< Propovjednik 3 >

1 Sve ima svoje doba i svaki posao pod nebom svoje vrijeme.
ସବୁ ବିଷୟର ଉଚିତ ସମୟ ଅଛି ଓ ଆକାଶ ତଳେ ସବୁ ଉଦ୍ଦେଶ୍ୟର ଉଚିତ ସମୟ ଅଛି;
2 Vrijeme rađanja i vrijeme umiranja; vrijeme sađenja i vrijeme čupanja posađenog.
ଜନ୍ମ ହେବାର ସମୟ ଓ ମରିବାର ସମୟ; ରୋପିବାର ସମୟ, ଯାହା ରୋପିତ ହେଲା, ତାହା ଉପାଡ଼ିବାର ସମୟ;
3 Vrijeme ubijanja i vrijeme liječenja; vrijeme rušenja i vrijeme građenja.
ବଧ କରିବାର ସମୟ ଓ ସୁସ୍ଥ କରିବାର ସମୟ; ଭାଙ୍ଗିବାର ସମୟ ଓ ନିର୍ମାଣ କରିବାର ସମୟ,
4 Vrijeme plača i vrijeme smijeha; vrijeme tugovanja i vrijeme plesanja.
ରୋଦନ କରିବାର ସମୟ ଓ ହସିବାର ସମୟ; ବିଳାପ କରିବାର ସମୟ ଓ ନୃତ୍ୟ କରିବାର ସମୟ;
5 Vrijeme bacanja kamenja i vrijeme sabiranja kamenja; vrijeme grljenja i vrijeme kad se ostavlja grljenje.
ପ୍ରସ୍ତର ପକାଇବାର ସମୟ ଓ ପ୍ରସ୍ତର ସଂଗ୍ରହ କରିବାର ସମୟ; ଆଲିଙ୍ଗନ କରିବାର ସମୟ ଓ ଆଲିଙ୍ଗନରୁ ନିବୃତ୍ତ ହେବାର ସମୟ,
6 Vrijeme traženja i vrijeme gubljenja; vrijeme čuvanja i vrijeme odbacivanja.
ଅନ୍ଵେଷଣ କରିବାର ସମୟ ଓ ହଜାଇବାର ସମୟ; ରଖିବାର ସମୟ ଓ ପକାଇ ଦେବାର ସମୟ;
7 Vrijeme deranja i vrijeme š§ijenja; vrijeme šutnje i vrijeme govorenja.
ଚିରିବାର ସମୟ ଓ ସିଲେଇ କରିବାର ସମୟ; ନୀରବ ରହିବାର ସମୟ ଓ କଥା କହିବାର ସମୟ;
8 Vrijeme ljubljenja i vrijeme mržnje; vrijeme rata i vrijeme mira.
ପ୍ରେମ କରିବାର ସମୟ ଓ ଘୃଣା କରିବାର ସମୟ; ଯୁଦ୍ଧର ସମୟ ଓ ଶାନ୍ତିର ସମୟ ଅଛି।
9 Koja je posleniku korist od njegovih napora?
କର୍ମକାରୀ ବ୍ୟକ୍ତିର ଆପଣା ପରିଶ୍ରମରେ କି ଲାଭ?
10 Razmišljam o mučnoj zadaći što je Bog zadade sinovima ljudskim.
ପରମେଶ୍ୱର ମନୁଷ୍ୟ-ସନ୍ତାନଗଣକୁ ବ୍ୟସ୍ତ ହେବା ପାଇଁ ଯେଉଁ କାର୍ଯ୍ୟ ଦେଇଅଛନ୍ତି, ତାହା ମୁଁ ଦେଖିଅଛି।
11 Sve što on čini prikladno je u svoje vrijeme; ali iako je dopustio čovjeku uvid u vjekove, čovjek ne može dokučiti djela koja Boga čini od početka do kraja.
ସେ ପ୍ରତ୍ୟେକ ବିଷୟକୁ ତାହାର ସମୟରେ ଶୋଭିତ କରିଅଛନ୍ତି; ମଧ୍ୟ ସେ ସେମାନଙ୍କ ହୃଦୟରେ ଅନନ୍ତକାଳ ରଖିଅଛନ୍ତି; ତଥାପି ପରମେଶ୍ୱର ପ୍ରଥମଠାରୁ ଶେଷ ପର୍ଯ୍ୟନ୍ତ ଯେଉଁ କାର୍ଯ୍ୟ କରିଅଛନ୍ତି, ମନୁଷ୍ୟ ତହିଁର ତତ୍ତ୍ୱ ପାଇ ପାରେ ନାହିଁ।
12 Znam da nije druge sreće čovjeku osim da se veseli i čini dobro za svojega života.
ମୁଁ ଜାଣେ ଯେ, ଯାବଜ୍ଜୀବନ ଆନନ୍ଦ ଓ ସୁକର୍ମ କରିବା ଅପେକ୍ଷା ସେମାନଙ୍କର ଆଉ କୌଣସି ମଙ୍ଗଳ ବିଷୟ ନାହିଁ।
13 I kad čovjek jede i pije i uživa u svojem radu, i to je Božji dar.
ଆହୁରି, ପ୍ରତ୍ୟେକ ମନୁଷ୍ୟ ଭୋଜନପାନ କରି ଆପଣା ସକଳ ପରିଶ୍ରମରେ ସୁଖଭୋଗ କରିବ, ଏହା ପରମେଶ୍ୱରଙ୍କ ଦାନ।
14 I znam da sve što Bog čini, čini za stalno. Tome se ništa dodati ne može niti mu se može oduzeti; a Bog čini tako da ga se boje.
