< Izlazak 8 >
1 opet Jahve reče Mojsiju: “Pođi k faraonu i reci mu: 'Ovako govori Jahve: Pusti moj narod da ode i štovanje mi iskaže.
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଇ ତାହାଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।
2 Ako odbiješ da ih pustiš, svu ću ti zemlju kazniti žabama.
କିନ୍ତୁ ଯଦି ତୁମ୍ଭେ ସେମାନଙ୍କୁ ଯିବାକୁ ଦେବା ପାଇଁ ମନା କରିବ, ତେବେ ଦେଖ, ଆମ୍ଭେ ବେଙ୍ଗ ଦ୍ୱାରା ତୁମ୍ଭର ସମସ୍ତ ଦେଶକୁ ଦଣ୍ଡ ଦେବା।
3 Rijeka će vrvjeti žabama. One će izići i prodrijeti u tvoj dvor, u ložnicu, u tvoju postelju, u kuće tvojih službenika i tvoga naroda, pod sačeve i naćve tvoje.
ନୀଳ ନଦୀ ବେଙ୍ଗରେ ପରିପୂର୍ଣ୍ଣ ହେବ, ତହିଁରେ ସେସମସ୍ତ ବେଙ୍ଗ ଉଠି ତୁମ୍ଭ ଗୃହରେ, ଶୟନାଗାରରେ, ଶଯ୍ୟାରେ, ତୁମ୍ଭ ଦାସମାନଙ୍କ ଗୃହରେ, ତୁମ୍ଭ ଲୋକମାନଙ୍କ ଉପରେ, ତୁମ୍ଭ ଚୁଲ୍ଲୀରେ ଓ ତୁମ୍ଭ ଅଟା ଦଳିବା ପାତ୍ରରେ ପ୍ରବେଶ କରିବେ;
4 Po tebi, po tvome narodu i svim tvojim službenicima skakat će žabe.'”
ପୁଣି, ତୁମ୍ଭର ଓ ତୁମ୍ଭ ଲୋକମାନଙ୍କର ଓ ଦାସମାନଙ୍କ ଉପରକୁ ଉଠିବେ।’”
5 Onda Jahve reče Mojsiju: “Reci Aronu neka ispruži svoju ruku sa štapom povrh rijeka, prokopa i jezeraca i učini da žabe navale na egipatsku zemlju.”
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ କୁହ, ‘ତୁମ୍ଭେ ନଦୀ, ନାଳ ଓ ପୁଷ୍କରିଣୀ ଉପରେ ଆପଣାର ସଯଷ୍ଟି ହସ୍ତ ବିସ୍ତାର କରି ମିସର ଦେଶ ଉପରେ ବେଙ୍ଗ ଅଣାଅ।’”
6 Aron pruži svoju ruku povrh egipatskih voda, i žabe iziđoše i prekriše zemlju egipatsku.
ତହିଁରେ ହାରୋଣ ମିସରର ସମସ୍ତ ଜଳ ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ବେଙ୍ଗସମୂହ ଉଠି ମିସର ଦେଶରେ ବ୍ୟାପିଗଲେ।
7 Ali i vračari učiniše tako svojim vračanjem, te žabe navališe na egipatsku zemlju.
ସେତେବେଳେ ମନ୍ତ୍ରଜ୍ଞମାନେ ଆପଣାମାନଙ୍କ ମାୟାରେ ସେପ୍ରକାର କରି ମିସର ଦେଶ ଉପରେ ବେଙ୍ଗ ଆଣିଲେ।
8 Zovne sad faraon Mojsija i Arona i rekne: “Molite Jahvu da ukloni žabe od mene i moga puka, a ja ću pustiti narod da prinese žrtvu Jahvi.”
