< Matej 1 >

1 Rodoslovlje Isusa Krista, sina Davidova, sina Abrahamova.
ଅବ୍ରହାମଙ୍କ ସନ୍ତାନ ଓ ଦାଉଦଙ୍କ ସନ୍ତାନ ଯୀଶୁ ଖ୍ରୀଷ୍ଟଙ୍କ ବଂଶାବଳୀ।
2 Abrahamu se rodi Izak. Izaku se rodi Jakov. Jakovu se rodi Juda i njegova braća.
ଅବ୍ରହାମ ଇସ୍‌ହାକଙ୍କୁ ଜନ୍ମ ଦେଲେ, ଇସ୍‌ହାକ ଯାକୁବଙ୍କୁ ଜନ୍ମ ଦେଲେ, ଯାକୁବ, ଯିହୂଦା ଓ ତାହାଙ୍କ ଭାଇମାନଙ୍କୁ ଜନ୍ମ ଦେଲେ,
3 Judi Tamara rodi Peresa i Zeraha. Peresu se rodi Hesron. Hesronu se rodi Ram.
ଯିହୂଦା ତାମରଙ୍କ ଗର୍ଭରୁ ପେରସ ଓ ସେରହଙ୍କୁ ଜନ୍ମ ଦେଲେ, ପେରସ ହିଷ୍ରୋଣଙ୍କୁ ଜନ୍ମ ଦେଲେ,
4 Ramu se rodi Aminadab. Aminadabu se rodi Nahšon. Nahšonu se rodi Salma.
ହିଷ୍ରୋଣ ଅରାମଙ୍କୁ ଜନ୍ମ ଦେଲେ, ଅରାମ ଅମ୍ମୀନାଦବଙ୍କୁ ଜନ୍ମ ଦେଲେ, ଅମ୍ମୀନାଦାବ ନହଶୋନଙ୍କୁ ଜନ୍ମ ଦେଲେ, ନହଶୋନ ସଲମୋନଙ୍କୁ ଜନ୍ମ ଦେଲେ,
5 Salmi Rahaba rodi Boaza. Boazu Ruta rodi Obeda. Obedu se rodi Jišaj.
ସଲମୋନ ରାହାବଙ୍କ ଗର୍ଭରୁ ବୋୟଜଙ୍କୁ ଜନ୍ମ ଦେଲେ, ବୋୟଜ ରୂତଙ୍କ ଗର୍ଭରୁ ଓବେଦଙ୍କୁ ଜନ୍ମ ଦେଲେ, ଓବେଦ ଯିଶୀଙ୍କୁ ଜନ୍ମ ଦେଲେ,
6 Jišaju se rodi David kralj. Davidu bivša žena Urijina rodi Salomona.
ଯିଶୀ ଦାଉଦ ରାଜାଙ୍କୁ ଜନ୍ମ ଦେଲେ। ଦାଉଦ ଉରୀୟଙ୍କ ଭାର୍ଯ୍ୟାଙ୍କ ଗର୍ଭରୁ ଶଲୋମନଙ୍କୁ ଜନ୍ମ ଦେଲେ,
7 Salomonu se rodi Roboam. Roboamu se rodi Abija. Abiji se rodi Asa.
ଶଲୋମନ ରିହବୀୟାମଙ୍କୁ ଜନ୍ମ ଦେଲେ, ରିହବୀୟାମ ଅବୀୟଙ୍କୁ ଜନ୍ମ ଦେଲେ,
8 Asi se rodi Jozafat. Jozafatu se rodi Joram. Joramu se rodi Ahazja.
ଅବୀୟ ଆସାଙ୍କୁ ଜନ୍ମ ଦେଲେ, ଆସା ଯିହୋଶାଫଟଙ୍କୁ ଜନ୍ମ ଦେଲେ, ଯିହୋଶାଫଟ ଯୋରାମଙ୍କୁ ଜନ୍ମ ଦେଲେ, ଯୋରାମ ଉଜୀୟଙ୍କୁ ଜନ୍ମ ଦେଲେ,
