୀ ଲୋକମାନଙ୍କୁ ଉଦ୍ଧାର କର; ମାତ୍ର ଉଦ୍ଧତ ଲୋକମାନଙ୍କୁ ନତ କରିବାକୁ ସେମାନଙ୍କ ଉପରେ ତୁମ୍ଭର ଦୃଷ୍ଟି ଥାଏ।
29 Jahve, ti moju svjetiljku užižeš, Bože, tminu moju obasjavaš:
ହେ ସଦାପ୍ରଭୋ, ତୁମ୍ଭେ ମୋହର ପ୍ରଦୀପ; ପୁଣି ସଦାପ୍ରଭୁ ମୋହର ଅନ୍ଧକାର ଆଲୋକମୟ କରିବେ।
30 s tobom udaram na čete dušmanske, s Bogom svojim preskačem zidine.
କାରଣ ମୁଁ ତୁମ୍ଭ ଦ୍ୱାରା ସୈନ୍ୟ ଉପରେ ଦୌଡ଼େ; ମୁଁ ଆପଣା ପରମେଶ୍ୱରଙ୍କ ଦ୍ୱାରା ପାଚେରୀ ଡିଏଁ।
31 Savršeni su puti Gospodnji, i riječ je Jahvina ognjem kušana. on je štit svima, samo on, koji se k njemu utječu.
ସେ ପରମେଶ୍ୱର, ତାହାଙ୍କ ପଥ ଯଥାର୍ଥ; ସଦାପ୍ରଭୁଙ୍କ ବାକ୍ୟ ପରୀକ୍ଷାସିଦ୍ଧ; ସେ ଆପଣା ଆଶ୍ରିତ ସମସ୍ତଙ୍କର ଢାଲ।
32 Jer tko je Bog osim Jahve? Tko li je hridina osim Boga našega?
ସଦାପ୍ରଭୁଙ୍କ ବିନା ଆଉ କିଏ ପରମେଶ୍ୱର? ଆମ୍ଭମାନଙ୍କ ପରମେଶ୍ୱରଙ୍କ ଛଡ଼ା ଆଉ କିଏ ଶୈଳ?
33 Taj Bog me snagom opasuje, stere mi put besprijekoran.
ପରମେଶ୍ୱର ମୋହର ଦୃଢ଼ ଆଶ୍ରୟ; ସେ ସିଦ୍ଧ ଲୋକଙ୍କୁ ଆପଣା ପଥରେ କଢ଼ାଇ ନିଅନ୍ତି।
34 Noge mi dade brze ko u košute i postavi me na visine sigurne,
ସେ ମୋʼ ର ପାଦକୁ ହରିଣୀର ପାଦ ତୁଲ୍ୟ କରନ୍ତି ଓ ସେ ମୋତେ ମୋʼ ର ଉଚ୍ଚସ୍ଥଳୀରେ ବସାନ୍ତି।
35 ruke mi za borbu uvježba i mišice da luk mjedeni napinju.
ସେ ମୋʼ ହସ୍ତକୁ ଯୁଦ୍ଧ କରିବା ପାଇଁ ଶିଖାନ୍ତି; ତହିଁରେ ମୋହର ବାହୁ ପିତ୍ତଳ ଧନୁ ବଙ୍କା କରେ।
36 Daješ mi štit svoj koji spasava, tvoja me brižljivost uzvisi.
ତୁମ୍ଭେ ମଧ୍ୟ ମୋତେ ନିଜ ପରିତ୍ରାଣରୂପ ଢାଲ ଦେଇଅଛ; ତୁମ୍ଭର ନମ୍ରତା (ଦୟା) ମୋତେ ବୃଦ୍ଧିପ୍ରାପ୍ତ କରିଅଛି।
37 Pouzdanje daješ mom koraku, i noge mi više ne posrću.
ତୁମ୍ଭେ ମୋʼ ତଳେ ମୋର ପାଦ ରଖିବା ସ୍ଥାନ ପ୍ରଶସ୍ତ କରିଅଛ ଓ ମୋହର ଗୋଇଠି ଖସି ଯାଇ ନାହିଁ।
38 Pognah svoje dušmane i dostigoh, i ne vratih se dok ih ne uništih.
ମୁଁ ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଇ ସେମାନଙ୍କୁ ବିନାଶ କରିଅଛି ଓ ସେମାନେ ସଂହାରିତ ହେବା ପର୍ଯ୍ୟନ୍ତ ମୁଁ ଫେରିଲି ନାହିଁ।
39 Obaram ih, ne mogu se dići, padaju, pod nogama mi leže.
ମୁଁ ସେମାନଙ୍କୁ ଏପରି ସଂହାର ଓ ଚୂର୍ଣ୍ଣ କରିଅଛି ଯେ, ସେମାନେ ଆଉ ଉଠି ନ ପାରନ୍ତି; ହଁ, ସେମାନେ ମୋର ପାଦ ତଳେ ପତିତ ହୋଇଅଛନ୍ତି।
