< Levitski zakonik 1 >
1 Zovnu Jahve Mojsija te mu iz Šatora sastanka reče:
ଏଥିଉତ୍ତାରେ ସଦାପ୍ରଭୁ ସମାଗମ-ତମ୍ବୁରୁ ମୋଶାଙ୍କୁ ଡାକି କହିଲେ,
2 “Govori Izraelcima i kaži im: 'Kad tko od vas želi prinijeti Jahvi žrtvu od stoke, prinijet će je ili od krupne ili od sitne stoke.
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ତୁମ୍ଭମାନଙ୍କ ମଧ୍ୟରୁ କେହି ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କରେ, ତେବେ ସେ ଗୋରୁ ଅବା ମେଷପଲରୁ ଆପଣା ବଳି ଆଣି ଉତ୍ସର୍ଗ କରୁ।
3 Ako njegov prinos za žrtvu paljenicu bude od krupne stoke, neka prinese muško bez mane. Neka ga dovede k ulazu u Šator sastanka da pred Jahvom bude primljen.
ସେ ଯଦି ଗୋଠରୁ (ଗାଈଗୋରୁ ପଲରୁ) ହୋମାର୍ଥକ ବଳି ଉତ୍ସର୍ଗ କରେ, ତେବେ ନିଖୁନ୍ତ ପୁଂପଶୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ; ଯେପରି ତାହା ସଦାପ୍ରଭୁଙ୍କ ଛାମୁରେ ଗ୍ରାହ୍ୟ ହେବ।
4 Neka stavi svoju ruku na glavu žrtve paljenice da mu za njegovo ispaštanje bude primljena.
ପୁଣି, ସେ ହୋମବଳିର ମସ୍ତକରେ ଆପଣା ହସ୍ତ ରଖିବ; ତହିଁରେ ସେହି ବଳି ତାହାର ପ୍ରାୟଶ୍ଚିତ୍ତ ରୂପେ ଗ୍ରାହ୍ୟ ହେବ।
5 Neka zatim zakolje junca pred Jahvom. A Aronovi sinovi, svećenici, neka prinesu krv. Neka njome zapljusnu sve strane žrtvenika koji stoji pred ulazom u Šator sastanka.
ତହୁଁ ସେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସକୁ ବଧ କରିବ; ଆଉ, ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାର ସମୀପସ୍ଥ ବେଦି ଉପର ଚାରିଆଡ଼େ ଛିଞ୍ଚିବେ।
6 Potom neka se žrtva sadre i rasiječe na dijelove.
ପୁଣି ସେ ସେହି ହୋମବଳିର ଚର୍ମ କାଢ଼ି ତାହା ଖଣ୍ଡ ଖଣ୍ଡ କରିବ।
7 Neka sinovi Aronovi, svećenici, nalože vatru na žrtveniku i na vatru metnu drva.
ଏଥିଉତ୍ତାରେ ହାରୋଣ ଯାଜକର ପୁତ୍ରଗଣ ସେହି ବେଦି ଉପରେ ଅଗ୍ନି ରଖିବେ ଓ ଅଗ୍ନି ଉପରେ କାଷ୍ଠ ସଜାଇବେ।
8 Neka zatim sinovi Aronovi, svećenici, naslažu dijelove, s glavom i lojem, na drva što su na vatri na žrtveniku.
ପୁଣି ହାରୋଣର ପୁତ୍ର ଯାଜକମାନେ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ସେହି ପଶୁର ଖଣ୍ଡସକଳ, ମସ୍ତକ ଓ ମେଦ ସଜାଇ ରଖିବେ।
9 Drobina i noge neka se operu u vodi. A onda neka svećenik sve sažeže u kad na žrtveniku. To je žrtva paljenica, žrtva paljena Jahvi na ugodan miris.'
