< Jeremija 42 >

1 Nato svi vojni zapovjednici, osobito Johanan, sin Kareahov, i Azarja, sin Hošajin, i sav narod, malo i veliko, pristupiše
ଏଥିଉତ୍ତାରେ ସେନାପତି ସମସ୍ତେ, କାରେହର ପୁତ୍ର ଯୋହାନନ୍‍ ଓ ହୋଶୋୟୀୟର ପୁତ୍ର ଯାସନୀୟ, ଆଉ କ୍ଷୁଦ୍ର ଓ ମହାନ ସମସ୍ତ ଲୋକ ଯିରିମୀୟ ଭବିଷ୍ୟଦ୍‍ବକ୍ତା ନିକଟକୁ ଆସି କହିଲେ,
2 i rekoše proroku Jeremiji: “Pomno počuj molbu našu! Zagovaraj nas pred Jahvom, Bogom svojim, za sav ovaj ostatak, jer nas, kako i sam vidiš, ostade još samo malo od velikoga broja koliko nas je nekoć bilo.
“ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭମାନଙ୍କର ନିବେଦନ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆପଣ ଆମ୍ଭମାନଙ୍କ ନିମନ୍ତେ, ଅର୍ଥାତ୍‍, ଅବଶିଷ୍ଟ ଏହି ସକଳ ଲୋକଙ୍କ ନିମନ୍ତେ ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରନ୍ତୁ; କାରଣ ଆପଣ ସ୍ୱଚକ୍ଷୁରେ ଆମ୍ଭମାନଙ୍କୁ ଦେଖୁଅଛନ୍ତି, ଆମ୍ଭେମାନେ ଅନେକ ଥିଲୁ, ଏବେ ଅଳ୍ପମାତ୍ର ରହିଅଛୁ।
3 Neka nam Jahve, Bog tvoj, objavi kuda da krenemo i što valja da činimo.”
ତହିଁରେ କେଉଁ ପଥ ଆମ୍ଭମାନଙ୍କର ଗନ୍ତବ୍ୟ ଓ କେଉଁ କର୍ମ ଆମ୍ଭମାନଙ୍କର କର୍ତ୍ତବ୍ୟ, ଏହା ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଜ୍ଞାତ କରାଇବେ।”
4 Prorok im Jeremija odgovori: “Pristajem. Pomolit ću se, kao što rekoste, Jahvi, Bogu vašemu, i javit ću vam sve što on odgovori, ni riječi vam neću zatajiti.”
ସେତେବେଳେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କର କଥା ଶୁଣିଲି; ଦେଖ, ମୁଁ ତୁମ୍ଭମାନଙ୍କର କଥାନୁସାରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରିବି ଓ ସଦାପ୍ରଭୁ ତୁମ୍ଭମାନଙ୍କୁ ଯେକୌଣସି ଉତ୍ତର ଦେବେ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି; ମୁଁ କୌଣସି କଥା ତୁମ୍ଭମାନଙ୍କଠାରୁ ଗୋପନ କରିବି ନାହିଁ।”
5 Oni pak rekoše Jeremiji: “Neka Jahve bude istinit i vjerodostojan svjedok protiv nas ako ne postupimo sasvim po riječima koje će nam Jahve, Bog tvoj, po tebi objaviti.
ତହିଁରେ ସେମାନେ ଯିରିମୀୟଙ୍କୁ କହିଲେ, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଯେଉଁ କଥା କହି ଆପଣଙ୍କୁ ଆମ୍ଭମାନଙ୍କ ନିକଟକୁ ପଠାଇବେ, ତଦନୁସାରେ ଯଦି ଆମ୍ଭେମାନେ କର୍ମ ନ କରୁ, ତେବେ ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ ସତ୍ୟ ଓ ବିଶ୍ୱସ୍ତ ସାକ୍ଷୀ ହେଉନ୍ତୁ।
6 Bio povoljan ili nepovoljan glas Jahve, Boga našega, komu te šaljemo, mi ćemo ga slušati da nam dobro bude što poslušasmo glas Jahve, Boga svojega.”