40 Ti me opasa snagom za borbu, a protivnike moje meni podloži.
ତୁମ୍ଭେ ଯୁଦ୍ଧ ନିମନ୍ତେ ବଳରୂପ ବନ୍ଧନୀରେ କଟି ପରି ବଳ ଦେଇଅଛ; ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କୁ ମୋହର ବଶୀଭୂତ କରିଅଛ।
41 Ti dušmane moje u bijeg natjera, i rasprših one koji su me mrzili.
ତୁମ୍ଭେ ମଧ୍ୟ ମୋହର ଶତ୍ରୁମାନଙ୍କ ପିଠି ମୋʼ ଆଡ଼େ ଫେରାଇଲ, ତହିଁରେ ମୁଁ ଆପଣା ଘୃଣାକାରୀମାନଙ୍କୁ ଉଚ୍ଛିନ୍ନ କଲି।
42 Vapiju u pomoć, nikog da pomogne, vapiju Jahvi - ne odaziva se.
ସେମାନେ କ୍ରନ୍ଦନ କଲେ, ମାତ୍ର ଉଦ୍ଧାରକର୍ତ୍ତା କେହି ନ ଥିଲା; ସଦାପ୍ରଭୁଙ୍କ ପ୍ରତି ମଧ୍ୟ (ଅନାଇଲେ), ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ ନାହିଁ।
43 Smrvih ih kao prah na vjetru, zgazih ih ko blato na putu.
ତହୁଁ ମୁଁ ପୃଥିବୀର ଧୂଳି ପରି ସେମାନଙ୍କୁ ଚୂର୍ଣ୍ଣ କଲି, ମୁଁ ସଡ଼କର କାଦୁଅ ପରି ସେମାନଙ୍କୁ ଦଳିଲି ଓ ସେମାନଙ୍କୁ ଛିନ୍ନଭିନ୍ନ କଲି।
44 Ti me §izbavÄi od bune u mom narodu, postavi me glavarom pogana, puk koji ne poznavah služi mi.
ତୁମ୍ଭେ ମଧ୍ୟ ମୋʼ ଲୋକମାନଙ୍କ ବିବାଦରୁ ମୋତେ ରକ୍ଷା କରିଅଛ; ତୁମ୍ଭେ ମୋତେ ଅନ୍ୟ ଦେଶୀୟମାନଙ୍କ ମସ୍ତକ ହେବା ପାଇଁ ରଖିଅଛ; ମୋହର ଅପରିଚିତ ଲୋକମାନେ ମୋହର ସେବା କରିବେ।
45 Svaki moj šapat pokorno on sluša. Sinovi tuđinci meni laskaju,
ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କଲେ; ସେମାନେ ମୋʼ ବିଷୟ ଶୁଣିବାମାତ୍ରେ ମୋହର ଆଜ୍ଞାବହ ହେଲେ।
46 sinovi tuđinski gube srčanost izlaze dršćuć iz svojih utvrda.
ବିଦେଶୀୟମାନେ ଆପଣାମାନଙ୍କ ଗୁପ୍ତ ସ୍ଥାନରୁ ଥରହର ହୋଇ ବାହାରି ଆସିଲେ।
47 Živio Jahve! Blagoslovljena hridina moja! Neka se uzvisi Bog, spasenje moje!
ସଦାପ୍ରଭୁ ନିତ୍ୟଜୀବୀ; ମୋହର ଶୈଳ ଧନ୍ୟ ହେଉନ୍ତୁ ଓ ମୋʼ ପରିତ୍ରାଣର ଶୈଳ ସ୍ୱରୂପ ପରମେଶ୍ୱର ଉନ୍ନତ ହେଉନ୍ତୁ।
48 Bog koji mi daje osvetu i narode meni pokorava.
ସେହି ପରମେଶ୍ୱର ମୋʼ ପକ୍ଷରେ ପରିଶୋଧ ନିଅନ୍ତି ଓ ଗୋଷ୍ଠୀୟମାନଙ୍କୁ ମୋʼ ତଳେ ନତ କରନ୍ତି।
49 Od dušmana me mojih izbavljaš i nad protivnike me moje izdižeš, ti mene od čovjeka silnika spasavaš.
ପୁଣି ସେ ମୋʼ ଶତ୍ରୁଗଣଠାରୁ ମୋତେ ବାହାର କରି ଆଣନ୍ତି; ହଁ, ତୁମ୍ଭେ ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ରକ୍ଷା କରୁଅଛ।
50 Zato te slavim, Jahve, među pucima i psalam pjevam tvome Imenu:
ଏହେତୁ ହେ ସଦାପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ଧନ୍ୟବାଦ କରିବି ଓ ତୁମ୍ଭ ନାମର ପ୍ରଶଂସା ଗାନ କରିବି।
51 umnožio si pobjede kralju svojemu, pomazaniku svome milost si iskazao, Davidu i potomstvu njegovu navijeke.”
ସେ ଆପଣା ରାଜାକୁ ମହାପରିତ୍ରାଣ ପ୍ରଦାନ କରନ୍ତି; ସେ ଆପଣା ଅଭିଷିକ୍ତ ପ୍ରତି, ଦାଉଦ ଓ ତାହାର ବଂଶ ପ୍ରତି ଅନନ୍ତକାଳ ଦୟା ପ୍ରକାଶ କରନ୍ତି।”

< 2 Samuelova 22 >