< Ezekiel 15 >
1 I dođe mi riječ Jahvina:
ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
2 “Sine čovječji! U čemu je trs loze bolji od drugih šumskih drveta?
“ହେ ମନୁଷ୍ୟ-ସନ୍ତାନ, ଦ୍ରାକ୍ଷାଲତାର ଗଛ, ବନସ୍ଥ ବୃକ୍ଷଗଣ ମଧ୍ୟରେ ସ୍ଥିତ ଦ୍ରାକ୍ଷାଲତାର ଶାଖା, ଅନ୍ୟ ସକଳ ଗଛ ଅପେକ୍ଷା କାହିଁରେ ଅଧିକ?
3 Služi li da se od njega štogod načini? Djelja li se od njega klin da se o njega što objesi?
କୌଣସି କାର୍ଯ୍ୟ ନିମନ୍ତେ କି ତହିଁରୁ କାଠ ନିଆଯିବ? ଅବା କୌଣସି ପାତ୍ର ଟଙ୍ଗାଇବା ନିମନ୍ତେ କି ଲୋକେ ତହିଁରୁ ମେଖ କରିବେ?
4 Gle, baca se u oganj da izgori: kad mu oganj sažeže oba kraja i sredinu spali, može li još čemu poslužiti?
ଦେଖ, ଜାଳ ହେବା ପାଇଁ ତାହା ଅଗ୍ନିରେ ପକାଗଲା; ଅଗ୍ନି ତାହାର ଦୁଇ ମୁଣ୍ଡ ଗ୍ରାସ କଲା ଓ ତହିଁର ମଧ୍ୟଭାଗ ଦଗ୍ଧ ହେଲା ତାହା କି କୌଣସି କାର୍ଯ୍ୟକୁ ଆସିବ?
5 Eto, ni onda kad bijaše čitav ništa se od njega ne mogaše načiniti. Pa kako će, dakle, čemu poslužiti kad ga plamen sažga?”
ଦେଖ, ଅବିକଳ ଥିବା ବେଳେ ତାହା କୌଣସି କାର୍ଯ୍ୟର ଯୋଗ୍ୟ ନୋହିଲା; ଅଗ୍ନି ଗ୍ରାସ କଲା ଉତ୍ତାରେ ଓ ତାହା ଦଗ୍ଧ ହେଲା ଉତ୍ତାରେ ତାହା କି କୌଣସି କାର୍ଯ୍ୟର ଅଧିକ ଅଯୋଗ୍ୟ ନୋହିବ?
6 Zato ovako govori Jahve Gospod: “Kao što sam trs loze, među drugim drvetima, bacio u oganj da izgori, tako ću postupati i s Jeruzalemcima!
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଯେପରି ବନସ୍ଥ ଗଛସବୁର ମଧ୍ୟସ୍ଥିତ ଦ୍ରାକ୍ଷାଲତାକୁ ଅଗ୍ନିରେ ଜାଳ ହେବା ପାଇଁ ନିରୂପଣ କରିଅଛୁ, ସେହିପରି ଆମ୍ଭେ ଯିରୂଶାଲମ ନିବାସୀମାନଙ୍କୁ ନିରୂପଣ କରିବା।
7 Upravit ću lice svoje na njih, i kada se iz jednog ognja izbave, drugi će ih proždrijeti. I spoznat ćete da sam ja Jahve kad lice svoje upravim na njih
ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ସେମାନେ ଅଗ୍ନିରୁ ବାହାରି ଯିବେ, ମାତ୍ର ଅଗ୍ନି ସେମାନଙ୍କୁ ଗ୍ରାସ କରିବ; ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
8 i svu im zemlju opustošim jer mi bijahu nevjerni! - riječ je Jahve Gospoda.”
ଆଉ, ଆମ୍ଭେ ଦେଶକୁ ଧ୍ୱଂସର ସ୍ଥାନ କରିବା, କାରଣ ସେମାନେ ସତ୍ୟ-ଲଙ୍ଘନ କରିଅଛନ୍ତି, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”