ତାହା ଭଲ ହେଉ ବା ମନ୍ଦ ହେଉ, ଯାହାଙ୍କ ନିକଟକୁ ଆମ୍ଭେମାନେ ଆପଣଙ୍କୁ ପଠାଉଅଛୁ, ସେହି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ଆମ୍ଭେମାନେ ମାନିବୁ; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ମାନିଲେ, ଆମ୍ଭମାନଙ୍କର ମଙ୍ଗଳ ହେବ।”
7 Poslije deset dana dođe riječ Jahvina Jeremiji.
ଏଥିଉତ୍ତାରେ ଦଶ ଦିନ ଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା।
8 Tada on pozva Johanana, sina Kareahova, sve vojne zapovjednike koji bijahu s njim i sav narod, malo i veliko,
ତହିଁରେ ସେ କାରେହର ପୁତ୍ର ଯୋହାନନ୍‍କୁ ଓ ତାହାର ସଙ୍ଗୀ ସେନାପତି ସମସ୍ତଙ୍କୁ ଓ କ୍ଷୁଦ୍ରଠାରୁ ମହାନ ଲୋକ ପର୍ଯ୍ୟନ୍ତ ସମସ୍ତଙ୍କୁ ଡାକି ସେମାନଙ୍କୁ କହିଲେ,
9 te im reče: “Ovako govori Jahve, Bog Izraelov, kojemu ste me poslali da izlijem preda nj molbu vašu:
“ତୁମ୍ଭେମାନେ ଯାହାଙ୍କ ନିକଟରେ ଆପଣାମାନଙ୍କର ନିବେଦନ ଜଣାଇବାକୁ ମୋତେ ପଠାଇଥିଲ, ସେହି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;
10 'Ako budete mirno živjeli u zemlji ovoj, podići ću vas i neću vas više razoriti; posadit ću vas, a ne iskorijeniti. Jer se kajem za zlo koje sam vam nanio.
ଯଦି ତୁମ୍ଭେମାନେ ଏହି ଦେଶରେ ଆହୁରି ବାସ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କୁ ନିର୍ମାଣ କରିବା, ଆଉ ଭାଙ୍ଗିବା ନାହିଁ ଓ ଆମ୍ଭେ ତୁମ୍ଭମାନଙ୍କୁ ରୋପଣ କରିବା, ଉତ୍ପାଟନ କରିବା ନାହିଁ; କାରଣ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଯେ ଅମଙ୍ଗଳ କରିଅଛୁ, ତହିଁରୁ କ୍ଷାନ୍ତ ହେଲୁ।
11 Ne bojte se kralja babilonskoga od koga strahujete. Ne bojte ga se - riječ je Jahvina - jer ja sam s vama da vas spasim i izbavim iz ruku njegovih.
ତୁମ୍ଭେମାନେ ଯେଉଁ ବାବିଲ ରାଜା ବିଷୟରେ ଭୀତ ଅଛ, ତାହାକୁ ଭୟ କର ନାହିଁ, ସଦାପ୍ରଭୁ କହନ୍ତି, ତାହାକୁ ଭୟ କର ନାହିଁ; କାରଣ ତୁମ୍ଭମାନଙ୍କୁ ରକ୍ଷା କରିବାକୁ ଓ ତାହା ହସ୍ତରୁ ଉଦ୍ଧାର କରିବାକୁ ଆମ୍ଭେ ତୁମ୍ଭମାନଙ୍କର ସହବର୍ତ୍ତୀ ଅଛୁ।
