< Jeremija 45 >
1 Riječ koju uputi Jeremija proroku Baruhu, sinu Nerijinu, dok je on te riječi iz usta Jeremijinih pisao u knjigu, četvrte godine Jojakima, sina Jošijina, kralja judejskoga:
ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ, ନେରୀୟର ପୁତ୍ର ବାରୂକ ଏହି ସମସ୍ତ କଥା ଯିରିମୀୟଙ୍କ ମୁଖରୁ ଶୁଣି ନଳାକାର ପୁସ୍ତକରେ ଲେଖିଲା ବେଳେ ଯିରିମୀୟ ଭବିଷ୍ୟଦ୍ବକ୍ତା ତାହାକୁ ଏହି କଥା କହିଲେ,
2 Ovako govori Jahve, Bog Izraelov, za tebe, Baruše:
“ହେ ବାରୂକ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ତୁମ୍ଭକୁ ଏହି କଥା କହନ୍ତି;
3 “Jer si rekao: 'Jao meni jer mi Jahve dodaje nevolju na nevolju. Sustadoh uzdišući i ne mogu naći mira!'
ତୁମ୍ଭେ କହିଲ, ‘ହାୟ, ହାୟ, ମୁଁ ଏବେ ସନ୍ତାପର ପାତ୍ର! କାରଣ ସଦାପ୍ରଭୁ ମୋʼ ବେଦନାରେ ଦୁଃଖ ଯୋଗ କରିଅଛନ୍ତି; ମୁଁ କାତରୋକ୍ତି କରି କରି କ୍ଳାନ୍ତ ହେଉଅଛି ଓ ମୋର କିଛି ବିଶ୍ରାମ ନାହିଁ।’
4 Ovako govori Jahve: 'Evo, što sam sagradio, porušit ću, što sam zasadio, iščupat ću - po svoj zemlji!
ତୁମ୍ଭେ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯାହା ନିର୍ମାଣ କରିଅଛୁ, ତାହା ଆମ୍ଭେ ଭାଙ୍ଗି ପକାଇବା ଓ ଯାହା ରୋପଣ କରିଅଛୁ, ତାହା ଆମ୍ଭେ ଉପାଡ଼ି ପକାଇବା, ଆଉ, ସମୁଦାୟ ଦେଶରେ ଏହା କରିବା।
5 A ti tražiš za se čudesa! Ne traži toga! Jer, gle, svalit ću zlo na sve živo - riječ je Jahvina. A tebi ću kao plijen pokloniti život tvoj na svim mjestima kamo dođeš.'”
ତୁମ୍ଭେ କି ଆପଣା ପାଇଁ ମହତ ବିଷୟମାନ ଚେଷ୍ଟା କରୁଅଛ? ତାହା ଚେଷ୍ଟା କର ନାହିଁ, କାରଣ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ସମଗ୍ର ପ୍ରାଣୀ ଉପରେ ଅମଙ୍ଗଳ ଘଟାଇବା; ମାତ୍ର ତୁମ୍ଭେ ଯେ ଯେ ସ୍ଥାନକୁ ଯାଉଅଛ, ସେସକଳ ସ୍ଥାନରେ ଲୁଟଦ୍ରବ୍ୟ ତୁଲ୍ୟ ଆମ୍ଭେ ତୁମ୍ଭର ପ୍ରାଣ ତୁମ୍ଭକୁ ଦେବା।”