< Jeremija 12 >

1 Prepravedan si, Jahve, da bih se mogao s tobom parbiti. Samo bih jedno s tobom raspravio: Zašto je put zlikovaca uspješan? Zašto podmuklice uživaju mir?
ହେ ସଦାପ୍ରଭୁ, ମୁଁ ଯେତେବେଳେ ତୁମ୍ଭ ସଙ୍ଗେ ପ୍ରତିବାଦ କରେ, ତୁମ୍ଭେ ଧାର୍ମିକ ଅଟ; ତଥାପି ବିଚାର ବିଷୟରେ ମୁଁ ତୁମ୍ଭ ସଙ୍ଗେ ବାଦାନୁବାଦ କରିବି; ଦୁଷ୍ଟ ଲୋକମାନଙ୍କର ପଥ କାହିଁକି କୁଶଳଯୁକ୍ତ ହୁଏ? ଅତି ବିଶ୍ୱାସଘାତକ ସମସ୍ତେ କାହିଁକି ନିରାପଦରେ ଥାʼନ୍ତି?
2 Ti si ih posadio, i oni se ukorijeniše, rastu i plod donose. Al' si bliz samo ustima njihovim, a daleko im od srca.
ତୁମ୍ଭେ ସେମାନଙ୍କୁ ରୋପଣ କରିଅଛ, ସେମାନେ ବଦ୍ଧମୂଳ ହୋଇଅଛନ୍ତି; ସେମାନେ ବଢ଼ନ୍ତି, ହଁ, ସେମାନେ ଫଳ ଫଳନ୍ତି; ତୁମ୍ଭେ ସେମାନଙ୍କ ମୁଖର ନିକଟରେ ଓ ସେମାନଙ୍କ ଅନ୍ତଃକରଣରୁ ଦୂରରେ ଅଛ।
3 No ti, Jahve, mene poznaješ i vidiš; ispitao si srce moje, ono je s tobom. Odvedi ih kao jagnjad na klanje, sačuvaj ih za dan pokolja.
ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋତେ ଜାଣୁଅଛ; ତୁମ୍ଭେ ମୋତେ ଦେଖୁଅଛ ଓ ତୁମ୍ଭ ପ୍ରତି ମୋର ମନ କିପରି, ତାହା ପରୀକ୍ଷା କରୁଅଛ; ତୁମ୍ଭେ ସେମାନଙ୍କୁ ହତ୍ୟା ନିମନ୍ତେ ମେଷଗଣ ତୁଲ୍ୟ ଟାଣି ଆଣ ଓ ହତ୍ୟା ଦିନର ନିମନ୍ତେ ସେମାନଙ୍କୁ ପ୍ରସ୍ତୁତ ରଖ।
4 Dokle će zemlja tugovati, dokle će trava na svem polju sahnuti? Zbog opačine njezinih stanovnika ugiba stoka i ptice! Jer govore: Bog ne vidi naših putova.
କେତେ କାଳ ଦେଶ ଶୋକ କରିବ ଓ ସମୁଦାୟ ଦେଶର ତୃଣ ଶୁଷ୍କ ହେବ? ତହିଁର ନିବାସୀମାନଙ୍କର ଦୁଷ୍ଟତା ସକାଶୁ ପଶୁ ଓ ପକ୍ଷୀସବୁ କ୍ଷୟ ପାଉଅଛନ୍ତି; କାରଣ ଲୋକମାନେ କହିଲେ, “ସେ ଆମ୍ଭମାନଙ୍କର ଶେଷ ଗତି ଦେଖିବ ନାହିଁ।”
5 Ako s pješacima trčeći sustaješ, kako ćeš se s konjima utrkivati? Kad ni u mirnoj zemlji nemaš uzdanja, kako ćeš onda kroz guštare jordanske?
“ଯଦି ତୁମ୍ଭେ ପଦାତିକଗଣର ସଙ୍ଗେ ଦୌଡ଼ିଲେ ସେମାନେ ତୁମ୍ଭକୁ କ୍ଳାନ୍ତ କରିଅଛନ୍ତି, ଯଦି ତୁମ୍ଭେ ଅଶ୍ୱଗଣ ସଙ୍ଗରେ କିପରି ପଣ କରି ପାରିବ? ପୁଣି, ଯଦ୍ୟପି ଶାନ୍ତିର ଦେଶରେ ନିର୍ଭୟ ହୁଅ, ତଥାପି ଯର୍ଦ୍ଦନର ଦର୍ପ ସ୍ଥାନରେ ତୁମ୍ଭେ କଅଣ କରିବ?