12 I ja ću vam pribaviti milost da vam se smiluje i pusti vas da u zemlji svojoj živite.'
ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଦୟା ପ୍ରଦାନ କରିବା, ତହିଁରେ ସେ ତୁମ୍ଭମାନଙ୍କ ପ୍ରତି ଦୟା ବହି ତୁମ୍ଭମାନଙ୍କ ଦେଶକୁ ତୁମ୍ଭମାନଙ୍କୁ ପ୍ରତ୍ୟାଗମନ କରାଇବ।
13 Ako pak kažete: 'Nećemo ostati u ovoj zemlji', ne pokoravajući se glasu Jahve, Boga svoga,
ମାତ୍ର ଯଦି ତୁମ୍ଭେମାନେ କୁହ, ଆମ୍ଭେମାନେ ଏ ଦେଶରେ ବାସ କରିବା ନାହିଁ ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ନ ମାନି ଯଦି କୁହ,
14 ako kažete: 'Ne, u Egipat idemo, rata više da ne vidimo, glasa bojnog roga više da ne čujemo, da ne moramo biti više gladni kruha; da, onamo idemo',
ନା; ମାତ୍ର ଆମ୍ଭେମାନେ ମିସର ଦେଶକୁ ଯିବା, ସେଠାରେ ଆମ୍ଭେମାନେ ଯୁଦ୍ଧ ଦେଖିବା ନାହିଁ, କି ତୂରୀ ଶବ୍ଦ ଶୁଣିବା ନାହିଁ, କିଅବା ଖାଦ୍ୟର ଅଭାବ ଭୋଗିବା ନାହିଁ; ଆଉ, ସେଠାରେ ଆମ୍ଭେମାନେ ବାସ କରିବା।
15 onda čujte riječ Jahvinu, vi koji ste Ostatak Judeje: Ovako govori Jahve nad Vojskama, Bog Izraelov: 'Ako ste odlučili krenuti u Egipat da ondje živite,
ଏହେତୁ ହେ ଯିହୁଦାର ଅବଶିଷ୍ଟ ଲୋକେ, ତୁମ୍ଭେମାନେ ଏବେ ସଦାପ୍ରଭୁଙ୍କର ବାକ୍ୟ ଶୁଣ: ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେମାନେ ଯଦି ମିସରରେ ପ୍ରବେଶ କରିବା ପାଇଁ ନିତାନ୍ତ ଉତ୍ସୁକ ହୁଅ ଓ ସେଠାରେ ପ୍ରବାସ କରିବା ପାଇଁ ଯାଅ;
16 mač kojega se plašite u zemlji će vas egipatskoj dostići; glad od koje strahujete, u Egiptu će vam biti za petama: i ondje ćete umrijeti!
ତେବେ ଏହା ଘଟିବ ଯେ, ଯେଉଁ ଖଡ୍ଗକୁ ତୁମ୍ଭେମାନେ ଭୟ କରୁଅଛ, ତାହା ତୁମ୍ଭମାନଙ୍କର ପଛେ ଗୋଡ଼ାଇ ମିସରରେ ତୁମ୍ଭମାନଙ୍କୁ ଧରିବ ଓ ଯେଉଁ ଦୁର୍ଭିକ୍ଷ ବିଷୟରେ ତୁମ୍ଭେମାନେ ଭୀତ ହେଉଅଛ, ତାହା ମିସର ଦେଶରେ ତୁମ୍ଭମାନଙ୍କର ପଛେ ପଛେ ଲାଗି ରହିବ ଓ ସେଠାରେ ତୁମ୍ଭେମାନେ ମରିବ।
17 I svi oni koji odluče da odu u Egipat i da se ondje nasele, poginut će od mača, gladi i kuge: nitko živ neće umaći nesreći koju ću na njih svaliti.'