9 Ahazji se rodi Jotam. Jotamu se rodi Ahaz. Ahazu se rodi Ezekija.
ଉଜୀୟ ଯୋଥମଙ୍କୁ ଜନ୍ମ ଦେଲେ, ଯୋଥମ ଆହସ୍‌ଙ୍କୁ ଜନ୍ମ ଦେଲେ, ଆହସ୍‌ ହିଜକୀୟଙ୍କୁ ଜନ୍ମ ଦେଲେ,
10 Ezekiji se rodi Manaše. Manašeu se rodi Amon. Amonu se rodi Jošija.
ହିଜକୀୟ ମନଃଶିଙ୍କୁ ଜନ୍ମ ଦେଲେ, ମନଃଶି ଆମୋନଙ୍କୁ ଜନ୍ମ ଦେଲେ, ଆମୋନ ଯୋଶୀୟଙ୍କୁ ଜନ୍ମ ଦେଲେ,
11 Jošiji se rodi Jehonija i njegova braća u vrijeme progonstva u Babilon.
ବାବିଲକୁ ନିର୍ବାସିତ ହେବା ସମୟରେ ଯୋଶୀୟ ଯିକନୀୟ ଓ ତାହାଙ୍କ ଭାଇମାନଙ୍କୁ ଜନ୍ମ ଦେଲେ।
12 Poslije progonstva u Babilon Jehoniji se rodi Šealtiel. Šealtielu se rodi Zerubabel.
ବାବିଲକୁ ନିର୍ବାସିତ ହେବା ପରେ ଯିକନୀୟ ଶଲ୍ଟୀୟେଲଙ୍କୁ ଜନ୍ମ ଦେଲେ, ଶଲ୍‍ଟୀୟେଲ୍ ଜିରୁବାବିଲଙ୍କୁ ଜନ୍ମ ଦେଲେ,
13 Zerubabelu se rodi Abiud. Abiudu se rodi Elijakim. Elijakimu se rodi Azor.
ଜିରୁବାବିଲ ଅବୀହୁଦଙ୍କୁ ଜନ୍ମ ଦେଲେ, ଅବୀହୁଦ ଏଲୀୟାକିମଙ୍କୁ ଜନ୍ମ ଦେଲେ, ଏଲୀୟାକିମ ଆସୋରଙ୍କୁ ଜନ୍ମ ଦେଲ,
14 Azoru se rodi Sadok. Sadoku se rodi Akim. Akimu se rodi Elijud.
ଆସୋର ସାଦୋକଙ୍କୁ ଜନ୍ମ ଦେଲେ, ସାଦୋକ ଆଖିମଙ୍କୁ ଜନ୍ମ ଦେଲେ, ଆଖିମ ଏଲିହୁଦଙ୍କୁ ଜନ୍ମ ଦେଲେ,
15 Elijudu se rodi Eleazar. Eleazaru se rodi Matan. Matanu se rodi Jakov.
ଏଲିହୁଦ ଏଲୀୟାଜରଙ୍କୁ ଜନ୍ମ ଦେଲେ, ଏଲୀୟାଜର ମତ୍ତାନଙ୍କୁ ଜନ୍ମ ଦେଲେ,
16 Jakovu se rodi Josip, muž Marije, od koje se rodio Isus koji se zove Krist.
ମତ୍ତାନ ଯାକୁବଙ୍କୁ ଜନ୍ମ ଦେଲେ, ଯାକୁବ ମରୀୟମଙ୍କ ସ୍ୱାମୀ ଯୋଷେଫଙ୍କୁ ଜନ୍ମ ଦେଲେ, ଏହି ମରୀୟମଙ୍କ ଗର୍ଭରୁ ଯୀଶୁ ଜନ୍ମ ହେଲେ, ତାହାଙ୍କୁ ଖ୍ରୀଷ୍ଟ କୁହାଯାଏ।
17 U svemu dakle: od Abrahama do Davida četrnaest naraštaja; od Davida do progonstva u Babilon četrnaest naraštaja; poslije progonstva u Babilon do Krista četrnaest naraštaja.
