< Izaija 28 >
1 Teško gizdavu vijencu pijanica Efrajimovih, uvelu cvijetu blistava mu nakita - onima što uvrh plodnog dola leže vinom opijeni!
ଇଫ୍ରୟିମର ମତ୍ତ ଲୋକମାନଙ୍କର ଓ ଦ୍ରାକ୍ଷାରସରେ ପରାସ୍ତ ଲୋକମାନଙ୍କର ଦର୍ପସୂଚକ ମୁକୁଟ, ଫଳଶାଳୀ ଉପତ୍ୟକାର ମସ୍ତକରେ ଥିବା ତାହାର ସୁନ୍ଦର ଭୂଷଣ ସ୍ୱରୂପ ମ୍ଳାନପ୍ରାୟ ପୁଷ୍ପ, ସନ୍ତାପର ପାତ୍ର!
2 Evo, od Gospoda jaki i moćni, kao pljusak s tučom, kao vihor razorni, prolom oblaka i povodanj, i svom ih snagom na zemlju baca.
ଦେଖ ପ୍ରଭୁଙ୍କର ଜଣେ ବଳବାନ ଓ ସାହସିକ ଲୋକ ଅଛି; ସେ ଶିଳାଯୁକ୍ତ ଝଡ଼ର, ପ୍ରଳୟକାରୀ ବତାସର ନ୍ୟାୟ, ଶୀଘ୍ର ଧାବମାନ ପ୍ରବଳ ଜଳର ଝଡ଼ ତୁଲ୍ୟ, ହସ୍ତ ଦ୍ୱାରା ଭୂମିରେ ନିକ୍ଷେପ କରିବ।
3 Bit će izgažen nogama gizdav vijenac pijanica Efrajimovih
ଇଫ୍ରୟିମର ମତ୍ତ ଲୋକମାନଙ୍କର ଦର୍ପସୂଚକ ମୁକୁଟ ପଦ ତଳେ ଦଳିତ ହେବ;
4 i uveo cvijet blistava mu nakita uvrh plodnih dolina; bit će kao rana smokva prije ljeta: čim je tko spazi, odmah je ubere.
ଆଉ, ଫଳଶାଳୀ ଉପତ୍ୟକାର ମସ୍ତକରେ ସ୍ଥିତ ତାହାର ସୁନ୍ଦର ଭୂଷଣର ମ୍ଳାନପ୍ରାୟ ପୁଷ୍ପ, ଗ୍ରୀଷ୍ମକାଳ ପୂର୍ବରେ ଆଦ୍ୟପକ୍ୱ ଡିମ୍ବିରି ଫଳ ତୁଲ୍ୟ ହେବ; ଯାହା କେହି ଦେଖିବାମାତ୍ର ଲକ୍ଷ୍ୟ କରେ ଓ ହସ୍ତରେ ଧରିବା ମାତ୍ର ଗ୍ରାସ କରେ।
5 U onaj dan Jahve nad Vojskama postat će kruna slave i sjajan vijenac Ostatku svoga naroda -
ସେହି ଦିନରେ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଲୋକମାନଙ୍କ ଅବଶିଷ୍ଟାଂଶ ନିମନ୍ତେ ସୁନ୍ଦର ମୁକୁଟ ଓ ଶୋଭାକର କିରୀଟ ସ୍ୱରୂପ ହେବେ;
6 duh pravde onome koji sjedi na stolici sudačkoj i srčanost onome koji odbija napad na vrata.
ପୁଣି, ବିଚାର କରିବା ନିମନ୍ତେ ଉପବିଷ୍ଟ ଲୋକ ପ୍ରତି ବିଚାରଜନକ ଆତ୍ମା ଓ ଯେଉଁମାନେ ନଗର-ଦ୍ୱାରରେ ଯୁଦ୍ଧ ଫେରାଇ ଦିଅନ୍ତି, ସେମାନଙ୍କ ପ୍ରତି ବଳ ସ୍ୱରୂପ ହେବେ।
7 Oni posrću od vina, teturaju od žestoka pića: svećenici i proroci od žestoka pića posrću; omami ih vino; teturaju od žestoka pića, posrću u viđenjima, ljuljaju se sudeći.
