< Daniel 7 >
1 Prve godine Baltazara, kralja babilonskoga, usni Daniel san: utvare mu se na postelji vrzle glavom. Sažeto zapisa što je usnio.
ବାବିଲର ରାଜା ବେଲ୍ଶତ୍ସରର ରାଜତ୍ଵର ପ୍ରଥମ ବର୍ଷରେ ଦାନିୟେଲ ଆପଣା ଶଯ୍ୟା ଉପରେ ସ୍ୱପ୍ନ ଓ ମାନସିକ ଦର୍ଶନ ପ୍ରାପ୍ତ ହେଲେ; ତହୁଁ ସେ ସେହି ସ୍ୱପ୍ନ ଲେଖି କଥାର ସାର ପ୍ରକାଶ କଲେ।
2 Kazivaše ovako: Noću u viđenju pogledah, kad eno: četiri vjetra nebeska uzbibaše veliko more.
ଦାନିୟେଲ କହିଲେ, “ମୁଁ ରାତ୍ରିକାଳରେ ଦର୍ଶନକ୍ରମେ ଦେଖିଲି ଯେ, ଦେଖ, ମହାସମୁଦ୍ର ଉପରେ ଆକାଶର ଚତୁର୍ଦ୍ଦିଗରୁ ବାୟୁ ପ୍ରଚଣ୍ଡ ରୂପେ ବହିଲା।
3 Četiri goleme nemani iziđoše iz mora, svaka drukčija. Prva bijaše kao lav, a krila joj orlovska.
ପୁଣି, ଏକଆରେକଠାରୁ ଭିନ୍ନ ଚାରି ବୃହତ ପଶୁ ସମୁଦ୍ରରୁ ଉଠି ଆସିଲେ।
4 Dok je promatrah, krila joj se iščupaše, diže se ona sa zemlje i uspravi na noge kao čovjek, i bijaše joj dano srce čovječje.
ପ୍ରଥମ ପଶୁ ସିଂହ ତୁଲ୍ୟ ଓ ଉତ୍କ୍ରୋଶ ପକ୍ଷୀ ପରି ତାହାର ଡେଣା ଥିଲା; ମୁଁ ଦେଖୁ ଦେଖୁ ତାହାର ସେହି ଡେଣା ଉପୁଡ଼ା ଗଲା, ଆଉ ସେ ପୃଥିବୀରୁ ଉଠାଗଲା ଓ ମନୁଷ୍ୟ ପରି ଦୁଇ ଚରଣରେ ତାକୁ ଠିଆ କରାଗଲା, ପୁଣି ତାହାକୁ ମନୁଷ୍ୟର ଅନ୍ତଃକରଣ ଦିଆଗଲା।
5 Kad eno druga neman: gle, sasvim drukčija: kao medvjed, s jedne strane uspravljena, tri joj rebra u raljama, među zubima. I bijaše joj rečeno: “Ustani, nažderi se mesa!”
ଏଥିଉତ୍ତାରେ ଦେଖ, ଆଉ ଗୋଟିଏ, ଅର୍ଥାତ୍, ଦ୍ୱିତୀୟ ପଶୁ ଭଲ୍ଲୁକର ସଦୃଶ ଥିଲା, ସେ ଏକ ପାର୍ଶ୍ୱରେ ଉଠାଗଲା ଓ ତାହାର ମୁଖରେ ଦନ୍ତ ମଧ୍ୟରେ ତିନି ଖଣ୍ଡ ପଞ୍ଜରା ଥିଲା; ଆଉ, ତାହାକୁ ଏହି କଥା କୁହାଗଲା, ‘ଉଠ, ଅନେକ ଲୋକଙ୍କୁ ଗ୍ରାସ କର।’
6 Gledah dalje, i evo: treća neman kao leopard, na leđima joj četiri ptičja krila: imaše četiri glave, i dana joj je moć.
ଏଉତ୍ତାରେ ମୁଁ ଦେଖିଲି, ଦେଖ, ଚିତାବାଘ ସଦୃଶ ଆଉ ଗୋଟିଏ ପଶୁ, ତାହାର ପିଠିରେ ପକ୍ଷୀର ଚାରି ଡେଣା ଥିଲା; ମଧ୍ୟ ସେ ପଶୁର ଚାରି ମସ୍ତକ ଥିଲା ଆଉ, ତାହାକୁ କର୍ତ୍ତୃତ୍ୱ ଦିଆଗଲା।
7 Zatim, u noćnim viđenjima, pogledah, kad eno: četvrta neman, strahovita, užasna, izvanredno snažna: imaše velike gvozdene zube; ona žderaše, mrvljaše, a što preostade, gazila je nogama. Razlikovala se od prijašnjih nemani i imaše deset rogova.
