< Ponovljeni zakon 11 >
1 Ljubi, dakle, Jahvu, Boga svoga, i vrši u sve dane njegove naredbe, njegove zakone, uredbe i zapovijedi.
ଏହେତୁ ତୁମ୍ଭେ ସବୁବେଳେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପ୍ରେମ କରିବ ଓ ତାହାଙ୍କ ରକ୍ଷଣୀୟ ଓ ବିଧି ଓ ଶାସନ ଓ ଆଜ୍ଞାସକଳ ପାଳନ କରିବ।
2 Vi, a ne vaši sinovi, koji nisu ni upoznali ni vidjeli pouke Jahve, Boga vašega, danas ste se osvjedočili o njegovoj veličajnosti, o njegovoj moćnoj ruci, ispruženoj mišici,
ପୁଣି ଆଜିଠାରୁ ଜ୍ଞାନବାନ ହୁଅ କାରଣ ମୁଁ ତୁମ୍ଭମାନଙ୍କ ବାଳକମାନଙ୍କୁ କହୁ ନାହିଁ, ସେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ କୃତ ଶାସ୍ତି ଜାଣି ନାହାନ୍ତି, ତାହାଙ୍କ ମହିମା, ତାହାଙ୍କ ବଳବାନ ହସ୍ତ ଓ ବିସ୍ତାରିତ ବାହୁ,
3 o znamenjima njegovima i o djelima što ih učini usred Egipta na faraonu, kralju egipatskom, i na svoj zemlji njegovoj;
ପୁଣି ତାହାଙ୍କ ଚିହ୍ନସକଳ, ମିସର ମଧ୍ୟରେ ମିସରର ରାଜା ଫାରୋଙ୍କ ପ୍ରତି ଓ ତାଙ୍କର ସମୁଦାୟ ଦେଶ ପ୍ରତି କୃତ ତାହାଙ୍କର କର୍ମ;
4 što je učinio egipatskoj vojsci, njihovim konjima i kolima; kako ih je preplavio vodama Crvenog mora kad su vas progonili i kako ih je zatro do današnjeg dana;
ପୁଣି ମିସରୀୟ ସୈନ୍ୟ, ସେମାନଙ୍କ ଅଶ୍ୱ ଓ ସେମାନଙ୍କ ରଥ ପ୍ରତି ଯାହା ସେ କଲେ; ସେମାନେ ତୁମ୍ଭମାନଙ୍କୁ ଗୋଡ଼ାଇବା ବେଳେ ସେ ଯେଉଁ ପ୍ରକାରେ ସୂଫ ସାଗରର ଜଳ ସେମାନଙ୍କ ଉପରେ ବୁହାଇଲେ ଓ ସଦାପ୍ରଭୁ ଯେରୂପେ ସେମାନଙ୍କୁ ଆଜିଯାଏ ନଷ୍ଟ କରିଅଛନ୍ତି;
5 što je za vas radio u pustinji dok ne stigoste do ovoga mjesta;
ପୁଣି ଏହି ସ୍ଥାନରେ ତୁମ୍ଭମାନଙ୍କ ଆଗମନ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପ୍ରତି ପ୍ରାନ୍ତରରେ ସେ ଯାହା ଯାହା କରିଅଛନ୍ତି;
6 što je učinio s Datanom i Abiramom, sinovima Eliaba, Rubenova potomka, kad zemlja rastvori ralje svoje te ih proguta sred svega Izraela, njih i njihove obitelji, njihove šatore i sve što imahu.
