< Izaija 57 >
1 Pravednik gine, i nitko ne mari. Uklanjaju ljude pobožne, i nitko ne shvaća. Da, zbog zla uklonjen je pravednik
ଧାର୍ମିକ ଲୋକ ବିନଷ୍ଟ ହେଉଅଛି ଓ ସେ ବିଷୟରେ କେହି ମନୋଯୋଗ କରୁ ନାହିଁ; ପୁଣି, ଭକ୍ତ ଲୋକମାନେ ନିଆଯାଉଅଛନ୍ତି, ଧାର୍ମିକମାନେ ଯେ ଆସନ୍ତା ବିପଦରୁ ନିଆଯାଉଅଛନ୍ତି, ଏହା କେହି ବିବେଚନା କରୁ ନାହିଁ।
2 da bi ušao u mir. Tko god je pravim putem hodio počiva na svom ležaju.
ସେ ଶାନ୍ତିରେ ପ୍ରବେଶ କରେ; ସରଳ-ପଥଗାମୀମାନେ ପ୍ରତ୍ୟେକେ ଆପଣା ଆପଣା ଶଯ୍ୟାରେ ବିଶ୍ରାମ କରନ୍ତି।
3 Pristupite sad, sinovi vračarini, leglo preljubničko i bludničko!
ହେ ଗଣିକାର ପୁତ୍ରଗଣ, ପାରଦାରିକ ଓ ବେଶ୍ୟାର ବଂଶ, ତୁମ୍ଭେମାନେ ନିକଟକୁ ଆସ।
4 S kim se podrugujete, na koga razvaljujete usta i komu jezik plazite? Niste li vi porod grešan i leglo lažljivo?
ତୁମ୍ଭେମାନେ କାହାକୁ ଉପହାସ କରୁଅଛ? ତୁମ୍ଭେମାନେ କାହାଆଡ଼େ ମୁଖ ମେଲାଇ ଜିହ୍ୱା ବାହାର କରୁଅଛ? ତୁମ୍ଭେମାନେ କି ଅଧର୍ମର ସନ୍ତାନ ଓ ଅସତ୍ୟତାର ବଂଶ ନୁହଁ?
5 Vi koji se raspaljujete među hrašćem, pod svakim zelenim drvetom, žrtvujući djecu u dolinama i u rasjelinama stijena!
ତୁମ୍ଭେମାନେ ଅଲୋନ ବୃକ୍ଷଗଣ ମଧ୍ୟରେ, ପ୍ରତ୍ୟେକ ହରିତ୍ପୂର୍ଣ୍ଣ ବୃକ୍ଷ ତଳେ ଆସକ୍ତିରୂପ ଅନଳରେ ଆପଣାମାନଙ୍କୁ କି ଉତ୍ତପ୍ତ କରୁ ନାହଁ; ତୁମ୍ଭେମାନେ ନାନା ଉପତ୍ୟକାରେ, ଶୈଳଗଣର ଫାଟ ତଳେ ସନ୍ତାନଗଣକୁ କି ବଧ କରୁ ନାହଁ?
6 Dio je tvoj među oblucima potočnim, oni, oni su baština tvoja. Njima izlijevaš ljevanicu, njima prinosiš darove! Zar da se time ja utješim?
ଉପତ୍ୟକାର ଚିକ୍କଣ ପ୍ରସ୍ତରସକଳ ମଧ୍ୟରେ ତୁମ୍ଭର ଅଂଶ, ସେହି ସବୁ ତୁମ୍ଭର ଅଧିକାର; ଆଉ, ସେମାନଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ପେୟ-ନୈବେଦ୍ୟ ଢାଳିଅଛ, ନୈବେଦ୍ୟ ଉତ୍ସର୍ଗ କରିଅଛ। ଏହିସବୁ ସକାଶୁ ଆମ୍ଭେ କି ଶାନ୍ତ ହେବା?
7 Na gori visokoj, uzdignutoj, svoj si ležaj postavila i popela se onamo da prinosiš žrtvu klanicu.
ଉଚ୍ଚ ଓ ଉନ୍ନତ ପର୍ବତ ଉପରେ ତୁମ୍ଭେ ଆପଣା ଶଯ୍ୟା ପାତିଅଛ; ସେହି ସ୍ଥାନକୁ ମଧ୍ୟ ତୁମ୍ଭେ ବଳିଦାନ କରିବା ପାଇଁ ଯାଇଅଛ।
8 Za vrata i dovratke metnula si spomen svoj; daleko od mene svoj ležaj raskrivaš, penješ se na nj i širiš ga. Pogađala si se s onima s kojima si voljela lijegati, sve si više bludničila s njima gledajuć' im mušku snagu.
