< Ponovljeni zakon 4 >
1 “A sada, Izraele, poslušaj zakone i uredbe kojima vas učim da biste ih vršili i tako poživjeli te unišli i zaposjeli zemlju koju vam daje Jahve, Bog otaca vaših.
ଏବେ ହେ ଇସ୍ରାଏଲ, ମୁଁ ଯେଉଁ ଯେଉଁ ବିଧି ଓ ଶାସନ ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଶିକ୍ଷା ଦେଉଅଛି, ତହିଁରେ ମନୋଯୋଗ କର; ତାହା କଲେ ତୁମ୍ଭେମାନେ ବଞ୍ଚିବ ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବ।
2 Niti što nadodajite onome što vam zapovijedam niti što od toga oduzimljite; vršite zapovijedi Jahve, Boga svoga, što vam ih dajem.
ମୁଁ ତୁମ୍ଭମାନଙ୍କୁ ଯାହା ଆଜ୍ଞା କରୁଅଛି, ସେହି ବାକ୍ୟରେ ତୁମ୍ଭେମାନେ କିଛି ମିଶାଇବ ନାହିଁ, କିଅବା ତହିଁରୁ କିଛି ଊଣା କରିବ ନାହିଁ, ମୁଁ ତୁମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରୁଅଛି, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ସେହି ସବୁ ଆଜ୍ଞା ପାଳନ କର।
3 Vidjeli ste svojim očima što je Jahve učinio s Baal Peorom: jer Jahve, Bog tvoj, iskorijenio je iz tvoje sredine svakoga koji je slijedio Baal Peora.
ବାଲ୍-ପିୟୋର ବିଷୟରେ ସଦାପ୍ରଭୁ ଯାହା କଲେ, ତାହା ତୁମ୍ଭମାନଙ୍କ ଚକ୍ଷୁ ଦେଖିଅଛି; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବାଲପିୟୋରର ପଶ୍ଚାଦ୍ଗାମୀ ସମସ୍ତ ଲୋକଙ୍କୁ ତୁମ୍ଭ ମଧ୍ୟରୁ ବିନଷ୍ଟ କରିଅଛନ୍ତି।
4 A svi vi koji se čvrsto držite Jahve, Boga svoga, živi ste i danas.
ମାତ୍ର ତୁମ୍ଭେମାନେ ଯେତେ ଲୋକ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆସକ୍ତ ହେଲ, ତୁମ୍ଭମାନଙ୍କର ସେହି ପ୍ରତ୍ୟେକ ଜଣ ଆଜି ପର୍ଯ୍ୟନ୍ତ ଜୀବିତ ଅଛ।
5 Ja sam vas, eto, poučio o zakonima i uredbama, kako mi je Jahve, Bog moj, naredio da ih vršite u zemlji u koju idete da je zaposjednete.
ଦେଖ, ସଦାପ୍ରଭୁ ମୋହର ପରମେଶ୍ୱର ମୋତେ ଯେପରି ଆଜ୍ଞା ଦେଲେ, ମୁଁ ତୁମ୍ଭମାନଙ୍କୁ ସେପରି ବିଧି ଓ ଶାସନ ଶିକ୍ଷା ଦେଇଅଛି; ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁ ମଧ୍ୟରେ ତୁମ୍ଭମାନଙ୍କୁ ସେହିପରି ବ୍ୟବହାର କରିବାକୁ ହେବ।
6 Držite ih i vršite: to će u očima naroda biti vaša mudrost i vaša razboritost. Kad oni čuju za sve ove zakone, reći će: 'Samo je jedan narod mudar i pametan, a to je ovaj veliki narod.'