ଏଥିଉତ୍ତାରେ ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଦେଖ, ଚତୁର୍ଥ ପଶୁ, ସେ ଭୟଙ୍କର, କ୍ଷମତାପନ୍ନ ଓ ଅତିଶୟ ବଳବାନ ଓ ତାହାର ବଡ଼ ବଡ଼ ଲୌହମୟ ଦନ୍ତ ଥିଲା; ସେ ଗ୍ରାସ କଲା ଓ ଭାଙ୍ଗି ଚୂର୍ଣ୍ଣ କଲା ଓ ଅବଶିଷ୍ଟ ଯାହା ରହିଲା, ତାହା ପଦ ତଳେ ଦଳିତ କଲା; ଆଉ, ସେ ତାହାର ପୂର୍ବବର୍ତ୍ତୀ ସବୁ ପଶୁମାନଙ୍କଠାରୁ ଭିନ୍ନ; ପୁଣି ତାହାର ଦଶ ଶୃଙ୍ଗ ଥିଲା।
8 Promatrah joj rogove, i gle: među njima poraste jedan mali rog; i pred tim se rogom iščupaše tri prijašnja roga. I gle, na tome rogu oči kao oči čovječje i usta koja govorahu velike hule.
ମୁଁ ସେହି ଶୃଙ୍ଗମାନର ବିଷୟ ଭାବନା କରୁ କରୁ ଦେଖ, ସେହିସବୁର ମଧ୍ୟରେ ଆଉ ଗୋଟିଏ ଶୃଙ୍ଗ ଉଠିଲା, ତାହା କ୍ଷୁଦ୍ର, ତାହା ସମ୍ମୁଖରେ ପ୍ରଥମ ଶୃଙ୍ଗମାନର ମଧ୍ୟରୁ ତିନିଗୋଟି ଶୃଙ୍ଗ ସମୂଳେ ଉତ୍ପାଟିତ ହେଲା; ପୁଣି ଦେଖ, ଏହି ଶୃଙ୍ଗରେ ମନୁଷ୍ୟର ଚକ୍ଷୁ ତୁଲ୍ୟ ଚକ୍ଷୁ ଓ ଅହଙ୍କାର ବାକ୍ୟବାଦୀ ମୁଖ ଥିଲା।
9 Gledao sam: Prijestolja bjehu postavljena i Pradavni sjede. Odijelo mu bijelo poput snijega; vlasi na glavi kao čista vuna. Njegovo prijestolje kao plamenovi ognjeni i točkovi kao žarki oganj.
ମୁଁ ଦେଖୁ ଦେଖୁ, କେତେଗୋଟି ସିଂହାସନ ସ୍ଥାପିତ ହେଲା, ପୁଣି ଅନେକ କାଳର ବୃଦ୍ଧ ଉପବିଷ୍ଟ ହେଲେ। ତାହାଙ୍କର ବସ୍ତ୍ର ହିମ ତୁଲ୍ୟ ଶୁକ୍ଳବର୍ଣ୍ଣ, ଓ ତାହାଙ୍କର ମସ୍ତକର କେଶ ବିଶୁଦ୍ଧ ମେଷର ଲୋମ ତୁଲ୍ୟ ଥିଲା। ତାହାଙ୍କର ସିଂହାସନ ଅଗ୍ନିଶିଖାମୟ ଓ ତହିଁର ଚକ୍ରସକଳ ଜ୍ୱଳନ୍ତ ଅଗ୍ନି।
10 Rijeka ognjena tekla, izvirala ispred njega. Tisuću tisuća služahu njemu, mirijade stajahu pred njim. Sud sjede, knjige se otvoriše.