ମାତ୍ର ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କରିବ; ତହୁଁ ଯାଜକ ବେଦି ଉପରେ ତାହାସବୁ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।
10 Ako bi htio prinijeti za žrtvu paljenicu od sitne stoke - od ovaca ili koza - neka prinese muško bez mane.
ଆଉ ଯଦି ସେ ମେଷ କି ଛାଗପଲରୁ ହୋମବଳି ଉତ୍ସର୍ଗ କରେ,
11 Neka ga zakolje pred Jahvom, na žrtveniku sa sjeverne strane. Neka zatim Aronovi sinovi, svećenici, zapljusnu žrtvenik krvlju sa svih strana.
ତେବେ ସେ ନିଖୁନ୍ତ ପୁଂପଶୁ ଘେନି ସଦାପ୍ରଭୁଙ୍କ ସମ୍ମୁଖରେ ଯଜ୍ଞବେଦିର ଉତ୍ତର ଦିଗରେ ବଧ କରିବ; ପୁଣି ହାରୋଣର ପୁତ୍ର ଯାଜକଗଣ ବେଦିର ଉପର ଚତୁର୍ଦ୍ଦିଗରେ ତାହାର ରକ୍ତ ଛିଞ୍ଚିବେ।
12 Potom neka je rasijeku na dijelove, a svećenik neka ih, s glavom i lojem, naslaže na drva što su na vatri na žrtveniku.
ଆଉ ସେ ତାହାର ମସ୍ତକ ଓ ମେଦ ସହିତ ତାକୁ ଖଣ୍ଡ ଖଣ୍ଡ କରିବ; ତହିଁରେ ଯାଜକ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ତାହା ସଜାଇ ରଖିବ।
13 Drobina i noge neka se operu u vodi. Onda svećenik neka sve prinese i na žrtveniku sažeže. To je žrtva paljenica, žrtva paljena Jahvi na ugodan miris.
ମାତ୍ର ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କରିବ; ତହୁଁ ଯାଜକ ସେହି ସମସ୍ତ ଉତ୍ସର୍ଗ କରି ବେଦି ଉପରେ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।
14 Ako bi hto prinijeti Jahvi ptice kao žrtvu paljenicu, neka onda prinese grlicu ili golubića.
ଆଉ ଯଦି ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପକ୍ଷୀମାନଙ୍କ ମଧ୍ୟରୁ ହୋମବଳି ଉତ୍ସର୍ଗ କରେ, ତେବେ କପୋତ ଅବା ପାରାଛୁଆ ମଧ୍ୟରୁ ତାହା ନେବ।
15 Neka ga svećenik prinese k žrtveniku i, zavrnuvši mu vratom, otkine glavu i na žrtveniku sažeže. Zatim neka mu krv iscijedi žrtveniku sa strane.
ତହୁଁ ଯାଜକ ତାହା ବେଦି ନିକଟକୁ ଆଣି ତାହାର ମସ୍ତକ ମୋଡ଼ି ତାକୁ ବେଦି ଉପରେ ଦଗ୍ଧ କରିବ; ଆଉ ତାହାର ରକ୍ତ ବେଦି ପାର୍ଶ୍ୱରେ ନିଗାଡ଼ିବ।
16 Neka mu gušu i perje ukloni i pobaca ih na istočnu stranu žrtvenika, na mjesto za otpatke.
ଏଥିଉତ୍ତାରେ ସେ ତାହାର ମଳ ସହିତ ଗଳା ଥଳୀ ଘେନି ବେଦିର ପୂର୍ବପାର୍ଶ୍ଵସ୍ଥ ଭସ୍ମ ସ୍ଥାନରେ ନିକ୍ଷେପ କରିବ।
17 Neka ga raspori duž obaju krila, ali neka ih ne rastavlja. Onda neka ga svećenik na žrtveniku sažeže na drvima što su na vatri. To je žrtva paljenica, žrtva paljena Jahvi na ugodan miris.”
ଆଉ, ପକ୍ଷମୂଳ ଚିରିବ, ମାତ୍ର ଦ୍ୱିଖଣ୍ଡ କରିବ ନାହିଁ; ପୁଣି ଯାଜକ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ଦଗ୍ଧ କରିବ, ତହିଁରେ ତାହା ହୋମବଳି, ଅର୍ଥାତ୍, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।