< Jeremija 34 >
1 Riječ koju Jahve uputi Jeremiji kad Nabukodonozor, kralj babilonski, i sva njegova vojska, i sva kraljevstva pod njegovom vlašću, i svi narodi navališe na Jeruzalem i na sve gradove njegove.
ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଓ ତାହାର କର୍ତ୍ତୃତ୍ୱାଧୀନ ଭୂଖଣ୍ଡର ସମସ୍ତ ରାଜ୍ୟ ଆଉ ସମସ୍ତ ଗୋଷ୍ଠୀ ଯିରୂଶାଲମ ଓ ତହିଁର ନଗରସମୂହର ବିରୁଦ୍ଧରେ ଯୁଦ୍ଧ କରୁଥିବା ସମୟରେ, ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା:
2 Ovako govori Jahve, Bog Izraelov: “Idi i govori sa Sidkijom, kraljem judejskim, i reci mu: Ovako govori Jahve: 'Evo, predajem ovaj grad u ruke kralja babilonskoga da ga on ognjem spali.
“ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଯାଇ ଯିହୁଦାର ରାଜା ସିଦିକୀୟର ସଙ୍ଗେ ଆଳାପ କରି ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ବାବିଲ ରାଜାର ହସ୍ତରେ ଏହି ନଗର ସମର୍ପଣ କରିବା, ତହିଁରେ ସେ ଅଗ୍ନିରେ ତାହା ଦଗ୍ଧ କରିବ।
3 Ni ti nećeš ruci njegovoj umaći. Da, bit ćeš uhvaćen i predat će te u njegove ruke; oči u oči gledat ćeš kralja babilonskoga, usta u usta on će s tobom govoriti i bit ćeš odveden u Babilon.'
ପୁଣି, ତୁମ୍ଭେ ତାହା ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ନିଶ୍ଚୟ ଧରାଯିବ ଓ ତାହା ହସ୍ତରେ ସମର୍ପିତ ହେବ; ପୁଣି, ତୁମ୍ଭର ଚକ୍ଷୁ ବାବିଲ ରାଜାର ଚକ୍ଷୁକୁ ଦେଖିବ ଓ ସେ ସମ୍ମୁଖାସମ୍ମୁଖୀ ହୋଇ ତୁମ୍ଭ ସଙ୍ଗେ କଥା କହିବ ଓ ତୁମ୍ଭେ ବାବିଲକୁ ଯିବ।
4 Ali čuj riječ Jahvinu, Sidkija, kralju judejski! Ovo ti poručuje Jahve: 'Nećeš od mača poginuti,
ତଥାପି ହେ ସିଦିକୀୟ ଯିହୁଦାର ରାଜନ୍, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ସଦାପ୍ରଭୁ ତୁମ୍ଭ ବିଷୟରେ ଏହି କଥା କହନ୍ତି, ତୁମ୍ଭେ ଖଡ୍ଗ ଦ୍ୱାରା ମରିବ ନାହିଁ;
5 umrijet ćeš u miru! I kao što su tvoje očeve i kraljeve tvoje prethodnike okadili, i tebe će okaditi i naricat će za tobom: 'Jao Gospodaru!' Ja ti to govorim' - riječ je Jahvina.
ତୁମ୍ଭେ ଶାନ୍ତିରେ ମରିବ; ପୁଣି, ତୁମ୍ଭ ପିତୃଲୋକମାନଙ୍କ ନିମନ୍ତେ, ତୁମ୍ଭ ପୂର୍ବବର୍ତ୍ତୀ ରାଜାମାନଙ୍କ ନିମନ୍ତେ ଯେପରି ଦାହ ହୋଇଥିଲା, ସେପରି ଲୋକମାନେ ତୁମ୍ଭ ନିମନ୍ତେ ସୁଗନ୍ଧି ଧୂପଦାହ କରିବେ; ଆଉ, ‘ହାୟ ପ୍ରଭୋ! ହାୟ ପ୍ରଭୋ!’ ବୋଲି ତୁମ୍ଭ ନିମନ୍ତେ ବିଳାପ କରିବେ, କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଏହି କଥା କହିଅଛୁ।”
6 I prorok Jeremija poruči sve ove riječi Sidkiji, kralju judejskom u Jeruzalemu,
ତହୁଁ ଯିରିମୀୟ ଭବିଷ୍ୟଦ୍ବକ୍ତା ଯିରୂଶାଲମରେ ଯିହୁଦାର ରାଜା ସିଦିକୀୟକୁ ଏହିସବୁ କଥା କହିଲେ।
7 dok je vojska kralja babilonskoga navaljivala na Jeruzalem i na preostale gradove Judine - na Lakiš i Azeku, jer još samo oni preostadoše od judejskih utvrđenih gradova.
