< Psalmi 121 >
1 Hodočasnička pjesma. K brdima oči svoje uzdižem: odakle će mi doći pomoć?
ଆରୋହଣ ଗୀତ। ମୁଁ ପର୍ବତଗଣ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରିବି; କେଉଁଠାରୁ ମୋହର ସାହାଯ୍ୟ ଆସିବ?
2 Pomoć je moja od Jahve koji stvori nebo i zemlju.
ମୋହର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସେ, ସେ ଆକାଶ ଓ ପୃଥିବୀ ନିର୍ମାଣ କଲେ।
3 Tvojoj nozi on posrnuti ne da i neće zadrijemati on, čuvar tvoj.
ସେ ତୁମ୍ଭ ଚରଣକୁ ବିଚଳିତ ହେବାକୁ ଦେବେ ନାହିଁ; ଯେ ତୁମ୍ଭକୁ ରକ୍ଷା କରନ୍ତି, ସେ ଘୁମାଇବେ ନାହିଁ।
4 Ne, ne drijema i ne spava on, čuvar Izraelov.
ଦେଖ, ଯେ ଇସ୍ରାଏଲକୁ ରକ୍ଷା କରନ୍ତି, ସେ ଘୁମାଇବେ ନାହିଁ କି ନିଦ୍ରା ଯିବେ ନାହିଁ।
5 Jahve je čuvar tvoj, Jahve je zasjen tvoj s desne tvoje!
ସଦାପ୍ରଭୁ ତୁମ୍ଭର ରକ୍ଷକ; ସଦାପ୍ରଭୁ ତୁମ୍ଭ ଦକ୍ଷିଣ ପାର୍ଶ୍ୱର ଛାୟା।
6 Neće ti sunce nauditi danju ni mjesec noću.
ଦିବସରେ ସୂର୍ଯ୍ୟ, କିଅବା ରାତ୍ରିରେ ଚନ୍ଦ୍ର ତୁମ୍ଭକୁ ଆଘାତ କରିବ ନାହିଁ।
7 Čuvao te Jahve od zla svakoga, čuvao dušu tvoju!
ସଦାପ୍ରଭୁ ସମସ୍ତ ଅମଙ୍ଗଳରୁ ତୁମ୍ଭକୁ ରକ୍ଷା କରିବେ; ସେ ତୁମ୍ଭର ପ୍ରାଣକୁ ରକ୍ଷା କରିବେ।
8 Čuvao Jahve tvoj izlazak i povratak odsada dovijeka.
ଆଜିଠାରୁ ସଦାକାଳ ସଦାପ୍ରଭୁ ତୁମ୍ଭର ବାହାରେ ଯିବାର ଓ ଭିତରେ ଆସିବାର ରକ୍ଷା କରିବେ।