< Djela apostolska 13 >

1 U antiohijskoj je Crkvi bilo proroka i učitelja: Barnaba, Šimun zvani Niger, Lucije Cirenac, Manahen, suothranjenik Heroda četverovlasnika, i Savao.
ସେତେବେଳେ ଆନ୍ତିୟଖିଆସ୍ଥିତ ମଣ୍ଡଳୀରେ ବର୍ଣ୍ଣବ୍ବା, ଶିମିୟୋନ, ଯାହାଙ୍କୁ ନିଗର ବୋଲି କହନ୍ତି, କୂରୀଣୀୟ ଲୂକୀୟ, ସାମନ୍ତରାଜା ହେରୋଦଙ୍କ ସହପାଳିତ ମନହେମ୍‍ ଓ ଶାଉଲ, ଏହିପରି ଭାବବାଦୀ ଓ ଶିକ୍ଷକମାନେ ଥିଲେ।
2 Dok su jednom obavljali službu Božju i postili, reče Duh Sveti: “De mi odlučite Barnabu i Savla za djelo na koje sam ih pozvao.”
ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ୱାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ୍ କର।
3 Onda su postili, molili, položili na njih ruke i otpustili ih.
ସେଥିରେ ସେମାନେ ଉପବାସ ଓ ପ୍ରାର୍ଥନା କଲା ଉତ୍ତାରେ ସେମାନଙ୍କ ଉପରେ ହସ୍ତାର୍ପଣ କରି ସେମାନଙ୍କୁ ବିଦାୟ ଦେଲେ।
4 Poslani od Svetoga Duha siđu u Seleuciju, a odande odjedre na Cipar.
ଏହି ପ୍ରକାରେ ସେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ପ୍ରେରିତ ହୋଇ ସେଲୂକିଆକୁ ଗଲେ; ସେଠାରୁ ସେମାନେ ଜାହାଜରେ ଚଢ଼ି ସାଇପ୍ରସ୍ ଦ୍ବୀପକୁ ଗଲେ।
5 Kad se nađoše u Salamini, navješćivahu riječ Božju u židovskim sinagogama. Imali su i Ivana za poslužitelja.
ସେମାନେ ସାଲାମି ସହରରେ ପହଞ୍ଚିଲା ଉତ୍ତାରେ ଯିହୁଦୀମାନଙ୍କ ସମସ୍ତ ସମାଜଗୃହରେ ଈଶ୍ବରଙ୍କ ବାକ୍ୟ ପ୍ରଚାର କରିବାକୁ ଲାଗିଲେ; ଆଉ ଯୋହନ ମଧ୍ୟ ପରିଚାରକସ୍ୱରୂପେ ସେମାନଙ୍କ ସହିତ ଥିଲେ।
6 Pošto pak prođoše sav otok do Pafa, nađoše nekog vračara, nazoviproroka, Židova, imenom Barjesu.
ପୁଣି, ସେମାନେ ସମସ୍ତ ଦ୍ୱୀପ ପରିଭ୍ରମଣ କରି ପାଫ ସହରକୁ ଆସି ଜଣେ ମାୟାବୀ ଭଣ୍ଡ ଭାବବାଦୀଙ୍କୁ ଦେଖିଲେ; ସେ ଜଣେ ଯିହୁଦୀ, ଆଉ ତାହାର ନାମ ବର୍ଯୀଶୁ।
7 On bijaše uz namjesnika Sergija Pavla, čovjeka razborita. Sergije dozva Barnabu i Savla te zaiska čuti riječ Božju,
ସେ ଶାସନକର୍ତ୍ତା ସେର୍ଗିୟ ପାଉଲଙ୍କ ସାଙ୍ଗରେ ଥିଲା, ସେହି ଶାସନକର୍ତ୍ତା ଜଣେ ବୁଦ୍ଧିମାନ ବ୍ୟକ୍ତି। ସେ ବର୍ଣ୍ଣବ୍ବା ଓ ଶାଉଲଙ୍କୁ ଆପଣା ନିକଟକୁ ଡାକି ଈଶ୍ବରଙ୍କ ବାକ୍ୟ ଶୁଣିବାକୁ ଇଚ୍ଛା କଲେ।
8 ali im se usprotivi Elim, Vračar - tako mu se ime prevodi - nastojeći odvratiti namjesnika od vjere.