ଯେଉଁମାନେ ମିସରକୁ ଯାଇ ସେଠାରେ ପ୍ରବାସ କରିବା ପାଇଁ ଉତ୍ସୁକ ହୁଅନ୍ତି, ସେସମସ୍ତ ଲୋକଙ୍କ ପ୍ରତି ଏହି ପ୍ରକାର ଘଟିବ; ସେମାନେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବେ; ପୁଣି, ଆମ୍ଭେ ସେମାନଙ୍କ ଉପରେ ଯେଉଁ ଅମଙ୍ଗଳ ଘଟାଇବା, ତହିଁରୁ ସେମାନଙ୍କ ମଧ୍ୟରେ କେହି ଉତ୍ତୀର୍ଣ୍ଣ ଅବା ରକ୍ଷାପ୍ରାପ୍ତ ହେବେ ନାହିଁ।
18 Jer ovako govori Jahve nad Vojskama, Bog Izraelov: 'Kao što se srdžba moja i bijes moj oboriše na Jeruzalemce, tako će se gnjev moj izliti i na vas ako pođete u Egipat: postat ćete prokletstvo, užas, kletva i poruga, a ovoga mjesta nikad više nećete ugledati.'
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯିରୂଶାଲମ ନିବାସୀମାନଙ୍କ ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ଡ କୋପ ଢଳା ଯାଇଅଛି, ସେପରି ତୁମ୍ଭେମାନେ ଯେତେବେଳେ ମିସରରେ ପ୍ରବେଶ କରିବ, ସେତେବେଳେ ତୁମ୍ଭମାନଙ୍କ ଉପରେ ଆମ୍ଭର ପ୍ରଚଣ୍ଡ କୋପ ଢଳାଯିବ; ପୁଣି, ତୁମ୍ଭେମାନେ ଅଭିଶାପ, ବିସ୍ମୟ, ଶ୍ରାପ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଆଉ ଦେଖିବ ନାହିଁ।
19 Vama, koji ste Ostatak Judeje, Jahve poručuje da ne idete u Egipat. Dobro znajte da sam danas bio svjedok protiv vas.
ହେ ଯିହୁଦାର ଅବଶିଷ୍ଟ ଲୋକେ, ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ କହିଅଛନ୍ତି, ‘ତୁମ୍ଭେମାନେ ମିସରକୁ ଯାଅ ନାହିଁ,’ ମୁଁ ଆଜି ତୁମ୍ଭମାନଙ୍କୁ ଏହି ସାକ୍ଷ୍ୟ ଦେଲି, ଏହା ନିଶ୍ଚୟ ଜାଣ।
20 Jer sami sebe obmanjujete. TÓa vi ste me poslali k Jahvi, Bogu svome rekavši: 'Zagovaraj nas pred Jahvom, Bogom našim, i saopći nam sve što ti on objavi, i mi ćemo to učiniti.'
ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିରୁଦ୍ଧରେ ପ୍ରବଞ୍ଚନା କରିଅଛ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟକୁ ମୋତେ ପଠାଇ କହିଲ, ‘ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା ଯାହା କହିବେ, ତଦନୁସାରେ ଆମ୍ଭମାନଙ୍କୁ ଜଣାଅ, ଆମ୍ଭେମାନେ ତାହା କରିବୁ।’
21 A danas sam vam objavio, ali vi ne slušate više glasa Jahve, Boga svojega, koji me k vama posla.
ପୁଣି, ଆଜି ମୁଁ ତୁମ୍ଭମାନଙ୍କୁ ତାହା ଜଣାଇଲି; ମାତ୍ର ଯେଉଁ ବିଷୟରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଲେ, ତହିଁର କୌଣସି ବିଷୟରେ ତୁମ୍ଭେମାନେ ତାହାଙ୍କ ରବରେ ମନୋଯୋଗ କଲ ନାହିଁ।
22 Znajte, dakle, dobro: od mača, gladi i kuge poginut ćete na mjestu kamo hoćete da odete da se ondje naselite.”
ଏହେତୁ ଏବେ ନିଶ୍ଚୟ ଜାଣ ଯେ, ଯେଉଁ ସ୍ଥାନରେ ପ୍ରବାସ କରିବା ନିମନ୍ତେ ତୁମ୍ଭେମାନେ ଯିବା ପାଇଁ ବାଞ୍ଛା କରୁଅଛ, ସେ ସ୍ଥାନରେ ତୁମ୍ଭେମାନେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ।”

< Jeremija 42 >