< Izaija 13 >
1 Proroštvo o Babilonu koje vidje Izaija, sin Amosov.
ବାବିଲ ବିଷୟକ ବାର୍ତ୍ତା, ଆମୋସର ପୁତ୍ର ଯିଶାଇୟ ଏହି ଦର୍ଶନ ପାଇଲେ।
2 Na goletnu brdu dignite zastavu, vičite im iz sveg grla. Mašite rukom neka dođu na vrata kneževska.
ତୁମ୍ଭେମାନେ ବୃକ୍ଷଶୂନ୍ୟ ପର୍ବତ ଉପରେ ଧ୍ୱଜା ଟେକ, ଲୋକମାନଙ୍କ ପ୍ରତି ରବ ଉଠାଅ, ହସ୍ତ ହଲାଅ, ସେମାନେ ଅଧିପତିମାନଙ୍କର ନଗର-ଦ୍ୱାରରେ ପ୍ରବେଶ କରନ୍ତୁ।
3 Zapovijed dadoh svetim svojim ratnicima, gnjevu svom pozvah svoje junake koji slave veličanstvo moje.
ଆମ୍ଭେ ଆପଣା ପବିତ୍ର ଲୋକମାନଙ୍କୁ ଆଦେଶ କରିଅଛୁ, ହଁ, ଆମ୍ଭେ ଆପଣା କ୍ରୋଧ ସଫଳାର୍ଥେ ଆମ୍ଭର ବୀରମାନଙ୍କୁ, ଅର୍ଥାତ୍, ଆମ୍ଭର ଦର୍ପିତ ଉଲ୍ଲାସକାରୀଗଣଙ୍କୁ ଆହ୍ୱାନ କରିଅଛୁ।
4 Čuj! Žagor na gorama kao od silna naroda. Čuj! Buka kraljevstava, sakupljenih naroda. To Jahve nad Vojskama za boj vojsku pregleda.
ପର୍ବତମାନରେ ମହାଜନତାର ନ୍ୟାୟ ଲୋକସମୂହର ରବ ହେଉଅଛି! ଏକତ୍ରୀକୃତ ଗୋଷ୍ଠୀୟମାନଙ୍କ ରାଜ୍ୟସମୂହର କଳରବ ହେଉଅଛି! ସୈନ୍ୟାଧିପତି ସଦାପ୍ରଭୁ ଯୁଦ୍ଧାର୍ଥେ ସେନା ସଂଗ୍ରହ କରୁଅଛନ୍ତି।
5 Iz daleka kraja, s granica neba dolaze oni - Jahve i oruđa gnjeva njegova - da svu zemlju poharaju.
ସେମାନେ, ଅର୍ଥାତ୍, ସଦାପ୍ରଭୁ ଓ ତାହାଙ୍କ କ୍ରୋଧରୂପ ଅସ୍ତ୍ରସବୁ ସମୁଦାୟ ଦେଶ ଉଚ୍ଛିନ୍ନ କରିବା ନିମନ୍ତେ ଦୂର ଦେଶରୁ, ଆକାଶମଣ୍ଡଳର ପ୍ରାନ୍ତଭାଗରୁ ଆସୁଅଛନ୍ତି।
6 Kukajte, jer je blizu Jahvin dan, k'o pohara dolazi od Svemoćnog.
ତୁମ୍ଭେମାନେ ହାହାକାର କର; କାରଣ ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ; ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ନ୍ୟାୟ ତାହା ଆସିବ।
7 I sve ruke stog' malakšu ... Svako ljudsko srce klone,
ଏହେତୁ ସକଳ ହସ୍ତ ଦୁର୍ବଳ ହେବ ଓ ପ୍ରତ୍ୟେକ ମାନବ ହୃଦୟ ତରଳି ଯିବ;
8 strava ih je obrvala, trudovi boli već ih spopadaju i grče se k'o rodilja. U prepasti jedan drugog motre, lica su im poput plamena.
