< Jeremija 48 >
1 O Moabu. Ovako govori Jahve nad Vojskama, Bog Izraelov: “Jao brdu Nebu jer je opustošeno, postiđen je Kirjatajim i osvojen, tvrđa posramljena, razorena,
ମୋୟାବର ବିଷୟ। ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ହାୟ, ହାୟ, ନବୋ! କାରଣ ତାହା ଉଚ୍ଛିନ୍ନ ହେଲା; କିରୀୟାଥୟିମ୍ ଲଜ୍ଜିତ ହେଲା, ତାହା ଧୃତ ହେଲା; ମିସ୍ଗନ୍ ଲଜ୍ଜିତ ଓ ଭଗ୍ନ ହେଲା।
2 nema više dike moapske. U Hešbonu mu propast skovaše: 'Hajde da ga istrijebimo iz naroda!' A ti, Madmene, bit ćeš razoren, mač već ide za tobom!
ମୋୟାବର ପ୍ରଶଂସା ଆଉ ତ ନାହିଁ; ଲୋକମାନେ ହିଷ୍ବୋନରେ ତାହାର ଅମଙ୍ଗଳର ମନ୍ତ୍ରଣା କରି କହିଅଛନ୍ତି, ‘ଆସ, ଆମ୍ଭେମାନେ ତାହାକୁ ଉଚ୍ଛିନ୍ନ କରି ଗୋଟିଏ ଗୋଷ୍ଠୀ ହୋଇ ରହିବାକୁ ନ ଦେଉ। ହେ ମଦ୍ମେନା, ତୁମ୍ଭେ ମଧ୍ୟ ନୀରବ କରାଯିବ; ଖଡ୍ଗ ତୁମ୍ଭ ପଶ୍ଚାଦ୍ଗାମୀ ହେବ।
3 Slušaj! Jauci se čuju iz Horonajima: 'Pohara, propast strašna!'
“ହୋରୋନୟିମଠାରୁ କ୍ରନ୍ଦନର, ଧନ ଅପହରଣର ଓ ମହାବିନାଶର ଶବ୍ଦ!
4 'Moab je smlavljen!' čuje se vrištanje mališa njegovih.
ମୋୟାବ ନଷ୍ଟ ହେଲା; ତାହାର କ୍ଷୁଦ୍ର ଲୋକମାନଙ୍କର କ୍ରନ୍ଦନର ଶବ୍ଦ ଶୁଣା ଯାଉଅଛି।
5 Da, uz brdo Luhit uspinju se plačući. Da, niz obronke Horonajima razliježe se jauk nad propašću.
କାରଣ ଲୂହୀତର ଉଠାଣି ପଥରେ ଲୋକମାନେ କ୍ରମାଗତ କ୍ରନ୍ଦନ କରୁ କରୁ ଉପରକୁ ଯିବେ; ଯେହେତୁ ହୋରୋନୟିମର ଗଡ଼ନ୍ତି ପଥରେ ସେମାନେ ବିନାଶ ହେତୁ ସଙ୍କଟସୂଚକ କ୍ରନ୍ଦନ ଶୁଣିଅଛନ୍ତି।
6 'Bježite, spasavajte život, ugledajte se u pustinjsku magarad!'
