< Jeremija 35 >

1 Jahve uputi riječ Jeremiji u dane Jojakima, sina Jošijina, kralja judejskoga:
ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ର ଅଧିକାର ସମୟରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା,
2 “Idi u zajednicu Rekabovaca, govori s njima i dovedi ih u Dom Jahvin, u jednu od dvorana, i daj im vina.”
“ତୁମ୍ଭେ ରେଖବୀୟ ବଂଶ ନିକଟକୁ ଯାଇ ସେମାନଙ୍କ ସଙ୍ଗେ ଆଳାପ କର ଓ ସଦାପ୍ରଭୁଙ୍କ ଗୃହର ଏକ କୋଠରିକୁ ଆଣି ସେମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦିଅ।”
3 Tada dovedoh Jaazaniju, sina Habasinijina sina Jeremije, njegovu braću i sve sinove njegove i sav dom Rekabovaca
ତହୁଁ ମୁଁ ହବତ୍ସିନୀୟର ପୌତ୍ର, ଯିରିମୀୟର ପୁତ୍ର ଯାସନୀୟକୁ ଓ ତାହାର ଭ୍ରାତୃଗଣକୁ ଓ ତାହାର ସବୁ ପୁତ୍ରଙ୍କୁ, ଆଉ ସମୁଦାୟ ରେଖବୀୟ ବଂଶକୁ ସଙ୍ଗେ ନେଇ,
4 i dovedoh ih u Dom Jahvin, u dvoranu čovjeka Božjega Ben Johanana, sina Jigdalijina, koja je kraj dvorane kneževske, a nad dvoranom vratara Maaseje, sina Šalumova.
ସେମାନଙ୍କୁ ସଦାପ୍ରଭୁଙ୍କ ଗୃହରେ, ପରମେଶ୍ୱରଙ୍କ ଲୋକ ଯିଗ୍‍ଦଲୀୟର ପୁତ୍ର ହାନନ୍‍ର ପୁତ୍ରମାନଙ୍କର କୋଠରିକୁ ନେଇଗଲି, ସେହି କୋଠରି ଶଲ୍ଲୁମ୍‍ର ପୁତ୍ର ମାସେୟ ନାମକ ଦ୍ୱାରପାଳର କୋଠରି ଉପରେ, ଅଧିପତିଗଣର କୋଠରି ନିକଟରେ ଥିଲା;
5 Zatim stavih pred sinove doma Rekabova krčage pune vina i čaše te im rekoh: “Pijte vina!”
ପୁଣି, ମୁଁ ରେଖବ ବଂଶୀୟ ଲୋକମାନଙ୍କ ସମ୍ମୁଖରେ ଦ୍ରାକ୍ଷାରସପୂର୍ଣ୍ଣ କେତେକ ପାତ୍ର ଓ ପାନପାତ୍ର ରଖି ସେମାନଙ୍କୁ କହିଲି, “ତୁମ୍ଭେମାନେ ଦ୍ରାକ୍ଷାରସ ପାନ କର।”
6 Ali oni odgovoriše: “Ne pijemo vina, jer nam je otac naš Jonadab, sin Rekabov, zapovjedio: 'Ne smijete nikada piti vina, ni vi ni sinovi vaši.
ମାତ୍ର ସେମାନେ କହିଲେ, “ଆମ୍ଭେମାନେ ଦ୍ରାକ୍ଷାରସ ପାନ କରିବୁ ନାହିଁ; କାରଣ ଆମ୍ଭମାନଙ୍କର ପୂର୍ବପୁରୁଷ ରେଖବର ପୁତ୍ର ଯିହୋନାଦବ୍‍ ଆମ୍ଭମାନଙ୍କୁ ଏହି ଆଜ୍ଞା ଦେଇଅଛନ୍ତି, ‘ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସନ୍ତାନଗଣ କେହି କେବେ ଦ୍ରାକ୍ଷାରସ ପାନ କରିବ ନାହିଁ;
7 Niti smijete graditi kućÄa, niti sijati sjemena ni saditi vinogradÄa, niti ih posjedovati, nego provodite sav život pod šatorima, da dugo živite u zemlji gdje kao stranci boravite.'
