< Levitski zakonik 18 >

1 Jahve reče Mojsiju:
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2 “Govori Izraelcima i reci im: 'Ja sam Jahve, Bog vaš.
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
3 Nemojte raditi kako se radi u zemlji egipatskoj, gdje ste boravili; niti radite kako se radi u zemlji kanaanskoj, kamo vas vodim; ne povodite se za njihovim običajima!
ତୁମ୍ଭେମାନେ ଯେଉଁ ମିସର ଦେଶରେ ବାସ କଲ, ସେହି ଦେଶର ଆଚରଣ ଅନୁସାରେ ଆଚରଣ କରିବ ନାହିଁ; ପୁଣି, ଯେଉଁ କିଣାନ ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶର ଆଚରଣ ଅନୁସାରେ ଆଚରଣ କରିବ ନାହିଁ ଓ ସେମାନଙ୍କ ବିଧି ଅନୁସାରେ ଚ଼ାଲିବ ନାହିଁ।
4 Vršite moje naredbe; vršite moje zapovijedi; prema njima hodite. Ja sam Jahve, Bog vaš.
ତୁମ୍ଭେମାନେ ଆମ୍ଭର ଶାସନ ମାନ୍ୟ କରିବ ଓ ଆମ୍ଭର ବିଧି ପାଳନ କରିବ ଓ ତଦନୁସାରେ ଆଚରଣ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
5 Zato držite moje zakone i moje naredbe; tko ih vrši - u njima će naći život. Ja sam Jahve!
ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କରିବ; ମନୁଷ୍ୟ ତାହା କଲେ, ତହିଁରେ ହିଁ ସେ ବଞ୍ଚିବ; ଆମ୍ଭେ ସଦାପ୍ରଭୁ ଅଟୁ।
6 Neka se nitko od vas ne približuje svojoj krvnoj rodbini da otkriva njezinu golotinju. Ja sam Jahve!
ତୁମ୍ଭମାନଙ୍କର କେହି ଆପଣା ନିକଟ-କୁଟୁମ୍ବ ମଧ୍ୟରୁ କାହାରି ଆବରଣୀୟ ଅନାବୃତ କରିବାକୁ ଯିବ ନାହିଁ, ଆମ୍ଭେ ସଦାପ୍ରଭୁ ଅଟୁ।
7 Ne otkrivaj golotinje svoga oca ni golotinje svoje majke. Majka ti je, ne otkrivaj njezine golotinje!
ତୁମ୍ଭେ ଆପଣା ପିତାର ଆବରଣୀୟ ଅବା ଆପଣା ମାତାର ଆବରଣୀୟ ଅନାବୃତ କରିବ ନାହିଁ; ସେ ତୁମ୍ଭର ମାତା; ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ।
8 Ne otkrivaj golotinje žene svoga oca! I to je golotinja tvoga oca!
ତୁମ୍ଭେ ଆପଣା ପିତୃଭାର୍ଯ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତାହା ତୁମ୍ଭ ପିତାର ଆବରଣୀୟ ଅଟେ।
9 Ne otkrivaj golotinje svoje sestre - kćeri svoga oca ili kćeri svoje majke - bila rođena u kući ili izvan nje!
ତୁମ୍ଭେ ଆପଣା ଭଗିନୀ, ଅର୍ଥାତ୍‍, ତୁମ୍ଭ ପିତୃକନ୍ୟା କି ମାତୃକନ୍ୟା, ସେ ଗୃହରେ ଜନ୍ମ ହେଉ କି ଅନ୍ୟତ୍ର ଜନ୍ମ ହେଉ, ତାହାର ଆବରଣୀୟ ଅନାବୃତ କରିବ ନାହିଁ।
10 Ne otkrivaj golotinje kćeri svoga sina niti golotinje kćeri svoje kćeri! TÓa njihova je golotinja tvoja vlastita golotinja.
ତୁମ୍ଭେ ଆପଣା ପୌତ୍ରୀର କି ଦୌହିତ୍ରୀର ଆବରଣୀୟ ଅନାବୃତ କରିବ ନାହିଁ; କାରଣ ତାହା ତୁମ୍ଭ ନିଜର ଆବରଣୀୟ।
11 Ne otkrivaj golotinje kćeri žene svoga oca! Jer, rođena od tvog oca, ona ti je sestra.
ତୁମ୍ଭେ ଆପଣା ସାବତ ଭଉଣୀର ଆବରଣୀୟ ଅନାବୃତ କରିବ ନାହିଁ; କାରଣ ସେ ତୁମ୍ଭ ପିତାଠାରୁ ଜନ୍ମିଅଛି, ସେ ତୁମ୍ଭର ଭଗିନୀ, ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ।