ପଳାଅ, ଆପଣା ଆପଣା ପ୍ରାଣ ରକ୍ଷା କର ଓ ପ୍ରାନ୍ତରସ୍ଥ ଝାଉଁ ବୃକ୍ଷ ତୁଲ୍ୟ ହୁଅ।
7 Jer si se pouzdao u svoje utvrde, bit ćeš i ti osvojen. Kemoš odlazi u izgnanstvo sa svećenicima i knezovima svojim.
କାରଣ ତୁମ୍ଭେ ଆପଣା କର୍ମରେ ଓ ଆପଣା ଧନ ସମ୍ପତ୍ତିରେ ନିର୍ଭର ରଖିଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଧରାଯିବ; ଆଉ, କମୋଶ ନାମକ ଦେବତା ଆପଣାର ଯାଜକ ଓ ଅଧିପତିଗଣ ସହିତ ବନ୍ଦୀ ହୋଇଯିବ।
8 Pustošnik će doći u svaki grad, nijedan mu neće izmaći: Dolina će biti poharana, Visoravan opustošena,” govori Jahve!
ପ୍ରତ୍ୟେକ ନଗର ଉପରେ ବିନାଶକ ଆସିବ, କୌଣସି ନଗର ରକ୍ଷା ପାଇବ ନାହିଁ; ସଦାପ୍ରଭୁଙ୍କ ବାକ୍ୟାନୁସାରେ ତଳଭୂମି ବିନଷ୍ଟ ହେବ ଓ ପ୍ରାନ୍ତର ଉଚ୍ଛିନ୍ନ ହେବ।
9 Stavite Moabu nadgrobni kamen, jer je do temelja srušen; njegovi su gradovi pustare, u njima nitko ne obitava.
“ମୋୟାବକୁ ଉଡ଼ି ପଳାଇବା ପାଇଁ ପକ୍ଷ ଦିଅ; ତାହାର ନଗରସକଳ ଧ୍ୱଂସିତ ହେବ, ତହିଁ ମଧ୍ୟରେ ବାସକାରୀ କେହି ରହିବ ନାହିଁ।
10 Proklet bio tko nemarno obavlja poslove Jahvine! Proklet bio tko krvlju mač svoj ne omasti!
“ଯେଉଁ ଜନ ହେଳା ଭାବରେ ସଦାପ୍ରଭୁଙ୍କର କାର୍ଯ୍ୟ କରେ, ସେ ଅଭିଶପ୍ତ ହେଉ ଓ ଯେଉଁ ଜନ ରକ୍ତପାତ କରିବାକୁ ଆପଣା ଖଡ୍ଗ ଅଟକାଏ, ସେ ଅଭିଶପ୍ତ ହେଉ।
11 Od mladosti svoje mir uživaše Moab, ležaše na droždini svojoj, nikad ga nisu pretakali iz bačve u bačvu, nikad u izgnanstvo išao nije: zato mu okus ostade svjež, miris nepromijenjen.
“ମୋୟାବ ବାଲ୍ୟକାଳରୁ ନିଶ୍ଚିନ୍ତରେ ଅଛି, ସେ ଆପଣା ଖାଦ ଉପରେ ସୁସ୍ଥିର ହୋଇଅଛି ଓ ଏକ ପାତ୍ରରୁ ଅନ୍ୟ ପାତ୍ରକୁ ଢଳା ଯାଇ ନାହିଁ, କିଅବା ବନ୍ଦୀ ହୋଇଯାଇ ନାହିଁ; ଏଥିପାଇଁ ତାହାର ସ୍ୱାଦ ତାହା ମଧ୍ୟରେ ରହିଅଛି ଓ ତାହାର ସୁବାସ ବିକୃତ ହୋଇ ନାହିଁ।
12 “Ali, evo, dolaze dani” - govori Jahve - “i ja ću mu poslati tlačitelje koji će ga pretakati, isprazniti njegove bačve i sudove njegove porazbijati.
ଏହେତୁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ତାହା ନିକଟକୁ ଢାଳି ପକାଇବା ଲୋକ ପଠାଇବା, ଆଉ ସେମାନେ ତାହାକୁ ଢାଳି ଦେବେ ଓ ତାହାର ପାତ୍ରସକଳ ଶୂନ୍ୟ କରି କୁମ୍ପାସବୁ ଭାଙ୍ଗି ପକାଇବେ, ଏପରି ସମୟ ଆସୁଅଛି।