ମାତ୍ର ଏମାନେ ହିଁ ଦ୍ରାକ୍ଷାରସରେ ଭ୍ରାନ୍ତ ହୋଇଅଛନ୍ତି ଓ ସୁରାପାନ ଦ୍ୱାରା ବିପଥରେ ଯାଇଅଛନ୍ତି; ଯାଜକ ଓ ଭବିଷ୍ୟଦ୍ବକ୍ତା ସୁରାପାନ ଦ୍ୱାରା ଭ୍ରାନ୍ତ ହୋଇଅଛନ୍ତି, ଦ୍ରାକ୍ଷାରସ ସେମାନଙ୍କୁ ଗ୍ରାସ କରିଅଛି, ସୁରାପାନ ଦ୍ୱାରା ସେମାନେ ବିପଥରେ ଯାଇଅଛନ୍ତି; ସେମାନେ ଦର୍ଶନରେ ଭ୍ରାନ୍ତ ହୁଅନ୍ତି, ବିଚାରରେ ଝୁଣ୍ଟି ପଡ଼ନ୍ତି।
8 Svi su stolovi puni gnusnih bljuvotina, nigdje čista mjesta nema!
କାରଣ, ମେଜସବୁ ବାନ୍ତି ଓ ମଳରେ ପରିପୂର୍ଣ୍ଣ, କୌଣସି ପରିଷ୍କୃତ ସ୍ଥାନ ନାହିଁ।
9 “Koga on to uči mudrosti, koga on upućuje u objavu? Zar djecu odviknutu od mlijeka odbijenu od prsiju?
“ସେ କାହାକୁ ଜ୍ଞାନ ଶିକ୍ଷା ଦେବ? ସେ କାହାକୁ ସମାଚାର ବୁଝାଇ ଦେବ? କି ଦୁଗ୍ଧତ୍ୟାଗୀ ଓ ସ୍ତନ୍ୟପାନରୁ ନିବୃତ୍ତ ଶିଶୁମାନଙ୍କୁ?
10 Sav la-sav, sav la-sav, kav la-kav, kav la-kav, zeer šam, zeer šam.”
କାରଣ, ଏ ତ ବିଧି ଉପରେ ବିଧି, ବିଧି ଉପରେ ବିଧି; ଧାଡ଼ି ଉପରେ ଧାଡ଼ି, ଧାଡ଼ି ଉପରେ ଧାଡ଼ି; ଏଠି ଅଳ୍ପ, ସେଠି ଅଳ୍ପ।”
11 Da, mucavim usnama i na stranom jeziku govorit će se ovom narodu.
ନା, ମାତ୍ର ସେ ବିଦେଶୀୟ ଓଷ୍ଠାଧର ଓ ପରଭାଷା ଦ୍ୱାରା ଏହି ଲୋକମାନଙ୍କୁ କଥା କହିବେ;
12 On im reče: “Evo počinka, dajte umornom da otpočine! Evo odmora!” Ali ne htjedoše poslušati.
ସେ ସେମାନଙ୍କୁ କହିଲେ, “ଏହି ବିଶ୍ରାମ, ତୁମ୍ଭେମାନେ କ୍ଳାନ୍ତ ଲୋକମାନଙ୍କୁ ବିଶ୍ରାମ ଦିଅନ୍ତି, ପୁଣି, ଏହି ତ ଆରାମ,” ମାତ୍ର ସେମାନେ ଶୁଣିବାକୁ ସମ୍ମତ ହେଲେ ନାହିଁ।
13 Zato će im Jahve ovako govoriti: “Sav la-sav, sav la-sav, kav la-kav, kav la-kav, zeer šam, zeer šam”, da hodeći padnu nauznak, da se razbiju, zapletu i uhvate.
ଏହେତୁ ସେମାନେ ଯେପରି ଯାଇ ପଶ୍ଚାତ୍ ପଡ଼ି ଭଗ୍ନ ହେବେ, ଫାନ୍ଦରେ ପଡ଼ିବେ ଓ ଧୃତ ହେବେ, ଏଥିପାଇଁ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ ବିଧି ଉପରେ ବିଧି, ବିଧି ଉପରେ ବିଧି; ଧାଡ଼ି ଉପରେ ଧାଡ଼ି, ଧାଡ଼ି ଉପରେ ଧାଡ଼ି; ଏଠି ଅଳ୍ପ, ସେଠି ଅଳ୍ପ ହେବ।
14 Stoga čujte riječ Jahvinu, vi podsmjevači, vi što vladate narodom ovim koji je u Jeruzalemu.
ଏହେତୁ ହେ ଯିରୂଶାଲମସ୍ଥ ଲୋକମାନଙ୍କର ଶାସନକାରୀ ନିନ୍ଦକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;
15 Vi velite: “Sklopismo savez sa smrću i s Podzemljem učinismo sporazum. Kad prođe bič razorni, ne, neće nas dohvatiti, jer od laži načinismo sebi sklonište i od obmane skrovište.” (Sheol )
ତୁମ୍ଭେମାନେ କହିଅଛ, “ଆମ୍ଭେମାନେ ମୃତ୍ୟୁୁ ସଙ୍ଗେ ନିୟମ କରିଅଛୁ ଓ ପାତାଳ ସଙ୍ଗେ ଆମ୍ଭମାନଙ୍କର ସନ୍ଧି ଅଛି; ଏହେତୁ ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତାହା ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ; କାରଣ ଆମ୍ଭେମାନେ ମିଥ୍ୟାକୁ ଆପଣାମାନଙ୍କର ଆଶ୍ରୟ କରିଅଛୁ ଓ ଅସତ୍ୟର ତଳେ ଆମ୍ଭେମାନେ ଆପଣାମାନଙ୍କୁ ଲୁଚାଇଅଛୁ,” (Sheol )
16 Stog ovako govori Jahve Gospod: “Evo, postavljam na Sion kamen odabrani, dragocjen kamen ugaoni, temeljac. Onaj koji u nj vjeruje neće propasti.
ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଭିତ୍ତିମୂଳ ନିମନ୍ତେ ସିୟୋନରେ ଏକ ପ୍ରସ୍ତର, ପରୀକ୍ଷାସିଦ୍ଧ ପ୍ରସ୍ତର, ଦୃଢ଼ ଭିତ୍ତିମୂଳ ସ୍ୱରୂପ ବହୁମୂଲ୍ୟ କୋଣ-ପ୍ରସ୍ତର ସ୍ଥାପନ କରୁଅଛୁ; ଯେ ବିଶ୍ୱାସ କରେ, ସେ ଚଞ୍ଚଳ ହେବ ନାହିଁ।
17 I uzet ću pravo za mjeru, a pravdu za tezulju.” I tuča će vam zastrti sklonište od laži, a voda otplaviti skrovište;
ପୁଣି, ଆମ୍ଭେ ନ୍ୟାୟ ବିଚାରକୁ ପରିମାଣ ରଜ୍ଜୁ ଓ ଧାର୍ମିକତାକୁ ଓଳମ କରିବା; ଆଉ, ଶିଳାବୃଷ୍ଟି ମିଥ୍ୟାରୂପ ଆଶ୍ରୟକୁ ବିନାଶ କରିବ ଓ ଜଳରାଶି ଲୁଚିବା ସ୍ଥାନକୁ ମଗ୍ନ କରିବ।”
18 propast će savez vaš sa smrću, vaš sporazum s Podzemljem održat' se neće. Kada bič razorni prođe, satrt će vas; (Sheol )
ପୁଣି, ମୃତ୍ୟୁୁ ସହିତ ତୁମ୍ଭମାନଙ୍କର କୃତ ନିୟମ ରହିତ କରାଯିବ ଓ ପାତାଳ ସଙ୍ଗେ ତୁମ୍ଭମାନଙ୍କ ସନ୍ଧି ସ୍ଥିର ରହିବ ନାହିଁ; ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତୁମ୍ଭେମାନେ ତଦ୍ଦ୍ୱାରା ଦଳିତ ହେବ। (Sheol )
19 kad god prođe, dohvatit će vas; prolazit će svako jutro, danju i noću. Samo će vas strah uputit u objavu.
ତାହା ଯେତେ ଥର ଉପସ୍ଥିତ ହେବ, ସେତେଥର ତୁମ୍ଭମାନଙ୍କୁ ଧରିବ; କାରଣ ପ୍ରଭାତକୁ ପ୍ରଭାତ, ଦିବସ ଓ ରାତ୍ରି ତାହା ଉପସ୍ଥିତ ହେବ; ଆଉ, ସେହି ସମାଚାର ବୁଝିବାର କେବଳ ତ୍ରାସଜନକ ହେବ।
20 Prekratka će bit' postelja da se čovjek pruži, preuzak pokrivač da se umota.
କାରଣ, ଆପଣାକୁ ଲମ୍ବାଇବା ପାଇଁ ମନୁଷ୍ୟର ଶଯ୍ୟା ସାନ ଓ ଆପଣାକୁ ଘୋଡ଼ାଇବା ପାଇଁ ବସ୍ତ୍ର ଅଣଓସାର।
21 Da, kao na gori Perasimu, Jahve će ustati, kao u Dolini gibeonskoj, on će se razjariti, da izvrši djelo svoje, djelo čudnovato, da ispuni naum svoj, naum tajnoviti.
ଯେହେତୁ ସଦାପ୍ରଭୁ, ଯେପରି ପରାସୀମ ପର୍ବତରେ, ସେହିପରି ଉଠିବେ, ଯେପରି ଗିବୀୟୋନ୍ର ତଳଭୂମିରେ, ସେହିପରି ସେ କ୍ରୋଧ କରିବେ; ତହିଁରେ ସେ ଆପଣାର କାର୍ଯ୍ୟ, ଆପଣାର ଅଦ୍ଭୁତ କାର୍ଯ୍ୟ ସିଦ୍ଧ କରିବେ ଓ ଆପଣାର ବ୍ୟାପାର ଓ ଆପଣାର ଅଦ୍ଭୁତ ବ୍ୟାପାର ସମ୍ପନ୍ନ କରିବେ।
22 Podsmijevanja se okanite, da vas jače okovi ne stegnu; jer čuh da je od Gospoda, Jahve nad Vojskama, zemlji ovoj dosuđeno uništenje.