ଏଣୁ ତୁମ୍ଭେମାନେ ତାହାସବୁ ପାଳନ କର; କାରଣ ନାନା ଦେଶୀୟ ଲୋକମାନଙ୍କ ସାକ୍ଷାତରେ ଏହା ହିଁ ତୁମ୍ଭମାନଙ୍କର ଜ୍ଞାନ ଓ ବୁଦ୍ଧି ସ୍ୱରୂପ ହେବ; ସେମାନେ ଏହିସବୁ ବିଧି ଶୁଣି କହିବେ, “ଏହି ମହାଗୋଷ୍ଠୀ ନିତାନ୍ତ ଜ୍ଞାନବାନ ଓ ବୁଦ୍ଧିମାନ ଲୋକ ଅଟନ୍ତି।”
7 Jer koji je to narod tako velik da bi mu bogovi bili tako blizu kao što je Jahve, Bog naš, nama kad god ga zazovemo?
ଯେହେତୁ ଆମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରୁ, ସେସମୟରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କର ନିକଟବର୍ତ୍ତୀ ହୁଅନ୍ତି, ସେପରି ଆଉ କେଉଁ ମହାଗୋଷ୍ଠୀର ପରମେଶ୍ୱର ସେମାନଙ୍କର ନିକଟବର୍ତ୍ତୀ ହୁଅନ୍ତି?
8 Koji je to narod tako velik da bi imao zakone i uredbe pravedne kao što je sav ovaj Zakon koji vam ja danas iznosim?
ପୁଣି ମୁଁ ଆଜି ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସମସ୍ତ ବ୍ୟବସ୍ଥା ଦେଉଅଛି, ତାହା ତୁଲ୍ୟ ଯଥାର୍ଥ ବିଧି ଓ ଶାସନ ଆଉ କେଉଁ ମହାଗୋଷ୍ଠୀର ଅଛି?
9 Zato pazi i dobro se čuvaj da ne zaboraviš događaje što si ih svojim očima vidio; neka ti ne iščeznu iz srca ni jednoga dana tvoga života; naprotiv, pouči o njima svoje sinove i sinove svojih sinova.
କେବଳ ନିଜ ବିଷୟରେ ସାବଧାନ ହୁଅ ଓ ନିଜ ପ୍ରାଣକୁ ଯତ୍ନପୂର୍ବକ ରକ୍ଷା କର, ନୋହିଲେ ଯାହା ତୁମ୍ଭର ଚକ୍ଷୁ ଦେଖିଅଛି, ତାହା ତୁମ୍ଭେ ପାସୋରି ଯିବ ଓ ତାହା ଜୀବନ ସାରା ତୁମ୍ଭ ହୃଦୟରୁ ଲୋପ ପାଇବ; ମାତ୍ର ତୁମ୍ଭେ ଆପଣା ପୁତ୍ରପୌତ୍ରମାନଙ୍କୁ ତାହା ଶିଖାଅ।
10 Onog dana kad si stajao na Horebu pred Jahvom, Bogom svojim, Jahve mi je rekao: 'Skupi mi narod! Hoću da čuju moje riječi, da me se nauče bojati sve vrijeme što budu živjeli na zemlji te da o njima pouče i svoju djecu.'
ଯେଉଁ ଦିନ ତୁମ୍ଭେ ହୋରେବରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଛାମୁରେ ଠିଆ ହୋଇଥିଲ, ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଲୋକମାନଙ୍କୁ ଆମ୍ଭ ନିକଟରେ ଏକତ୍ର କର, ଆମ୍ଭେ ଆପଣା ବାକ୍ୟ ସେମାନଙ୍କୁ ଶୁଣାଇବା ତହିଁରେ ସେମାନେ ପୃଥିବୀରେ ଜୀବନ ସାରା ଆମ୍ଭଙ୍କୁ ଭୟ କରିବାକୁ ଶିଖିବେ ଓ ଆପଣା ସନ୍ତାନମାନଙ୍କୁ ଶିଖାଇବେ।”
11 Vi ste se onda primakli i stali pod brdo. S usplamtjeloga brda plamen je sukljao do sred neba zamračena tmastim oblakom.
