< Amos 4 >

1 Počujte ovu riječ, krave bašanske, što boravite na samarijskoj gori, tlačite potrebite, ugnjetavate siromahe, govorite muževima: “Donesi da pijemo!”
“ହେ ଶମରୀୟାର ପର୍ବତବାସିନୀ ବାଶନର ଗାଭୀସବୁ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ତୁମ୍ଭେମାନେ ଦରିଦ୍ରଗଣ ପ୍ରତି ଉପଦ୍ରବ କରୁଅଛ, ଦୀନହୀନମାନଙ୍କୁ ଦଳି ପକାଉଅଛ, ତୁମ୍ଭେମାନେ ଆପଣା ଆପଣା କର୍ତ୍ତାକୁ କହୁଅଛ, ‘ଆଣ, ଆମ୍ଭେମାନେ ପାନ କରିବା।’
2 Zakle se Jahve Gospod svetošću svojom: “Dolaze vam, evo, dani kad će vas izvlačiti kukama, a posljednju od vas ostima.
ପ୍ରଭୁ ସଦାପ୍ରଭୁ ଆପଣା ପବିତ୍ରତାରେ ଶପଥ କରି କହିଅଛନ୍ତି, ଦେଖ, ଯେଉଁ ସମୟରେ ଲୋକମାନେ ତୁମ୍ଭମାନଙ୍କୁ ତେଣ୍ଟାରେ ଓ ତୁମ୍ଭମାନଙ୍କର ଅବଶିଷ୍ଟାଂଶକୁ ବନଶୀ କଣ୍ଟାରେ ଟାଣି ନେବେ, ଏପରି ସମୟ ତୁମ୍ଭମାନଙ୍କ ଉପରେ ଆସିବ।
3 Kroz pukotine ćete izlaziti, ne obziruć' se nikamo, i biti bačene prema Hermonu” - riječ je Jahvina.
ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ସମ୍ମୁଖସ୍ଥ ଭଗ୍ନ ସ୍ଥାନ ଦେଇ ବାହାରି ଯିବ ଓ ହର୍ମ୍ମୋଣରେ ଆପଣାମାନଙ୍କୁ ନିକ୍ଷେପ କରିବ।” ଏହା ସଦାପ୍ରଭୁ କହନ୍ତି।
4 “Idite samo u Betel i griješite, u Gilgal i množite grijehe svoje! Prinosite svakog jutra žrtve, i desetine svaki treći dan.
“ତୁମ୍ଭେମାନେ ବେଥେଲ୍‍କୁ ଯାଇ ଅପରାଧ କର; ଗିଲ୍‍ଗଲ୍‍କୁ ଯାଇ ଅପରାଧ ବୃଦ୍ଧି କର; ଆଉ, ପ୍ରତି ପ୍ରଭାତରେ ଆପଣା ଆପଣା ବଳି ଓ ପ୍ରତି ତିନି ଦିନରେ ଆପଣା ଆପଣାର ଦଶମାଂଶ ଉତ୍ସର୍ଗ କର;
5 Palite tijesto uskislo na žrtvu zahvalnicu, oglasite žrtve dragovoljne, razglasite ih, jer to volite, sinovi Izraelovi” - riječ je Jahve Gospoda.
ପୁଣି, ପ୍ରଶଂସାର୍ଥକ ବଳି ନିମନ୍ତେ ତାଡ଼ି ମିଶ୍ରିତ ଦ୍ରବ୍ୟ ଉତ୍ସର୍ଗ କର ଓ ସ୍ଵେଚ୍ଛାଦତ୍ତ ଉପହାର ବିଷୟ ଘୋଷଣା କରି ପ୍ରକାଶ କର; କାରଣ, ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଏପରି କରିବାକୁ ଭଲ ପାଅ।” ଏହା ପ୍ରଭୁ ସଦାପ୍ରଭୁ କହନ୍ତି।
6 “Zato dadoh da vam zubi čisti ostanu u svim gradovima vašim, ostavih vas bez kruha u svim selima vašim; pa ipak se ne obratiste k meni” - riječ je Jahvina.
“ଆଉ, ଆମ୍ଭେ ତୁମ୍ଭମାନଙ୍କର ସମୁଦାୟ ନଗରରେ ଦନ୍ତ ପଂକ୍ତିର ନିର୍ମଳତା ଓ ତୁମ୍ଭମାନଙ୍କର ସମୁଦାୟ ବାସ ସ୍ଥାନରେ ଅନ୍ନ-ଅଭାବ ତୁମ୍ଭମାନଙ୍କୁ ଦେଇଅଛୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।
7 “Uskratih vam i kišu tri mjeseca prije žetve; pustih da kiši na jedan grad, al' ne i na drugi; jedno bi se polje nakvasilo, a drugo bi se - na koje ne pustih kiše - sasušilo.