ତାହାଙ୍କ ସମ୍ମୁଖରୁ ଅଗ୍ନିସ୍ରୋତ ନିର୍ଗତ ହୋଇ ବହିଲା; ସହସ୍ର ସହସ୍ର ତାହାଙ୍କର ପରିଚର୍ଯ୍ୟା କଲେ ଓ ଅୟୁତ ଅୟୁତ ତାହାଙ୍କ ସମ୍ମୁଖରେ ଉଭା ହେଲେ। ବିଚାର-ସଭା ବସିଲା ଓ ପୁସ୍ତକମାନ ଫିଟାଗଲା।
11 Ja gledah tada, zbog buke velikih hula što ih govoraše rog, i dok gledah, neman bi ubijena, njezino tijelo raskomadano i predano ognju.
ସେହି ଶୃଙ୍ଗର କଥିତ ଦର୍ପ-ବାକ୍ୟର ରବ ସକାଶୁ ସେହି ସମୟରେ ମୁଁ ଅନାଇଲି; ମୁଁ ଦେଖିଲି ଯେ, ଶେଷରେ ସେ ପଶୁ ହତ ହେଲା ଓ ତାହାର ଶରୀର ବିନଷ୍ଟ ହେଲା ଓ ସେ ଅଗ୍ନିରେ ଦଗ୍ଧ ହେବା ପାଇଁ ସମର୍ପିତ ହେଲା।
12 Ostalim nemanima vlast bi oduzeta, ali im duljina života bi na jedno vrijeme i rok.
ପୁଣି, ଅନ୍ୟ ପଶୁମାନଙ୍କଠାରୁ ସେମାନଙ୍କର କର୍ତ୍ତୃତ୍ୱ ନିଆଗଲା; ତଥାପି ଏକ ନିର୍ଦ୍ଧିଷ୍ଟ ସମୟ ପର୍ଯ୍ୟନ୍ତ ସେମାନଙ୍କର ଆୟୁ ଦୀର୍ଘ କରାଗଲା।
13 Gledah u noćnim viđenjima i gle, na oblacima nebeskim dolazi kao Sin čovječji. On se približi Pradavnome i dovedu ga k njemu.
ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଆଉ ଦେଖ, ମନୁଷ୍ୟପୁତ୍ର ନ୍ୟାୟ ଏକ ପୁରୁଷ ଆକାଶର ମେଘରେ ଆସିଲେ; ସେ ଅନେକ କାଳର ସେହି ବୃଦ୍ଧଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେମାନେ ତାହାଙ୍କ ଛାମୁକୁ ତାହାଙ୍କୁ ଆଣିଲେ।
14 Njemu bi predana vlast, čast i kraljevstvo, da mu služe svi narodi, plemena i jezici. Vlast njegova vlast je vječna i nikada neće proći, kraljevstvo njegovo neće propasti.
ପୁଣି, ସମୁଦାୟ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନେ ଯେପରି ତାହାଙ୍କର ସେବା କରିବେ, ଏଥିପାଇଁ ତାହାଙ୍କୁ କର୍ତ୍ତୃତ୍ୱ, ମହିମା ଓ ରାଜ୍ୟ ଦତ୍ତ ହେଲା; ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ କର୍ତ୍ତୃତ୍ୱ, ତାହା ଲୁପ୍ତ ହେବ ନାହିଁ, ଆଉ ତାହାଙ୍କର ରାଜ୍ୟ ଅବିନାଶ୍ୟ।
15 Meni, Danielu, smete se zbog toga sav duh, viđenja mi se vrzoše glavom, svega me prestraviše.
ମୁଁ ଦାନିୟେଲ, ମୋର ଆତ୍ମା ମୋର ଶରୀର ମଧ୍ୟରେ ଶୋକାନ୍ୱିତ ହେଲା ଓ ମୋର ମାନସିକ ଦର୍ଶନ ମୋତେ ଉଦ୍ବିଗ୍ନ କଲା।
16 Pristupih jednome od onih koji stajahu ondje i zamolih ga da mi rekne istinu o svemu tome. On mi odgovori i kaza mi značenje:
ମୋର ନିକଟରେ ଯେଉଁମାନେ ଠିଆ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଏକ ଜଣର ନିକଟକୁ ମୁଁ ଯାଇ ଏସବୁର ତଥ୍ୟ ପଚାରିଲି। ତହିଁରେ ସେ ମୋତେ ସେହିସବୁର ଅର୍ଥ ଜଣାଇ କହିଲେ।
17 “One četiri goleme nemani jesu četiri kralja koji će se dići na zemlji.