ପୁଣି, କବାଟ ଓ ଚୌକାଠର ପଛରେ ତୁମ୍ଭେ ତୁମ୍ଭର ସ୍ମରଣାର୍ଥକ ସ୍ତମ୍ଭ ସ୍ଥାପନ କରିଅଛ; କାରଣ ତୁମ୍ଭେ ଆମ୍ଭ ଛଡ଼ା ଅନ୍ୟ ପ୍ରତି ଆପଣାକୁ ଅନାବୃତ କରି ଉପରକୁ ଯାଇଅଛ; ତୁମ୍ଭେ ଆପଣା ଶଯ୍ୟା ବଢ଼ାଇ ସେମାନଙ୍କ ସଙ୍ଗେ ନିୟମ କରିଅଛ; ତୁମ୍ଭେ ଯେଉଁଠାରେ ସେମାନଙ୍କ ଶଯ୍ୟା ଦେଖିଲ, ତାହା ଭଲ ପାଇଅଛ।
9 S uljem za Molekom trčiš, s pomastima mnogim, nadaleko posla glasnike svoje, strovali ih u Podzemlje. (Sheol )
ପୁଣି, ତୁମ୍ଭେ ତୈଳ ଘେନି ମଲେକ୍ ଦେବତା ନିକଟକୁ ଯାଇଅଛ ଓ ଆପଣା ସୁଗନ୍ଧି ଦ୍ରବ୍ୟ ବୃଦ୍ଧି କରିଅଛ, ଆଉ ତୁମ୍ଭେ ଦୂର ଦେଶକୁ ଆପଣା ଦୂତଗଣ ପଠାଇଅଛ ଓ ପାତାଳ ପର୍ଯ୍ୟନ୍ତ ଆପଣାକୁ ଅଧମ କରିଅଛ। (Sheol )
10 Iscrpljena si od tolikih lutanja, al' nisi rekla: “Beznadno je!” Snagu si svoju nanovo našla te nisi sustala.
ତୁମ୍ଭେ ଆପଣା ମାର୍ଗର ଦୀର୍ଘତା ହେତୁ କ୍ଳାନ୍ତ ହୋଇଥିଲ, ତଥାପି ଆଉ ଭରସା ନାହିଁ ବୋଲି କହିଲ ନାହିଁ; ତୁମ୍ଭର ବଳ ସତେଜ ହେଲା ବୋଲି ବୋଧ ପାଇଲ, ଏଥିପାଇଁ ତୁମ୍ଭେ କ୍ଳାନ୍ତ ହେଲ ନାହିଁ।
11 Koga si se uplašila i pobojala da si se iznevjerila, da se više nisi mene spominjala, niti si me k srcu uzimala? Šutio sam, zatvarao oči, zato me se nisi bojala.
ପୁଣି, କାହାର ସକାଶୁ ତୁମ୍ଭେ ଏପରି ତ୍ରାସଯୁକ୍ତା ଓ ଭୀତା ହୋଇଅଛ ଯେ, ତୁମ୍ଭେ ମିଥ୍ୟା କହୁଅଛ ଓ ଆମ୍ଭକୁ ସ୍ମରଣ କରି ନାହଁ, କିଅବା ଆପଣା ମନ ତହିଁରେ ଦେଇ ନାହଁ? ଆମ୍ଭେ କି ଦୀର୍ଘ କାଳ ନୀରବ ରହି ନାହୁଁ, ତେଣୁ ତୁମ୍ଭେ କି ଆମ୍ଭକୁ ଭୟ କରୁ ନାହଁ?
12 Ali ću objavit' o tvojoj pravdi i djela ti tvoja neće koristiti.
ଆମ୍ଭେ ତୁମ୍ଭର ଧାର୍ମିକତା ପ୍ରକାଶ କରିବା; ପୁଣି, ତୁମ୍ଭର କର୍ମସକଳ ତୁମ୍ଭର ଉପକାରୀ ହେବ ନାହିଁ।
13 Kad uzmeš vikati, nek' te izbave kipovi koje si skupila, sve će ih vjetar raznijeti, vihor će ih otpuhnuti. A tko se u me uzda, baštinit će zemlju i zaposjest će svetu goru moju.