12 Ne otkrivaj golotinje sestre svoga oca! Ona je krv tvoga oca.
ତୁମ୍ଭେ ଆପଣା ପିତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, ସେ ତୁମ୍ଭର ପିତୃଗୋତ୍ରରେ ଜନ୍ମ ହୋଇଛି।
13 Ne otkrivaj ni golotinje sestre svoje majke! Ta i ona je krv tvoje majke!
ତୁମ୍ଭେ ଆପଣା ମାତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, କାରଣ ସେ ତୁମ୍ଭର ମାତୃଗୋତ୍ରରେ ଜନ୍ମ ହୋଇଛି।
14 Ne otkrivaj golotinje svoga strica! To jest, nemoj se približavati njegovoj ženi. Ta ona je tvoja strina.
ତୁମ୍ଭେ ଆପଣା ପିତୃଭ୍ରାତାର ଆବରଣୀୟ ଅନାବୃତ କରିବ ନାହିଁ, ତୁମ୍ଭେ ତାହାର ଭାର୍ଯ୍ୟା ନିକଟକୁ ଯିବ ନାହିଁ, କାରଣ ସେ ତୁମ୍ଭର ପିତୃବ୍ୟପତ୍ନୀ।
15 Ne otkrivaj golotinje svoje snahe! Ona je žena tvoga sina. Ne otkrivaj golotinje njezine.
ତୁମ୍ଭେ ଆପଣା ପୁତ୍ରବଧୂର ଆବରଣୀୟ ଅନାବୃତ କରିବ ନାହିଁ; ସେ ତୁମ୍ଭର ପୁତ୍ରବଧୂ; ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ।
16 Ne otkrivaj golotinje žene svoga brata! Ta to je golotinja tvoga brata.
ତୁମ୍ଭେ ଆପଣା ଭ୍ରାତୃଭାର୍ଯ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତାହା ତୁମ୍ଭ ଭ୍ରାତାର ଆବରଣୀୟ।
17 Ne otkrivaj golotinje koje žene i njezine kćeri! Nemoj se ženiti kćerju njezina sina niti kćerju njezine kćeri te im golotinju otkrivati. Oni su krvna rodbina. To bi bila pokvarenost.
ତୁମ୍ଭେ କୌଣସି ସ୍ତ୍ରୀର ଓ ତାହାର କନ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତୁମ୍ଭେ ତାହାର ପୌତ୍ରୀର କି ଦୌହିତ୍ରୀର ଆବରଣୀୟ ଅନାବୃତ କରିବା ପାଇଁ ତାହାକୁ ଗ୍ରହଣ କରିବ ନାହିଁ; ସେମାନେ ଗୋତ୍ରରେ ଜନ୍ମ ହୋଇଛନ୍ତି; ଏହା ଦୁଷ୍ଟତା ଅଟେ।
18 Ne uzimaj sebi koju ženu u isto vrijeme kad i njezinu sestru da je ljubomorom žalostiš otkrivajući golotinju ovoj preko nje za njezina života!
ଆଉ ଭଗିନୀ ଜୀବିତା ଥାଉ ଥାଉ ତୁମ୍ଭେ ତାହା ପାର୍ଶ୍ୱରେ ତାହାର ସପତ୍ନୀ ରୂପେ ଆବରଣୀୟ ଅନାବୃତ କରିବା ପାଇଁ ତାʼର ଭଗିନୀକୁ ଗ୍ରହଣ କରିବ ନାହିଁ।
19 Ne približuj se ni jednoj ženi kad je u nečistoći svoga mjesečnog pranja da joj otkrivaš golotinju!
ପୁଣି, କୌଣସି ସ୍ତ୍ରୀ ତାହାର ରଜଧର୍ମ ହେତୁ ଅଶୁଚି ଥିବା ପର୍ଯ୍ୟନ୍ତ ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବା ନିମନ୍ତେ ତାହା ନିକଟକୁ ଯିବ ନାହିଁ।
20 Ne lijegaj sa ženom bližnjega svoga; od nje bi postao nečist.
ଆଉ, ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ ପ୍ରତିବାସୀର ଭାର୍ଯ୍ୟା ନିକଟକୁ ଗମନ କରିବ ନାହିଁ।
21 Ne smiješ dopuštati da koje tvoje dijete bude žrtvovano Moleku; ne smiješ tako obeščašćivati ime Boga svoga. Ja sam Jahve!
ତୁମ୍ଭେ ଆପଣା ବଂଶଜାତ କାହାକୁ ହିଁ, ମୋଲକ୍‍ ଦେବତାର ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟଦେଇ ଗମନ କରାଇବାକୁ ଦେବ ନାହିଁ, କିଅବା ତୁମ୍ଭେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।
22 Ne lijegaj s muškarcem kako se liježe sa ženom! To bi bila grozota.
ତୁମ୍ଭେ ସ୍ତ୍ରୀର ନ୍ୟାୟ ପୁରୁଷ ସହିତ ସଂସର୍ଗ କରିବ ନାହିଁ, ତାହା ଘୃଣାଯୋଗ୍ୟ କର୍ମ।
23 Da nisi legao ni s jednom životinjom - od nje bi postao nečist. Žena ne smije stati pred životinju da se s njom pari. To bi bila krajnja opačina.
ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ କୌଣସି ପଶୁଠାରେ ଗମନ କରିବ ନାହିଁ; କିଅବା କୌଣସି ସ୍ତ୍ରୀ ଆପଣା ସହିତ ସଂସର୍ଗ କରାଇବାକୁ କୌଣସି ପଶୁର ସମ୍ମୁଖରେ ଠିଆ ହେବ ନାହିଁ; ଏହା ତ ପାଷାଣ୍ଡତା।
24 Ničim se od toga nemojte onečišćavati! Ta svim su se tim onečišćavali narodi koje ja ispred vas tjeram.
ତୁମ୍ଭେମାନେ ଏହିସବୁ ମଧ୍ୟରୁ କୌଣସି କ୍ରିୟା ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ; କାରଣ ଆମ୍ଭେ ଯେଉଁ ଦେଶୀୟ ଲୋକମାନଙ୍କୁ ତୁମ୍ଭ ସମ୍ମୁଖରୁ ଦୂର କରୁଅଛୁ, ସେମାନେ ଏହିସବୁ କ୍ରିୟା ଦ୍ୱାରା ଅଶୁଚି ହୋଇଅଛନ୍ତି।
25 I zemlja je postala nečista. Zato ću kazniti njezinu opačinu, i zemlja će ispljuvati svoje stanovnike.
ପୁଣି, ଦେଶ ହିଁ ଅଶୁଚି ହୋଇଅଛି; ଏହେତୁ ଆମ୍ଭେ ତାହାର ଅପରାଧ ତାହାକୁ ଭୋଗ କରାଉଅଛୁ ଓ ସେହି ଦେଶ ତାହାର ନିବାସୀମାନଙ୍କୁ ଉଦ୍ଗାର କରୁଅଛି।
26 Vi pak držite moje zakone i moje naredbe: ni jedne od tih opačina nemojte počinjati - ni vi ni stranac koji među vama boravi.
ଏନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଓ ବ୍ୟବସ୍ଥା ପାଳନ କରିବ, ସ୍ୱଦେଶୀୟ ବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀୟ ହେଉ, ତୁମ୍ଭେମାନେ ଏହି ସକଳ ଘୃଣାଯୋଗ୍ୟ କର୍ମ ମଧ୍ୟରୁ କୌଣସି କର୍ମ କରିବ ନାହିଁ।
27 Sve je te zloće počinjao svijet koji je bio u toj zemlji prije vas te je zemlja postala nečista.
କାରଣ ତୁମ୍ଭମାନଙ୍କ ପୂର୍ବବର୍ତ୍ତୀ ଦେଶ ନିବାସୀମାନେ ଏହିସବୁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି ଓ ଦେଶ ଅଶୁଚି ହୋଇଅଛି।
28 Neće li, ako je učinite nečistom, zemlja ispljuvati i vas kako je ispljuvala narod koji je bio prije vas?
ତୁମ୍ଭେମାନେ ତାହା ଅଶୁଚି କଲେ, ସେହି ଦେଶ ଯେପରି ତୁମ୍ଭମାନଙ୍କ ପୂର୍ବବର୍ତ୍ତୀ ନିବାସୀ ଲୋକମାନଙ୍କୁ ଉଦ୍ଗାର କଲା, ସେହିପରି ତୁମ୍ଭମାନଙ୍କୁ ମଧ୍ୟ ଉଦ୍ଗାର କରିବ।
29 Jest, svi koji bi počinili bilo koju od tih zloća bit će odstranjeni iz svoga naroda.
ତେଣୁ ଯେଉଁମାନେ ଏହିସବୁ ଘୃଣାଯୋଗ୍ୟ କର୍ମ ମଧ୍ୟରୁ କୌଣସି କର୍ମ କରିବେ, ସେହି କର୍ମକାରୀ ପ୍ରାଣୀମାନେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବେ।
30 Zato držite moje zapovijedi; nemojte se podavati ni jednome od onih odvratnih običaja što su se održavali prije vas; tako se njima nećete onečistiti. Ja sam Jahve, Bog vaš!'”
ଏଣୁକରି ତୁମ୍ଭମାନଙ୍କ ପୂର୍ବରେ ଯେଉଁସବୁ ଘୃଣାଯୋଗ୍ୟ କର୍ମ କରାଯାଇଅଛି, ସେହି ସବୁ ମଧ୍ୟରୁ କୌଣସି କର୍ମ କରି ତଦ୍ଦ୍ୱାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ ଓ ଆମ୍ଭର ବିଧି ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”

< Levitski zakonik 18 >