< Jeremija 4 >
1 “Ako se, Izraele, želiš vratiti - riječ je Jahvina - k meni se vrati; ukloniš li grozote svoje, više ne moraš bježati od mene.
ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ, ଯଦି ତୁମ୍ଭେ ଫେରିବ, ତେବେ ଆମ୍ଭ ନିକଟକୁ ତୁମ୍ଭେ ଫେରି ଆସିବ; ଆଉ, ଯଦି ତୁମ୍ଭେ ଆମ୍ଭ ଦୃଷ୍ଟିରୁ ତୁମ୍ଭର ଘୃଣାଯୋଗ୍ୟ ବିଷୟସବୁ ଦୂର କରିବ, ତେବେ ତୁମ୍ଭେ ସ୍ଥାନାନ୍ତରୀକୃତ ହେବ ନାହିଁ;
2 Ako se zakuneš: 'Živoga mi Jahve!' istinito, pravo i pravedno, narodi će se blagoslivljati u tebi i tobom se dičiti.”
ଆଉ, ତୁମ୍ଭେ ସତ୍ୟରେ, ନ୍ୟାୟରେ ଓ ଧାର୍ମିକତାରେ ଜୀବିତ ସଦାପ୍ରଭୁଙ୍କ ନାମରେ ଶପଥ କରିବ; ତହିଁରେ ନାନା ଦେଶୀୟମାନେ ତାହାଙ୍କଠାରେ ଆପଣାମାନଙ୍କୁ ଆଶୀର୍ବାଦର ପାତ୍ର କରିବେ ଓ ତାହାଙ୍କଠାରେ ଦର୍ପ କରିବେ।”
3 Jer ovako govori Jahve Judejcima i Jeruzalemcima: “Prokrčite sebi prljuše, ne sijte po trnjacima.
କାରଣ ସଦାପ୍ରଭୁ ଯିହୁଦାର ଓ ଯିରୂଶାଲମର ଲୋକମାନଙ୍କୁ ଏହି କଥା କହନ୍ତି, “ତୁମ୍ଭେମାନେ ଆପଣାମାନଙ୍କର ପଡ଼ିଆ ଭୂମି ଚାଷ କର ଓ କଣ୍ଟାବଣ ମଧ୍ୟରେ ବୀଜ ବୁଣ ନାହିଁ।
4 Obrežite se Jahvi, skinite obrezak sa srca svojega, Judejci i Jeruzalemci, jer će bijes moj buknuti kao vatra i gorjet će, a nikog da ugasi, zbog zlodjela i opačina što ih počiniste.
ହେ ଯିହୁଦାର ଲୋକେ ଓ ଯିରୂଶାଲମର ନିବାସୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ସୁନ୍ନତ କର ଓ ଆପଣା ଆପଣା ହୃଦୟର ଅଗ୍ରଚର୍ମ କାଢ଼ି ପକାଅ; ନୋହିଲେ ତୁମ୍ଭମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ଆମ୍ଭର କୋପ ଅଗ୍ନି ତୁଲ୍ୟ ବାହାରି ପ୍ରଜ୍ୱଳିତ ହେବ ଓ କେହି ତାହା ଲିଭାଇ ପାରିବ ନାହିଁ।”
5 Objavite u Judeji, razglasite u Jeruzalemu! Trubite u rog širom zemlje, vičite punim glasom i recite: 'Svi na okup! Zavucimo se u gradove svoje utvrđene!'
ତୁମ୍ଭେମାନେ ଯିହୁଦାରେ ପ୍ରଚାର କର ଓ ଯିରୂଶାଲମରେ ଘୋଷଣା କର; “ଆଉ କୁହ, ତୁମ୍ଭେମାନେ ଦେଶରେ ତୂରୀ ବଜାଅ; ଉଚ୍ଚସ୍ୱର କରି କୁହ, ‘ତୁମ୍ଭେମାନେ ଏକତ୍ର ହୁଅ, ଆସ, ଆମ୍ଭେମାନେ ଦୃଢ଼ ନଗରମାନଙ୍କୁ ଯାଉ।’
6 Dižite znak prema Sionu! Bježite! Nemojte zastajati! Jer dovodim nesreću sa Sjevera, veliku propast.
ସିୟୋନ ଆଡ଼େ ଧ୍ୱଜା ଟେକ, ରକ୍ଷା ନିମନ୍ତେ ପଳାଅ, ବିଳମ୍ବ କର ନାହିଁ; କାରଣ ଆମ୍ଭେ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ଆଣିବା।
7 Lav se podiže iz čestara svoga, zatornik naroda izađe iz svog mjesta, krenu da zemlju tvoju opustoši: gradove će tvoje razoriti, nestat će im žitelja.