କିନ୍ତୁ ସେହି ମାୟାବୀ ଅଲ୍ଲୀମା (ଅନୁବାଦ କଲେ ଏହି ନାମର ଅର୍ଥ ମାୟାବୀ) ସେହି ଶାସନକର୍ତ୍ତାଙ୍କୁ ବିଶ୍ୱାସରୁ ବିମୁଖ କରିବା ଚେଷ୍ଟାରେ ସେମାନଙ୍କର ପ୍ରତିରୋଧ କରିବାକୁ ଲାଗିଲା।
9 Savao pak, zvan i Pavao, pun Duha Svetoga, ošinu ga pogledom
ମାତ୍ର ଶାଉଲ, ଯାହାକୁ ପାଉଲ ମଧ୍ୟ କହନ୍ତି, ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ତାହାକୁ ନିରୀକ୍ଷଣ କରି କହିଲେ,
10 i reče: “Pun svake lukavosti i prevrtljivosti, sine đavolski, neprijatelju svake pravednosti, zar nikako da prestaneš iskrivljavati ravne putove Gospodnje?
ଆରେ ସମସ୍ତ ପ୍ରକାର ଛଳ ଓ ମନ୍ଦତାରେ ପରିପୂର୍ଣ୍ଣ ଆଉ ସମସ୍ତ ପ୍ରକାର ଧାର୍ମିକତାର ଶତ୍ରୁ, ଶୟତାନର ସନ୍ତାନ, ତୁମ୍ଭେ ପ୍ରଭୁଙ୍କର ସରଳ ପଥକୁ ବକ୍ର କରିବାରୁ କି କ୍ଷାନ୍ତ ହେବ ନାହିଁ?
11 Evo stoga sada ruke Gospodnje na tebi: oslijepljet ćeš i neko vrijeme nećeš gledati sunca!” Odmah pade na nj mrak i tama te on glavinjajući stade tražiti ruke vodilje.
ଆଉ ଏବେ ଦେଖ, ପ୍ରଭୁଙ୍କର ହସ୍ତ ତୁମ୍ଭ ଉପରେ ରହିଅଛି, ତୁମ୍ଭେ ଅନ୍ଧ ହୋଇ କେତେକ ସମୟ ପର୍ଯ୍ୟନ୍ତ ସୂର୍ଯ୍ୟ ଦେଖିବ ନାହିଁ। ସେହିକ୍ଷଣି କୁହୁଡ଼ି ଓ ଅନ୍ଧକାର ତାହାକୁ ଘୋଡ଼ାଇ ପକାଇଲା, ତେଣୁ ତାହାକୁ ହାତ ଧରି ବାଟ କଢ଼ାଇବା ନିମନ୍ତେ ସେ ଏଣେ-ତେଣେ ଦରାଣ୍ଡି ଲୋକ ଖୋଜିବାକୁ ଲାଗିଲା।
12 Videći što se dogodilo, povjerova tada namjesnik, zanesen naukom Gospodnjim.
ସେହି ଶାସନକର୍ତ୍ତା ଏହି ଘଟଣା ଦେଖି ପ୍ରଭୁଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟ ହୋଇ ବିଶ୍ୱାସ କଲେ।
13 Pošto se Pavao i oni oko njega otisnuše od Pafa, stigoše u Pergu pamfilijsku. Ivan ih napusti te se vrati u Jeruzalem.