ତୁମ୍ଭେ ଯେଉଁମାନଙ୍କୁ ସଂଗ୍ରହ କରିଅଛ, ତୁମ୍ଭେ କାନ୍ଦିବା ବେଳେ ସେମାନେ ଉଦ୍ଧାର କରନ୍ତୁ; ମାତ୍ର ବାୟୁ ସେମାନଙ୍କୁ ଉଡ଼ାଇ ନେବ, ଏକ ନିଶ୍ୱାସ ସେସମସ୍ତଙ୍କୁ ନେଇଯିବ; କିନ୍ତୁ ଯେଉଁ ଲୋକ ଆମ୍ଭର ଶରଣ ନିଏ, ସେ ଦେଶ ଅଧିକାର କରିବ ଓ ଆମ୍ଭ ପବିତ୍ର ପର୍ବତର ଅଧିକାରୀ ହେବ।
14 Govorit će se: Naspite, naspite, poravnajte put! Uklonite zapreke s puta mog naroda!
ଆଉ, ସେ କହିବେ, “ତୁମ୍ଭେମାନେ ଉଚ୍ଚ କର, ଉଚ୍ଚ କର, ପଥ ପ୍ରସ୍ତୁତ କର, ଆମ୍ଭ ଲୋକମାନଙ୍କ ପଥରୁ ବିଘ୍ନ ଦୂର କର।”
15 Jer ovako govori Višnji i Uzvišeni, koji vječno stoluje i ime mu je Sveti: “U prebivalištu visokom i svetom stolujem, ali ja sam i s potlačenim i poniženim, da oživim duh smjernih, da oživim srca skrušenih.
କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; “ଆମ୍ଭେ ଊର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।
16 Jer neću se prepirati dovijeka ni vječno se ljutiti: preda mnom bi podlegao duh i duše što sam ih stvorio.
କାରଣ ଆମ୍ଭେ ସର୍ବଦା ବିରୋଧ କରିବା ନାହିଁ, ଅଥବା ନିରନ୍ତର କ୍ରୋଧ କରିବା ନାହିଁ; କଲେ, ଆତ୍ମା ଓ ଆମ୍ଭ ନିର୍ମିତ ପ୍ରାଣୀସକଳ ଆମ୍ଭ ସମ୍ମୁଖରେ କ୍ଷୀଣ ହେବେ।
17 Zbog grijeha lakomosti njegove razgnjevih se, udarih ga i sakrih se rasrđen. Ali on okrenu za srcem svojim
ଆମ୍ଭେ ତାହାର ଲୋଭରୂପ ଅପରାଧ ହେତୁ କ୍ରୁଦ୍ଧ ହୋଇ ତାହାକୁ ଆଘାତ କଲୁ, ଆମ୍ଭେ ଆପଣା ମୁଖ ଲୁଚାଇ କ୍ରୁଦ୍ଧ ହେଲୁ, ତହିଁରେ ସେ ଅବାଧ୍ୟ ହୋଇ ଆପଣା ମନର ମାର୍ଗରେ ଚାଲିଲା।
18 i vidjeh putove njegove. Izliječit ću ga, voditi i utješit' one što s njime tuguju -
ଆମ୍ଭେ ତାହାର ଗତି ଦେଖିଅଛୁ ଓ ତାହାକୁ ସୁସ୍ଥ କରିବା; ମଧ୍ୟ ଆମ୍ଭେ ତାହାକୁ ପଥ କଢ଼ାଇବା, ପୁଣି ତାହାକୁ ଓ ତାହାର ଶୋକାକୁଳ ଲୋକମାନଙ୍କୁ ପୁନର୍ବାର ସାନ୍ତ୍ୱନା ଦେବା।
19 stavit ću hvalu na usne njihove. Mir, mir onom tko je daleko i tko je blizu,” govori Jahve, “ja ću te izliječiti.”
ଆମ୍ଭେ ଓଷ୍ଠାଧରର ଫଳ ସୃଷ୍ଟି କରୁ; ସଦାପ୍ରଭୁ କହନ୍ତି, ଦୂରବର୍ତ୍ତୀ ଓ ନିକଟବର୍ତ୍ତୀ ଲୋକ ପ୍ରତି ଶାନ୍ତି, ଶାନ୍ତି ହେଉ ଓ ଆମ୍ଭେ ତାହାକୁ ସୁସ୍ଥ କରିବା।
20 Al' opaki su poput mora uzburkanog koje se ne može smiriti, valovi mu mulj i blato izmeću.
ମାତ୍ର ଦୁଷ୍ଟମାନେ ତରଙ୍ଗିତ ସମୁଦ୍ର ତୁଲ୍ୟ, କାରଣ ତାହା ସ୍ଥିର ହୋଇପାରେ ନାହିଁ, ଆଉ ତହିଁର ଜଳରେ ପଙ୍କ ଓ କାଦୁଅ ଉଠେ।
21 “Nema mira grešnicima!” govori Bog moj.
ଆମ୍ଭର ପରମେଶ୍ୱର କହନ୍ତି, ଦୁଷ୍ଟମାନଙ୍କର କିଛି ହିଁ ଶାନ୍ତି ନାହିଁ।”