ତୁମ୍ଭେମାନେ ଗୃହ ନିର୍ମାଣ କରିବ ନାହିଁ କିଅବା ବୀଜ ବୁଣିବ ନାହିଁ, ଅଥବା ଦ୍ରାକ୍ଷାକ୍ଷେତ୍ର ରୋପଣ କରିବ ନାହିଁ, ଅବା ତହିଁର ଅଧିକାରୀ ହେବ ନାହିଁ; ମାତ୍ର ତୁମ୍ଭେମାନେ ଯାବଜ୍ଜୀବନ ତମ୍ବୁରେ ବାସ କରିବ, ତହିଁରେ ତୁମ୍ଭେମାନେ ଯେଉଁ ଦେଶରେ ପ୍ରବାସ କରୁଅଛ, ସେହି ଦେଶରେ ଅନେକ କାଳ ବଞ୍ଚିବ।’
8 I mi poslušasmo glas oca Jonadaba, sina Rekabova, u svem što nam je zapovjedio: da nikad vina ne pijemo, ni mi ni žene naše, niti sinovi naši, ni kćeri naše,
ଏଣୁ ଆମ୍ଭମାନଙ୍କର ଯାବଜ୍ଜୀବନ ଦ୍ରାକ୍ଷାରସ ପାନ ନ କରିବାକୁ ଓ ବାସ କରିବା ନିମନ୍ତେ ଗୃହ ନିର୍ମାଣ ନ କରିବାକୁ, ଆମ୍ଭମାନଙ୍କର ପୂର୍ବପୁରୁଷ ରେଖବର ପୁତ୍ର ଯିହୋନାଦବ୍‍ ଆମ୍ଭମାନଙ୍କୁ ଯେସବୁ ଆଜ୍ଞା ଦେଇଅଛନ୍ତି, ଆମ୍ଭେମାନେ, ଆମ୍ଭମାନଙ୍କର ଭାର୍ଯ୍ୟାମାନେ ଓ ପୁତ୍ରକନ୍ୟାମାନେ ତାହାଙ୍କର ସେହି ବାକ୍ୟ ପାଳନ କରି ଆସୁଅଛୁ;
9 da ne gradimo kuća, ni da posjedujemo vinograda ni polja zasijanih,
ଅଥବା ଆମ୍ଭମାନଙ୍କର ଦ୍ରାକ୍ଷାକ୍ଷେତ୍ର କି ଶସ୍ୟକ୍ଷେତ୍ର ବା ବୀଜ ନାହିଁ;
10 da stanujemo pod šatorima i držimo se poslušno svega što nam zapovjedi naš otac Jonadab.
ମାତ୍ର ଆମ୍ଭେମାନେ ତମ୍ବୁରେ ବାସ କରି, ଆମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ପୂର୍ବପୁରୁଷ ଯିହୋନାଦବ୍‍ର ସମସ୍ତ ଆଜ୍ଞା ପ୍ରମାଣେ କର୍ମ କରି ଆସୁଅଛୁ।
11 Samo kada je Nabukodonozor, kralj babilonski, krenuo protiv ove zemlje, rekosmo: 'Hajdemo, pođimo u Jeruzalem da izbjegnemo vojsku kaldejsku i vojsku aramejsku!' I tako sada živimo u Jeruzalemu.”
ମାତ୍ର ବାବିଲର ରାଜା ନବୂଖଦ୍‍ନିତ୍ସର ଯେତେବେଳେ ଏହି ଦେଶକୁ ଆସିଲେ, ସେତେବେଳେ ଆମ୍ଭେମାନେ କହିଲୁ, ‘ଆସ, କଲ୍‍ଦୀୟ ସୈନ୍ୟର ଓ ଅରାମୀୟ ସୈନ୍ୟର ଭୟ ସକାଶୁ ଆମ୍ଭେମାନେ ଯିରୂଶାଲମକୁ ଯାଉ,’ ଏହେତୁ ଆମ୍ଭେମାନେ ଯିରୂଶାଲମରେ ବାସ କରୁଅଛୁ।”
12 Tada dođe riječ Jahvina Jeremiji:
ଏଥିଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା, ଯଥା,
13 Ovako govori Jahve nad Vojskama, kralj Izraelov: “Idi i objavi Judejcima i Jeruzalemcima: 'Zar nećete primiti nauka moga i poslušati riječi moje?' - riječ je Jahvina. -
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ତୁମ୍ଭେ ଯାଇ ଯିହୁଦାର ଲୋକମାନଙ୍କୁ ଓ ଯିରୂଶାଲମର ନିବାସୀମାନଙ୍କୁ କୁହ, ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରିବା ପାଇଁ କି ଶିକ୍ଷା ଗ୍ରହଣ କରିବ ନାହିଁ?