ଆଉ ରୁବେନ୍ର ପୁତ୍ର ଇଲୀୟାବ୍ର ସନ୍ତାନ ଦାଥନ ଓ ଅବୀରାମ ପ୍ରତି ଯାହା ସେ କରିଅଛନ୍ତି; ପୃଥିବୀ ଯେରୂପେ ଆପଣା ମୁଖ ବିସ୍ତାର କରି ସମସ୍ତ ଇସ୍ରାଏଲ ମଧ୍ୟବର୍ତ୍ତୀ ସେମାନଙ୍କୁ, ସେମାନଙ୍କ ପରିଜନବର୍ଗଙ୍କୁ, ସେମାନଙ୍କ ତମ୍ବୁ ଓ ସେମାନଙ୍କ ପଶ୍ଚାଦ୍ବର୍ତ୍ତୀ ସମସ୍ତ ପ୍ରାଣୀକୁ ଗ୍ରାସ କଲା, ଏହି ସମସ୍ତ ସେମାନେ ଦେଖି ନାହାନ୍ତି;
7 Vaše su oči vidjele sva ta velika djela što ih je Jahve učinio.
ମାତ୍ର ତୁମ୍ଭମାନଙ୍କର ଚକ୍ଷୁ ସଦାପ୍ରଭୁଙ୍କ କୃତ ସକଳ ମହାକର୍ମ ଦେଖିଅଛି।
8 Zato držite sve zapovijedi što vam ih danas naređujem da budete jaki te uzmete u posjed zemlju u koju idete da je osvojite;
ଏଥିପାଇଁ ଆଜି ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଉଅଛି, ତୁମ୍ଭେମାନେ ସେହି ସବୁ ଆଜ୍ଞା ପାଳନ କରିବ; ତହିଁରେ ତୁମ୍ଭେମାନେ ବଳବାନ ହେବ, ପୁଣି ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ତହିଁରେ ପ୍ରବେଶ କରି ଅଧିକାର କରିବ;
9 napokon, da dugo živite u zemlji za koju se zakleo Jahve ocima vašim da će je dati njima i njihovu potomstvu - zemlju kojom teče med i mlijeko.
ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଓ ସେମାନଙ୍କ ବଂଶକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରେ ତୁମ୍ଭେମାନେ ଆପଣାମାନଙ୍କ ଦିନ ବଢ଼ାଇ ପାରିବ।
10 Jer zemlja u koju ideš da je zaposjedneš nije kao zemlja egipatska iz koje ste izašli, gdje si, posijavši sjeme, morao svoj usjev svojom nogom natapati kao što se natapa povrtnjak.
ତୁମ୍ଭେମାନେ ଯେଉଁ ମିସର ଦେଶରୁ ବାହାର ହୋଇ ଆସିଲ, ସେଠାରେ ବୀଜ ବୁଣି ଶାକ-ଉଦ୍ୟାନ ତୁଲ୍ୟ ପାଦ ଦ୍ୱାରା ଜଳ ସେଚନ କରୁଥିଲ; ମାତ୍ର ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ସେପରି ନୁହେଁ।
11 Zemlja u koju idete da je zaposjednete zemlja je bregova i dolova i natapa je dažd nebeski;
ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ତାହା ପର୍ବତ ଓ ସମସ୍ଥଳୀମୟ ଦେଶ, ପୁଣି ତାହା ଆକାଶରୁ ବୃଷ୍ଟିଜଳ ପାନ କରେ;
12 zemlja nad kojom Jahve, Bog tvoj, bdi; na kojoj oči Jahve, Boga tvoga, uvijek počivaju, od početka do svršetka godine.
ସେହି ଦେଶ ବିଷୟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ମନୋଯୋଗ କରନ୍ତି; ବର୍ଷର ଆରମ୍ଭରୁ ବର୍ଷର ଶେଷ ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟି ତହିଁ ଉପରେ ସର୍ବଦା ଥାଏ।
13 Zato, ako doista poslušate zapovijedi koje vam danas izdajem i budete ljubili Jahvu, Boga svoga, i služili mu svim srcem svojim i svom dušom svojom,
ଆଉ ତୁମ୍ଭେମାନେ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କୁ ସେବା କରିବାକୁ ଆଜି ଆମ୍ଭେ ଯେଉଁ ଆଜ୍ଞା ଦେଉଅଛୁ, ତାହା ଯଦି ଯତ୍ନପୂର୍ବକ ଶୁଣିବ;
14 davat ću vašoj zemlji kišu u pravo vrijeme: u jesen i u proljeće, i moći ćeš sabirati svoje žito, svoje vino i svoje ulje;
ତେବେ ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭ ଦେଶରେ ବୃଷ୍ଟି, ଅର୍ଥାତ୍, ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଦାନ କରିବା, ତହିଁରେ ତୁମ୍ଭେ ଆପଣା ଶସ୍ୟ, ଆପଣା ଦ୍ରାକ୍ଷାରସ ଓ ଆପଣା ତୈଳ ସଂଗ୍ରହ କରି ପାରିବ।
15 travu ću davati po tvome polju tvome blagu. Tako ćeš jesti i biti sit.
