< Hošea 9 >
1 Ne raduj se, Izraele, ne kliči k'o drugi narodi; bludu se oda, jer, ostavivši Boga svoga, zavolio si plaću bludničku po svim gumnima žitnim.
ହେ ଇସ୍ରାଏଲ, ତୁମ୍ଭେ ଆନନ୍ଦ ସକାଶୁ ନାନା ଗୋଷ୍ଠୀୟମାନଙ୍କ ତୁଲ୍ୟ ଆନନ୍ଦ କର ନାହିଁ; କାରଣ ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଛାଡ଼ି ବ୍ୟଭିଚାର କରିଅଛ, ତୁମ୍ଭେ ଶସ୍ୟପୂର୍ଣ୍ଣ ପ୍ରତ୍ୟେକ ଖମାରରେ ବେତନ ଭଲ ପାଇଅଛ।
2 Ni gumno ni kaca neće ih hraniti, i mlado će ih vino prevariti.
ଶସ୍ୟ ଖଳା କିଅବା ଦ୍ରାକ୍ଷାପେଷଣ ଯନ୍ତ୍ର ସେମାନଙ୍କୁ ପ୍ରତିପୋଷଣ କରିବ ନାହିଁ ଓ ନୂତନ ଦ୍ରାକ୍ଷାରସରୁ ସେମାନେ ବଞ୍ଚିତ ହେବେ।
3 Neće više živjeti u zemlji Jahvinoj, Efrajim će se vratiti u Egipat i nečista će jela jesti u Asuru.
ସେମାନେ ସଦାପ୍ରଭୁଙ୍କ ଦେଶରେ ବାସ କରିବେ ନାହିଁ; ମାତ୍ର ଇଫ୍ରୟିମ ମିସରକୁ ଫେରିଯିବ, ଆଉ ସେମାନେ ଅଶୂରରେ ଅଶୁଚି ଦ୍ରବ୍ୟ ଭୋଜନ କରିବେ।
4 Neće više Jahvi lijevati vina, nit' će mu prinositi žrtve svoje; kruh će im biti kao kruh žalosti, i nečist će biti tko ga bude jeo; jer njihov je kruh samo za njih, neće ući u Dom Jahvin.
ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦ୍ରାକ୍ଷାରସର ଉପହାର ଢାଳିବେ ନାହିଁ, କିଅବା ସେହି ସବୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ହେବ ନାହିଁ। ସେମାନଙ୍କର ବଳିଦାନସକଳ ସେମାନଙ୍କ ପ୍ରତି ବିଳାପକାରୀଗଣର ଖାଦ୍ୟର ସମାନ ହେବ; ଯେଉଁମାନେ ତାହା ଭୋଜନ କରିବେ, ସେମାନେ ସମସ୍ତେ ଅଶୁଚି ହେବେ; କାରଣ ସେମାନଙ୍କର ଖାଦ୍ୟ ସେମାନଙ୍କ କ୍ଷୁଧାର ତୃପ୍ତି ନିମନ୍ତେ ହେବ; ତାହା ସଦାପ୍ରଭୁଙ୍କ ଗୃହକୁ ଆସିବ ନାହିଁ।
5 Što ćete činiti na dan blagdanski, na dan svetkovine Jahvine?
ମହାସଭା ଦିନରେ ଓ ସଦାପ୍ରଭୁଙ୍କ ଉତ୍ସବ ଦିନରେ ତୁମ୍ଭେମାନେ କଅଣ କରିବ?
6 Jer, evo gdje odoše pred pustošenjem; prihvatit će ih Egipat, sahraniti Memfis, srebrna im blaga kopriva će baštiniti, šatore će njihove obrasti trnje.