ତହୁଁ ତୁମ୍ଭେମାନେ ନିକଟବର୍ତ୍ତୀ ହୋଇ ପର୍ବତ ତଳେ ଠିଆ ହେଲ; ସେହି ସମୟରେ ସେହି ପର୍ବତ ଅନ୍ଧକାର, ମେଘ ଓ ଘୋର ଅନ୍ଧାରରେ ବ୍ୟାପ୍ତ ହୋଇ ଗଗନର ମଧ୍ୟ ପର୍ଯ୍ୟନ୍ତ ଅଗ୍ନିରେ ଜ୍ୱଳିଲା।
12 Isred ognja Jahve je govorio vama; čuli ste zvuk riječi, ali lika niste nazreli - ništa osim glasa.
ସେତେବେଳେ ସଦାପ୍ରଭୁ ସେହି ଅଗ୍ନି ମଧ୍ୟରୁ ତୁମ୍ଭମାନଙ୍କ ପ୍ରତି କଥା କହିଲେ, “ତୁମ୍ଭେମାନେ ବାକ୍ୟର ଶବ୍ଦ ଶୁଣିଲ, ମାତ୍ର କୌଣସି ମୂର୍ତ୍ତି ଦେଖିଲ ନାହିଁ, ତୁମ୍ଭେମାନେ କେବଳ ଶବ୍ଦ ଶୁଣିଲ।”
13 Objavio vam je svoj Savez i naložio vam da ga vršite - Deset zapovijedi, što ih ispisa na dvije kamene ploče.
ପୁଣି ସେ ଆପଣାର ଯେଉଁ ନିୟମ ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଆଦେଶ କଲେ, ଆପଣାର ସେହି ନିୟମର ଦଶ ଆଜ୍ଞା ତୁମ୍ଭମାନଙ୍କ ପ୍ରତି ପ୍ରକାଶ କଲେ; ଆଉ ସେ ଦୁଇ ପଥର ପଟାରେ ତାହା ଲେଖିଲେ।
14 A meni je Jahve naredio da vas poučim o zakonima i uredbama što ćete ih vršiti u zemlji u koju odlazite da je zaposjednete.
ପୁଣି ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ସେହି ଦେଶରେ ତୁମ୍ଭମାନଙ୍କର ପାଳନୀୟ ବିଧି ଓ ଶାସନସକଳ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ସଦାପ୍ରଭୁ ସେହି ସମୟରେ ମୋତେ ଆଜ୍ଞା ଦେଲେ।
15 Pazite dobro! Onoga dana kad vam je Jahve, Bog vaš, govorio isred ognja na Horebu, niste vidjeli nikakva lika,
ଏନିମନ୍ତେ ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ସାବଧାନ ହୁଅ; କାରଣ ଯେଉଁ ଦିନ ସଦାପ୍ରଭୁ ହୋରେବରେ ଅଗ୍ନି ମଧ୍ୟରୁ ତୁମ୍ଭମାନଙ୍କ ସହିତ କଥା କହିଲେ, ସେଦିନ ତୁମ୍ଭେମାନେ କୌଣସି ମୂର୍ତ୍ତି ଦେଖିଲ ନାହିଁ।
16 da se ne biste pokvarili te da ne biste pravili sebi kakva klesana lika, kipa muškoga ili ženskoga obličja,
(ସାବଧାନ), ନୋହିଲେ ତୁମ୍ଭେମାନେ ଆପଣାମାନଙ୍କୁ ଭ୍ରଷ୍ଟ କରି ପୁରୁଷର କି ସ୍ତ୍ରୀର ମୂର୍ତ୍ତି,
17 ni obličja kakve životinje što je na zemlji, ni obličja kakve ptice što pod nebom lijeta,
କି ପୃଥିବୀସ୍ଥ କୌଣସି ପଶୁର ମୂର୍ତ୍ତି, କି ଆକାଶରେ ଉଡ଼ନ୍ତା କୌଣସି ପକ୍ଷୀର ମୂର୍ତ୍ତି,
18 ni obličja bilo čega što po zemlji gmiže, ni obličja kakve ribe što je u vodi pod zemljom
କି ଭୂଚର କୌଣସି ଉରୋଗାମୀ ଜନ୍ତୁର ମୂର୍ତ୍ତି, କି ଭୂମିର ନୀଚସ୍ଥ ଜଳଚର କୌଣସି ଜନ୍ତୁର ମୂର୍ତ୍ତି କରି ଆପଣାମାନଙ୍କ ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ।
19 i da se ne bi, kad digneš svoje oči prema nebu te vidiš sunce, mjesec i zvijezde - svu nebesku vojsku - dao zavesti da im se klanjaš i da im iskazuješ štovanje. Njih je Jahve, Bog tvoj, dao svim narodima, svugdje pod nebom.
କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁମାନଙ୍କୁ ସମୁଦାୟ ଆକାଶମଣ୍ଡଳର ଅଧଃସ୍ଥିତ ସମସ୍ତ ଦେଶୀୟ ଲୋକମାନଙ୍କ ନିମନ୍ତେ ନିଯୁକ୍ତ କରିଅଛନ୍ତି, ଏପରି ସୂର୍ଯ୍ୟ ଓ ଚନ୍ଦ୍ର ଓ ତାରା ପ୍ରଭୃତି ଆକାଶର ସମସ୍ତ ବାହିନୀ ପ୍ରତି ଊର୍ଦ୍ଧ୍ୱଦୃଷ୍ଟି କରି ଅନାଇଲେ ଭ୍ରାନ୍ତ ହୋଇ ତୁମ୍ଭେମାନେ ସେମାନଙ୍କୁ ପ୍ରଣାମ କରିବ ଓ ସେବା କରିବ।
20 A vas je uzeo Jahve i izveo vas iz Egipta - iz one peći ražarene - da postanete narod njegove baštine, to što ste danas.
ମାତ୍ର ତୁମ୍ଭେମାନେ ଆଜି ଦିନର ପରି ଯେପରି ସଦାପ୍ରଭୁଙ୍କ ଅଧିକାରର ଲୋକ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଗ୍ରହଣ କରିଅଛନ୍ତି ଓ ତୁମ୍ଭମାନଙ୍କୁ ଲୁହା-ଭାଟି ସ୍ୱରୂପ ମିସରରୁ ଉଦ୍ଧାର କରି ଆଣିଅଛନ୍ତି।
21 Ali se zbog vas Jahve na me razljutio i zakleo da ja neću prijeći preko Jordana i unići u blaženu zemlju koju ti Jahve, Bog tvoj, daje u baštinu.
ଆହୁରି ସଦାପ୍ରଭୁ ତୁମ୍ଭମାନଙ୍କ ସକାଶେ ମୋʼ ଉପରେ କ୍ରୋଧ କଲେ। ପୁଣି, ମୁଁ ଯେପରି ଯର୍ଦ୍ଦନ ପାର ହୋଇ ନ ଯିବି ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଅଧିକାର କରିବାକୁ ଦେବେ, ସେହି ଉତ୍ତମ ଦେଶରେ ମୁଁ ପ୍ରବେଶ ନ କରିବି, ଏଥିପାଇଁ ଶପଥ କଲେ।
22 Tako, ja ću umrijeti u ovoj zemlji; ja preko Jordana neću prijeći. A vi ćete prijeći i zaposjesti onu krasnu zemlju.
ଏଣୁ ଏହି ଦେଶରେ ମୁଁ ମରିବି, ମୁଁ ଯର୍ଦ୍ଦନ ପାର ହୋଇଯିବି ନାହିଁ; ମାତ୍ର ତୁମ୍ଭେମାନେ ପାର ହୋଇଯିବ ଓ ସେହି ଉତ୍ତମ ଦେଶ ଅଧିକାର କରିବ।
23 Zato pazite da ne zaboravljate Saveza što ga je Jahve, Bog vaš, sklopio s vama te sebi ne pravite klesanih likova bilo čega što je Jahve, Bog tvoj, zabranio.
ତୁମ୍ଭେମାନେ ଆପଣାମାନଙ୍କ ବିଷୟରେ ସାବଧାନ ହୁଅ, ନୋହିଲେ ତୁମ୍ଭମାନଙ୍କ ସହିତ ସ୍ଥିରୀକୃତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ ତୁମ୍ଭେମାନେ ପାସୋରି ଯିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିଷିଦ୍ଧ କୌଣସି ବସ୍ତୁର ପ୍ରତିମୂର୍ତ୍ତିବିଶିଷ୍ଟ ଖୋଦିତ ପ୍ରତିମା ନିର୍ମାଣ କରିବ।