ସେସମୟରେ ବାବିଲ ରାଜାର ସୈନ୍ୟ ଯିରୂଶାଲମ ବିରୁଦ୍ଧରେ ଓ ଯିହୁଦାର ଅବଶିଷ୍ଟସକଳ ନଗର ଅର୍ଥାତ୍ ଲାଖୀଶ୍ ଓ ଅସେକା ବିରୁଦ୍ଧରେ ଯୁଦ୍ଧ କରୁଥିଲେ; କାରଣ ଯିହୁଦା ଦେଶସ୍ଥ ନଗରସମୂହ ମଧ୍ୟରେ ଏହି ଦୁଇଟି ମାତ୍ର ପ୍ରାଚୀର-ବେଷ୍ଟିତ ନଗର ଅବଶିଷ୍ଟ ଥିଲା।
8 Riječ koju Jahve uputi Jeremiji, pošto je kralj Sidkija sa svekolikim narodom jeruzalemskim sklopio savez da im proglasi slobodu,
ପ୍ରତ୍ୟେକ ଜଣ ଆପଣା ଆପଣା ଏବ୍ରୀୟ ଦାସକୁ ଓ ପ୍ରତ୍ୟେକ ଜଣ ଆପଣା ଆପଣା ଏବ୍ରୀୟା ଦାସୀକୁ ମୁକ୍ତ କରି ବିଦାୟ କରିବେ; କେହି ସେମାନଙ୍କୁ, ଅର୍ଥାତ୍ ଆପଣା ଯିହୁଦୀୟ ଭ୍ରାତାକୁ ଦାସ୍ୟକର୍ମ କରାଇବ ନାହିଁ,
9 da svaki pusti na slobodu svoga roba Hebreja i svoju robinju Hebrejku te da više ni u koga ne bude Hebrej, brat njegov, kao rob.
ଏପରି ମୁକ୍ତି ଘୋଷଣାର ନିୟମ ସିଦିକୀୟ ରାଜା ଯିରୂଶାଲମସ୍ଥ ସବୁ ଲୋକଙ୍କ ସହିତ ସ୍ଥିର କଲା ଉତ୍ତାରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।
10 I svi odličnici i sav narod koji uđoše u ovaj savez pristadoše te svaki pusti na slobodu roba svoga i svoju ropkinju da im više ne robuju. Pristadoše, dakle, i pustiše ih.
ସମସ୍ତ ଅଧିପତି ଓ ସମସ୍ତ ଲୋକେ ଏହି ନିୟମରେ ଆବଦ୍ଧ ହୋଇ, ପ୍ରତ୍ୟେକେ ଆପଣା ଆପଣା ଦାସକୁ ଓ ପ୍ରତ୍ୟେକେ ଆପଣା ଆପଣା ଦାସୀକୁ ମୁକ୍ତ କରି ବିଦାୟ କରିଦେବେ, କେହି ସେମାନଙ୍କୁ ଆଉ ଦାସ୍ୟକର୍ମ କରାଇବେ ନାହିଁ ବୋଲି ସମ୍ମତ ହେଲେ, ସେମାନେ ସମ୍ମତ ହୋଇ ସେମାନଙ୍କୁ ବିଦାୟ କରିଦେଲେ;
