< Efežanima 1 >

1 Pavao, po volji Božjoj apostol Krista Isusa: svetima koji su u Efezu i vjernima u Isusu Kristu.
ପାଉଲ, ଈଶ୍ବରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, ଏଫିସ ସହରରେ ଥିବା ସାଧୁ ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ବିଶ୍ୱାସୀମାନଙ୍କ ନିକଟକୁ ଲେଖୁଅଛି।
2 Milost vam i mir od Boga, Oca našega, i Gospodina Isusa Krista!
ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।
3 Blagoslovljen Bog i Otac Gospodina našega Isusa Krista, on koji nas blagoslovi svakim blagoslovom duhovnim u nebesima, u Kristu.
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ୱାରା ସ୍ୱର୍ଗରେ ଆଶୀର୍ବାଦ କରିଅଛନ୍ତି,
4 Tako: u njemu nas sebi izabra prije postanka svijeta da budemo sveti i bez mane pred njim;
ଅର୍ଥାତ୍‍ ଆମ୍ଭେମାନେ ଯେପରି ତାହାଙ୍କ ସାକ୍ଷାତରେ ପବିତ୍ର ଓ ଅନିନ୍ଦନୀୟ ହେଉ, ଏଥିପାଇଁ ସେ ଜଗତର ପତ୍ତନ ପୂର୍ବେ ତାହାଙ୍କଠାରେ ଆମ୍ଭମାନଙ୍କୁ ମନୋନୀତ କଲେ;
5 u ljubavi nas predodredi za posinstvo, za sebe, po Isusu Kristu, dobrohotnošću svoje volje,
ପୁଣି, ଈଶ୍ବର ଆମ୍ଭମାନଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ନିମନ୍ତେ ପୁତ୍ର କରିବାକୁ ଆପଣା ସ୍ୱଚ୍ଛନ୍ଦ ଇଚ୍ଛାନୁସାରେ ଆମ୍ଭମାନଙ୍କୁ ପ୍ରେମରେ ପୂର୍ବରୁ ନିରୂପଣ କଲେ;
6 na hvalu Slave svoje milosti. Njome nas zamilova u Ljubljenome
ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି।
7 u kome, njegovom krvlju, imamo otkupljenje, otpuštenje prijestupa po bogatstvu njegove milosti.
ଈଶ୍ବରଙ୍କ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କଠାରେ ଖ୍ରୀଷ୍ଟ ଯୀଶୁଙ୍କ ରକ୍ତ ଦ୍ୱାରା ମୁକ୍ତି, ଅର୍ଥାତ୍‍ ଅପରାଧ ସବୁର କ୍ଷମା ପ୍ରାପ୍ତ ହୋଇଅଛୁ।
8 Nju preobilno u nas uli zajedno sa svom mudrošću i razumijevanjem
ସେହି ଅନୁଗ୍ରହ ସେ ସମସ୍ତ ପ୍ରକାର ଜ୍ଞାନ ଓ ବୁଦ୍ଧି ଦେଇ ଆମ୍ଭମାନଙ୍କ ପ୍ରତି ପ୍ରଚୁର କରିଅଛନ୍ତି।
9 obznanivši nam otajstvo svoje volje po dobrohotnom naumu svojem što ga prije u njemu zasnova
ପୂର୍ବରୁ ସଙ୍କଳ୍ପ କରିଥିବା ଆପଣା ମଙ୍ଗଳମୟ ଇଚ୍ଛାନୁସାରେ ସେ ଆମ୍ଭମାନଙ୍କୁ ଆପଣା ଇଚ୍ଛାର ନିଗୂଢ଼ତତ୍ତ୍ୱ ଜ୍ଞାତ କରାଇଅଛନ୍ତି,
10 da se provede punina vremena: uglaviti u Kristu sve - na nebesima i na zemlji.
ଯେପରି କାଳର ପୂର୍ଣ୍ଣତା ସମ୍ବନ୍ଧୀୟ ତାହାଙ୍କ ସଙ୍କଳ୍ପାନୁସାରେ ସ୍ୱର୍ଗରେ କି ମର୍ତ୍ତ୍ୟରେ ଥିବା ସମସ୍ତ ବିଷୟ ସେ ଆପଣା ନିମନ୍ତେ ଖ୍ରୀଷ୍ଟଙ୍କଠାରେ ଏକୀଭୂତ କରିବେ।
11 U njemu, u kome i nama - predodređenima po naumu Onoga koji sve izvodi po odluci svoje volje - u dio pade
ତାହାଙ୍କଠାରେ ମଧ୍ୟ ଆମ୍ଭେ ବିଶ୍ୱାସୀମାନେ ଅଧିକାର ସ୍ୱରୂପ ହୋଇଅଛୁ, ଯେଣୁ ଯେଉଁ ଈଶ୍ବର ଆପଣା ଇଚ୍ଛାର ସଙ୍କଳ୍ପାନୁସାରେ ସମସ୍ତ ବିଷୟ ସାଧନ କରନ୍ତି, ତାହାଙ୍କ ଅଭିପ୍ରାୟ ଅନୁସାରେ ଆମ୍ଭେ ବିଶ୍ୱାସୀମାନେ ପୂର୍ବରୁ ନିରୂପିତ ହେଲୁ,
12 da budemo na hvalu Slave njegove - mi koji smo se već prije nadali u Kristu.
ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ପୂର୍ବରୁ ଭରସା କରିଥିଲୁ, ତାହା ଯେପରି ଈଶ୍ବରଙ୍କ ଗୌରବର ପ୍ରଶଂସାର କାରଣ ହେଉ।
13 U njemu ste i vi, pošto ste čuli Riječ istine - evanđelje spasenja svoga - u njemu ste, prigrlivši vjeru, opečaćeni Duhom obećanim, Svetim,
ତାହାଙ୍କ ଦ୍ୱାରା ତୁମ୍ଭେମାନେ ସୁଦ୍ଧା ସତ୍ୟ ବାକ୍ୟ, ଅର୍ଥାତ୍‍ ତୁମ୍ଭମାନଙ୍କ ପରିତ୍ରାଣର ସୁସମାଚାର ଶୁଣି ବିଶ୍ୱାସ କରି ପ୍ରତିଜ୍ଞାତ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ମୁଦ୍ରାଙ୍କିତ ହୋଇଅଛ;
14 koji je zalog naše baštine: otkupljenja, posvojenja - na hvalu Slave njegove.
ଈଶ୍ବରଙ୍କ ଗୌରବର ପ୍ରଶଂସା ନିମନ୍ତେ ତାହାଙ୍କ ନିଜସ୍ୱ ମୁକ୍ତି ଉଦ୍ଦେଶ୍ୟରେ ସେ ଆମ୍ଭମାନଙ୍କ ଅଧିକାରର ବଇନାସ୍ୱରୂପ।
15 Zato i ja, otkad sam čuo za vašu vjeru u Gospodinu Isusu i za ljubav prema svima svetima,
ଏହି କାରଣରୁ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କର ଯେଉଁ ବିଶ୍ୱାସ ଓ ସମସ୍ତ ସାଧୁଙ୍କ ପ୍ରତି ଯେଉଁ ପ୍ରେମ,
16 ne prestajem zahvaljivati za vas i sjećati vas se u svojim molitvama:
ସେଥିର ସମ୍ବାଦ ପାଇ ମୁଁ ମଧ୍ୟ ମୋହର ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ଧନ୍ୟବାଦ ଦେବାରୁ କ୍ଷାନ୍ତ ହେଉ ନାହିଁ।
17 Bog Gospodina našega Isusa Krista, Otac Slave, dao vam Duha mudrosti i objave kojom ćete ga spoznati;
ଯେପରି ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଈଶ୍ବର, ଗୌରବମୟ ପିତା, ତାହାଙ୍କ ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜ୍ଞାନ ଓ ପ୍ରତ୍ୟାଦେଶର ଆତ୍ମା ପ୍ରଦାନ କରନ୍ତି;
18 prosvijetlio vam oči srca da upoznate koje li nade u pozivu njegovu, koje li bogate slave u baštini njegovoj među svetima
ସେଥିରେ ତୁମ୍ଭମାନଙ୍କ ଆନ୍ତରିକ ଚକ୍ଷୁ ପ୍ରସନ୍ନ ହୁଅନ୍ତେ ତାହାଙ୍କ ଆହ୍ୱାନର ଭରସା କଅଣ, ସାଧୁମାନଙ୍କ ମଧ୍ୟରେ ତାହାଙ୍କ ଅଧିକାରର ଗୌରବରୂପ ଧନ କଅଣ,
19 i koje li prekomjerne veličine u moći njegovoj prema nama koji vjerujemo: ona je primjerena djelotvornosti sile i snage njegove
ପୁଣି, ବିଶ୍ୱାସୀ ଯେ ଆମ୍ଭେମାନେ, ତାହାଙ୍କ ଶକ୍ତିର କାର୍ଯ୍ୟସାଧକ ପରାକ୍ରମ ଅନୁସାରେ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଶକ୍ତିର ଅତ୍ୟଧିକ ମହତ୍ତ୍ୱ କଅଣ, ଏହିସବୁ ଜାଣି ପାର;
20 koju na djelu pokaza u Kristu, kad ga uskrisi od mrtvih i posjede sebi zdesna na nebesima
ସେହି ଶକ୍ତି ଯେ ଖ୍ରୀଷ୍ଟଙ୍କଠାରେ ସାଧନ କରି ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ସମସ୍ତ ଆଧିପତ୍ୟ, କର୍ତ୍ତାପଣ, ଶକ୍ତି, ପ୍ରଭୁତ୍ୱ ପୁଣି, ଇହକାଳ ଓ ମଧ୍ୟ ପରକାଳରେ ଯେତେ ନାମ ଖ୍ୟାତ,
21 iznad svakog Vrhovništva i Vlasti i Moći i Gospodstva i svakog imena imenovana ne samo na ovom svijetu nego i u budućemu. (aiōn g165)
ସେ ସମସ୍ତଙ୍କ ଉପରେ ତାହାଙ୍କୁ ଉନ୍ନତ କରାଇ ସ୍ୱର୍ଗରେ ଆପଣା ଦକ୍ଷିଣ ପାର୍ଶ୍ୱରେ ଉପବେଶନ କରାଇଲେ, (aiōn g165)
22 Sve mu podloži pod noge, a njega postavi - nad svime - Glavom Crkvi,
ଆଉ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କରି ରଖି ତାହାଙ୍କୁ ସର୍ବ ବିଷୟର ମସ୍ତକରୂପେ ମଣ୍ଡଳୀକୁ ଦାନ କଲେ;
23 koja je Tijelo njegovo, punina Onoga koji sve u svima ispunja.
ସେହି ମଣ୍ଡଳୀ ଖ୍ରୀଷ୍ଟଙ୍କ ଶରୀର ସ୍ୱରୂପ, ଅର୍ଥାତ୍‍ ଯେ ସମସ୍ତ ବିଷୟକୁ ସର୍ବତୋଭାବେ ପୂର୍ଣ୍ଣ କରନ୍ତି, ତାହାଙ୍କ ପୂର୍ଣ୍ଣତା।

< Efežanima 1 >