ସିଂହ ଆପଣା ଗହ୍ୱରରୁ ବାହାରିଅଛି, ନାନା ଦେଶୀୟମାନଙ୍କର ବିନାଶକ ଆସୁଅଛି; ତୁମ୍ଭ ନଗରସମୂହ ଯେପରି ଉଚ୍ଛିନ୍ନ, ନିବାସୀବିହୀନ ହେବ, ଏଥିପାଇଁ ତୁମ୍ଭ ଦେଶକୁ ଉଜାଡ଼ କରିବାକୁ ସେ ବାଟରେ ଅଛି, ସେ ଆପଣା ସ୍ଥାନରୁ ବାହାରିଅଛି।
8 Zato se u kostrijet ogrnite, kukajte, naričite, jer rasplamtjela jarost Jahvina nas nije mimoišla.
ଏଥିସକାଶୁ ତୁମ୍ଭେମାନେ ଚଟ ପିନ୍ଧି ବିଳାପ ଓ ହାହାକାର କର; କାରଣ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଆମ୍ଭମାନଙ୍କଠାରୁ ଫେରି ନାହିଁ।”
9 U dan onaj - riječ je Jahvina - klonut će srce kralju i knezovima. Svećenici će se zapanjiti, proroci umuknuti.
ପୁଣି ସଦାପ୍ରଭୁ କହନ୍ତି, “ସେହି ଦିନ ରାଜାର ହୃଦୟ ଓ ଅଧିପତିଗଣର ହୃଦୟ କ୍ଷୟ ପାଇବ ଓ ଯାଜକଗଣ ଚମତ୍କୃତ ହେବେ ଓ ଭବିଷ୍ୟଦ୍ବକ୍ତାମାନେ ବିସ୍ମୟାପନ୍ନ ହେବେ।”
10 I reći će: 'Ah, Jahve, Gospodine, zaista nas teško prevari kad reče: 'Uživat ćete mir' a sad nam je mač pod grlom.'
ଏଥିରେ ମୁଁ କହିଲି, “ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଏହି ଲୋକମାନଙ୍କୁ ଓ ଯିରୂଶାଲମକୁ ତୁମ୍ଭମାନଙ୍କର ଶାନ୍ତି ହେବ ବୋଲି କହି ନିଶ୍ଚୟ ଅତିଶୟ ଭ୍ରାନ୍ତ କରିଅଛ; ଯେହେତୁ ଖଡ୍ଗ ପ୍ରାଣକୁ ଆଘାତ କରୁଅଛି।”
11 U to će se vrijeme reći narodu ovom i Jeruzalemu: Vruć vjetar s pustinjskih sipina puše prema kćeri naroda moga; ali ne da hladi i da pročisti!
ସେହି ସମୟରେ ଏହି ଲୋକମାନଙ୍କୁ ଓ ଯିରୂଶାଲମକୁ କୁହାଯିବ, “ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରୁ ଆମ୍ଭ ଲୋକମାନଙ୍କର କନ୍ୟା ଆଡ଼କୁ ଉଷ୍ମ ବାୟୁ ଆସୁଅଛି, ତାହା ଶସ୍ୟ ଝାଡ଼ିବା କି ପରିଷ୍କାର କରିବା ନିମନ୍ତେ ନୁହେଁ;
12 Doći će mi vjetar pun prijetnje, i ja ću im tada izreći sud!
ସେହି ସବୁ ସ୍ଥାନରୁ ଘୂର୍ଣ୍ଣିବାୟୁ ଆମ୍ଭ ସପକ୍ଷରେ ଆସିବ; ଏବେ ଆମ୍ଭେ ହିଁ ଲୋକମାନଙ୍କ ବିରୁଦ୍ଧରେ ଦଣ୍ଡାଜ୍ଞା ପ୍ରକାଶ କରିବା।”