11 A potom se okrenuše i uzeše opet svoje robove i ropkinje koje bijahu oslobodili pa ih prisiliše da im opet robuju.
ମାତ୍ର ତହିଁ ଉତ୍ତାରେ ସେମାନେ ଫେରି ଯେଉଁ ଦାସଦାସୀମାନଙ୍କୁ ମୁକ୍ତ କରି ବିଦାୟ କରି ଦେଇଥିଲେ, ସେମାନଙ୍କୁ ପୁନର୍ବାର ଅଣାଇ ଆପଣାମାନଙ୍କ ଦାସଦାସୀ ହେବା ନିମନ୍ତେ ବଶୀଭୂତ କଲେ।
12 Tada Jahve uputi riječ Jeremiji govoreći:
ଏହେତୁ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, ଯଥା,
13 Ovako govori Jahve, Bog Izraelov: “Ja sam sklopio Savez s ocima vašim u dan kada ih izvedoh iz Egipta, iz zemlje ropstva, govoreći:
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଆମ୍ଭେ ମିସର ଦେଶରୁ ଦାସଗୃହରୁ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ବାହାର କରି ଆଣିବା ସମୟରେ ସେମାନଙ୍କ ସହିତ ଏକ ନିୟମ କଲୁ, ଯଥା,
14 'Nakon sedam godina neka svaki od vas pusti na slobodu brata svoga Hebreja koji mu se prodao i šest godina kao rob služio.' Ali me vaši oci ne poslušaše i ne htjedoše me čuti.
‘ତୁମ୍ଭର କୌଣସି ଏବ୍ରୀୟ ଭ୍ରାତା ତୁମ୍ଭ ନିକଟରେ ବିକ୍ରୀତ ହୋଇ ଛଅ ବର୍ଷ ତୁମ୍ଭର ଦାସ୍ୟକର୍ମ କଲା ଉତ୍ତାରେ ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ ଦେବ, ତୁମ୍ଭେମାନେ ପ୍ରତ୍ୟେକେ ସାତ ବର୍ଷର ଶେଷରେ ଆପଣା ଆପଣାର ସେହି ଭ୍ରାତାକୁ ମୁକ୍ତ କରିବ;’ ମାତ୍ର ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭ ବାକ୍ୟ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ।
15 A vi se bijaste obratili i učinili što je pravo u očima mojim, proglasivši slobodu za svakoga bližnjega svoga i preda mnom ste sklopili savez u Domu koji se zove mojim imenom.
ପୁଣି, ତୁମ୍ଭେମାନେ ଏଥିପୂର୍ବେ ଫେରି ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରି ଆମ୍ଭ ଦୃଷ୍ଟିରେ ଯଥାର୍ଥ କର୍ମ କରିଥିଲ ଓ ଆମ୍ଭ ନାମରେ ଖ୍ୟାତ ଗୃହରେ ଆମ୍ଭ ସମ୍ମୁଖରେ ନିୟମ କରିଥିଲ
16 A zatim se okrenuste i oskvrnuste ime moje, jer je svaki od vas opet uveo svoga roba i ropkinju koje ste već bili oslobodili, i ponovo ste ih prisilili da vam robuju.”
ମାତ୍ର ତୁମ୍ଭେମାନେ ଫେରି ଆମ୍ଭ ନାମ ଅପବିତ୍ର କଲ, ଆଉ ଯେଉଁମାନଙ୍କୁ ମୁକ୍ତ କରି ସେମାନଙ୍କ ଇଚ୍ଛାନୁସାରେ ବିଦାୟ କରି ଦେଇଥିଲ, ତୁମ୍ଭମାନଙ୍କର ପ୍ରତ୍ୟେକେ ଆପଣା ଆପଣା ସେହି ଦାସଦାସୀକୁ ପୁନର୍ବାର ଅଣାଇ ଆପଣାମାନଙ୍କର ଦାସଦାସୀ ହେବା ପାଇଁ ବଶୀଭୂତ କରିଅଛ।
17 Zato ovako govori Jahve: “Vi me ne poslušaste da proglasite slobodu subratu svojemu i bližnjemu. I zato, evo, i ja proglašavam protiv vas slobodu - riječ je Jahvina - maču, kugi i gladi, i učinit ću vas strašilom svim kraljevstvima zemlje.