ପୁଣି, ସେମାନେ ଭୟଭୀତ ହେବେ; ଯନ୍ତ୍ରଣା ଓ ବେଦନା ସେମାନଙ୍କୁ ଆକ୍ରାନ୍ତ କରିବ; ସେମାନେ ପ୍ରସବକାରିଣୀ ସ୍ତ୍ରୀ ତୁଲ୍ୟ ବେଦନାଗ୍ରସ୍ତ ହେବେ; ସେମାନେ ପରସ୍ପରର ବିଷୟରେ ଚମତ୍କୃତ ହେବେ; ସେମାନଙ୍କର ମୁଖ ଅଗ୍ନିଶିଖା ତୁଲ୍ୟ ହେବ।
9 Dolazi nesmiljeni Jahvin dan - gnjev i jarost - da u pustoš zemlju prometne, da istrijebi iz nje grešnike.
ଦେଖ, ଦେଶ ଧ୍ୱଂସ କରିବାକୁ ଓ ତହିଁ ମଧ୍ୟରୁ ପାପୀମାନଙ୍କୁ ବିନାଶ କରିବାକୁ ସଦାପ୍ରଭୁଙ୍କର ଦିନ ଭୟଙ୍କର; କ୍ରୋଧ ଓ ପ୍ରଚଣ୍ଡ କ୍ରୋଧ ସଂଯୁକ୍ତ ହୋଇ ଆସୁଅଛି।
10 Jer nebeske zvijezde a ni Štapci neće više sjati svjetlošću, pomrčat će sunce ishodeći i mjesec neće više svijetliti.
କାରଣ ଆକାଶମଣ୍ଡଳର ତାରାଗଣ ଓ ତହିଁର ନକ୍ଷତ୍ରଗଣ ଦୀପ୍ତି ଦେବେ ନାହିଁ; ସୂର୍ଯ୍ୟ ଆପଣା ଉଦୟ ସମୟରେ ଅନ୍ଧାରଗ୍ରସ୍ତ ହେବ ଓ ଚନ୍ଦ୍ର ଆପଣା ଜ୍ୟୋତ୍ସ୍ନା ପ୍ରକାଶ କରିବ ନାହିଁ।
11 Kaznit ću svijet za zloću, bezbožnike za bezakonje, dokrajčit ću ponos oholih, poniziti nadutost silnika.
ପୁଣି, ଆମ୍ଭେ ଜଗତକୁ ଦୁଷ୍ଟତା ସକାଶେ ଓ ଦୁଷ୍ଟମାନଙ୍କୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ଆମ୍ଭେ ଅହଙ୍କାରୀମାନଙ୍କର ଦର୍ପ ନିବୃତ୍ତ କରାଇବା ଓ ଭୟଙ୍କର ଲୋକର ଗର୍ବ ଖର୍ବ କରିବା।
12 Rjeđi će biti čovjek neg' žeženo zlato, rjeđi samrtnik od zlata ofirskog.
ଆମ୍ଭେ ଉତ୍ତମ ସୁବର୍ଣ୍ଣ ଅପେକ୍ଷା ମର୍ତ୍ତ୍ୟକୁ ଓ ଓଫୀରର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ମନୁଷ୍ୟକୁ ଅଳ୍ପ କରିବା।
13 Nebesa ću potresti, maknut će se zemlja s mjesta od srdžbe Jahve nad Vojskama u dan kad se izlije gnjev njegov.
ଏହେତୁ ଆମ୍ଭେ ଆକାଶମଣ୍ଡଳକୁ କମ୍ପାନ୍ୱିତ କରିବା, ଆଉ ସୈନ୍ୟାଧିପତି ସଦାପ୍ରଭୁଙ୍କ କୋପରେ ଓ ତାହାଙ୍କ ପ୍ରଚଣ୍ଡ କ୍ରୋଧର ଦିନରେ ପୃଥିବୀ ଟଳି ସ୍ୱସ୍ଥାନ ଚ୍ୟୁତ ହେବ।
14 I tada, kao gazela preplašena, kao ovce koje nitko ne prikuplja, svatko će se vratit' svom narodu, svatko će u zemlju svoju pobjeći.
ତହିଁରେ ଏପରି ଘଟିବ ଯେ, ତାଡ଼ିତ ହରିଣର ନ୍ୟାୟ ଓ ଅରକ୍ଷକ ମେଷ ତୁଲ୍ୟ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ଗୋଷ୍ଠୀ ପ୍ରତି ଫେରିବେ ଓ ପ୍ରତ୍ୟେକେ ଆପଣା ଆପଣା ଦେଶ ଆଡ଼କୁ ପଳାୟନ କରିବେ।
15 Koga stignu, probost će ga: koga uhvate, mačem će sasjeći;
ଯେକୌଣସି ଲୋକର ଉଦ୍ଦେଶ୍ୟ ମିଳିବ, ତାହାକୁ ଅସ୍ତ୍ରବିଦ୍ଧ ହେବ ଓ ଯେକୌଣସି ଲୋକକୁ ଧରାଯିବ, ସେ ଖଡ୍ଗରେ ପତିତ ହେବ।
16 pred očima smrskat će im dojenčad, opljačkati kuće, silovati žene.