ମୁଁ ଜାଣେ ଯେ, ପରମେଶ୍ୱର ଯାହା କିଛି କରନ୍ତି, ତାହା ଅନନ୍ତକାଳସ୍ଥାୟୀ; ତାହା ବଢ଼ାଯାଇ ନ ପାରେ, କିଅବା ତାହା ଊଣା କରାଯାଇ ନ ପାରେ; ଆଉ ମନୁଷ୍ୟମାନେ ପରମେଶ୍ୱରଙ୍କ ସମ୍ମୁଖରେ ଭୀତ ହେବା ପାଇଁ ସେ ତାହା କରିଅଛନ୍ତି।
15 Što biva, već bijaše, i što će biti, već je bilo; a Bog obnavlja što je prohujalo.
ଯାହା ଅଛି, ତାହା ଥିଲା; ପୁଣି, ଯାହା ହେବ, ତାହା ହିଁ ଥିଲା; ଆଉ, ଯାହା ଗତ ହୋଇଅଛି, ପରମେଶ୍ୱର ତାହା ପୁନର୍ବାର ଅନ୍ଵେଷଣ କରନ୍ତି।
16 Još vidim kako pod suncem umjesto pravice vlada nepravda i umjesto pravednika zločinac.
ଆହୁରି, ମୁଁ ସୂର୍ଯ୍ୟ ତଳେ ବିଚାର ସ୍ଥାନରେ ଦେଖିଲି, ସେଠାରେ ଦୁଷ୍ଟତା ଅଛି, ପୁଣି ଧର୍ମସ୍ଥାନରେ ଦେଖିଲି, ସେଠାରେ ହେଁ ଦୁଷ୍ଟତା ଅଛି।
17 Zato rekoh u sebi: “Bog će suditi i pravedniku i zločincu, jer ovdje ima vrijeme za svaku namjeru i čin.”
ମୁଁ ମନେ ମନେ କହିଲି, “ପରମେଶ୍ୱର ଧାର୍ମିକ ଓ ଦୁଷ୍ଟର ବିଚାର କରିବେ; କାରଣ ପ୍ରତ୍ୟେକ ମନସ୍କାମନା ଓ ପ୍ରତ୍ୟେକ କାର୍ଯ୍ୟ ପାଇଁ ସମୟ ଅଛି।”
18 Još rekoh u sebi: “Ljudi se ponašaju tako da Bog može pokazati kakvi su uistinu, da su jedni drugima poput zvijeri.”
ମୁଁ ମନେ ମନେ କହିଲି, “ପରମେଶ୍ୱର ଯେପରି ମନୁଷ୍ୟ ସନ୍ତାନମାନଙ୍କୁ ପରୀକ୍ଷା କରିବେ ଓ ସେମାନେ ନିଜେ ଯେ କେବଳ ପଶୁ ତୁଲ୍ୟ, ଏହା ଯେପରି ସେମାନେ ଦେଖିବେ, ଏଥିପାଇଁ ସେମାନଙ୍କ ସକାଶୁ ଏହା ହେଉଅଛି।”
19 Jer zaista, kob ljudi i zvijeri jedna je te ista. Kako ginu oni, tako ginu i one; i dišu jednakim dahom, i čovjek ničim ne nadmašuje zvijer, jer sve je ispraznost.
କାରଣ ମନୁଷ୍ୟ-ସନ୍ତାନଗଣ ପ୍ରତି ଯାହା ଘଟେ, ପଶୁମାନଙ୍କ ପ୍ରତି ତାହା ଘଟେ; ସମସ୍ତଙ୍କ ପ୍ରତି ହିଁ ଏକରୂପ ଘଟଣା ଘଟେ; ଏ ଯେପରି ମରେ, ସେ ସେପରି ମରେ; ପୁଣି, ସମସ୍ତଙ୍କ ପ୍ରାଣବାୟୁ ଏକ; ଆଉ, ପଶୁଠାରୁ ମନୁଷ୍ୟର କୌଣସି ପ୍ରାଧାନ୍ୟ ନାହିଁ; କାରଣ ସବୁ ଅସାର।
20 I jedni i drugi odlaze na isto mjesto; svi su postali od praha i u prah se vraćaju.
ସମସ୍ତେ ଏକ ସ୍ଥାନକୁ ଯାଆନ୍ତି; ସମସ୍ତେ ଧୂଳିରୁ ଉତ୍ପନ୍ନ ଓ ସମସ୍ତେ ପୁନର୍ବାର ଧୂଳିରେ ଲୀନ ହୁଅନ୍ତି।
21 Tko zna da li dah ljudski uzlazi gore, a dah zvijeri silazi dolje k zemlji?
ମନୁଷ୍ୟର ଆତ୍ମା ଊର୍ଦ୍ଧ୍ୱଗାମୀ ଓ ପଶୁର ଆତ୍ମା ପୃଥିବୀର ଅଧୋଗାମୀ ହୁଏ ବୋଲି କିଏ ଜାଣେ?
22 Uviđam da čovjeku druge sreće nema osim radosti u svome djelu, jer to je ljudska sudbina. A tko će ga dovesti do toga da dozna što će biti poslije njega?
ଏହେତୁ ମନୁଷ୍ୟ ସ୍ୱକର୍ମରେ ଆନନ୍ଦ କରିବା ଅପେକ୍ଷା ଆଉ ତାହାର କିଛି ଅଧିକ ମଙ୍ଗଳ ନାହିଁ ବୋଲି ମୁଁ ଦେଖିଲି; କାରଣ ଏହା ହିଁ ତାହାର ଅଧିକାର; ଆଉ, ତାହା ପରେ ଯାହା ଘଟିବ, ତାହା ଦେଖିବା ପାଇଁ କିଏ ତାହାକୁ ଫେରାଇ ଆଣି ପାରେ?

< Propovjednik 3 >