ପୁଣି ଆମ୍ଭେ ତୁମ୍ଭ ପଶୁଗଣ ନିମନ୍ତେ ତୁମ୍ଭ କ୍ଷେତ୍ରରେ ତୃଣ ଦେବା, ଆଉ ତୁମ୍ଭେ ଭୋଜନ କରି ତୃପ୍ତ ହେବ।
16 Pazite da se vaše srce ne zavede, da ne pođete stranputicom, da drugim bogovima ne iskazujete štovanje i da im se ne klanjate.
ଆପଣା ଆପଣା ବିଷୟରେ ସାବଧାନ ହୁଅ, ନୋହିଲେ ତୁମ୍ଭମାନଙ୍କ ଅନ୍ତଃକରଣ ଭ୍ରାନ୍ତ ହେବ, ପୁଣି ତୁମ୍ଭେମାନେ ବିମୁଖ ହୋଇ ଅନ୍ୟ ଦେବତାମାନଙ୍କର ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ;
17 Jer tada bi na vas Jahve usplamtio gnjevom: nebesa bi zatvorio; kiše ne bi bilo; zemlja ne bi davala roda i vas bi brzo nestalo s te dobre zemlje koju vam Jahve daje.
ତାହା କଲେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ, ପୁଣି ସେ ଆକାଶ ରୁଦ୍ଧ କଲେ ବୃଷ୍ଟି ହେବ ନାହିଁ ଓ ଭୂମି ନିଜ ଫଳ ପ୍ରଦାନ କରିବ ନାହିଁ, ଆଉ ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦେଉଅଛନ୍ତି, ତହିଁରୁ ତୁମ୍ଭେମାନେ ଶୀଘ୍ର ଉଚ୍ଛିନ୍ନ ହେବ।
18 Utisnite ove moje riječi u svoje srce i svoju dušu; kao znak ih privežite na svoju ruku; neka vam budu kao zapis među očima!
ଏହେତୁ ତୁମ୍ଭେମାନେ ମୋହର ଏହି ସକଳ ବାକ୍ୟ ଆପଣା ଆପଣା ହୃଦୟରେ ଓ ଆପଣା ଆପଣା ପ୍ରାଣରେ ରଖିବ; ପୁଣି ତୁମ୍ଭେମାନେ ଚିହ୍ନ ସ୍ୱରୂପେ ଆପଣା ଆପଣା ହସ୍ତରେ ତାହା ବାନ୍ଧିବ ଓ ତାହା ତୁମ୍ଭମାନଙ୍କ ଚକ୍ଷୁଦ୍ୱୟ ମଧ୍ୟରେ ଭୂଷଣ ସ୍ୱରୂପ ହେବ।
19 Poučite u njima svoje sinove; izgovarajte ih kad sjedite u svojoj kući i kad idete putem; kad liježete i kad ustajete.