13 I tada će se Moab postidjeti zbog Kemoša, kao što se dom Izraelov postidio zbog Betela u koji se uzdao.”
ପୁଣି, ଇସ୍ରାଏଲ ବଂଶ ଆପଣା ବିଶ୍ୱାସଭୂମି ବେଥେଲ୍ ବିଷୟରେ ଯେପରି ଲଜ୍ଜିତ ହୋଇଥିଲେ, ସେପରି ମୋୟାବ କମୋଶ ବିଷୟରେ ଲଜ୍ଜିତ ହେବ।
14 Kako možete reći: “Mi smo junaci, hrabri ratnici.”
ଆମ୍ଭେମାନେ ବୀର ଓ ଯୁଦ୍ଧ ପାଇଁ ବଳବାନ ଲୋକ,’ ଏହା ତୁମ୍ଭେମାନେ କିପରି କହୁଅଛ?
15 Pustošnik Moabov navaljuje na nj; cvijet mladosti njegove u klanice silazi, riječ je Kraljeva, Jahve nad Vojskama njemu je ime.
ମୋୟାବ ଉତ୍ସନ୍ନ ହୋଇଅଛି ଓ ସେମାନେ ତାହାର ନଗରସମୂହର ମଧ୍ୟକୁ ଯାଇଅଛନ୍ତି, ପୁଣି ତାହାର ମନୋନୀତ ଯୁବାମାନେ ବଧ ସ୍ଥାନକୁ ଓହ୍ଲାଇ ଯାଇଅଛନ୍ତି, ରାଜା, ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କର ନାମ, ସେ ଏହି କଥା କହନ୍ତି।
16 Bliži se propast Moabova, nesreća njegova hiti.
ମୋୟାବର ବିପଦ ନିକଟରେ ଉପସ୍ଥିତ ଓ ତାହାର କ୍ଳେଶ ଅତି ଶୀଘ୍ର ଆସୁଅଛି।
17 Žalite ga, svi susjedi njegovi, i svi koji znate ime njegovo. Recite: “Kako li se slomi čvrsta palica, žezlo veličanstveno!”
ତାହାର ଚତୁର୍ଦ୍ଦିଗସ୍ଥିତ ଓ ତାହାର ନାମ ଜାଣିଥିବା ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ତାହାର ପାଇଁ ବିଳାପ କର, ଆଉ କୁହ, ‘ଏହି ଦୃଢ଼ ଦଣ୍ଡ, ସୁନ୍ଦର ଯଷ୍ଟି କିପରି ଭଗ୍ନ ହୋଇଅଛି!’
18 Siđi sa slave svoje, sjedni u blato, žitelju, kćeri dibonska! Jer pustošnik Moaba navali na te, poruši sve utvrde tvoje.
ହେ ଦୀବୋନ୍ ନିବାସିନୀ କନ୍ୟେ, ତୁମ୍ଭେ ଆପଣା ଐଶ୍ୱର୍ଯ୍ୟରୁ ଓହ୍ଲାଇ ଆସି ତୃଷାରେ ବସ; କାରଣ ମୋୟାବର ବିନାଶକ ତୁମ୍ଭ ବିରୁଦ୍ଧରେ ଉଠି ଆସିଅଛି, ସେ ତୁମ୍ଭର ଦୃଢ଼ ଦୁର୍ଗସବୁ ନଷ୍ଟ କରିଅଛି।
19 Stani na cestu i promatraj, o žitelju Aroera! Pitaj bjegunce i preživjele, pitaj ih: “Što se to dogodi?”
ହେ ଅରୋୟେର ନିବାସିନୀ, ତୁମ୍ଭେ ପଥ ପାର୍ଶ୍ୱରେ ଠିଆ ହୋଇ ନିରୀକ୍ଷଣ କର; ପୁଣି, ପଳାତକ ଲୋକକୁ ଓ ରକ୍ଷାପ୍ରାପ୍ତା ସ୍ତ୍ରୀକୁ ପଚାର; କଅଣ କରାଯାଇଅଛି କୁହ?
20 “Moab se stidi jer je slomljen. Plačite, jecajte! Objavite na Arnonu da je Moab poharan.”