ଏହେତୁ ଏବେ ତୁମ୍ଭେମାନେ ନିନ୍ଦକ ହୁଅ ନାହିଁ, ପଛେ ଅବା ତୁମ୍ଭମାନଙ୍କର ବନ୍ଧନ ଦୃଢ଼ ହୁଏ; କାରଣ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଆମ୍ଭେ ସମୁଦାୟ ପୃଥିବୀ ଉପରେ ଉଚ୍ଛିନ୍ନତାର, ନିରୂପିତ ଉଚ୍ଛିନ୍ନତାର କଥା ଶୁଣିଅଛୁ।
23 Poslušajte i čujte glas moj, prisluhnite pomno moju besjedu.
ତୁମ୍ଭେମାନେ କର୍ଣ୍ଣ ଦେଇ ଆମ୍ଭର ରବ ଶୁଣ; ମନୋଯୋଗ କରି ଆମ୍ଭର ବାକ୍ୟ ଶ୍ରବଣ କର।
24 Ore li orač svakog dana, brazdi, brana njivu svoju?
କୃଷକ ବୀଜ ବୁଣିବା ପାଇଁ କʼଣ ନିତ୍ୟ ହଳ ବୁଲାଏ? ସେ କʼଣ ନିତ୍ୟ ଶିଆର କରି ଆପଣାର ଭୂମିର ଟେଳା ଭାଙ୍ଗେ?
25 A kad joj poravna površinu, ne sije li grahor, ne sipa li kumin? Pšenicu gdje treba, proso i ječam, i napokon raž po rubovima?
ସେ କʼଣ ଭୂମିର ଉପରଭାଗ ସମାନ କଲା ଉତ୍ତାରେ କଳାଜୀରା ବିଞ୍ଚି ଦିଏ ନାହିଁ ଓ ଜୀରା ବୁଣେ ନାହିଁ ଓ ଧାଡ଼ି ଧାଡ଼ି କରି ଗହମ, ନିରୂପିତ ସ୍ଥାନରେ ଯବ ଓ କ୍ଷେତ୍ରର ସୀମାରେ କʼଣ ଜହ୍ନା ବୁଣେ ନାହିଁ?
26 Bog ga njegov upućuje, on ga uči djelu pravom.
କାରଣ, ତାହାର ପରମେଶ୍ୱର ତାହାକୁ ଯଥାର୍ଥ ଉପଦେଶ ଦିଅନ୍ତି ଓ ସେ ତାହାକୁ ଶିଖାନ୍ତି।
27 Ne mlati se grahor cijepom, nećeš točkom po kuminu, već se grahor štapom mlati, a kumin se prutom lupa.
ଯେହେତୁ କଳାଜୀରା କୌଣସି ତୀକ୍ଷ୍ଣ ଅସ୍ତ୍ରରେ ମର୍ଦ୍ଦିତ ହୁଏ ନାହିଁ, କିଅବା ଜୀରା ଉପରେ ଶକଟ ଚକ୍ର ବୁଲାଯାଏ ନାହିଁ; ମାତ୍ର କଳାଜୀରା ଯଷ୍ଟିରେ ଓ ଜୀରା ଦଣ୍ଡରେ ପିଟାଯାଏ।
28 A da li se žito tare? Ne, nećeš ga dovijeka mlatiti: po njem ćeš pognat kolski točak i konje, ali ga zdrobiti nećeš.
ରୁଟିର ଶସ୍ୟ ଚୂର୍ଣ୍ଣ କରାଯାଏ; କାରଣ ସେ ଚିରକାଳ ତାହା ମର୍ଦ୍ଦନ କରିବ ନାହିଁ; ଆଉ, ଯଦ୍ୟପି ତାହାର ଶକଟ ଚକ୍ର ଓ ତାହାର ଅଶ୍ୱଗଣ ତାହା ଛିନ୍ନଭିନ୍ନ କରି ପକାନ୍ତି, ତଥାପି ସେ ତାହା ଚୂର୍ଣ୍ଣ କରେ ନାହିଁ।
29 I to dolazi od Jahve nad Vojskama, savjetom divnog, mudrošću velikog.
ଏହା ହିଁ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ହୁଏ, ସେ ମନ୍ତ୍ରଣାରେ ଆଶ୍ଚର୍ଯ୍ୟ ଓ ଜ୍ଞାନରେ ମହାନ।