13 Gle: diže se k'o oblačine, kola mu slična vihoru, konji brži od orlova. Jao nama! Propadosmo!
ଦେଖ, ସେ ମେଘମାଳା ତୁଲ୍ୟ ଆସୁଅଛି, ତାହାର ରଥସବୁ ଘୂର୍ଣ୍ଣିବାୟୁ ସ୍ୱରୂପ ହେବ; ତାହାର ଅଶ୍ୱଗଣ ଉତ୍କ୍ରୋଶ ପକ୍ଷୀ ଅପେକ୍ଷା ଦ୍ରୁତଗାମୀ। ହାୟ ହାୟ! ଆମ୍ଭେମାନେ ବିନଷ୍ଟ ହେଲୁ।
14 Operi opačinu sa srca svoga, Jeruzaleme, da bi se spasio. Dokle će se u grudima tvojim misli zločinačke gnijezditi?
ହେ ଯିରୂଶାଲମ, ଉଦ୍ଧାର ପାଇବା ନିମନ୍ତେ ଦୁଷ୍ଟତାରୁ ଆପଣା ହୃଦୟ ଧୁଅ। ତୁମ୍ଭର ମନ୍ଦ କଳ୍ପନାସବୁ କେତେ କାଳ ତୁମ୍ଭ ମଧ୍ୟରେ ବାସ କରିବ?
15 Jer glas naviješta od Dana, s gore Efrajimove najavljuje nesreću.
କାରଣ ଦାନ୍ ନଗରଠାରୁ ଏକ ରବ ପ୍ରଚାର କରେ ଓ ଇଫ୍ରୟିମ ପର୍ବତମାଳାରୁ ଅମଙ୍ଗଳ ଘୋଷଣା କରେ;
16 Opomenite, razglasite po Judeji, obznanite Jeruzalemu: neprijatelji dolaze iz daleke zemlje i poklike izvikuju protiv gradova judejskih;
ତୁମ୍ଭେମାନେ ନାନା ଦେଶୀୟମାନଙ୍କୁ ଜଣାଅ; ଦେଖ, ଯିରୂଶାଲମ ବିରୁଦ୍ଧରେ ଘୋଷଣା କର, “ଦୂର ଦେଶରୁ ଅବରୋଧକାରୀମାନେ ଆସୁଅଛନ୍ତି ଓ ସେମାନେ ଯିହୁଦାର ନଗରସମୂହର ବିରୁଦ୍ଧରେ ହୁଙ୍କାର କରୁଅଛନ୍ତି।
17 poput čuvara poljskih okružuju Jeruzalem, jer se odmetnu od mene” - riječ je Jahvina.
ସେମାନେ କ୍ଷେତ୍ର ରକ୍ଷକମାନଙ୍କ ପରି ତାହାର ଚାରିଆଡ଼େ ଅଛନ୍ତି, କାରଣ ସଦାପ୍ରଭୁ କହନ୍ତି, ସେ ଆମ୍ଭର ବିଦ୍ରୋହାଚାରିଣୀ ହୋଇଅଛି।
18 Put tvoj i djela tvoja to ti učiniše. To je tvoja nesreća! Kako je gorka, kako li pogađa u srce!
ତୁମ୍ଭର ଆଚରଣ ଓ ତୁମ୍ଭର କ୍ରିୟା ଏହିସବୁ ତୁମ୍ଭ ପ୍ରତି ଘଟାଇଅଛି; ଏହା ତୁମ୍ଭ ଦୁଷ୍ଟତାର ଫଳ, ହଁ, ତାହା ତିକ୍ତ, ହଁ, ତାହା ମର୍ମଭେଦକ।”
19 Utrobo moja! Utrobo moja, bolujem, srce mi se razdire! Dršće mi duša! Ne mogu šutjeti, jer čujem glas roga, poklike bojne.
ହାୟ, ମୋହର ପ୍ରାଣ! ମୋହର ପ୍ରାଣ! ମୁଁ ହୃଦୟରେ ବ୍ୟଥିତ ଅଛି; ମୋର ହୃଦୟ ମୋʼ ମଧ୍ୟରେ ଅସ୍ଥିର ହେଉଅଛି; ମୁଁ ନୀରବ ରହି ନ ପାରେ; କାରଣ ହେ ମୋହର ପ୍ରାଣ, ତୁମ୍ଭେ ତୂରୀ ଶବ୍ଦ ଓ ଯୁଦ୍ଧର ନାଦ ଶୁଣିଅଛ।
20 Javljaju slom za slomom, sva je zemlja poharana, moji su šatori iznenada opustošeni, u tren oka sva skloništa moja uništena.
