< Postanak 3 >

1 Zmija bijaše lukavija od sve zvjeradi što je stvori Jahve, Bog. Ona reče ženi: “Zar vam je Bog rekao da ne smijete jesti ni s jednog drveta u vrtu?”
ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ‘ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି?’”
2 Žena odgovori zmiji: “Plodove sa stabala u vrtu smijemo jesti.
ନାରୀ ସର୍ପକୁ କହିଲେ, “ଆମ୍ଭେମାନେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ଖାଇପାରୁ;
3 Samo za plod stabla što je nasred vrta rekao je Bog: 'Da ga niste jeli! I ne dirajte u nj, da ne umrete!'”
କେବଳ ଉଦ୍ୟାନର ମଧ୍ୟସ୍ଥିତ ବୃକ୍ଷର ଫଳ ବିଷୟରେ ପରମେଶ୍ୱର କହିଅଛନ୍ତି, ‘ତୁମ୍ଭେମାନେ ତାହା ଖାଇବ ନାହିଁ ଓ ଛୁଇଁବ ନାହିଁ, ତାହା କଲେ ମରିବ।’”
4 Nato će zmija ženi: “Ne, nećete umrijeti!
ସର୍ପ ନାରୀଙ୍କୁ କହିଲା, “ତୁମ୍ଭେମାନେ କୌଣସି ରୂପେ ମରିବ ନାହିଁ;
5 Nego, zna Bog: onog dana kad budete s njega jeli, otvorit će vam se oči, i vi ćete biti kao bogovi koji razlučuju dobro i zlo.”
ବରଞ୍ଚ ପରମେଶ୍ୱର ଜାଣନ୍ତି, ତୁମ୍ଭେମାନେ ଯେଉଁ ଦିନ ତାହା ଖାଇବ, ସେହି ଦିନ ତୁମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ ହେବ, ତହିଁରେ ତୁମ୍ଭେମାନେ ପରମେଶ୍ୱରଙ୍କ ପରି ଭଲ ଓ ମନ୍ଦର ଜ୍ଞାନ ପାଇବ।”
6 Vidje žena da je stablo dobro za jelo, za oči zamamljivo, a za mudrost poželjno: ubere ploda njegova i pojede. Dade i svom mužu, koji bijaše s njom, pa je i on jeo.
ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ।
7 Tada se obadvoma otvore oči i upoznaju da su goli. Spletu smokova lišća i naprave sebi pregače.
ତହିଁରେ ସେମାନଙ୍କ ଚକ୍ଷୁ ପ୍ରସନ୍ନ ହୁଅନ୍ତେ, ସେମାନେ ନିଜ ଉଲଙ୍ଗତାର ବୋଧ ପାଇ ଡିମ୍ବିରି ବୃକ୍ଷର ପତ୍ର ସିଁଇ ଘାଗରା ବନାଇଲେ।
8 Uto čuju korak Jahve, Boga, koji je šetao vrtom za dnevnog povjetarca. I sakriju se - čovjek i njegova žena - pred Jahvom, Bogom, među stabla u vrtu.
ତହୁଁ ଦିନାବସାନ ସମୟରେ ଉଦ୍ୟାନ ମଧ୍ୟରେ ଗମନାଗମନକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ରବ ଶୁଣି ଆଦମ ଓ ତାଙ୍କର ଭାର୍ଯ୍ୟା ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରୁ ଉଦ୍ୟାନସ୍ଥ ବୃକ୍ଷଗଣ ମଧ୍ୟରେ ଲୁଚିଲେ।
9 Jahve, Bog, zovne čovjeka: “Gdje si?” - reče mu.
ତହିଁରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଡାକି କହିଲେ, “ତୁମ୍ଭେ କେଉଁଠାରେ?”
10 On odgovori: “Čuo sam tvoj korak po vrtu; pobojah se jer sam go, pa se sakrih.”
ସେ ଉତ୍ତର କଲେ, “ମୁଁ ଉଦ୍ୟାନ ମଧ୍ୟରେ ତୁମ୍ଭ ରବ ଶୁଣି ଆପଣା ଉଲଙ୍ଗତା ସକାଶେ ଭୀତ ହୋଇ ଲୁଚିଲି।”
11 Nato mu reče: “Tko ti kaza da si go? Ti si, dakle, jeo sa stabla s kojega sam ti zabranio jesti?”
ପରମେଶ୍ୱର କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା? ଆମ୍ଭେ ଯେଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ?”
12 Čovjek odgovori: “Žena koju si stavio uza me - ona mi je dala sa stabla pa sam jeo.”
ଆଦମ କହିଲେ, “ତୁମ୍ଭେ ଯେଉଁ ସ୍ତ୍ରୀଙ୍କୁ ମୋହର ସଙ୍ଗିନୀ ହେବାକୁ ଦେଇଅଛ, ସେ ମୋତେ ସେହି ବୃକ୍ଷର ଫଳ ଦେଲେ, ତହିଁରେ ମୁଁ ଖାଇଲି।”
13 Jahve, Bog, reče ženi: “Što si to učinila?” “Zmija me prevarila pa sam jela”, odgovori žena.
ସେତେବେଳେ ସଦାପ୍ରଭୁ ପରମେଶ୍ୱର ନାରୀଙ୍କୁ କହିଲେ, “ଏ କି କଲ?” ନାରୀ କହିଲେ, “ସର୍ପ ମୋତେ ଭୁଲାଇଲା, ତହିଁରେ ମୁଁ ଖାଇଲି।”
14 Nato Jahve, Bog, reče zmiji: “Kad si to učinila, prokleta bila među svim životinjama i svom zvjeradi divljom! Po trbuhu svome puzat ćeš i zemlju jesti sveg života svog!