ଆଉ ତୁମ୍ଭେ ଆପଣା ଗୃହରେ ବସିବା ବେଳେ ଓ ତୁମ୍ଭେ ପଥରେ ଚାଲିବା ବେଳେ, ତୁମ୍ଭେ ଶୋଇବା ବେଳେ ଓ ଉଠିବା ବେଳେ ଏହିସବୁ ବିଷୟରେ କଥାବାର୍ତ୍ତା କରି ଆପଣା ଆପଣା ସନ୍ତାନଗଣକୁ ଶିକ୍ଷା ଦେବ।
20 Ispišite ih na dovratnike svoje kuće i na svoja vrata
ଆଉ ତୁମ୍ଭେ ଆପଣା ଗୃହ ଦ୍ୱାରର ଚଉକାଠରେ ଓ ଆପଣା ବାହାର ଦ୍ୱାରରେ ତାହା ଲେଖି ରଖିବ।
21 da vaši dani i dani vaših sinova u zemlji za koju se Jahve zakleo vašim ocima da će im je dati - budu brojni kao dani nebesa nad zemljom.
ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଅଛନ୍ତି, ତହିଁରେ ତୁମ୍ଭମାନଙ୍କ ଅବସ୍ଥିତି କାଳ ଓ ତୁମ୍ଭମାନଙ୍କ ସନ୍ତାନଗଣର ଅବସ୍ଥିତି କାଳ ଭୂମଣ୍ଡଳ ଉପରେ ଆକାଶମଣ୍ଡଳର ଅବସ୍ଥିତି କାଳ ତୁଲ୍ୟ ହେବ।
22 Ako budete vjerno držali sve ove zapovijedi koje vam naređujem, vršili ih i ljubili Jahvu, Boga svoga, hodili svim njegovim putovima i čvrsto se priljubili uz njega,
କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ, ତାହାଙ୍କ ସମସ୍ତ ପଥରେ ଚାଲିବାକୁ ଓ ତାହାଙ୍କଠାରେ ଦୃଢ଼ ରୂପେ ଆସକ୍ତ ହେବାକୁ ଏହି ଯେଉଁ ସମସ୍ତ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ପାଳନ କରିବାକୁ ଦେଉଅଛି, ତାହାସବୁ ଯଦି ତୁମ୍ଭେମାନେ ଯତ୍ନପୂର୍ବକ ମାନ୍ୟ କରିବ;
23 Jahve će ispred vas protjerati sve te narode i vi ćete s posjeda odagnati narode brojnije i jače od sebe.
ତେବେ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରୁ ଏହିସବୁ ଗୋଷ୍ଠୀୟ ଲୋକମାନଙ୍କୁ ତଡ଼ି ଦେବେ; ପୁଣି ତୁମ୍ଭେମାନେ ଆପଣାମାନଙ୍କଠାରୁ ଅଧିକ ପ୍ରବଳ ଓ ବଳବାନ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବ।
24 Svako mjesto na koje stupi vaša noga bit će vaše; od pustinje i Libanona, od Rijeke, rijeke Eufrata, do Zapadnog mora sterat će se vaše područje.
ଯେଉଁ ଯେଉଁଠାରେ ତୁମ୍ଭମାନଙ୍କ ତଳିପା ପଡ଼ିବ, ସେ ପ୍ରତ୍ୟେକ ସ୍ଥାନ ତୁମ୍ଭମାନଙ୍କର ହେବ; ପ୍ରାନ୍ତର ଓ ଲିବାନୋନଠାରୁ ନଦୀ, ଅର୍ଥାତ୍, ଫରାତ୍ ନଦୀଠାରୁ ପଶ୍ଚିମ ସମୁଦ୍ର ପର୍ଯ୍ୟନ୍ତ ତୁମ୍ଭମାନଙ୍କର ସୀମା ହେବ।
25 Nitko se neće održati pred vama; strah i trepet raširit će Jahve, Bog vaš, po svoj zemlji u koju stupite, kako vam je rekao.