‘ସେହି ଚାରି ବୃହତ ପଶୁ ଚାରି ରାଜା ଅଟନ୍ତି, ସେମାନେ ପୃଥିବୀରୁ ଉତ୍ପନ୍ନ ହେବେ।
18 Ali će od njih kraljevstvo preuzeti Sveci Svevišnjega i oni će ga posjedovati za vijeke vjekova.”
ମାତ୍ର ସର୍ବୋପରିସ୍ଥଙ୍କର ପବିତ୍ରଗଣ ରାଜ୍ୟ ପ୍ରାପ୍ତ ହେବେ ଓ ଚିରକାଳ, ଅର୍ଥାତ୍, ଅନନ୍ତକାଳ ପର୍ଯ୍ୟନ୍ତ ରାଜ୍ୟ ଭୋଗ କରିବେ।’
19 Zaželjeh tada saznati istinu o četvrtoj nemani, onoj koja se razlikovaše od svih drugih, bila izvanredno strašna, imala gvozdene zube i mjedene pandže i koja je žderala i mrvila i nogama gazila što preostajaše;
ସେତେବେଳେ ଯେଉଁ ଚତୁର୍ଥ ପଶୁ, ଯେ ଅନ୍ୟ ସକଳରୁ ଭିନ୍ନ, ଅତି ଭୟାନକ, ଯାହାର ଦନ୍ତ ଲୌହମୟ ଓ ନଖସବୁ ପିତ୍ତଳମୟ ଥିଲା, ଯେ ଗ୍ରାସ କଲା, ଭାଙ୍ଗି ଚୂର୍ଣ୍ଣ କଲା ଓ ଅବଶିଷ୍ଟସବୁକୁ ପଦ ତଳେ ଦଳିତ କଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି;
20 i o deset rogova što bijahu na njezinoj glavi, i o drugom rogu koji poraste dok tri prva otpadoše - o rogu koji imaše oči i usta što govorahu velike hule i koji bijaše veći nego drugi rogovi.
ପୁଣି, ତାହାର ମସ୍ତକରେ ଯେଉଁ ଦଶ ଶୃଙ୍ଗ ଥିଲା ଓ ଅନ୍ୟ ଯେଉଁ ଶୃଙ୍ଗ ଉଠିଲା ଓ ଯାହା ସାକ୍ଷାତରେ ତିନି ଶୃଙ୍ଗ ପଡ଼ିଗଲା; ଅର୍ଥାତ୍, ସେ ଯେଉଁ ଶୃଙ୍ଗର ଚକ୍ଷୁ ଓ ଅହଙ୍କାର ବାକ୍ୟବାଦୀ ମୁଖ ଥିଲା, ଯାହାର ଆକାର ଆପଣା ସଙ୍ଗୀମାନଙ୍କ ଅପେକ୍ଷା ଦାମ୍ଭିକ ଥିଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି।
21 I gledao sam kako ovaj rog ratuje protiv Svetaca te ih nadvladava,
ମୁଁ ଦେଖିଲି, ଆଉ ସେହି ଶୃଙ୍ଗ ପବିତ୍ରଗଣଙ୍କ ସଙ୍ଗେ ଯୁଦ୍ଧ କଲା ଓ ସେମାନଙ୍କୁ ଜୟ କଲା;
22 dok ne dođe Pradavni, koji dosudi pravdu Svecima Svevišnjega, i dok ne dođe vrijeme kad Sveci zaposjedoše kraljevstvo.
ଶେଷରେ ସେହି ଅନେକ କାଳର ବୃଦ୍ଧ ଆସିଲେ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ବିଚାର ଭାର ଦତ୍ତ ହେଲା ଓ ପବିତ୍ରଗଣଙ୍କର ରାଜ୍ୟ ଭୋଗ କରିବାର ସମୟ ଉପସ୍ଥିତ ହେଲା।
23 On reče: “Četvrta neman bit će četvrto kraljevstvo na zemlji, različito od svih kraljevstava. Progutat će svu zemlju, zgazit' je i smrviti.