6 Jer su i braća tvoja i obitelj tvoja licemjerni prema tebi! I oni te iza leđa ocrnjuju na sva usta. Ne vjeruj im kad ti zbore umilno.
କାରଣ ତୁମ୍ଭର ଭାଇମାନେ ଓ ପିତୃବଂଶ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିଅଛନ୍ତି; ସେମାନେ ତୁମ୍ଭ ପଛେ ପଛେ ଉଚ୍ଚରେ ଡାକ ପକାଇଅଛନ୍ତି; ସେମାନେ ତୁମ୍ଭକୁ ମିଷ୍ଟ କଥା କହିଲେ ହେଁ ସେମାନଙ୍କୁ ବିଶ୍ୱାସ କର ନାହିଁ।”
7 Ostavih dom svoj, napustih baštinu svoju; miljenicu srca svoga dadoh u ruke dušmana njenih.
“ଆମ୍ଭେ ଆପଣା ଗୃହ ତ୍ୟାଗ କରିଅଛୁ, ଆମ୍ଭେ ଆପଣା ଅଧିକାର ଛାଡ଼ି ଦେଇଅଛୁ; ଆମ୍ଭେ ଆପଣା ପ୍ରାଣର ପ୍ରିୟତମାକୁ ତାହାର ଶତ୍ରୁମାନଙ୍କ ହସ୍ତରେ ସମର୍ପି ଦେଇଅଛୁ।
8 Baština moja postade za me kao lav u šumi. Zarikao je na me, zato ga zamrzih.
ଆମ୍ଭର ଅଧିକାର ଆମ୍ଭ ପ୍ରତି ଅରଣ୍ୟସ୍ଥ ସିଂହ ପରି ହୋଇଅଛି; ସେ ଆମ୍ଭ ବିରୁଦ୍ଧରେ ହୁଙ୍କାର କରିଅଛି; ଏଥିପାଇଁ ଆମ୍ଭେ ତାହାକୁ ଘୃଣା କରିଅଛୁ।
9 Zar je baština moja šarena ptica oko koje odasvud druge slijeću? Hajde, skupite se, sve divlje zvijeri, dođite žderati.
ଆମ୍ଭର ଅଧିକାର ଆମ୍ଭ ପ୍ରତି କି ଚିତ୍ରିତ ଶିକାରୀ ପକ୍ଷୀ ତୁଲ୍ୟ ଅଟେ, ଶିକାରୀ ପକ୍ଷୀମାନେ ତାହାର ବିରୁଦ୍ଧରେ ଚାରିଆଡ଼େ ଘେରିଅଛନ୍ତି? ତୁମ୍ଭେମାନେ ଯାଇ ବନ୍ୟ ପଶୁମାନଙ୍କୁ ଗ୍ରାସ କରାଇବା ନିମନ୍ତେ ଏକତ୍ର କରି ଆଣ।
10 Mnogi pastiri opustošiše moj vinograd, zgaziše nasljedstvo moje; dragu mi baštinu pretvoriše u golu pustinju,
ଅନେକ ପଲରକ୍ଷକ ଆମ୍ଭର ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରିଅଛନ୍ତି, ସେମାନେ ଆମ୍ଭର ଭୂମି ପଦ ତଳେ ଦଳିତ କରିଅଛନ୍ତି, ସେମାନେ ଆମ୍ଭର ମନୋରମ ଭୂମିକୁ ଧ୍ୱଂସିତ ପ୍ରାନ୍ତର କରିଅଛନ୍ତି।
11 pretvoriše u pustoš, žalosna je pustoš preda mnom. Sva je zemlja pusta jer nikog u srce ne dira.
ସେମାନେ ତାହା ଧ୍ୱଂସସ୍ଥାନ କରିଅଛନ୍ତି; ତାହା ଧ୍ୱଂସିତ ହୋଇ ଆମ୍ଭ ନିକଟରେ ବିଳାପ କରୁଅଛି; କେହି ମନୋଯୋଗ ନ କରିବାରୁ ସମୁଦାୟ ଦେଶ ଧ୍ୱଂସିତ ହେଉଅଛି।
12 Preko svih goleti pustinjskih nagrnuše pustošnici. Jer u Jahve je mač što proždire: s jednog kraja zemlje do drugog nema mira nijednome tijelu.