ମୋୟାବ ଲଜ୍ଜିତ ହୋଇଅଛି; କାରଣ ତାହା ଭଗ୍ନ ହୋଇଅଛି; ତୁମ୍ଭେମାନେ ହାହାକାର ଓ କ୍ରନ୍ଦନ କର; ମୋୟାବ ଉତ୍ସନ୍ନ ହୋଇଛି ବୋଲି ଅର୍ଣ୍ଣୋନରେ ପ୍ରଚାର କର।
21 Sud stiže nad Visoravan i nad Holon, Jahsu i Mefaot,
ପୁଣି, ମୋୟାବ ଦେଶୀୟ ଦୂରସ୍ଥ କିଅବା ନିକଟସ୍ଥ ସମସ୍ତ ନଗର ଉପରେ,
22 nad Dibon, Nebo, Bet Diblatajim,
ଅର୍ଥାତ୍, ସମଭୂମିସ୍ଥ ପ୍ରଦେଶ ଉପରେ ହଲୋନ, ଯହସ ଓ ମେଫାତ୍ ଦୀବୋନ୍, ନବୋ ଓ ବେଥ୍-ଦିବ୍ଳାଥୟିମ:
23 Kirjatajim, Bet Gamul, Bet Meon,
କିରୀୟାଥୟିମ୍, ବେଥ୍-ଗାମୁଲ୍ ଓ ବେଥ୍-ମୀୟୋନ୍;
24 Kerijot, Bosru i nad sve gradove zemlje moapske, daleke i blize.
କରୀୟୋଥ୍ ଓ ବସ୍ରା ପ୍ରଭୃତି ନଗରମାନଙ୍କ ଉପରେ ବିଚାରଦଣ୍ଡ ଉପସ୍ଥିତ ହୋଇଅଛି।
25 “Moabu je rog odbijen, ruka mu je slomljena.”
ସଦାପ୍ରଭୁ କହନ୍ତି, ମୋୟାବର ଶୃଙ୍ଗ କଟା ଯାଇଅଛି ଓ ତାହାର ବାହୁ ଭଗ୍ନ ହୋଇଅଛି।
26 “Opijte ga jer se htjede uzvisiti nad Jahvu: neka se Moab sada valja u bljuvotini svojoj te i on neka bude na podsmijeh.
ତୁମ୍ଭେମାନେ ତାହାକୁ ମତ୍ତ କରାଅ, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି; ପୁଣି, ମୋୟାବ ଆପଣା ବାନ୍ତିରେ ଗଡ଼ିବ, ମଧ୍ୟ ସେ ପରିହାସାସ୍ପଦ ହେବ।
27 Nije li tebi bio Izrael na podsmijeh? Jesu li ga možda zatekli u krađi te mašeš glavom kad god o njemu govoriš?”
ଇସ୍ରାଏଲ କି ତୁମ୍ଭ ପ୍ରତି ପରିହାସର ବିଷୟ ହୋଇ ନ ଥିଲା? ସେ କି ଚୋରମାନଙ୍କ ମଧ୍ୟରେ ଧରା ପଡ଼ିଥିଲା? ତୁମ୍ଭେ ଯେତେ ଥର ତାହା ବିଷୟ କହୁଅଛ, ସେତେଥର ମସ୍ତକ ହଲାଉଅଛ।
28 “Ostavite gradove, živite u pećinama, stanovnici Moaba! Budite kao golubovi što se gnijezde na litici onkraj razjapljena bezdana!”
ହେ ମୋୟାବ ନିବାସୀଗଣ, ତୁମ୍ଭେମାନେ ନଗରସବୁ ତ୍ୟାଗ କରି ଶୈଳରେ ବାସ କର ଓ ଗର୍ତ୍ତର ମୁଖ ପାର୍ଶ୍ୱରେ ବସାକାରୀ କପୋତର ତୁଲ୍ୟ ହୁଅ।
29 Čuli smo za nadutost Moaba, nadutost preveliku, ponos njegov, hvastanje, uznositost, za oholost srca njegova!