ପରେ ପାଉଲ ଓ ତାହାଙ୍କ ସଙ୍ଗୀମାନେ ପାଫ ସହରରୁ ଜଳଯାତ୍ରା କରି ପଂଫୂଲିଆ ଦେଶରେ ପର୍ଗୀ ସହରକୁ ଆସିଲେ; କିନ୍ତୁ ଯୋହନ ସେମାନଙ୍କୁ ପରିତ୍ୟାଗ କରି ଯିରୂଶାଲମ ସହରକୁ ବାହୁଡ଼ିଗଲେ।
14 Oni pak krenuše iz Perge i stigoše u Antiohiju pizidijsku. U dan subotni ušli su u sinagogu i sjeli.
ସେମାନେ ପର୍ଗୀଠାରୁ ଯାତ୍ରା କରି ପିସିଦିଆ ଦେଶରେ ଆନ୍ତିୟଖିଆ ସହରରେ ପହଞ୍ଚିଲେ, ଆଉ ବିଶ୍ରାମବାର ଦିନରେ ସମାଜଗୃହକୁ ଯାଇ ବସିଲେ।
15 Nakon čitanja Zakona i Proroka pošalju nadstojnici sinagoge k njima: “Braćo, rekoše, ima li u vas koja riječ utjehe za narod, govorite!”
ପୁଣି, ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଶାସ୍ତ୍ରପାଠ ପରେ ସମାଜଗୃହର ଅଧ୍ୟକ୍ଷମାନେ ସେମାନଙ୍କ ନିକଟକୁ ଏହା କହି ପଠାଇଲେ, ଭାଇମାନେ, ଲୋକମାନଙ୍କ ନିମନ୍ତେ ଯଦି ଆପଣମାନଙ୍କର କୌଣସି ଉପଦେଶର ବିଷୟ ଅଛି, ତେବେ କହନ୍ତୁ।
16 Nato usta Pavao, dadne rukom znak i reče: “Izraelci i vi koji se Boga bojite, čujte!
ସେଥିରେ ପାଉଲ ଠିଆ ହୋଇ ହସ୍ତରେ ସଙ୍କେତ କରି କହିବାକୁ ଲାଗିଲେ, ହେ ଇସ୍ରାଏଲୀୟ ଲୋକମାନେ ଓ ଈଶ୍ବର ଭୟକାରୀମାନେ, ଶ୍ରବଣ କରନ୍ତୁ।
17 Bog naroda ovoga, Izraela, izabra oce naše i uzdiže narod za boravka u zemlji egipatskoj te ga ispruženom rukom izvede iz nje.
ଏହି ଇସ୍ରାଏଲ ଜାତିର ଈଶ୍ବର ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ମନୋନୀତ କଲେ, ଆଉ ସେମାନେ ମିସର ଦେଶରେ ପ୍ରବାସ କରୁଥିବା ସମୟରେ ସେମାନଙ୍କୁ ଉନ୍ନତ କଲେ, ପୁଣି, ପରାକ୍ରମୀ ବାହୁ ଦ୍ୱାରା ସେଠାରୁ ସେମାନଙ୍କୁ କଢ଼ାଇ ଆଣିଲେ।
18 Oko četrdeset ga je godina na rukama nosio u pustinji
ପରେ ପ୍ରାୟ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ସେ ସେମାନଙ୍କ ବ୍ୟବହାର ସହ୍ୟ କଲେ,
19 pa pošto zatre sedam naroda u zemlji kanaanskoj, ubaštini ga u zemlji njihovoj
ପୁଣି, କିଣାନ ଦେଶରେ ସାତଗୋଟି ଜାତିକୁ ବିନାଶ କରି ପ୍ରାୟ ଚାରିଶହ ପଚାଶ ବର୍ଷ ପର୍ଯ୍ୟନ୍ତ ସେମାନଙ୍କୁ ଆପଣା ଦେଶ ଅଧିକାରସ୍ୱରୂପେ ଦେଲେ।
20 za kakve četiri stotine i pedeset godina. Nakon toga dade im suce - do Samuela proroka.