କାରଣ ଦେଖ, ସେମାନେ ଧ୍ୱଂସ ସ୍ଥାନରୁ ଯାଇଅଛନ୍ତି, ତଥାପି ମିସର ସେମାନଙ୍କୁ ଏକତ୍ର କରିବ, ମେମ୍ଫିସ (ମିସରର ରାଜଧାନୀ) ସେମାନଙ୍କୁ କବର ଦେବ। ସେମାନଙ୍କର ରୂପାର ମନୋହର ପଦାର୍ଥସବୁ ବିଛୁଆତି ଗଛର ଅଧିକାର ହେବ; ସେମାନଙ୍କ ତମ୍ବୁସବୁରେ କଣ୍ଟକ ବୃକ୍ଷ ଉତ୍ପନ୍ନ ହେବ।
7 Dođoše dani kazne! Dođoše dani odmazde! Nek' znade Izrael! Lud je prorok, nadahnuti bunca! Zbog velikog bezakonja tvoga i silnog buntovništva.
ପ୍ରତିଫଳର ଦିନ ଉପସ୍ଥିତ, ଦଣ୍ଡର ଦିନ ଉପସ୍ଥିତ; ଇସ୍ରାଏଲ ଏହା ଜାଣିବ। ଭବିଷ୍ୟଦ୍ବକ୍ତା ନିର୍ବୋଧ, ଆତ୍ମା ପ୍ରାପ୍ତ ଲୋକ ଉତ୍ତେଜିତ, କାରଣ ତୁମ୍ଭର ଅଧର୍ମ ବହୁଳ ଓ ଶତ୍ରୁତାଭାବ ବଡ଼।
8 Efrajim uhodi šator prorokov, stavljaju mu zamke po svim putovima, odmazda je u kući Boga njegova.
ଇଫ୍ରୟିମ ମୋʼ ପରମେଶ୍ୱରଙ୍କ ସହିତ ପ୍ରହରୀ ଥିଲା; ଭବିଷ୍ୟଦ୍ବକ୍ତାଙ୍କର ସକଳ ପଥରେ ଶିକାରୀର ଫାନ୍ଦ ଓ ତାହାର ପରମେଶ୍ୱରଙ୍କ ଗୃହରେ ଶତ୍ରୁତାଭାବ ଅଛି।
9 U duboku su pali pokvarenost kao u dane Gibeje; spomenut će se Jahve bezakonja njihova i grijehe će njihove kazniti.
ଗିବୀୟାର ସମୟରେ ଯେପରି, ସେମାନେ ଆପଣାମାନଙ୍କୁ ସେପରି ଅତିଶୟ ଭ୍ରଷ୍ଟ କରିଅଛନ୍ତି; ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପସକଳର ପ୍ରତିଫଳ ଦେବେ।
10 Kao grožđe u pustinji nađoh ja Izraela, kao rani plod na smokvi vidjeh oce vaše; oni dođoše u Baal Peor, posvetiše se sramoti i postadoše grozote kao ljubimci njihovi.
ସଦାପ୍ରଭୁ କହନ୍ତି, ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ; ଆମ୍ଭେ ଡିମ୍ବିରି ବୃକ୍ଷର ପ୍ରଥମକାଳୀନ ଆଦ୍ୟପକ୍ୱ ଡିମ୍ବିରି ଫଳ ସଦୃଶ୍ୟ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଦେଖିଲୁ; ମାତ୍ର ସେମାନେ ବାଲ୍-ପିୟୋରର ନିକଟକୁ ଆସି ସେହି ଲଜ୍ଜାସ୍ପଦର ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କଲେ ଓ ଯାହାକୁ ସେମାନେ ପ୍ରେମ କଲେ, ତାହାରି ତୁଲ୍ୟ ଘୃଣାଯୋଗ୍ୟ ହେଲେ।
11 Odletje poput ptice slava Efrajimova: od rođenja, od utrobe, od začeća.
ଇଫ୍ରୟିମର ଗୌରବ ପକ୍ଷୀ ପରି ଉଡ଼ିଯିବ; ତାହାର କୌଣସି ଜନ୍ମ, ଗର୍ଭ କିଅବା ଗର୍ଭଧାରଣ ହେବ ନାହିଁ।