ମୋୟାବ ବଡ଼ ଅହଙ୍କାରୀ, ଆମ୍ଭେମାନେ ତାହାର ଅହଙ୍କାରର କଥା, ତାହାର ଉଦ୍ଧତ ଭାବ, ତାହାର ଅହଙ୍କାର, ତାହାର ଦର୍ପ ଓ ତାହାର ଚିତ୍ତର ଅଭିମାନ କଥା ଶୁଣିଅଛୁ।
30 “Poznajem ja obijest njegovu - riječ je Jahvina - laž njegovih riječi, laž djela njegovih!
ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର କ୍ରୋଧ ଜାଣୁ, ତାହା କିଛି ନୁହେଁ, ତାହାର ଗର୍ବସବୁ କିଛି ହିଁ ସାଧନ କରି ନାହିଁ।
31 Zato moram jaukati nad Moabom, plakati nad svim Moapcima, jecati zbog ljudi Kir Heresa.
ଏଥିପାଇଁ ଆମ୍ଭେ ମୋୟାବର ପାଇଁ ହାହାକାର କରିବା; ହଁ, ଆମ୍ଭେ ସମୁଦାୟ ମୋୟାବ ପାଇଁ କ୍ରନ୍ଦନ କରିବା; କୀର୍ହେରସର ଲୋକମାନଙ୍କ ବିଷୟରେ ସେମାନେ ଶୋକ କରିବେ।
32 Više nego nad Jazerom, plakat ću nad tobom, o lozje sibmansko, kojem se mladice pružahu preko mora, sezahu sve do Jazera. Na tvoje berbe i žetve pade sada pustošnik.
ହେ ସିବ୍ମାର ଦ୍ରାକ୍ଷାଲତା, ଯାସେରର ରୋଦନ ଅପେକ୍ଷା ଆମ୍ଭେ ତୁମ୍ଭ ବିଷୟରେ ଅଧିକ ରୋଦନ କରିବା; ତୁମ୍ଭର ଶାଖାସବୁ ସମୁଦ୍ର ପାରିକୁ ଗଲା, ସେସବୁ ଯାସେର ସମୁଦ୍ର ପର୍ଯ୍ୟନ୍ତ ହିଁ ବିସ୍ତାରିତ ହେଲା; ତୁମ୍ଭର ଗ୍ରୀଷ୍ମକାଳୀନ ଫଳ ଓ ଦ୍ରାକ୍ଷାଫଳ ସଂଗ୍ରହ କରିବା ସମୟରେ ବିନାଶକ ଉପସ୍ଥିତ ହେଲା।
33 Iščeznu radost i veselje iz voćnjaka i zemlje moapske. Nesta vina u kacama, mastioci više grožđa ne maste, veseli zvuci više nisu veseli.”
ମୋୟାବର ଫଳବାନ କ୍ଷେତ୍ର ଓ ଭୂମିରୁ ଆନନ୍ଦ ଓ ଉଲ୍ଲାସ ଦୂରୀକୃତ ହୋଇଅଛି; ପୁଣି, ଆମ୍ଭେ ଦ୍ରାକ୍ଷାକୁଣ୍ଡସବୁ ଦ୍ରାକ୍ଷାରସ ଶୂନ୍ୟ କରିଅଛୁ; କେହି ହର୍ଷନାଦରେ ଦ୍ରାକ୍ଷାମର୍ଦ୍ଦନ କରିବ ନାହିଁ; ସେହି ନାଦ ହର୍ଷନାଦ ହେବ ନାହିଁ।
34 Urlanje Hešbona i Elalea čuje se sve do Jahasa. Viču od Soara do Horonajima i Eglat Šelišije, jer se i vode nimrimske pretvoriše u pustaru.