ଏଥିଉତ୍ତାରେ ଭାବବାଦୀ ଶାମୁୟେଲଙ୍କ ପର୍ଯ୍ୟନ୍ତ ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ।
21 Onda zaiskaše kralja pa im Bog za četrdeset godina dade Šaula, sina Kiševa, iz plemena Benjaminova.
ତତ୍ପରେ ସେମାନେ ଜଣେ ରାଜା ପାଇବା ନିମନ୍ତେ ପ୍ରାର୍ଥନା କଲେ, ଆଉ ଈଶ୍ବର ଚାଳିଶ ବର୍ଷ ପର୍ଯ୍ୟନ୍ତ ବିନ୍ୟାମୀନ୍ ଗୋଷ୍ଠୀର କୀଶଙ୍କ ପୁତ୍ର ଶାଉଲଙ୍କୁ ସେମାନଙ୍କୁ ଦେଲେ।
22 Pošto svrgnu njega, podiže im za kralja Davida za kojega posvjedoči: Nađoh Davida, sina Jišajeva, čovjeka po svom srcu, koji će ispuniti sve moje želje.
ପରେ ସେ ତାହାଙ୍କୁ ପଦଚ୍ୟୁତ କରି ସେମାନଙ୍କର ରାଜା ହେବା ନିମନ୍ତେ ଦାଉଦଙ୍କୁ ଉତ୍ଥାପନ କଲେ; ସେ ମଧ୍ୟ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ କହିଲେ, ଆମ୍ଭେ ଯିଶୀର ପୁତ୍ର ଦାଉଦଙ୍କୁ ପାଇଅଛୁ, ସେ ଆମ୍ଭର ମନର ମତ ବ୍ୟକ୍ତି, ସେ ସମସ୍ତ ବିଷୟରେ ଆମ୍ଭର ଇଚ୍ଛା ପାଳନ କରିବେ।
23 Iz njegova potomstva izvede Bog po svom obećanju Izraelu Spasitelja, Isusa.
ତାହାଙ୍କ ବଂଶରୁ ଈଶ୍ବର ପ୍ରତିଜ୍ଞାନୁସାରେ ଇସ୍ରାଏଲ ନିମନ୍ତେ ଜଣେ ତ୍ରାଣକର୍ତ୍ତା; ଅର୍ଥାତ୍‍ ଯୀଶୁଙ୍କୁ ଉତ୍ପନ୍ନ କରିଅଛନ୍ତି।
24 Pred njegovim je dolaskom Ivan propovijedao krštenje obraćenja svemu narodu izraelskomu.
ତାହାଙ୍କ ଆଗମନ ପୂର୍ବେ ଯୋହନ ସମସ୍ତ ଇସ୍ରାଏଲ ଲୋକଙ୍କ ନିକଟରେ ପ୍ରଥମରେ ମନ-ପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିଥିଲେ;
25 A kad je Ivan dovršavao svoju trku, govorio je: 'Nisam ja onaj za koga me vi držite. Nego za mnom evo dolazi onaj komu ja nisam dostojan odriješiti obuće na nogama.'”
ଆଉ ଯୋହନ ଆପଣାର ନିରୂପିତ କର୍ମ ସମାପ୍ତ କରୁ କରୁ କହିଲେ, ମୁଁ ଯେ ବୋଲି ତୁମ୍ଭେମାନେ ମନେ କରୁଅଛ, ମୁଁ ସେ ନୁହେଁ। କିନ୍ତୁ ଦେଖ, ମୋ ପଛରେ ଜଣେ ଆସୁଅଛନ୍ତି, ତାହାଙ୍କ ପାଦର ପାଦୁକା ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ।
26 “Braćo, sinovi roda Abrahamova, vi i oni koji se među vama Boga boje, nama je upravljena ova Riječ spasenja.
ହେ ଭାଇମାନେ, ଅବ୍ରହାମଙ୍କ ବଂଶର ସନ୍ତାନସନ୍ତତି ଓ ଆପଣମାନଙ୍କ ମଧ୍ୟରୁ ଈଶ୍ବର ଭୟକାରୀମାନେ, ଆମ୍ଭମାନଙ୍କ ନିକଟକୁ ଏହି ପରିତ୍ରାଣର ବାକ୍ୟ ପ୍ରେରିତ ହୋଇଅଛି।
27 Doista, žitelji Jeruzalema i glavari njihovi ne upoznaše njega ni riječi proročkih što se čitaju svake subote pa ih, osudivši ga, ispuniše.