24 Jer Jahve, Bog tvoj, oganj je što proždire; on je Bog ljubomoran.
କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଗ୍ରାସକାରୀ ଅଗ୍ନି, ସ୍ୱଗୌରବ ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟନ୍ତି।
25 Kad budete izrodili djecu i unučad i budete dulje u onoj zemlji proboravili, a pokvarite se praveći sebi bilo kakve klesane likove i čineći zlo u očima Jahve, Boga svojega, tako da ga na srdžbu izazovete,
ତୁମ୍ଭେ ସେହି ଦେଶରେ ପୁତ୍ର ପୌତ୍ରଗଣକୁ ଜନ୍ମ ଦେଇ ବହୁ କାଳ ବାସ କଲା ଉତ୍ତାରେ ଯେବେ ତୁମ୍ଭେମାନେ ଆପଣାମାନଙ୍କୁ ଭ୍ରଷ୍ଟ କରି କୌଣସି ବସ୍ତୁର ପ୍ରତିମୂର୍ତ୍ତିବିଶିଷ୍ଟ ଖୋଦିତ ପ୍ରତିମା ନିର୍ମାଣ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ କ୍ରୁଦ୍ଧ କରାଇବା ପାଇଁ ତାହାଙ୍କ ସାକ୍ଷାତରେ ଦୁଷ୍କର୍ମ କରିବ।
26 znajte - uzimam za svjedoke protiv vas nebesa i zemlju - da će vas brzo nestati sa zemlje u koju idete preko Jordana da je zaposjednete: nećete dugo u njoj živjeti nego ćete biti iskorijenjeni.
ତେବେ ମୁଁ ଆଜି ତୁମ୍ଭମାନଙ୍କ ପ୍ରତିକୂଳରେ ସ୍ୱର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରି କହୁଅଛି, ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯର୍ଦ୍ଦନ ପାର ହୋଇ ଯାଉଅଛ, ସେହି ଦେଶରୁ ଶୀଘ୍ର ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହେବ; ତୁମ୍ଭେମାନେ ତହିଁ ମଧ୍ୟରେ ଦୀର୍ଘାୟୁ ପାଇବ ନାହିଁ, ମାତ୍ର ନିର୍ମୂଳରେ ଉଚ୍ଛିନ୍ନ ହେବ।
27 Jahve će vas raspršiti po narodima i ostat će vas samo malen broj među narodima među koje vas Jahve odvede.
ପୁଣି ସଦାପ୍ରଭୁ ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବେ; ପୁଣି ଯେଉଁ ସ୍ଥାନକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ନେଇଯିବେ, ସେହି ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭେମାନେ ଅଳ୍ପସଂଖ୍ୟକ ହୋଇ ଅବଶିଷ୍ଟ ରହିବ।
28 Ondje ćete se klanjati bogovima što su ih ljudske ruke načinile od drveta i kamena, bogovima koji ne mogu ni vidjeti ni čuti, ni jesti ni mirisati.
ଆଉ ସେହି ସ୍ଥାନରେ ତୁମ୍ଭେମାନେ ମନୁଷ୍ୟର ହସ୍ତକୃତ କାଷ୍ଠମୟ ଓ ପ୍ରସ୍ତରମୟ, ପୁଣି ଯେଉଁମାନେ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଭୋଜନ କରନ୍ତି ନାହିଁ, କି ଆଘ୍ରାଣ କରନ୍ତି ନାହିଁ, ଏପରି ଦେବଗଣର ସେବା କରିବ।
29 Ondje ćeš tražiti Jahvu, Boga svoga. I naći ćeš ga ako ga budeš tražio svim srcem svojim i svom dušom svojom.
ମାତ୍ର ସେହି ସ୍ଥାନରୁ ଯେବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଅନ୍ୱେଷଣ କରିବ, ତେବେ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କର ଅନ୍ୱେଷଣ କଲେ, ତାହାଙ୍କର ଉଦ୍ଦେଶ୍ୟ ପାଇବ।
30 U nevolji tvojoj snaći će te sve to, ali u posljednje vrijeme ti ćeš se obratiti Jahvi, Bogu svomu, i poslušati njegov glas.