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ; ଏଣୁ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ପ୍ରତି, ମହାମାରୀ ପ୍ରତି ଓ ଦୁର୍ଭିକ୍ଷ ପ୍ରତି ମୁକ୍ତି ଘୋଷଣା କରୁଅଛୁ; ଆଉ, ଆମ୍ଭେ ପୃଥିବୀର ସମସ୍ତ ରାଜ୍ୟରେ ଏଣେତେଣେ ବିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ସମର୍ପଣ କରିବା।
18 A s ljudima koji razvrgoše Savez moj i ne ispuniše saveza obećana pred mojim licem postupit ću kao s teletom što ga nadvoje rasjekoše te između tih pola prođoše.
ପୁଣି, ଯେଉଁମାନେ ଆମ୍ଭର ନିୟମ ଲଙ୍ଘନ କରିଅଛନ୍ତି, ଯେଉଁମାନେ ଗୋବତ୍ସକୁ ଦୁଇ ଖଣ୍ଡ କରି ତନ୍ମଧ୍ୟ ଦେଇ ଗମନ କରିବା ବେଳେ ଆମ୍ଭ ସମ୍ମୁଖରେ ଯେଉଁ ନିୟମ କଲେ, ସେହି ନିୟମର କଥା ପାଳନ କରି ନାହାନ୍ତି, ସେମାନଙ୍କୁ,
19 Knezove Judeje i Jeruzalema, dvorjane, svećenike i sav narod zemlje što prođoše između pola telećih
ଅର୍ଥାତ୍, ଯିହୁଦାର ଅଧିପତିଗଣକୁ ଓ ଯିରୂଶାଲମର ଅଧିପତିଗଣକୁ, ନପୁଂସକଗଣକୁ ଓ ଯାଜକମାନଙ୍କୁ ଓ ଦେଶର ସମସ୍ତ ଲୋକଙ୍କୁ, ଯେଉଁମାନେ ଗୋବତ୍ସର ଦୁଇ ଖଣ୍ଡର ମଧ୍ୟଦେଇ ଗମନ କଲେ, ସେମାନଙ୍କୁ ଆମ୍ଭେ ସମର୍ପଣ କରିବା;
20 predat ću u ruke dušmana koji im rade o glavi, a njihova trupla bit će hrana pticama nebeskim i zvijerima zemaljskim.
ଆମ୍ଭେ ସେମାନଙ୍କୁ ହିଁ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନଙ୍କର ଶବ ଖେଚର ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ।
21 Sidkiju, kralja judejskoga, i njegove knezove predat ću u ruke dušmana koji im rade o glavi i u ruke vojske kralja babilonskoga, koja se od vas bila povukla.
ପୁଣି, ଯିହୁଦାର ରାଜା ସିଦିକୀୟକୁ ଓ ତାହାର ଅଧିପତିଗଣକୁ ଆମ୍ଭେ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ଓ ବାବିଲ ରାଜାର ଯେଉଁ ସୈନ୍ୟଗଣ ତୁମ୍ଭମାନଙ୍କ ନିକଟରୁ ଉଠି ଯାଇଅଛନ୍ତି, ସେମାନଙ୍କ ହସ୍ତରେ ସମର୍ପଣ କରିବା।
22 Evo, ja ću im zapovjediti - riječ je Jahvina - i vratit ću ih na ovaj grad, i navalit će na nj, osvojiti ga i ognjem spaliti. A gradove judejske obratit ću u pustinju nenastanjenu.”
ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଆଜ୍ଞା ଦ୍ୱାରା ସେମାନଙ୍କୁ ଏହି ନଗରକୁ ପୁନର୍ବାର ଅଣାଇବା; ତହିଁରେ ସେମାନେ ନଗର ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ; ପୁଣି, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା।”