ତହୁଁ ଫାରୋ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ଆମ୍ଭଠାରୁ ଓ ଆମ୍ଭ ଲୋକଙ୍କଠାରୁ ଏହିସବୁ ବେଙ୍ଗ ଦୂର କରିବା ପାଇଁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର; ତହିଁରେ ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଲୋକମାନଙ୍କୁ ଯିବାକୁ ଦେବା।”
9 Mojsije uzvrati faraonu: “Dostoj se odrediti mi kad hoćeš da molim za te, za tvoje službenike i za tvoj narod da se žabe odstrane od tebe i tvojih domova i ostanu samo u Rijeci.”
ତେବେ ମୋଶା ଫାରୋଙ୍କୁ କହିଲେ, “ମୋʼ ଉପରେ ଦର୍ପ କର; ବେଙ୍ଗ ସବୁ ଯେପରି ଆପଣଙ୍କଠାରୁ ଓ ଆପଣଙ୍କ ଗୃହରୁ ଉଚ୍ଛିନ୍ନ ହୋଇ କେବଳ ନଦୀରେ ରହନ୍ତି, ଆପଣଙ୍କ ଓ ଆପଣଙ୍କ ଦାସମାନଙ୍କ ଓ ଲୋକସମସ୍ତଙ୍କ ନିମନ୍ତେ ସଦାପ୍ରଭୁଙ୍କ ଛାମୁରେ କେବେ ଏହି ପ୍ରାର୍ଥନା କରିବି?”
10 “Sutra”, reče. “Neka bude kako kažeš”, odvrati Mojsije, “da znaš kako nitko nije kao Jahve, Bog naš.
ସେ କହିଲେ, “ଆସନ୍ତାକାଲି କର।” ସେତେବେଳେ ମୋଶା କହିଲେ, “ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ତୁଲ୍ୟ କେହି ନାହାନ୍ତି, ଏହା ଯେପରି ଆପଣ ଜ୍ଞାତ ହୁଅନ୍ତି, ଏଥିପାଇଁ ଆପଣଙ୍କ ବାକ୍ୟାନୁସାରେ ହେଉ।
11 Žabe će otići od tebe, od tvojih službenika i tvoga naroda; ostat će samo u Rijeci.”
ବେଙ୍ଗମାନେ ଆପଣଙ୍କଠାରୁ ଓ ଆପଣଙ୍କ ଗୃହ, ଦାସ ଓ ସମସ୍ତ ଲୋକଙ୍କଠାରୁ ଦୂର ହୋଇ କେବଳ ନଦୀରେ ରହିବେ।”
12 Mojsije i Aron odu od faraona, a onda Mojsije zazva Jahvu zbog žaba kojima je kaznio faraona.
ଏଥିଉତ୍ତାରେ ମୋଶା ଓ ହାରୋଣ ଫାରୋଙ୍କ ନିକଟରୁ ବାହାରକୁ ଗଲେ; ପୁଣି, ମୋଶା ଫାରୋଙ୍କ ବିରୁଦ୍ଧରେ ଆନୀତ ବେଙ୍ଗ ବିଷୟରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ।
13 I Jahve usliša Mojsija, te žabe pocrkaju po kućama, dvorištima i njivama.
ତହିଁରେ ସଦାପ୍ରଭୁ ମୋଶାଙ୍କ ବାକ୍ୟାନୁସାରେ କରନ୍ତେ, ଗୃହରେ, ପ୍ରାଙ୍ଗଣରେ ଓ କ୍ଷେତ୍ରରେ ସମସ୍ତ ବେଙ୍ଗ ମଲେ।
14 Na hrpe su ih zgrtali, zemlja se njima usmrdjela.
ତହୁଁ ଲୋକମାନେ ସେସବୁକୁ ଏକତ୍ର କରି ଗଦା କରନ୍ତେ, ଦେଶ ଦୁର୍ଗନ୍ଧମୟ ହେଲା।
15 Kad je faraon vidio da je nastupilo olakšanje, srce mu otvrdnu te ne posluša Mojsija i Arona, kako je Jahve i kazao.
ମାତ୍ର ଫାରୋ ବିପଦର ନିବୃତ୍ତି ଦେଖି ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ଆପଣା ହୃଦୟ କଠିନ କଲେ ଓ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।
16 Onda će opet Jahve Mojsiju: “Reci Aronu neka zamahne svojim štapom i udari po prahu na tlu neka se pretvori u komarce po svoj zemlji egipatskoj.”