କାରଣ ଯିରୂଶାଲମ ନିବାସୀମାନେ ଆଉ ସେମାନଙ୍କର ଅଧ୍ୟକ୍ଷଗଣ ତାହାଙ୍କୁ ପୁଣି, ପ୍ରତି ବିଶ୍ରାମବାର ଦିନରେ ପାଠ କରାଯାଉଥିବା ଭାବବାଦୀମାନଙ୍କର ବାକ୍ୟସବୁକୁ ନ ଜାଣିବାରୁ ତାହାଙ୍କୁ ଦୋଷୀ କରି ସେ ସମସ୍ତ ସଫଳ କଲେ,
28 Premda ne nađoše nikakva razloga smrti, zatražiše od Pilata da ga smakne.
ଆଉ ପ୍ରାଣଦଣ୍ଡର କୌଣସି କାରଣ ନ ପାଇଲେ ସୁଦ୍ଧା ତାହାଙ୍କୁ ବଧ କରିବା ନିମନ୍ତେ ପୀଲାତଙ୍କୁ ନିବେଦନ କଲେ।
29 Pošto pak izvršiše sve što je o njemu napisano, skinuše ga s drveta i položiše u grob.
ପୁଣି, ତାହାଙ୍କ ବିଷୟରେ ଯାହାସବୁ ଲେଖାଅଛି, ସେ ସମସ୍ତ ପୂର୍ଣ୍ଣ କଲା ଉତ୍ତାରେ ତାହାଙ୍କୁ କ୍ରୁଶରୁ ଓହ୍ଲାଇ ଆଣି ସମାଧିରେ ରଖିଦେଲେ।
30 Ali Bog ga uskrisi od mrtvih.
କିନ୍ତୁ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ,
31 On se mnogo dana ukazivao onima koji s njim bijahu uzašli iz Galileje u Jeruzalem. Oni su sada njegovi svjedoci pred narodom.”
ପୁଣି, ଯେଉଁମାନେ ତାହାଙ୍କ ସହିତ ଗାଲିଲୀରୁ ଯିରୂଶାଲମ ସହରକୁ ଆସିଥିଲେ, ସେମାନେ ଅନେକ ଦିନ ପର୍ଯ୍ୟନ୍ତ ତାହାଙ୍କ ଦର୍ଶନ ପାଇଲେ; ସେମାନେ ବର୍ତ୍ତମାନ ଲୋକମାନଙ୍କ ନିକଟରେ ତାହାଙ୍କର ସାକ୍ଷୀ।
32 “I mi vam navješćujemo evanđelje: obećanje dano ocima
ଆଉ ପିତୃ-ପୁରୁଷମାନଙ୍କ ନିକଟରେ କୃତ ପ୍ରତିଜ୍ଞା ବିଷୟରେ ଆମ୍ଭେମାନେ ଆପଣମାନଙ୍କୁ ଏହି ସୁସମାଚାର ଜଣାଉଅଛୁ ଯେ,
33 Bog je ispunio djeci, nama, uskrisivši Isusa, kao što je i pisano u Psalmu drugom: Ti si Sin moj, danas te rodih.
ଈଶ୍ବର ଯୀଶୁଙ୍କୁ ଉତ୍ଥାପନ କରି ସେମାନଙ୍କର ସନ୍ତାନ ଯେ ଆମ୍ଭେମାନେ, ଆମ୍ଭମାନଙ୍କ ପ୍ରତି ସେହି ପ୍ରତିଜ୍ଞା ସଫଳ କରିଅଛନ୍ତି, ଯେପରି ଦ୍ବିତୀୟ ଗୀତସଂହିତାରେ ମଧ୍ୟ ଲେଖାଅଛି, “ତୁମ୍ଭେ ଆମ୍ଭର ପୁତ୍ର, ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ।”
34 Da ga pak uskrisi od mrtvih te se on više nikad neće vratiti u trulež, rekao je ovime: Dat ću vama svetinje Davidove, pouzdane.