ସେମାନଙ୍କର ଶିଶୁଗଣ ମଧ୍ୟ ସେମାନଙ୍କ ଦୃଷ୍ଟିଗୋଚରରେ କଚଡ଼ା ଯିବେ; ସେମାନଙ୍କର ଗୃହ ଲୁଟିତ ହେବ ଓ ସେମାନଙ୍କର ଭାର୍ଯ୍ୟାମାନେ ବଳାତ୍କାରରେ ଭ୍ରଷ୍ଟ କରାଯିବେ।
17 Gle, podižem na njih Medijce što ne cijene srebra i preziru zlato.
ଦେଖ, ଆମ୍ଭେ ସେମାନଙ୍କ ପ୍ରତିକୂଳରେ ମାଦୀୟମାନଙ୍କୁ ଉତ୍ତେଜିତ କରିବା, ସେମାନେ ରୂପାକୁ ଅନାଇବେ ନାହିଁ ଓ ସୁନାରେ ସେମାନେ ତୁଷ୍ଟ ହେବେ ନାହିଁ।
18 Svi će mladići biti pokošeni, sve djevojke zatrte. Na plod utrobe neće se smilovati, nad djecom im se oko neće sažaliti.
ସେମାନଙ୍କର ଧନୁ ଯୁବକମାନଙ୍କୁ କଚାଡ଼ି ପକାଇବ ଓ ସେମାନେ ଗର୍ଭର ଫଳ ପ୍ରତି କିଛି ଦୟା କରିବେ ନାହିଁ, ବାଳକଗଣ ପ୍ରତି ସେମାନଙ୍କର କୃପାଦୃଷ୍ଟି ହେବ ନାହିଁ।
19 Babilon, ures kraljevstava, ures i ponos kaldejski, bit će k'o Sodoma i Gomora kad ih Bog zatrije.
ପୁଣି, ରାଜ୍ୟସମୂହର ଗୌରବ ସ୍ୱରୂପ ଓ କଲ୍ଦୀୟମାନଙ୍କ ଦର୍ପର ଲାବଣ୍ୟ ସ୍ୱରୂପ ଯେ ବାବିଲ, ତାହା ପରମେଶ୍ୱରଙ୍କ ଦ୍ୱାରା ଉତ୍ପାଟିତ ସଦୋମ ଓ ହମୋରାର ତୁଲ୍ୟ ହେବ।
20 Nikad se više neće naseliti, od koljena do koljena ostat će nenapučen. Arapin ondje neće dizati šatora, nit' će pastiri ondje počivati.
ତାହା କଦାପି ବସତି ସ୍ଥାନ ହେବ ନାହିଁ, ପୁରୁଷ ପୁରୁଷାନୁକ୍ରମେ କେହି ତହିଁରେ ବାସ କରିବେ ନାହିଁ; ଆରବୀୟ ଲୋକେ ସେଠାରେ ତମ୍ବୁ ପକାଇବେ ନାହିଁ, କିଅବା ମେଷପାଳକମାନେ ଆପଣା ଆପଣା ପଲ ସେଠାରେ ଶୁଆଇବେ ନାହିଁ।
21 Počivat će ondje zvijeri pustinjske, sove će im napuniti kuće, nojevi će ondje stanovati, jarci plesati.
ମାତ୍ର ବନ୍ୟ ପଶୁମାନେ ସେହି ସ୍ଥାନରେ ଶୟନ କରିବେ ଓ ସେମାନଙ୍କର ଗୃହ ଚିତ୍କାରକାରୀ ଜନ୍ତୁରେ ପରିପୂର୍ଣ୍ଣ ହେବ; ଓଟପକ୍ଷୀ ସେଠାରେ ବାସ କରିବେ ଓ ଛାଗମାନେ ସେଠାରେ ନୃତ୍ୟ କରିବେ।
22 Hijene će zavijati iz njegovih palača, a čaglji iz raskošnih dvorova... Vrijeme se njegovo bliži, dani mu se neće produžiti.
ପୁଣି, କେନ୍ଦୁଆମାନେ ସେମାନଙ୍କ ଅଟ୍ଟାଳିକାରେ ଓ ଶୃଗାଳମାନେ ସେମାନଙ୍କ ମନୋରମ ପ୍ରାସାଦରେ ବୋବାଇବେ; ତାହାର କାଳ ନିକଟବର୍ତ୍ତୀ ଓ ତାହାର ଦିନସବୁ ଦୀର୍ଘ ହେବ ନାହିଁ।