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ କୁହ, ସମସ୍ତ ମିସର ଦେଶରେ ଯେପରି ଉକୁଣିଆ ପୋକ ହୁଅଇ, ଏଥିପାଇଁ ‘ତୁମ୍ଭେ ଆପଣା ଯଷ୍ଟି ଉଠାଇ ଭୂମିର ଧୂଳିରେ ପ୍ରହାର କର।’”
17 I učine tako: zamahne Aron rukom i štapom te udari po prahu na tlu. Komarci navale na ljude i životinje. Sav prah na tlu pretvori se u komarce po svoj zemlji egipatskoj.
ତହିଁରେ ସେମାନେ ସେପ୍ରକାର କଲେ; ହାରୋଣ ସଯଷ୍ଟି ହସ୍ତ ବିସ୍ତାର କରି ଭୂମିର ଧୂଳିରେ ପ୍ରହାର କରନ୍ତେ, ମନୁଷ୍ୟ ଓ ପଶୁମାନଙ୍କଠାରେ ଉକୁଣିଆ ପୋକ ହେଲା; ପୁଣି, ମିସର ଦେଶର ଭୂମିସ୍ଥ ସମସ୍ତ ଧୂଳି ଉକୁଣିଆ ପୋକ ହେଲା।
18 Vračari pokušaše da svojim vračanjem stvore komarce, ali nisu mogli. Ljudi i životinje postanu plijenom komaraca.
ସେତେବେଳେ ମନ୍ତ୍ରଜ୍ଞମାନେ ଆପଣା ଆପଣା ମାୟାରେ ସେପ୍ରକାର ଉକୁଣିଆ ପୋକ ଉତ୍ପନ୍ନ କରିବାକୁ ଚେଷ୍ଟା କଲେ, ମାତ୍ର ପାରିଲେ ନାହିଁ; ତହିଁରେ ମନୁଷ୍ୟ ଓ ପଶୁମାନଙ୍କ ଉପରେ ଉକୁଣିଆ ପୋକ ହେଲା।
19 Tada vračari reknu faraonu: “To je prst Božji!” Ali je faraonovo srce bilo okorjelo, pa nije poslušao Mojsija i Arona, kako je Jahve i kazao.
ତେବେ ମନ୍ତ୍ରଜ୍ଞମାନେ ଫାରୋଙ୍କୁ କହିଲେ, “ଏ ତ ପରମେଶ୍ୱରଙ୍କ ଅଙ୍ଗୁଳିକୃତ କର୍ମ,” ତଥାପି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା, ପୁଣି, ସେ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।
20 Onda Jahve reče Mojsiju: “Podrani ujutro, iziđi pred faraona kad krene k vodi, i reci mu: 'Ovako poručuje Jahve: Pusti moj narod da ode i da mi štovanje iskaže.
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପ୍ରଭାତରେ ଉଠି ଫାରୋ ସମ୍ମୁଖରେ ଠିଆ ହୁଅ; ଦେଖ, ସେ ଜଳ ନିକଟକୁ ଆସିଲେ, ତୁମ୍ଭେ ତାହାଙ୍କୁ ଏହି କଥା କହିବ, ‘ସଦାପ୍ରଭୁ କହନ୍ତି, ଆମ୍ଭର ସେବା କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।
21 Ako ne pustiš moga naroda, pripustit ću obade na te, na tvoje službenike, na tvoj puk i tvoje domove. Egipatski domovi i samo tlo na kojem stoje vrvjet će od obada.