ସେ ଯେ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି; ପୁଣି, ସେ ଯେ ଆଉ କ୍ଷୟସ୍ଥାନକୁ ଫେରିବେ ନାହିଁ, ଏହି ବିଷୟରେ ସେ ଏହି ପ୍ରକାର କହିଅଛନ୍ତି, “‘ଆମ୍ଭେ ଦାଉଦଙ୍କ ନିକଟରେ ପ୍ରତିଜ୍ଞାତ ପବିତ୍ର ଓ ଅଟଳ ଆଶୀର୍ବାଦ ସବୁ ତୁମ୍ଭମାନଙ୍କୁ ପ୍ରଦାନ କରିବା।’
35 Zato i na drugome mjestu kaže: Nećeš dati da Svetac tvoj ugleda truleži.
ପୁଣି, ସେ ମଧ୍ୟ ଆଉ ଗୋଟିଏ ଗୀତସଂହିତାରେ କହିଅଛନ୍ତି, ‘ତୁମ୍ଭେ ଆପଣା ପବିତ୍ର ଜଣକୁ କ୍ଷୟ ପାଇବାକୁ ଦେବ ନାହିଁ।’”
36 David doista, pošto u svom naraštaju posluži volji Božjoj, preminu, pridruži se ocima svojim i vidje trulež,
ଦାଉଦ ତ ଆପଣା ସମକାଳୀନ ଲୋକମାନଙ୍କ ମଧ୍ୟରେ ଈଶ୍ବରଙ୍କର ସଙ୍କଳ୍ପ ଅନୁସାରେ ସେବକର କାର୍ଯ୍ୟ କଲା ଉତ୍ତାରେ ମହାନିଦ୍ରାପ୍ରାପ୍ତ ହେଲେ ଏବଂ ଆପଣା ପିତୃ-ପୁରୁଷମାନଙ୍କ ନିକଟରେ ସମାଧିସ୍ଥ ହୋଇ କ୍ଷୟ ପାଇଲେ;
37 a Onaj koga Bog uskrisi ne vidje truleži.
କିନ୍ତୁ ଯାହାଙ୍କୁ ଈଶ୍ବର ଉଠାଇଅଛନ୍ତି, ସେ କ୍ଷୟ ପାଇ ନାହାନ୍ତି।
38 Neka vam dakle braćo, znano bude: po Ovome vam se navješćuje oproštenje grijeha!
ଅତଏବ, ହେ ଭାଇମାନେ, ଆପଣମାନେ ଏହା ଅବଗତ ହେଉନ୍ତୁ, ଏହି ବ୍ୟକ୍ତିଙ୍କ ଦ୍ୱାରା ଆପଣମାନଙ୍କ ନିକଟରେ ପାପ କ୍ଷମା ପ୍ରଚାର କରାଯାଉଅଛି,
39 Po Ovome se tko god vjeruje, opravdava od svega od čega se po Mojsijevu zakonu niste mogli opravdati!
ପୁଣି, ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଯେ ସମସ୍ତ ବିଷୟରୁ ଆପଣମାନେ ମୁକ୍ତ ହୋଇ ଧାର୍ମିକ ଗଣିତ ହୋଇପାରିଲେ ନାହିଁ, ବିଶ୍ୱାସକାରୀ ପ୍ରତ୍ୟେକ ଲୋକ ତାହାଙ୍କ ଦ୍ୱାରା ସେହି ସମସ୍ତ ବିଷୟରୁ ମୁକ୍ତ ହୋଇ ଧାର୍ମିକ ଗଣିତ ହୁଅନ୍ତି।
40 Pazite da se ne zbude što je rečeno u Prorocima:
ତେଣୁ ସାବଧାନ, କାଳେ ଭାବବାଦୀମାନଙ୍କ ଶାସ୍ତ୍ରରେ ଯାହା କୁହାଯାଇଅଛି, ତାହା ଯେପରି ଆପଣମାନଙ୍କ ପ୍ରତି ନ ଘଟେ,
41 Obazrite se, preziratelji, snebijte se i nestanite! Jer djelo činim u dane vaše, djelo u koje ne biste vjerovali da vam ga tko ispriča.”