ବିନାଶ ଉପରେ ବିନାଶ ପ୍ରଚାରିତ ହେଉଅଛି; କାରଣ ସମୁଦାୟ ଦେଶ ଉଚ୍ଛିନ୍ନ ହୋଇଅଛି; ଅକସ୍ମାତ୍ ମୋହର ତମ୍ବୁ, ଏକ ନିମିଷ ମଧ୍ୟରେ ମୋହର ଆବରଣସବୁ ଉଚ୍ଛିନ୍ନ ହେଲା।
21 Dokle ću gledati bojne znakove, slušati pozive roga?
ମୁଁ କେତେ କାଳ ପତାକା ଦେଖିବି ଓ ତୂରୀର ଶବ୍ଦ ଶୁଣିବି?
22 Da, bezuman je moj narod, ne poznaju me, djeca su oni nerazumna, ništa ne shvaćaju, mudri su tek za zlodjela, al' činiti dobro ne umiju.
“କାରଣ ଆମ୍ଭର ଲୋକମାନେ ଅଜ୍ଞାନ, ସେମାନେ ଆମ୍ଭକୁ ଚିହ୍ନନ୍ତି ନାହିଁ; ସେମାନେ ନିର୍ବୋଧ ବାଳକ, ସେମାନଙ୍କର କିଛି ବିବେଚନା ନାହିଁ; ସେମାନେ କୁକର୍ମ କରିବାକୁ ନିପୁଣ, ମାତ୍ର ସୁକର୍ମ କରିବାକୁ ସେମାନଙ୍କର କିଛି ଜ୍ଞାନ ନାହିଁ।”
23 Gledam zemlju: pusta je, evo, i prazna, nebesa: svjetlost im iščezla.
ମୁଁ ପୃଥିବୀକୁ ଅନାଇଲି, ଆଉ ଦେଖ, ତାହା ନିର୍ଜନ ଓ ଶୂନ୍ୟ ଥିଲା; ଆକାଶମଣ୍ଡଳକୁ ଅନାଇଲି, ଆଉ ତହିଁରେ ଦୀପ୍ତି ନ ଥିଲା।
24 Gledam brda: gle, tresu se, a svi se humci uzdrmali.
ମୁଁ ପର୍ବତମାଳାକୁ ଅନାଇଲି, ଆଉ ଦେଖ, ସେସବୁ କମ୍ପିଲେ ଓ ଉପପର୍ବତସବୁ ଏଣେତେଣେ ଦୋହଲିଲେ।
25 Gledam: evo čovjeka nema, ptice nebeske sve su odletjele.
ମୁଁ ଅନାଇଲି, ଆଉ ଦେଖ, କେହି ମନୁଷ୍ୟ ନ ଥିଲା ଓ ଆକାଶର ପକ୍ଷୀସବୁ ପଳାଇ ଯାଇଥିଲେ।
26 Gledam: plodno polje, evo, opustje, sve gradove razori Jahve žestinom gnjeva svoga.
ମୁଁ ଅନାଇଲି, ଆଉ ଦେଖ, ସଦାପ୍ରଭୁଙ୍କ ଛାମୁରେ ଓ ତାହାଙ୍କ ପ୍ରଚଣ୍ଡ କ୍ରୋଧ ସମ୍ମୁଖରେ ଉର୍ବରା କ୍ଷେତ୍ର, ମରୁଭୂମି ଓ ତହିଁର ନଗରସକଳ ଭଗ୍ନ ହୋଇଥିଲା।
27 Da, ovako govori Jahve: “Sva će zemlja biti poharana, ja ću joj zadati posljednji udarac.
କାରଣ ସଦାପ୍ରଭୁ ଏହି କଥା କହନ୍ତି, “ସମୁଦାୟ ଦେଶ ଧ୍ୱଂସସ୍ଥାନ ହେବ; ତଥାପି ଆମ୍ଭେ ସମ୍ପୂର୍ଣ୍ଣ ରୂପେ ନାଶ କରିବା ନାହିଁ।
28 Na to će se zemlja u crno zaviti, a nebesa, gore, potamnjeti. Jer rekoh, i neću se raskajati, odlučih i neću odustati.