ପୁଣି, ଯଦି ଆମ୍ଭ ଲୋକମାନଙ୍କୁ ଯିବାକୁ ନ ଦେବ, ତେବେ ଆମ୍ଭେ ତୁମ୍ଭ ଉପରେ ଓ ତୁମ୍ଭ ଦାସମାନଙ୍କ ଉପରେ ଓ ତୁମ୍ଭ ଲୋକମାନଙ୍କ ଉପରେ ଓ ତୁମ୍ଭ ଗୃହ ଭିତରେ ଏପରି ଦଂଶକାଦିର ଝିଙ୍କ ପଠାଇବା ଯେ, ତଦ୍ଦ୍ୱାରା ମିସରୀୟମାନଙ୍କ ଗୃହ ଓ ବାସଭୂମି ପରିପୂର୍ଣ୍ଣ ହେବ।
22 Ali ću toga dana izuzeti gošenski kraj, u kojem živi moj narod, te se ondje obadi neće pojaviti, tako da znaš da sam ja Jahve u središtu zemlje.
ପୁଣି, ପୃଥିବୀ ମଧ୍ୟରେ କେବଳ ଆମ୍ଭେ ସଦାପ୍ରଭୁ ଅଟୁ, ଏହା ତୁମ୍ଭକୁ ଜଣାଇବା ନିମନ୍ତେ ସେହି ଦିନ ଆମ୍ଭ ଲୋକମାନଙ୍କ ନିବାସ ସ୍ଥାନ ଗୋଶନ ପ୍ରଦେଶ ଭିନ୍ନ କରିବା; ସେଠାରେ ଦଂଶକାଦିର ଝିଙ୍କ ହେବ ନାହିଁ।
23 Tu ću razliku napraviti između svoga i tvoga naroda. To će znamenje biti sutra.'”
ଆମ୍ଭେ ଆପଣା ଲୋକମାନଙ୍କ ଓ ତୁମ୍ଭ ଲୋକମାନଙ୍କ ମଧ୍ୟରେ ପ୍ରଭେଦ କରିବା; ଆସନ୍ତାକାଲି ଏହି ଚିହ୍ନ ହେବ।’”
24 I učini Jahve tako. Rojevi obada nalete u faraonov dvor, na domove njegovih službenika i po svoj zemlji egipatskoj. Zemlja nastrada od obada.
ଏଥିଉତ୍ତାରେ ସଦାପ୍ରଭୁ ସେହି ପ୍ରକାର କଲେ; ତହିଁରେ ଫାରୋଙ୍କର ଓ ତାଙ୍କ ଦାସମାନଙ୍କ ଗୃହରେ ଦଂଶକାଦିର ବୃହତ ଝିଙ୍କ ଉପସ୍ଥିତ ହେଲା; ପୁଣି, ସମୁଦାୟ ମିସର ଦେଶ ଦଂଶକାଦି ସକାଶୁ ନଷ୍ଟ ହେଲା।
25 Sad faraon pozove Mojsija i Arona pa im rekne: “Idite, prinesite žrtvu svome Bogu, ali u ovoj zemlji.”
ସେତେବେଳେ ଫାରୋ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ଯାଇ ଦେଶ ମଧ୍ୟରେ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କର।”
26 “Ne dolikuje da tako učinimo”, odgovori Mojsije. “Žrtve koje mi prinosimo Jahvi, Bogu svome, za Egipćane su svetogrđe. Kad bismo, dakle, na njihove oči prinosili žrtve koje su Egipćanima svetogrdne, zar nas ne bi kamenovali?
ତହିଁରେ ମୋଶା କହିଲେ, “ତାହା କରିବା ଉପଯୁକ୍ତ ନୁହେଁ; କାରଣ ତାହା କଲେ, ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମିସରୀୟମାନଙ୍କର ଘୃଣାଜନକ ବଳିଦାନ କରିବାକୁ ହେବ; ଦେଖ, ମିସରୀୟମାନଙ୍କ ଚକ୍ଷୁଗୋଚରରେ ସେମାନଙ୍କର ଘୃଣାଜନକ ବଳିଦାନ କଲେ, ସେମାନେ କି ଆମ୍ଭମାନଙ୍କୁ ପଥର ପକାଇ ମାରିବେ ନାହିଁ?