14 'Ispunjuju se riječi Jonadaba, sina Rekabova, koji je sinovima svojim zabranio da piju vina, i do dana današnjega nitko ga nije pio, jer oni slušaju riječ svoga oca. A ja sam vam jednako govorio, ali me niste slušali.
ରେଖବର ପୁତ୍ର ଯିହୋନାଦବ୍‍ ଆପଣା ସନ୍ତାନଗଣକୁ ଦ୍ରାକ୍ଷାରସ ପାନ ନ କରିବା ପାଇଁ ଯେଉଁ ଆଜ୍ଞା ଦେଇଥିଲା, ତାହାର ସେହି ବାକ୍ୟ ପ୍ରତିପାଳିତ ହେଉଅଛି ଓ ସେମାନେ ଆଜି ପର୍ଯ୍ୟନ୍ତ ଦ୍ରାକ୍ଷାରସ ପାନ କରନ୍ତି ନାହିଁ; କାରଣ ସେମାନେ ଆପଣା ପିତୃପୁରୁଷର ଆଜ୍ଞା ପାଳନ କରନ୍ତି, ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ପ୍ରଭାତରେ ଉଠି କହିଅଛୁ; ଆଉ, ତୁମ୍ଭେମାନେ ଆମ୍ଭ କଥାରେ ମନୋଯୋଗ କରି ନାହଁ।
15 I slao sam bez prestanka k vama sluge svoje, proroke, da vam propovijedaju: 'Vratite se svaki sa svoga opakog puta, popravite djela svoja i ne trčite za tuđim bogovima da im služite, pa ćete ostati u zemlji koju dadoh vama i ocima vašim'; ali ne prikloniste uha svojega i ne poslušaste me.
ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ‘ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍‍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ;’ ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।
16 Sinovi Jonadaba, sina Rekabova, držahu se zapovijedi koju im dade otac njihov. Ali mene ovaj narod ne sluša.'
ରେଖବର ପୁତ୍ର ଯିହୋନାଦବ୍‍ର ସନ୍ତାନଗଣ ସେମାନଙ୍କ ପ୍ରତି ଆଜ୍ଞାପିତ ପିତୃପୁରୁଷର ଆଜ୍ଞା ପ୍ରତିପାଳନ କରିଅଛନ୍ତି, ମାତ୍ର ଏହି ଲୋକମାନେ ଆମ୍ଭ କଥାରେ ମନୋଯୋଗ କରି ନାହାନ୍ତି।
17 Zato govori Jahve nad Vojskama, Bog Izraelov: 'Evo, navući ću na sve Jeruzalemce sve one nevolje kojima sam im zaprijetio, jer sam im govorio, a oni me ne slušahu, dozivao ih, ali se oni ne odazivahu.'”
ଏହେତୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ଆମ୍ଭେ ଯିହୁଦାର ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହାସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ସେମାନଙ୍କୁ କଥା କହିଅଛୁ, ମାତ୍ର ସେମାନେ ଶୁଣି ନାହାନ୍ତି ଓ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି।”
18 Zajednici Rekabovaca Jeremija reče: “Ovako govori Jahve nad Vojskama, Bog Izraelov: 'Jer ste slušali zapovijedi svoga oca Jonadaba i držali se svih naredaba i činili sve što vam je on zapovjedio,
ପୁଣି, ଯିରିମୀୟ ରେଖବୀୟ ବଂଶକୁ କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷ ଯିହୋନାଦବ୍‍ର ଆଜ୍ଞା ମାନିଅଛ ଓ ତାହାର ବିଧାନସବୁ ପାଳନ କରିଅଛ ଓ ତୁମ୍ଭମାନଙ୍କ ପ୍ରତି ତାହାର ସମସ୍ତ ଆଜ୍ଞା ପ୍ରମାଣେ କାର୍ଯ୍ୟ କରିଅଛ,
19 zato - ovako govori Jahve nad Vojskama, kralj Izraelov - Jonadabu, sinu Rekabovu, nikad neće ponestati potomka koji će stajati pred licem mojim u sve dane.'”
ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଆମ୍ଭ ସମ୍ମୁଖରେ ଠିଆ ହେବା ପାଇଁ ରେଖବର ପୁତ୍ର ଯିହୋନାଦବ୍‍ ବଂଶୀୟ ଲୋକର ଅଭାବ କଦାପି ହେବ ନାହିଁ।”

< Jeremija 35 >