ହିଷ୍ବୋନର ଚିତ୍କାର ସ୍ଥାନଠାରୁ ଇଲୀୟାଲୀ ପର୍ଯ୍ୟନ୍ତ, ମଧ୍ୟ ଯହସ ପର୍ଯ୍ୟନ୍ତ, ସୋୟରଠାରୁ ହୋରୋନୟିମ ପର୍ଯ୍ୟନ୍ତ, ଇଗ୍ଲତ୍-ଶଲୀଶୀୟା ପର୍ଯ୍ୟନ୍ତ ସେମାନେ ଚିତ୍କାର ଶବ୍ଦ ଉଠାଇଅଛନ୍ତି; କାରଣ ନିମ୍ରୀମର ଜଳସମୂହ ମଧ୍ୟ ଶୂନ୍ୟ ହେବ।
35 “U Moabu ću učiniti - riječ je Jahvina - da se ne uzlazi na uzvišice i kadi bogovima njegovim.
ଆହୁରି, ସଦାପ୍ରଭୁ କହନ୍ତି, ଆମ୍ଭେ ମୋୟାବ ମଧ୍ୟରେ ଉଚ୍ଚସ୍ଥଳୀରେ ବଳିଦାନକାରୀ ଓ ଆପଣା ଦେବଗଣ ଉଦ୍ଦେଶ୍ୟରେ ଧୂପଦାହକାରୀ ଲୋକକୁ ଲୋପ କରିବା।
36 Stoga mi srce poput frule dršće za Moabom, srce moje poput frule dršće za ljudima Kir Heresa: jer propade stečevina koju stekoše!
ଏହେତୁ ମୋୟାବର ପାଇଁ ଆମ୍ଭର ହୃଦୟ ବଂଶୀ ପରି ବାଜୁଅଛି ଓ କୀର୍ହେରସର ଲୋକମାନଙ୍କ ପାଇଁ ଆମ୍ଭର ହୃଦୟ ବଂଶୀ ପରି ବାଜୁଅଛି; ଏଥିପାଇଁ ତାହାର ପ୍ରାପ୍ତ ବହୁତ ଧନ ନଷ୍ଟ ହୋଇଅଛି।
37 Sve su glave obrijane i brade podrezane; po svim rukama urezi, oko bokova kostrijet.
କାରଣ ପ୍ରତ୍ୟେକ ମସ୍ତକ ଟାଙ୍ଗରା ଓ ପ୍ରତ୍ୟେକ ଦାଢ଼ି କଟା ହୋଇଅଛି; ସମସ୍ତଙ୍କ ହସ୍ତରେ କଟା ଦାଗ ଓ କଟିଦେଶରେ ଚଟବସ୍ତ୍ର ଅଛି।
38 Na svim krovovima Moaba i na njegovim trgovima samo zapomaganje, jer smrskah Moab kao krčag koji se nikomu ne mili” - riječ je Jahvina.
ମୋୟାବର ସମସ୍ତ ଗୃହ-ଛାତ ଉପରେ ଓ ତହିଁର ସମସ୍ତ ପଥରେ ସର୍ବତ୍ର ବିଳାପ ହେଉଅଛି; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ମୋୟାବକୁ ଅପ୍ରୀତିକର ପାତ୍ର ପରି ଭାଙ୍ଗି ପକାଇଅଛୁ।
39 Kako li je smrskan! Kako li sramotno Moab udari u bijeg! Moab postade ruglo i strašilo svim susjedima.
ସେ କିପରି ଭଗ୍ନ ହୋଇଅଛି! ଲୋକେ କିପରି ବିଳାପ କରୁଅଛନ୍ତି! ମୋୟାବ ଲଜ୍ଜାରେ କିପରି ପୃଷ୍ଠ ଫେରାଇଅଛି! ଏହିରୂପେ ମୋୟାବ ଆପଣା ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କର ହାସ୍ୟାସ୍ପଦ ଓ ଭୟସ୍ଥାନ ହେବ।”