“ଆହୁରି, ଶସ୍ୟ ପାଚିବାର ତିନି ମାସ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କଠାରୁ ବୃଷ୍ଟି ନିବାରଣ କରିଅଛୁ; ପୁଣି, ଏକ ନଗରରେ ଜଳ ବର୍ଷାଇ ଅଛୁ ଓ ଅନ୍ୟ ନଗରରେ ଜଳ ବର୍ଷାଇ ନାହୁଁ; ଏକ କ୍ଷେତ୍ରରେ ବୃଷ୍ଟି ହେଲା ଓ ଯେଉଁ କ୍ଷେତ୍ରରେ ବୃଷ୍ଟି ହେଲା ନାହିଁ, ତାହା ଶୁଷ୍କ ହେଲା।
8 Dva-tri grada lutahu tako u treći da piju vode, ali se ne mogoše napiti, pa ipak se ne obratiste k meni” - riječ je Jahvina.
ତହିଁ ସକାଶୁ ଦୁଇ, ତିନି ନଗରସ୍ଥ ଲୋକମାନେ ଜଳ ପାନ କରିବା ନିମନ୍ତେ ବୁଲି ବୁଲି ଅନ୍ୟ ଏକ ନଗରକୁ ଗଲେ, ମାତ୍ର ତୃପ୍ତ ହେଲେ ନାହିଁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।
9 “Udarah vas snijeću i medljikom, sasuših vam vrtove i vinograde, proždriješe vam skakavci smokve i masline, pa ipak se ne obratiste k meni” - riječ je Jahvina.
“ଆମ୍ଭେ ଶସ୍ୟର ଶୋଷ ଓ ମ୍ଳାନି ଦ୍ୱାରା ତୁମ୍ଭମାନଙ୍କୁ ଆଘାତ କରିଅଛୁ; ଶୂକ କୀଟ ତୁମ୍ଭମାନଙ୍କର ବହୁସଂଖ୍ୟକ ଉଦ୍ୟାନ, ଦ୍ରାକ୍ଷାକ୍ଷେତ୍ର, ଡିମ୍ବିରିବୃକ୍ଷ ଓ ଜୀତବୃକ୍ଷ ଗ୍ରାସ କରିଅଛି; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।
10 “Poslah na vas kugu poput kuge egipatske; mladiće vaše poklah mačem, a konji vam bjehu k'o plijen odvedeni; napunih vam nosnice smradom iz tabora vašega, pa ipak se ne obratiste k meni” - riječ je Jahvina.
“ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରୁ ମିସର ଦେଶର ମହାମାରୀ ତୁଲ୍ୟ ମହାମାରୀ ପଠାଇଅଛୁ; ତୁମ୍ଭମାନଙ୍କର ଯୁବାଗଣକୁ ଆମ୍ଭେ ଖଡ୍ଗରେ ସଂହାର କରିଅଛୁ ଓ ତୁମ୍ଭମାନଙ୍କର ଅଶ୍ୱଗଣକୁ ନେଇ ଯାଇଅଛୁ; ପୁଣି, ଆମ୍ଭେ ତୁମ୍ଭମାନଙ୍କର ଛାଉଣି ସ୍ଥାନର ଦୁର୍ଗନ୍ଧ ତୁମ୍ଭମାନଙ୍କର ନାସିକା ପର୍ଯ୍ୟନ୍ତ ହିଁ ପ୍ରବେଶ କରାଇଅଛୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।
11 “Obarah vas k'o što Bog obori Sodomu i Gomoru, bijaste k'o glavnja iz ognja istrgnuta, pa ipak se ne obratiste k meni” - riječ je Jahvina.
“ପରମେଶ୍ୱର ସଦୋମ ଓ ହମୋରାକୁ ଯେପରି ଉତ୍ପାଟନ କରିଥିଲେ, ସେପରି ଆମ୍ଭେ ତୁମ୍ଭମାନଙ୍କର କେତେକ (ସ୍ଥାନ) ଉତ୍ପାଟନ କରିଅଛୁ, ଆଉ ତୁମ୍ଭେମାନେ ପୋଡ଼ା ଖୁଣ୍ଟ ପରି ଅଗ୍ନିରୁ କଢ଼ାଗଲ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।
12 “Stog ću, Izraele, ovako s tobom postupiti, i jer ću tako s tobom postupiti, pripravi se, Izraele, da susretneš Boga svoga!”
“ଏଥିପାଇଁ ହେ ଇସ୍ରାଏଲ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା; ଆଉ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା, ଏଥିସକାଶୁ ହେ ଇସ୍ରାଏଲ, ତୁମ୍ଭେ ଆପଣା ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବାକୁ ପ୍ରସ୍ତୁତ ହୁଅ।”
13 Jer, gle, on sazda planine i stvori vjetar, otkriva čovjeku misao svoju, on tvori zoru i mrak, i penje se na vrh visova zemaljskih, Jahve, Bog nad Vojskama, njegovo je ime.
କାରଣ ଦେଖ, ଯେ ପର୍ବତଗଣ ନିର୍ମାଣ କରନ୍ତି, ବାୟୁକୁ ସୃଷ୍ଟି କରନ୍ତି ଓ ମନୁଷ୍ୟ ପ୍ରତି ତାହାର ଚିନ୍ତା ପ୍ରକାଶ କରନ୍ତି, ଯେ ଅରୁଣକୁ ଅନ୍ଧକାରମୟ କରନ୍ତି ଓ ପୃଥିବୀର ଉଚ୍ଚସ୍ଥଳୀସକଳର ଉପରେ ଗମନାଗମନ କରନ୍ତି। ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ତାହାଙ୍କର ନାମ।

< Amos 4 >