27 Zato moramo u pustinju tri dana hoda te prinijeti žrtvu Jahvi, Bogu svome, kako nam je zapovjedio.”
ଏଣୁକରି ଆମ୍ଭେମାନେ ତିନି ଦିନର ବାଟ ପ୍ରାନ୍ତରକୁ ଯାଇ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱର ଯେଉଁ ଆଜ୍ଞା ଦେବେ, ତଦନୁସାରେ ତାହାଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା।”
28 “Pustit ću vas da odete u pustinju”, odgovori faraon, “i prinesete žrtvu Jahvi, svome Bogu, ali ne odlazite predaleko. Molite za me!”
ତହୁଁ ଫାରୋ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ଯିବାକୁ ଦେବା, ତୁମ୍ଭେମାନେ ପ୍ରାନ୍ତରକୁ ଯାଇ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କର; ମାତ୍ର ବହୁ ଦୂରକୁ ଯାଅ ନାହିଁ, ପୁଣି, ଆମ୍ଭ ନିମନ୍ତେ ପ୍ରାର୍ଥନା କର।”
29 Nato odvrati Mojsije: “Čim odem od tebe, zazvat ću Jahvu da sutra nestane obada s faraona, njegovih službenika i njegova puka. Ali neka faraon više ne vara! Neka pusti narod da ide i prinese žrtvu Jahvi.”
ଏଥିଉତ୍ତାରେ ମୋଶା କହିଲେ, “ଦେଖ, ମୁଁ ଆପଣଙ୍କ ନିକଟରୁ ଯାଇ ସଦାପ୍ରଭୁଙ୍କ ଛାମୁରେ ପ୍ରାର୍ଥନା କରିବି, ତହିଁରେ ଆପଣଙ୍କର, ଆପଣଙ୍କ ଦାସମାନଙ୍କ ଓ ଆପଣଙ୍କ ଲୋକମାନଙ୍କ ନିକଟରୁ ଆସନ୍ତାକାଲି ସମସ୍ତ ଦଂଶକ ଝିଙ୍କ ଦୂର ହୋଇଯିବେ; ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ଲୋକମାନଙ୍କୁ ଯିବାକୁ ଦେବା ବିଷୟରେ ଫାରୋ ପୁନର୍ବାର ପ୍ରବଞ୍ଚନା କରିବେ ନାହିଁ।”
30 Tako Mojsije ode od faraona i pomoli se Jahvi.
ତହୁଁ ମୋଶା ଫାରୋଙ୍କ ନିକଟରୁ ବାହାରକୁ ଯାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ।
31 I Jahve učini kako je Mojsije tražio: s faraona, s njegovih službenika i s njegova puka nestane obada - ni jedan jedini nije ostao.
ତହିଁରେ ସଦାପ୍ରଭୁ ମୋଶାଙ୍କ ପ୍ରାର୍ଥନାନୁସାରେ ଫାରୋଙ୍କଠାରୁ, ତାଙ୍କ ଦାସଗଣ ଓ ଲୋକ ସମସ୍ତଙ୍କଠାରୁ ସମସ୍ତ ଦଂଶକାଦି ଝିଙ୍କ ଦୂର କଲେ; ଗୋଟିଏ ଅବଶିଷ୍ଟ ରହିଲା ନାହିଁ।
32 Ali opet ukruti faraon srce svoje i ne dopusti narodu da ode.
ଏଥର ମଧ୍ୟ ଫାରୋ ଆପଣା ହୃଦୟ କଠିନ କଲେ ଓ ଲୋକମାନଙ୍କୁ ଯିବାକୁ ଦେଲେ ନାହିଁ।