ଏହି ପ୍ରକାରେ ସମସ୍ତେ ଅବ୍ରହାମଙ୍କଠାରୁ ଦାଉଦଙ୍କ ପର୍ଯ୍ୟନ୍ତ ଚଉଦ ପୁରୁଷ, ଆଉ ଦାଉଦଙ୍କ ଠାରୁ ବାବିଲ ନିର୍ବାସନ ପର୍ଯ୍ୟନ୍ତ ଚଉଦ ପୁରୁଷ, ପୁଣି, ବାବିଲ ନିର୍ବାସନଠାରୁ ଖ୍ରୀଷ୍ଟଙ୍କ ପର୍ଯ୍ୟନ୍ତ ଚଉଦ ପୁରୁଷ।
18 A rođenje Isusa Krista zbilo se ovako. Njegova majka Marija, zaručena s Josipom, prije nego se sastadoše, nađe se trudna po Duhu Svetom.
ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ ଏହି ପ୍ରକାରେ ହେଲା। ତାହାଙ୍କ ମାତା ମରୀୟମଙ୍କର ଯୋଷେଫଙ୍କ ସହିତ ବିବାହ ନିର୍ବନ୍ଧ ହେଲା ପରେ ସେମାନଙ୍କ ସହବାସ ପୂର୍ବେ ସେ ପବିତ୍ର ଆତ୍ମାଙ୍କ ଦ୍ୱାରା ଗର୍ଭବତୀ ହୋଇଅଛନ୍ତି ବୋଲି ଜଣାପଡ଼ିଲା।
19 A Josip, muž njezin, pravedan, ne htjede je izvrgnuti sramoti, nego naumi da je potajice napusti.
ଏଥିରେ ତାହାଙ୍କ ସ୍ୱାମୀ ଯୋଷେଫ ଧାର୍ମିକ ଥିବାରୁ ଏବଂ ତାହାଙ୍କୁ ପ୍ରକାଶରେ ନିନ୍ଦାର ପାତ୍ର କରିବାକୁ ଇଚ୍ଛା ନ କରିବାରୁ ଗୋପନରେ ତାହାଙ୍କୁ ପରିତ୍ୟାଗ କରିବାକୁ ସ୍ଥିର କଲେ।
20 Dok je on to snovao, gle, anđeo mu se Gospodnji ukaza u snu i reče: “Josipe, sine Davidov, ne boj se uzeti k sebi Mariju, ženu svoju. Što je u njoj začeto, doista je od Duha Svetoga.
କିନ୍ତୁ ସେ ଏହା ମନସ୍ଥ କଲା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ତାହାଙ୍କୁ ଦର୍ଶନ ଦେଇ କହିଲେ, “ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭର ଭାର୍ଯ୍ୟା ମରୀୟମଙ୍କୁ ଗ୍ରହଣ କରିବାକୁ ଭୟ କର ନାହିଁ, କାରଣ ତାହାଙ୍କର ଗର୍ଭ ପବିତ୍ର ଆତ୍ମାଙ୍କ ଦ୍ୱାରା ହୋଇଅଛି।
21 Rodit će sina, a ti ćeš mu nadjenuti ime Isus jer će on spasiti narod svoj od grijeha njegovih.”
ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ।”
22 Sve se to dogodilo da se ispuni što Gospodin reče po proroku:
ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ଏସମସ୍ତ ଘଟିଲା,
23 Evo, Djevica će začeti i roditi sina i nadjenut će mu se ime Emanuel - što znači: S nama Bog!
“ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁଏଲ ଦେବେ,” ଏହି ନାମର ଅର୍ଥ “ଆମ୍ଭମାନଙ୍କ ସହିତ ଈଶ୍ବର।”
24 Kad se Josip probudi oda sna, učini kako mu naredi anđeo Gospodnji: uze k sebi svoju ženu.
ଏଥିରେ ଯୋଷେଫ ନିଦରୁ ଉଠି ପ୍ରଭୁଙ୍କ ଦୂତ ତାହାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ସେହିପରି କଲେ ଓ ନିଜ ଭାର୍ଯ୍ୟାଙ୍କୁ ଗ୍ରହଣ କଲେ;
25 I ne upozna je dok ne rodi sina. I nadjenu mu ime Isus.
କିନ୍ତୁ ସେ ପୁତ୍ର ପ୍ରସବ ନ କରିବା ପର୍ଯ୍ୟନ୍ତ ତାହାଙ୍କ ସହିତ ସହବାସ କଲେ ନାହିଁ, ଆଉ ସେ ପୁତ୍ରଙ୍କ ନାମ ଯୀଶୁ ଦେଲେ।

< Matej 1 >