40 Jer ovako govori Jahve: “Gle, poput orla lebdi, nad Moabom širi krila.
କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ସେ ଉତ୍କ୍ରୋଶ ପକ୍ଷୀ ପରି ଉଡ଼ି ଆସିବ ଓ ମୋୟାବ ଉପରେ ଆପଣା ପକ୍ଷଦ୍ୱୟ ବିସ୍ତାର କରିବ।
41 Gradovi su zauzeti, osvojene tvrđave. Srce moapskih junaka bit će toga dana kao srce žene u trudovima.
କରୀୟୋଥ୍ ହସ୍ତଗତ ହେଲା, ଦୃଢ଼ ଦୁର୍ଗସବୁ ଅକସ୍ମାତ୍ ଆକ୍ରାନ୍ତ ହେଲା, ଆଉ ସେହି ଦିନରେ ମୋୟାବର ବୀରମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣ ତୁଲ୍ୟ ହେବ।
42 Izbrisan je Moab iz naroda jer se uzvisi nad Jahvu.
ପୁଣି, ମୋୟାବ ଲୁପ୍ତ ହେବ, ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି।
43 Strava, jama i zamka tebi, žitelju Moaba! - riječ je Jahvina.
ସଦାପ୍ରଭୁ କହନ୍ତି, ହେ ମୋୟାବ ନିବାସୀନ୍, ତୁମ୍ଭ ପାଇଁ ତ୍ରାସ, ଖାତ ଓ ଫାନ୍ଦ ଅଛି।
44 Tko stravi umakne, u jamu će pasti; tko se iz jame izvuče, u zemlju će pasti. Da, to ću svaliti na Moab u danima kazne njegove” - riječ je Jahvina.
ଯେ ତ୍ରାସରୁ ପଳାଏ, ସେ ଖାତରେ ପଡ଼ିବ ଓ ଯେ ଖାତରୁ ଉଠି ରକ୍ଷା ପାଏ, ସେ ଫାନ୍ଦରେ ଧରା ପଡ଼ିବ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର ଉପରେ, ହଁ, ମୋୟାବର ଉପରେ ପ୍ରତିଫଳ ଦାନର ବର୍ଷ ଆଣିବା।
45 “U sjeni se hešbonskoj ustavljaju iscrpljeni bjegunci. Al' vatra izlazi iz Hešbona, plamen liže iz dvora sihonskog i proždire sljepoočnice Moabu i tjeme sinova nemirničkih.
ଯେଉଁମାନେ ପଳାଇଗଲେ, ସେମାନେ ବଳହୀନ ହୋଇ ହିଷ୍ବୋନର ଛାୟା ତଳେ ଠିଆ ହୁଅନ୍ତି; କାରଣ ହିଷ୍ବୋନରୁ ଅଗ୍ନି ଓ ସୀହୋନ ମଧ୍ୟରୁ ଅଗ୍ନିଶିଖା ନିର୍ଗତ ହୋଇ ମୋୟାବର କୋଣ ଓ କଳହକାରୀମାନଙ୍କ ମସ୍ତକର ତାଳୁଆ ଗ୍ରାସ କରିଅଛି।
46 Jao tebi, Moabe! Umišljen si, narode Kemošev! Jer sinove tvoje u izgnanstvo odvedoše, kćeri tvoje u progonstvo.
ହେ ମୋୟାବ, ତୁମ୍ଭେ ସନ୍ତାପର ପାତ୍ର! କମୋଶର ଲୋକମାନେ ବିନଷ୍ଟ ହେଲେ; କାରଣ ତୁମ୍ଭର ପୁତ୍ରଗଣ ବନ୍ଦୀ ହେଲେ ଓ ତୁମ୍ଭର କନ୍ୟାଗଣ ବନ୍ଦୀତ୍ୱ ସ୍ଥାନକୁ ନୀତ ହେଲେ।
47 Ali ću promijeniti udes Moabov u budućnosti” - riječ je Jahvina. Dovde suđenje Moabu.
ତଥାପି ସଦାପ୍ରଭୁ କହନ୍ତି, ଆମ୍ଭେ ଶେଷ କାଳରେ ପୁନର୍ବାର ମୋୟାବକୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା।” ମୋୟାବର ବିଚାର କଥା ଏତିକି।