“‘ହେ ଅବଜ୍ଞାକାରୀମାନେ, ତୁମ୍ଭେମାନେ ଦେଖି ପୁଣି, ଚମତ୍କୃତ ହୋଇ ବିନଷ୍ଟ ହୁଅ; ଯେଣୁ ଆମ୍ଭେ ତୁମ୍ଭମାନଙ୍କ ସମୟରେ ଗୋଟିଏ କାର୍ଯ୍ୟ ସାଧନ କରୁଅଛୁ, ଯଦି କେହି ସେହି କାର୍ଯ୍ୟ ତୁମ୍ଭମାନଙ୍କ ନିକଟରେ ବର୍ଣ୍ଣନା କରେ, ତେବେ ତୁମ୍ଭେମାନେ କୌଣସି ପ୍ରକାରେ ତାହା ବିଶ୍ୱାସ କରିବ ନାହିଁ।’”
42 Na izlasku su ih molili da im iduće subote o tome govore.
ସେମାନେ ବାହାରିଯାଉଥିବା ସମୟରେ, ଯେପରି ପରବର୍ତ୍ତୀ ବିଶ୍ରାମବାର ଦିନରେ ସେହିସବୁ କଥା ସେମାନଙ୍କୁ କୁହାଯାଏ, ଏଥିପାଇଁ ସେମାନେ ବିନତି କରିବାକୁ ଲାଗିଲେ।
43 A pošto se skup raspustio, mnogi Židovi i bogobojazne pridošlice pođoše za Pavlom i Barnabom koji su ih nagovarali ustrajati u milosti Božjoj.
ସଭା ସମାପ୍ତ ହେଲା ଉତ୍ତାରେ ଯିହୁଦୀ ଓ ଯିହୁଦୀମତାବଲମ୍ବୀ ଅଣଯିହୁଦୀମାନଙ୍କ ମଧ୍ୟରୁ ଅନେକେ ପାଉଲ ଓ ବର୍ଣ୍ଣବ୍ବାଙ୍କ ପଛେ ପଛେ ଗଲେ; ସେମାନେ ସେମାନଙ୍କ ସହିତ କଥାବାର୍ତ୍ତା କରି ଈଶ୍ବରଙ୍କ ଅନୁଗ୍ରହରେ ସ୍ଥିର ହୋଇ ରହିବାକୁ ସେମାନଙ୍କୁ ପ୍ରବର୍ତ୍ତାଇଲେ।
44 Iduće se subote gotovo sav grad zgrnu čuti riječ Gospodnju.
ପୁଣି, ପରବର୍ତ୍ତୀ ବିଶ୍ରାମବାର ଦିନରେ ପ୍ରାୟ ସମସ୍ତ ନଗରବାସୀ ଈଶ୍ବରଙ୍କ ବାକ୍ୟ ଶୁଣିବା ନିମନ୍ତେ ଏକତ୍ରିତ ହେଲେ।
45 Kad su Židovi ugledali mnoštvo, puni zavisti psujući suprotstavljali su se onomu što je Pavao govorio.
କିନ୍ତୁ ଯିହୁଦୀମାନେ ଲୋକସମୂହଙ୍କୁ ଦେଖି ଈର୍ଷାରେ ପୂର୍ଣ୍ଣ ହେଲେ, ପୁଣି, ନିନ୍ଦା କରୁ କରୁ ପାଉଲଙ୍କ କଥାରେ ପ୍ରତିବାଦ କରିବାକୁ ଲାଗିଲେ।
46 Na to im Pavao i Barnaba smjelo rekoše: “Trebalo je da se najprije vama navijesti riječ Božja. Ali kad je odbacujete i sami sebe ne smatrate dostojnima života vječnoga, obraćamo se evo poganima. (aiōnios g166)
ସେଥିରେ ପାଉଲ ଓ ବର୍ଣ୍ଣବ୍ବା ସାହସପୂର୍ବକ କହିଲେ, ପ୍ରଥମରେ ଆପଣମାନଙ୍କ ନିକଟରେ ଈଶ୍ବରଙ୍କ ବାକ୍ୟ କୁହାଯିବା ଆବଶ୍ୟକ ଥିଲା; ଆପଣମାନେ ତାହା ଅଗ୍ରାହ୍ୟ କରି ଆପଣା ଆପଣାକୁ ଅନନ୍ତ ଜୀବନର ଅଯୋଗ୍ୟ ବୋଲି ବିଚାର କରୁଥିବାରୁ, ଦେଖନ୍ତୁ, ଆମ୍ଭେମାନେ ଅଣଯିହୁଦୀମାନଙ୍କ ନିକଟକୁ ଯାଉଅଛୁ, (aiōnios g166)