ସେ ଏହିରୂପେ କହିଲେ, ‘ଚତୁର୍ଥ ପଶୁ ପୃଥିବୀର ଚତୁର୍ଥ ରାଜ୍ୟ ହେବ, ତାହା ଅନ୍ୟ ସକଳ ରାଜ୍ୟଠାରୁ ଭିନ୍ନ ହେବ ଓ ସମୁଦାୟ ପୃଥିବୀକୁ ଗ୍ରାସ କରିବ, ଆଉ ଦଳିତ କରି ଖଣ୍ଡ ଖଣ୍ଡ କରିବ ଓ ତାହା ଭାଙ୍ଗି ପକାଇବ।
24 A deset rogova: Od ovoga kraljevstva nastat će deset kraljeva, a iza njih će se podići jedan drugi različit od onih prvih - i oborit će tri kralja.
ପୁଣି, ସେହି ଦଶ ଶୃଙ୍ଗର ତାତ୍ପର୍ଯ୍ୟ ଏହି ଯେ, ସେହି ରାଜ୍ୟରୁ ଦଶ ରାଜା ଉତ୍ପନ୍ନ ହେବେ; ସେମାନଙ୍କ ଉତ୍ତାରେ ଆଉ ଜଣେ ଉତ୍ପନ୍ନ ହେବ। ସେ ପୂର୍ବବର୍ତ୍ତୀମାନଙ୍କଠାରୁ ଭିନ୍ନ ହେବ ଓ ସେ ତିନି ରାଜାଙ୍କୁ ଦମନ କରିବ।
25 On će huliti na Svevišnjega, zatirati Svece Svevišnjega; pomišljat će da promijeni blagdane i Zakon, i Sveci će biti predani u njegove ruke na jedno vrijeme i dva vremena i polovinu vremena.
ପୁଣି, ସେ ସର୍ବୋପରିସ୍ଥଙ୍କ ବିରୁଦ୍ଧରେ କଥା କହିବ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ଦମନ କରିବ; ଆଉ, ସେ କାଳ ଓ ବ୍ୟବସ୍ଥାର ପରିବର୍ତ୍ତନ କରିବାକୁ ବିଚାର କରିବ; ପୁଣି, ଏକ କାଳ, (ଦୁଇ) ପବିତ୍ର ପର୍ବ ଓ ଅର୍ଦ୍ଧ ପବିତ୍ର ପର୍ବ ପର୍ଯ୍ୟନ୍ତ ସେମାନେ ତାହା ହସ୍ତରେ ସମର୍ପିତ ହେବେ।
26 Tada će sjesti Sud, vlast mu oduzeti, razoriti, sasvim uništiti.
ମାତ୍ର ବିଚାର-ସଭା ବସିବ ଓ ସେମାନେ ଶେଷ ପର୍ଯ୍ୟନ୍ତ ତାହାର କର୍ତ୍ତୃତ୍ୱର କ୍ଷୟ ଓ ବିନାଶ କରିବା ପାଇଁ ତାହାଠାରୁ ତାହା ନେବେ।
27 A kraljevstvo, vlast i veličanstvo pod svim nebesima dat će se puku Svetaca Svevišnjega. Kraljevstvo njegovo kraljevstvo je vječno, i sve vlasti služit će mu i pokoravati se njemu.”
ଆଉ, ଶାସନ କାଳ ଓ କର୍ତ୍ତୃତ୍ୱ ଓ ଆକାଶମଣ୍ଡଳର ଅଧଃସ୍ଥିତ ରାଜ୍ୟସମୂହର ମହିମା, ସର୍ବୋପରିସ୍ଥଙ୍କର ପବିତ୍ର ଲୋକମାନଙ୍କୁ ଦତ୍ତ ହେବ; ତାହାଙ୍କର ରାଜ୍ୟ ଅନନ୍ତକାଳୀନ ରାଜ୍ୟ ଓ ଯାବତୀୟ ଶାସନକର୍ତ୍ତା ତାହାଙ୍କର ସେବା କରିବେ ଓ ତାହାଙ୍କର ଆଜ୍ଞାବହ ହେବେ।’
28 Ovdje se završava izvještaj. Ja, Daniel, bijah vrlo potresen u svojim mislima i lice mi problijedje, ali sve ovo sačuvah u srcu svojemu.
ଏଠାରେ ବୃତ୍ତାନ୍ତର ଶେଷ ମୁଁ ଦାନିୟେଲ, ମୋର ଭାବନା ମୋତେ ଉଦ୍ବିଗ୍ନ କଲା ଓ ମୋର ମୁଖ ବିବର୍ଣ୍ଣ ହେଲା, ମାତ୍ର ମୁଁ ସେ କଥା ଆପଣା ମନରେ ରଖିଲି।”