ଏଥିସକାଶୁ ପୃଥିବୀ ଶୋକ କରିବ ଓ ଉପରିସ୍ଥ ଆକାଶମଣ୍ଡଳ ଅନ୍ଧକାର ହେବ; କାରଣ ଆମ୍ଭେ ଏହା କହିଅଛୁ, ଆମ୍ଭେ ଏହା ମନରେ ସ୍ଥିର କରିଅଛୁ ଓ ଆମ୍ଭେ ଦୁଃଖିତ ହୋଇ ନାହୁଁ, କିଅବା ଆମ୍ଭେ ଏଥିରୁ ଫେରିବୁ ନାହିଁ।”
29 Pred vikom 'Konjanici i strijelci!' sva se zemlja u bijeg dade: bježe u šipražje, penju se na hridi: svi su gradovi napušteni: nigdje više žive duše.
ଅଶ୍ୱାରୋହୀ ଓ ଧନୁର୍ଦ୍ଧାରୀମାନଙ୍କ ରବ ସକାଶୁ ସମୁଦାୟ ନଗର ପଳାୟନ କରେ; ସେମାନେ ନିବିଡ଼ ବନକୁ ଯାଆନ୍ତି ଓ ଶୈଳ ଉପରେ ଚଢ଼ନ୍ତି; ପ୍ରତ୍ୟେକ ନଗର ତ୍ୟକ୍ତ ହୋଇଅଛି ଓ ତହିଁ ମଧ୍ୟରେ ଜଣେ ମନୁଷ୍ୟ ସୁଦ୍ଧା ବାସ କରେ ନାହିଁ।
30 A ti, opustošena, što ćeš učiniti? Da se i grimizom zaodjeneš, nakitom zlatnim ukrasiš i oči ličilom izraniš, uzalud se uljepšavaš! Ljubavnici tvoji tebe preziru: traže glavu tvoju.
ଆଉ, ତୁମ୍ଭେ ଯେତେବେଳେ ଉଚ୍ଛିନ୍ନ ହେବ, ସେତେବେଳେ ତୁମ୍ଭେ କଅଣ କରିବ? ଯଦ୍ୟପି ତୁମ୍ଭେ ରକ୍ତବର୍ଣ୍ଣ ବସ୍ତ୍ର ପରିଧାନ କରୁଅଛ, ଯଦ୍ୟପି ତୁମ୍ଭେ ସୁବର୍ଣ୍ଣ ଅଳଙ୍କାରରେ ଆପଣାକୁ ଭୂଷିତା କରୁଅଛ, ଯଦ୍ୟପି ତୁମ୍ଭେ ଅଞ୍ଜନ ଦ୍ୱାରା ଆପଣା ଚକ୍ଷୁ ପ୍ରସାରୁଅଛ, ତଥାପି ତୁମ୍ଭେ ବ୍ୟର୍ଥରେ ଆପଣାକୁ ସୁନ୍ଦର କରୁଅଛ; ତୁମ୍ଭର ଜାରପୁରୁଷମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି।
31 Da, jauk kao u bolesnice čujem, vrisak kao u one što prvi put rađa; čuj, to kći sionska jeca i pruža ruke: 'Jao meni! Duša mi zamire pod udarcima ubojica!'
କାରଣ ପ୍ରସବକାରିଣୀ ସ୍ତ୍ରୀର ରବ ପରି, ପ୍ରଥମ ସନ୍ତାନ ପ୍ରସବକାରିଣୀ ସ୍ତ୍ରୀର ବେଦନା ପରି ସିୟୋନ କନ୍ୟାର ରବ ଆମ୍ଭେ ଶୁଣିଅଛୁ, ସେ ଦୀର୍ଘ ନିଶ୍ୱାସ ଛାଡ଼ି ଓ ଆପଣା ହାତ ପ୍ରସାରି କହୁଅଛି, “ହାୟ ହାୟ! ହତ୍ୟାକାରୀମାନଙ୍କ ଆଗରେ ମୋʼ ପ୍ରାଣ ମୂର୍ଚ୍ଛିତ ହେଲା।”