ଯେତେବେଳେ ତୁମ୍ଭେ ସଙ୍କଟରେ ପଡ଼ିବ ଓ ଏହି ସମସ୍ତ ତୁମ୍ଭ ଉପରେ ଘଟିବ, ସେହି ଶେଷ କାଳରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପ୍ରତି ଫେରିବ ଓ ତାହାଙ୍କ ରବ ଶୁଣିବ।
31 TÓa Jahve, Bog tvoj, Bog je milosrdan; neće te on zapustiti ni upropastiti niti će zaboraviti Saveza što ga je pod zakletvom sklopio s ocima tvojim.
ଯେହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଦୟାଳୁ ପରମେଶ୍ୱର ଅଟନ୍ତି; ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ, କି ତୁମ୍ଭକୁ ବିନଷ୍ଟ କରିବେ ନାହିଁ, କିଅବା ଶପଥ ଦ୍ୱାରା ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିୟମ କରିଅଛନ୍ତି, ତାହା ପାସୋରିବେ ନାହିଁ।
32 Ispitaj samo prijašnja vremena što su protekla prije tebe, sve otkad je Bog stvorio čovjeka na zemlji: je li ikad, s jednoga kraja nebesa do drugoga, bilo ovako veličanstvena događaja? Je li se što takvo čulo?
ପରମେଶ୍ୱର ମନୁଷ୍ୟକୁ ପୃଥିବୀରେ ସୃଷ୍ଟି କରିବା ଦିନାବଧି ତୁମ୍ଭ ପୂର୍ବେ ଗତ କାଳକୁ ଓ ଆକାଶମଣ୍ଡଳର ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ପର୍ଯ୍ୟନ୍ତ ପଚାର, ଏହି ମହାକାର୍ଯ୍ୟ ତୁଲ୍ୟ କି ଆଉ କୌଣସି କାର୍ଯ୍ୟ ଅଛି, ଅବା ଏପ୍ରକାର କି ଶୁଣାଯାଇଅଛି?
33 Je li ikad koji narod čuo glas Boga gdje govori isred ognja kao što si ti čuo i na životu ostao?
ଆଉ ତୁମ୍ଭେ ଯେପରି ଶୁଣିଅଛ, ସେପରି କି ଅନ୍ୟ କୌଣସି ଦେଶୀୟ ଲୋକେ ପରମେଶ୍ୱରଙ୍କ ରବ ଅଗ୍ନି ମଧ୍ୟରୁ କହିବାର ଶୁଣି ବଞ୍ଚିଅଛନ୍ତି?
34 Ili, pokuša li koji bog da ode i uzme sebi jedan narod isred drugog naroda kušnjama, znakovima, čudesima i ratom, jakom rukom i ispruženom mišicom, uza silne strahote, kao što je sve to, na vaše oči, učinio za vas Jahve, Bog vaš, u Egiptu?
କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ୱାରା, ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟକର୍ମ ଦ୍ୱାରା, ଯୁଦ୍ଧ ଦ୍ୱାରା, ପରାକ୍ରାନ୍ତ ହସ୍ତ ଦ୍ୱାରା, ବିସ୍ତାରିତ ବାହୁ ଦ୍ୱାରା ଓ ଭୟଙ୍କର ମହାକର୍ମ ଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।
35 Tebi je to pokazano da znaš da je Jahve pravi Bog i da nema drugoga uz njega.
ଏସବୁ ତୁମ୍ଭ ପ୍ରତି ପ୍ରକାଶିତ ହେଲା, ଯେପରି ତୁମ୍ଭେ ଜାଣିବ ଯେ, ସଦାପ୍ରଭୁ ପରମେଶ୍ୱର ଅଟନ୍ତି, ତାହାଙ୍କ ତୁଲ୍ୟ ଆଉ କେହି ନାହିଁ।
36 S neba ti se oglasio svojim glasom da te pouči; dopustio ti je da vidiš njegov veliki oganj na zemlji; i isred ognja čuo si njegove riječi.