12 Ako i podignu svoje sinove, oduzet ću ih prije dobi muževne, da, teško njima kada ih ostavim!
ଯଦ୍ୟପି ସେମାନେ ସନ୍ତାନଗଣକୁ ପ୍ରତିପାଳନ କରିବେ, ତଥାପି ଆମ୍ଭେ ସେମାନଙ୍କୁ ନିଃସନ୍ତାନ କରିବା, ତହିଁରେ ଜଣେ ମନୁଷ୍ୟ ମଧ୍ୟ ସେଠାରେ ରହିବ ନାହିଁ; ହଁ, ଆମ୍ଭେ ସେମାନଙ୍କୁ ଯେତେବେଳେ ପରିତ୍ୟାଗ କରିବା, ସେତେବେଳେ ସେମାନଙ୍କର ସନ୍ତାପ ହେବ!
13 Efrajim je k'o da gledam Tir na njivi posađen, al' će Efrajim djecu svoju voditi na klanje.
ଆମ୍ଭେ ସୋରକୁ ଯେପରି ଦେଖିଅଛୁ, ଇଫ୍ରୟିମ ସେପରି ମନୋହର ସ୍ଥାନରେ ରୋପିତ ହୋଇଅଛି; ମାତ୍ର ଇଫ୍ରୟିମ ଆପଣା ସନ୍ତାନଗଣକୁ ହତ୍ୟାକାରୀର ନିକଟକୁ ବାହାର କରି ଆଣିବ।
14 Daj im, o Jahve! A što da im dadeš? Daj im krilo jalovo, dojke usahle.
ହେ ସଦାପ୍ରଭୁ, ସେମାନଙ୍କୁ ଦିଅ; ତୁମ୍ଭେ ସେମାନଙ୍କୁ କଅଣ ଦେବ? ସେମାନଙ୍କୁ ଗର୍ଭସ୍ରାବ ଉଦର ଓ ଶୁଷ୍କ ସ୍ତନ ଦିଅ।
15 U Gilgalu sva je njihova zloća, ondje sam ih zamrzio. Zbog njihovih djela opakih iz kuće svoje ću ih izagnati, voljeti ih više neću, svi su im knezovi odmetnici.
ସେମାନଙ୍କର ଦୁଷ୍ଟତାସକଳ ଗିଲ୍ଗଲ୍ରେ ଅଛି; କାରଣ ସେଠାରେ ଆମ୍ଭେ ସେମାନଙ୍କୁ ଘୃଣା କଲୁ; ଆମ୍ଭେ ସେମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ସେମାନଙ୍କୁ ଆମ୍ଭ ଗୃହରୁ ତଡ଼ିଦେବା; ଆମ୍ଭେ ସେମାନଙ୍କୁ ଆଉ ସ୍ନେହ କରିବା ନାହିଁ; ସେମାନଙ୍କର ଅଧିପତି ସମସ୍ତେ ବିଦ୍ରୋହୀ।
16 Pogođen je Efrajim, korijen mu je usahnuo; roda neće imati. Ako im se i rodi djece, ubit ću im mili plod utrobe.
ଇଫ୍ରୟିମ ଆହତ ହୋଇଅଛି, ସେମାନଙ୍କର ମୂଳ ଶୁଷ୍କ ହୋଇଅଛି; ସେମାନେ ଫଳ ଧାରଣ କରିବେ ନାହିଁ; ହଁ, ଯଦ୍ୟପି ସେମାନେ ପ୍ରସବ କରିବେ, ତଥାପି ଆମ୍ଭେ ସେମାନଙ୍କ ଗର୍ଭର ପ୍ରିୟତମ ଫଳକୁ ସଂହାର କରିବା।
17 Odbacit će ih Bog moj jer ga nisu poslušali; i potucat će se među narodima.
ମୋର ପରମେଶ୍ୱର ସେମାନଙ୍କୁ ଦୂର କରିଦେବେ, କାରଣ ସେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କଲେ ନାହିଁ; ଆଉ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଭ୍ରମଣକାରୀ ହେବେ।