ତହୁଁ ସଦାପ୍ରଭୁ ପରମେଶ୍ୱର ସର୍ପକୁ କହିଲେ, “ଏହି କାର୍ଯ୍ୟ କରିବା ହେତୁ ତୁମ୍ଭେ ସମସ୍ତ ଗ୍ରାମ୍ୟ ଓ ବନ୍ୟପଶୁଠାରୁ ଅଧିକ ଶାପଗ୍ରସ୍ତ ହେଲ, ତୁମ୍ଭେ ଆପଣା ପେଟ ଦେଇ ଗମନ କରିବ ଓ ଯାବଜ୍ଜୀବନ ଧୂଳି ଖାଇବ।
15 Neprijateljstvo ja zamećem između tebe i žene, između roda tvojeg i roda njezina: on će ti glavu satirati, a ti ćeš mu vrebati petu.”
ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”
16 A ženi reče: “Trudnoći tvojoj muke ću umnožit, u mukama djecu ćeš rađati. Žudnja će te mužu tjerati, a on će gospodariti nad tobom.”
ତହୁଁ ସେ ନାରୀଙ୍କୁ କହିଲେ, “ଆମ୍ଭେ ତୁମ୍ଭର ଗର୍ଭବେଦନା ଅତିଶୟ ବଢ଼ାଇବା, ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ; ପୁଣି, ସ୍ୱାମୀ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବ।”
17 A čovjeku reče: “Jer si poslušao glas svoje žene te jeo sa stabla s kojega sam ti zabranio jesti rekavši: S njega da nisi jeo! - evo: Zemlja neka je zbog tebe prokleta: s trudom ćeš se od nje hraniti svega vijeka svog!
ଆଉ ସେ ଆଦମଙ୍କୁ କହିଲେ, “ଯେଉଁ ବୃକ୍ଷର ଫଳ ଖାଇବା ବିଷୟରେ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହିଥିଲୁ, ତାହା ଖାଇବ ନାହିଁ, ତୁମ୍ଭେ ଆପଣା ଭାର୍ଯ୍ୟାର କଥା ଶୁଣି ତାହା ଖାଇଅଛ; ଏଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ ପାଇବ।
18 Rađat će ti trnjem i korovom, a hranit ćeš se poljskim raslinjem.
ତହିଁରେ କଣ୍ଟା ଓ ଗୋଖରା ଗଛ ଜାତ ହେବ, ପୁଣି, ତୁମ୍ଭେ କ୍ଷେତ୍ରର ଶାକ ଭୋଜନ କରିବ।
19 U znoju lica svoga kruh svoj ćeš jesti dokle se u zemlju ne vratiš: tÓa iz zemlje uzet si bio - prah si, u prah ćeš se i vratiti.”
ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।”
20 Svojoj ženi čovjek nadjene ime Eva, jer je majka svima živima.
ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟାର ନାମ ହବା ଦେଲେ, ଯେହେତୁ ସେ ଜୀବିତ ଲୋକମାନଙ୍କର ମାତା ହେଲେ।
21 I načini Jahve, Bog, čovjeku i njegovoj ženi odjeću od krzna pa ih odjenu.
ଆଉ ସଦାପ୍ରଭୁ ପରମେଶ୍ୱର ଚର୍ମର ବସ୍ତ୍ର ପ୍ରସ୍ତୁତ କରି ଆଦମ ଓ ତାଙ୍କର ଭାର୍ଯ୍ୟାଙ୍କୁ ପିନ୍ଧାଇଲେ।
22 Zatim reče Bog: “Evo, čovjek postade kao jedan od nas - znajući dobro i zlo! Da ne bi sada pružio ruku, ubrao sa stabla života pa pojeo i živio navijeke!”
ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି, ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ,”
23 Zato ga Jahve, Bog, istjera iz vrta edenskoga da obrađuje zemlju iz koje je i uzet.
ଏଥିପାଇଁ ସଦାପ୍ରଭୁ ପରମେଶ୍ୱର ଏଦନ ଉଦ୍ୟାନରୁ ତାଙ୍କୁ ବାହାର କରିଦେଲେ ଓ ସେ ଯେଉଁ ମୃତ୍ତିକାରୁ ନୀତ ହୋଇଥିଲେ, ତହିଁରେ କୃଷିକର୍ମ କରିବାକୁ ତାଙ୍କୁ ନିଯୁକ୍ତ କଲେ।
24 Istjera, dakle, čovjeka i nastani ga istočno od vrta edenskog, pa postavi kerubine i plameni mač koji se svjetlucao - da straže nad stazom koja vodi k stablu života.
ଏହିରୂପେ ସେ ଆଦମଙ୍କୁ ତଡ଼ିଦେଲେ; ପୁଣି, ଅମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବ ଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ୍ଗ ସ୍ଥାପନ କଲେ।

< Postanak 3 >