ସେ ଉପଦେଶ ଦେବା ନିମନ୍ତେ ସ୍ୱର୍ଗରୁ ତୁମ୍ଭକୁ ଆପଣା ରବ ଶୁଣାଇଲେ ଓ ପୃଥିବୀରେ ତୁମ୍ଭକୁ ଆପଣା ମହା-ଅଗ୍ନି ଦେଖାଇଲେ, ତୁମ୍ଭେ ଅଗ୍ନି ମଧ୍ୟରୁ ତାହାଙ୍କର ବାକ୍ୟ ଶୁଣିଲ।
37 Zbog toga što je ljubio očeve tvoje, izabrao je poslije njih njihovo potomstvo; on, glavom, izveo te iz Egipta svojom silnom moći;
ସେ ତୁମ୍ଭର ପୂର୍ବପୁରୁଷମାନଙ୍କୁ ସ୍ନେହ କରିବାରୁ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ହିଁ ମନୋନୀତ କଲେ,
38 ispred tebe rastjerao je narode, i brojnije i jače od tebe, da te dovede u njihovu zemlju i preda je tebi u baštinu, kao što je i danas.
ପୁଣି ସେ ତୁମ୍ଭଠାରୁ ଅଧିକ ବଳବାନ ଓ ବହୁସଂଖ୍ୟକ ଅନ୍ୟ ଦେଶୀୟ ଲୋକମାନଙ୍କୁ ତୁମ୍ଭ ଆଗରୁ ତଡ଼ିଦେଇ ସେମାନଙ୍କ ଦେଶରେ ତୁମ୍ଭକୁ ପ୍ରବେଶ କରାଇ ଆଜି ଦିନ ତୁଲ୍ୟ ଅଧିକାରାର୍ଥେ ତାହା ତୁମ୍ଭକୁ ଦେବା ପାଇଁ ଆପଣା ଶ୍ରୀମୁଖ ଓ ମହାପରାକ୍ରମ ଦ୍ୱାରା ମିସର ଦେଶରୁ ବାହାର କରି ଆଣିଲେ।
39 Danas, dakle, spoznaj i zasadi u svoje srce: Jahve je Bog gore na nebu i ovdje na zemlji - drugoga nema.
ଏନିମନ୍ତେ ତୁମ୍ଭେ ଆଜି ଏହା ଜ୍ଞାତ ହୁଅ ଓ ଆପଣା ହୃଦୟରେ ଏହା ବିବେଚନା କର, ଊର୍ଦ୍ଧ୍ୱସ୍ଥ ସ୍ୱର୍ଗରେ ଓ ଅଧଃସ୍ଥ ପୃଥିବୀରେ ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି, ଅନ୍ୟ କେହି ନାହାନ୍ତି।
40 Drži njegove zakone i njegove zapovijedi koje ti dajem danas da dobro bude tebi i tvojoj djeci poslije tebe; da dugo poživiš na zemlji koju ti Jahve, Bog tvoj, daje zauvijek.”
ପୁଣି ଯେପରି ତୁମ୍ଭର ମଙ୍ଗଳ ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ମଙ୍ଗଳ ହୁଏ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସଦାକାଳ ନିମନ୍ତେ ତୁମ୍ଭକୁ ଯେଉଁ ଭୂମି ଦିଅନ୍ତି, ତହିଁ ଉପରେ ଯେପରି ତୁମ୍ଭର ଦୀର୍ଘ ପରମାୟୁ ହୁଏ, ଏଥିପାଇଁ ମୁଁ ତାହାଙ୍କର ଯେଉଁ ଯେଉଁ ବିଧି ଓ ଆଜ୍ଞା ଆଜି ତୁମ୍ଭକୁ ଆଦେଶ କରୁଅଛି, ତାହା ପାଳନ କର।
41 Tada Mojsije izabra tri grada preko Jordana, na istočnoj strani,
ଏଥିଉତ୍ତାରେ ମୋଶା ହତ୍ୟାକାରୀର ଆଶ୍ରୟ ନିମନ୍ତେ ଯର୍ଦ୍ଦନର ସୂର୍ଯ୍ୟୋଦୟ ଦିଗସ୍ଥିତ କୂଳରେ ତିନୋଟି ନଗର ନିର୍ଣ୍ଣୟ କଲେ।
42 kamo će se moći skloniti ubojica koji nehotice ubije svoga bližnjega a da prije nije imao mržnje prema njemu: da bi, bježeći u koji od ovih gradova, mogao spasiti svoj život.