47 Jer ovako nam je zapovjedio Gospodin: Postavih te za svjetlost poganima, da budeš na spasenje do nakraj zemlje.
କାରଣ ପ୍ରଭୁ ଆମ୍ଭମାନଙ୍କୁ ଏହି ପ୍ରକାର ଆଜ୍ଞା ଦେଇଅଛନ୍ତି, “‘ଆମ୍ଭେ ତୁମ୍ଭକୁ ଅଣଯିହୁଦୀମାନଙ୍କ ନିମନ୍ତେ ଆଲୋକସ୍ୱରୂପେ ସ୍ଥାପନ କରିଅଛୁ, ଯେପରି ତୁମ୍ଭେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ପରିତ୍ରାଣ ଆଣିବ।’”
48 Pogani koji su slušali radovali su se i slavili riječ Gospodnju te povjerovaše oni koji bijahu određeni za život vječni. (aiōnios g166)
ଅଣଯିହୁଦୀମାନେ ଏହା ଶୁଣି ଆନନ୍ଦିତ ହେଲେ ଆଉ ଈଶ୍ବରଙ୍କ ବାକ୍ୟର ଗୌରବ କରିବାକୁ ଲାଗିଲେ, ପୁଣି, ଯେତେ ଲୋକ ଅନନ୍ତ ଜୀବନ ନିମନ୍ତେ ନିରୂପିତ ହୋଇଥିଲେ, ସେମାନେ ବିଶ୍ୱାସ କଲେ, (aiōnios g166)
49 Riječ se pak Gospodnja pronese po svoj onoj pokrajini.
ଆଉ ସମୁଦାୟ ଅଞ୍ଚଳରେ ପ୍ରଭୁଙ୍କର ବାକ୍ୟ ବ୍ୟାପିଗଲା।
50 Ali Židovi potakoše ugledne bogobojazne žene i prvake gradske te zametnuše progon protiv Pavla i Barnabe pa ih izbaciše iz svoga kraja.
କିନ୍ତୁ ଯିହୁଦୀମତାବଲମ୍ବୀ ଅଣଯିହୁଦୀ ପ୍ରମୁଖ ମହିଳାମାନଙ୍କୁ ଓ ନଗରର ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଯିହୁଦୀମାନେ ଉତ୍ତେଜିତ କଲେ, ପୁଣି, ପାଉଲ ଓ ବର୍ଣ୍ଣବ୍ବାଙ୍କ ପ୍ରତି ତାଡ଼ନା ଘଟାଇ ଆପଣାମାନଙ୍କ ସୀମାରୁ ସେମାନଙ୍କୁ ବାହାର କରିଦେଲେ।
51 Oni pak stresu prašinu s nogu protiv njih pa odu u Ikonij.
ସେଥିରେ ସେମାନେ ଆପଣା ଆପଣା ପାଦର ଧୂଳି ସେମାନଙ୍କ ବିରୁଦ୍ଧରେ ଝାଡ଼ିଦେଇ ଇକନୀୟ ସହରକୁ ଗଲେ,
52 A učenici su se ispunjali radošću i Duhom Svetim.
ଆଉ ଶିଷ୍ୟମାନେ ଆନନ୍ଦରେ ଓ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବାକୁ ଲାଗିଲେ।

< Djela apostolska 13 >