ଧ୍ୱଂସକାରୀମାନେ ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଗିରିସକଳର ଉପରକୁ ଆସିଅଛନ୍ତି; କାରଣ ସଦାପ୍ରଭୁଙ୍କ ଖଡ୍ଗ ଦେଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଗ୍ରାସ କରୁଅଛି; କୌଣସି ପ୍ରାଣୀର ଶାନ୍ତି ନାହିଁ।
13 Sijahu pšenicu, a požeše trnje: iscrpli se bez koristi. Stide se uroda svoga sve zbog jarosti Jahvine.
ସେମାନେ ଗହମ ବୁଣି କଣ୍ଟା କାଟିଅଛନ୍ତି, ସେମାନେ ଆପଣାମାନଙ୍କୁ କଷ୍ଟ ଦେଇ କିଛି ଲାଭ ପାଆନ୍ତି ନାହିଁ; ପୁଣି, ସଦାପ୍ରଭୁଙ୍କ ପ୍ରଚଣ୍ଡ କ୍ରୋଧ ସକାଶୁ ତୁମ୍ଭେମାନେ ଆପଣା ଫଳ ବିଷୟରେ ଲଜ୍ଜିତ ହେବ।”
14 Ovako govori Jahve: “Sve zle susjede svoje, koji su dirnuli u baštinu što sam je dao narodu svome Izraelu, ja ću iščupati iz zemlje njihove. Ali dom Judin iščupat ću isred njih.
ଆମ୍ଭେ ଆପଣା ଇସ୍ରାଏଲ ଲୋକଙ୍କୁ ଯେଉଁ ଅଧିକାର ଭୋଗ କରିବାକୁ ଦେଇଅଛୁ, ତାହା ସ୍ପର୍ଶକାରୀ ଆମ୍ଭର ଦୁଷ୍ଟ ପ୍ରତିବାସୀସକଳର ବିରୁଦ୍ଧରେ ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ଆମ୍ଭେ ସେମାନଙ୍କ ଦେଶରୁ ସେମାନଙ୍କୁ ଉତ୍ପାଟନ କରିବା ଓ ସେମାନଙ୍କ ମଧ୍ୟରୁ ଯିହୁଦା-ବଂଶକୁ ଉତ୍ପାଟନ କରିବା।
15 A kad ih iščupam, ponovo ću im se smilovati i povesti natrag, svakoga na baštinu i zemlju njegovu.
ପୁଣି, ସେମାନଙ୍କୁ ଉତ୍ପାଟନ କଲା ଉତ୍ତାରେ ଆମ୍ଭେ ଫେରି ସେମାନଙ୍କୁ ଦୟା କରିବା ଓ ଆମ୍ଭେ ସେମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଅଧିକାରକୁ ଓ ପ୍ରତ୍ୟେକ ଲୋକକୁ ତାହାର ଭୂମିକୁ ପୁନର୍ବାର ଆଣିବା।
16 Pa ako doista nauče putove naroda mojega i stanu se zaklinjati imenom mojim - 'Živoga mi Jahve' - kao što su učili moj narod da se zaklinje Baalom, tada će se opet nastaniti usred naroda moga.
ଆଉ, ସେମାନେ ଯେପରି ବାଲ୍‍ଦେବ ନାମରେ ଶପଥ କରିବା ପାଇଁ ଆମ୍ଭ ଲୋକମାନଙ୍କୁ ଶିଖାଇଲେ, ସେପରି ସଦାପ୍ରଭୁ ଜୀବିତ ବୋଲି, ଆମ୍ଭ ନାମରେ ଶପଥ କରିବା ପାଇଁ ଯଦି ଆମ୍ଭ ଲୋକମାନଙ୍କର ଆଚରଣ ଯତ୍ନପୂର୍ବକ ଶିଖିବେ, ତେବେ ସେମାନେ ଆମ୍ଭ ଲୋକମାନଙ୍କ ମଧ୍ୟରେ ସ୍ଥାପିତ ହେବେ।
17 Ako pak ne poslušaju, onda ću takav narod potpuno iščupati i zatrti” - riječ je Jahvina.
ମାତ୍ର ଯଦି ସେମାନେ ଶୁଣିବେ ନାହିଁ, ତେବେ ଆମ୍ଭେ ସେହି ଗୋଷ୍ଠୀକୁ ଉତ୍ପାଟନ କରିବା, ଉତ୍ପାଟନ କରି ତାହା ନଷ୍ଟ କରିବା, ଏହା ସଦାପ୍ରଭୁ କହନ୍ତି।”

< Jeremija 12 >