ଯେପରି କେହି ଆପଣା ପ୍ରତିବାସୀକୁ ପୂର୍ବେ ହିଂସା ନ କରି ଅଜ୍ଞାତସାରରେ ବଧ କଲେ, ସେ ତହିଁ ମଧ୍ୟରୁ କୌଣସି ଏକ ନଗରକୁ ପଳାଇ ବଞ୍ଚିପାରେ।
43 To su: Bezer u pustinji, u zemlji Mišoru, za Rubenovce; Ramot u Gileadu za Gadovce, i Golan u Bašanu za Manašeovce.
ଯଥା, ରୁବେନୀୟମାନଙ୍କ ନିମନ୍ତେ ପଦାଭୂମିସ୍ଥିତ ପ୍ରାନ୍ତରରେ ବେତ୍ସର; ପୁଣି ଗାଦୀୟମାନଙ୍କ ନିମନ୍ତେ ଗିଲୀୟଦରେ ରାମୋତ୍ ଆଉ ମନଃଶିୟମାନଙ୍କ ନିମନ୍ତେ ବାଶନରେ ଗୋଲନ୍।
44 Ovo je Zakon što ga je Mojsije postavio pred Izraelce;
ଏଥିଉତ୍ତାରେ ମୋଶା ଇସ୍ରାଏଲ-ସନ୍ତାନଗଣର ସମ୍ମୁଖରେ ଏହି ବ୍ୟବସ୍ଥା ସ୍ଥାପନ କଲେ;
45 ovo su upute, zakoni i uredbe što ih je Mojsije dao Izraelcima kad su izišli iz Egipta,
ଅର୍ଥାତ୍, ମିସରରୁ ବାହାର ହୋଇ ଆସିବା ସମୟରେ ମୋଶା ଯର୍ଦ୍ଦନ-ପୂର୍ବପାରିରେ ବେଥ୍-ପିୟୋର ସମ୍ମୁଖସ୍ଥ ଉପତ୍ୟକାରେ ହିଷ୍ବୋନ ନିବାସୀ ଇମୋରୀୟ ରାଜା ସୀହୋନର ଦେଶରେ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହିସବୁ ପ୍ରମାଣ-ବାକ୍ୟ ଓ ବିଧି ଓ ଶାସନ ଦେଲେ।
46 s one strane Jordana, u dolini nasuprot Bet Peoru, u zemlji amorejskoga kralja Sihona, koji je živio u Hešbonu i koga su potukli Mojsije i Izraelci pošto iziđoše iz Egipta.
କାରଣ ମିସରରୁ ବାହାର ହୋଇ ଆସିବା ସମୟରେ ମୋଶା, ଇସ୍ରାଏଲ-ସନ୍ତାନଗଣ ସେହି ରାଜାକୁ ବଧ କରି ତାହାର ଓ ବାଶନର ରାଜା ଓଗ୍ର,
47 Njegovu su zemlju zauzeli i zemlju bašanskoga kralja Oga, dvaju amorejskih kraljeva koji su živjeli preko Jordana na istoku,
ଯର୍ଦ୍ଦନ-ପୂର୍ବଦିଗସ୍ଥ ଇମୋରୀୟମାନଙ୍କ ଏହି ଦୁଇ ରାଜାର ଦେଶ,
48 od Aroera, koji se nalazi na obali potoka Arnona, do brda Sirjona, to jest Hermona,
ଅର୍ଥାତ୍, ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେର ଅବଧି ସିୟୋନ, ଅର୍ଥାତ୍, ହର୍ମୋଣ ନାମକ ପର୍ବତ ପର୍ଯ୍ୟନ୍ତ ସମସ୍ତ ଦେଶ,
49 i svu Arabu preko Jordana, s istoka do mora u Arabi, pod obroncima Pisge.
ପୁଣି ଅସ୍ଦୋଦ-ପିସ୍ଗାର ଅଧଃସ୍ଥିତ ସମତଳ ଭୂମିର ସମୁଦ୍ର ପର୍ଯ୍ୟନ୍ତ ଯର୍ଦ୍ଦନ-ପୂର୍ବପାରିସ୍ଥିତ ସମସ୍ତ ପଦାଭୂମି ଅଧିକାର କରିଥିଲେ।