ତୁମ୍ଭମାନଙ୍କ ସମ୍ମୁଖରେ କୌଣସି ମନୁଷ୍ୟ ଛିଡ଼ା ହେବାକୁ ସମର୍ଥ ହେବ ନାହିଁ; ତୁମ୍ଭେମାନେ ଯେଉଁ ଯେଉଁ ଦେଶରେ ପାଦ ପକାଇବ, ସେହି ସମସ୍ତ ଦେଶରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ବାକ୍ୟାନୁସାରେ ତୁମ୍ଭମାନଙ୍କ ବିଷୟକ ଆଶଙ୍କା ଓ ତୁମ୍ଭମାନଙ୍କ ବିଷୟକ ଭୟ ଉପସ୍ଥିତ କରାଇବେ।
26 Gledajte! Nudim vam danas blagoslov i prokletstvo:
ଦେଖ, ଆଜି ମୁଁ ତୁମ୍ଭମାନଙ୍କ ସମ୍ମୁଖରେ ଆଶୀର୍ବାଦ ଓ ଅଭିଶାପ ରଖୁଅଛି।
27 blagoslov, budete li slušali zapovijedi Jahve, Boga svoga, koje vam danas dajem;
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ଆଜି ମୁଁ ତୁମ୍ଭମାନଙ୍କୁ ଦେଉଅଛି, ତାହାସବୁ ଯଦି ଶୁଣିବ, ତେବେ ଆଶୀର୍ବାଦ।
28 a prokletstvo, ne budete li slušali zapovijedi Jahve, Boga svoga, nego sađete s puta koji vam danas određujem te pođete za drugim bogovima kojih niste poznavali.
ମାତ୍ର ଯଦି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଆଜ୍ଞା ନ ଶୁଣିବ ଓ ମୁଁ ଆଜି ତୁମ୍ଭମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା କରୁଅଛି, ତହିଁରୁ ବାହୁଡ଼ି ତୁମ୍ଭମାନଙ୍କ ଅଜ୍ଞାତ ଅନ୍ୟ ଦେବତାଗଣର ପଶ୍ଚାଦ୍ଗମନ କରିବ, ତେବେ ଅଭିଶାପ।
29 Kada te Jahve, Bog tvoj, uvede u zemlju u koju ideš da je zaposjedneš, tada nad gorom Gerizimom izreci blagoslov, a prokletstvo nad gorom Ebalom.
ଆଉ ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସମୟରେ ତୁମ୍ଭକୁ ପ୍ରବେଶ କରାଇବେ, ସେହି ସମୟରେ ତୁମ୍ଭେ ଗରିଷୀମ ପର୍ବତରେ ସେହି ଆଶୀର୍ବାଦ ଓ ଏବଲ ପର୍ବତରେ ସେହି ଅଭିଶାପ ରଖିବ।
30 Te se gore izdižu, kako znate, s onu stranu Jordana, za putom prema zapadu, u zemlji Kanaanaca, koji žive u Arabi, nasuprot Gilgalu, uz Hrast More.
ସେହି ଦୁଇ ପର୍ବତ କି ଯର୍ଦ୍ଦନର ସେପାରି ସୂର୍ଯ୍ୟାସ୍ତ ପଥ ପ୍ରାନ୍ତରେ ଗିଲ୍ଗଲ୍ ସମ୍ମୁଖସ୍ଥ ପଦା ନିବାସୀ କିଣାନୀୟମାନଙ୍କ ଦେଶରେ ମୋରିର ଅଲୋନ ତୋଟା ନିକଟରେ ନାହିଁ?
31 Eto ćete prijeći preko Jordana da zaposjednete zemlju koju vam daje Jahve, Bog vaš. Zaposjednite je i nastanite se u njoj.
କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଉଅଛନ୍ତି, ତହିଁରେ ପ୍ରବେଶ କରି ତାହା ଅଧିକାର କରିବା ନିମନ୍ତେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇଯିବ, ପୁଣି ତୁମ୍ଭେମାନେ ତାହା ଅଧିକାର କରିବ ଓ ତହିଁରେ ବାସ କରିବ।
32 Ali držite i vršite sve zakone i uredbe koje vam danas izlažem.
ଏନିମନ୍ତେ ମୁଁ ଆଜି ତୁମ୍ଭମାନଙ୍କ ସମ୍ମୁଖରେ ଯେଉଁ ଯେଉଁ ବିଧି ଓ ଶାସନ ରଖିଲି, ସେସବୁ ମାନ୍ୟ କରି ପାଳନ କରିବ।