< Psalmi 140 >

1 Zborovođi. Psalam. Davidov. Izbavi me, Jahve, od čovjeka zlobna, zaštiti me od čovjeka nasilna:
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ଦୁର୍ଜ୍ଜନଠାରୁ ମୋତେ ଉଦ୍ଧାର କର; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର।
2 od onih koji pakosti u srcu smišljaju i čitav dan začinju kavge.
ସେମାନେ ମନେ ମନେ କୁକଳ୍ପନା କରନ୍ତି; ସେମାନେ ଯୁଦ୍ଧ କରିବାକୁ ପ୍ରତିଦିନ ଏକତ୍ରିତ ହୁଅନ୍ତି।
3 Kao zmije bruse jezike svoje, pod usnama im je otrov ljutičin.
ସେମାନେ ସର୍ପ ପରି ଆପଣା ଆପଣା ଜିହ୍ୱା ତୀକ୍ଷ୍ଣ କରିଅଛନ୍ତି; ସେମାନଙ୍କ ଓଷ୍ଠାଧର ତଳେ କାଳସର୍ପର ଗରଳ ଥାଏ। (ସେଲା)
4 Spasi me, Jahve, od ruku zlotvora, čuvaj me od čovjeka nasilna koji hoće da mi noga posrne.
ହେ ସଦାପ୍ରଭୋ, ଦୁଷ୍ଟର ହସ୍ତରୁ ମୋତେ ରଖ; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର; ସେମାନେ ବିପଥକୁ ମୋʼ ଚରଣ ପେଲି ଦେବା ପାଇଁ କଳ୍ପନା କରିଅଛନ୍ତି।
5 Oholice mi potajno nastavljaju zamku, užetima mrežu pletu, kraj puta klopke mi stavljaju.
ଅହଙ୍କାରୀମାନେ ଗୋପନରେ ମୋʼ ପାଇଁ ଫାନ୍ଦ ଓ ଦଉଡ଼ି ପାତିଅଛନ୍ତି। ସେମାନେ ପଥ ପାର୍ଶ୍ୱରେ ଜାଲ ପ୍ରସାରି ଅଛନ୍ତି; ସେମାନେ ମୋʼ ପାଇଁ ଯନ୍ତା ବସାଇ ଅଛନ୍ତି। (ସେଲା)
6 Zavapih Jahvi: “Ti si Bog moj! Poslušaj, o Jahve, krik mojih molitava!
ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମୋହର ପରମେଶ୍ୱର; ହେ ସଦାପ୍ରଭୋ, ମୋʼ ନିବେଦନର ରବରେ କର୍ଣ୍ଣପାତ କର।
7 Jahve, Gospode moj, spasitelju silni moj, u dan boja zakloni mi glavu!”
ହେ ମୋʼ ପରିତ୍ରାଣର ବଳ ସ୍ୱରୂପ, ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଯୁଦ୍ଧର ଦିନରେ ମୋʼ ମସ୍ତକ ରକ୍ଷା କରିଅଛ।
8 Ne daj da se ispune želje zlotvora, ne daj da svoje on izvrši namjere!
ହେ ସଦାପ୍ରଭୋ, ଦୁଷ୍ଟର ବାଞ୍ଛା ପ୍ରଦାନ କର ନାହିଁ; ତାହାର କୁକଳ୍ପନା ସିଦ୍ଧ କର ନାହିଁ; କେଜାଣି ସେମାନେ ଆପଣାମାନଙ୍କୁ ଗର୍ବିତ କରିବେ। (ସେଲା)
9 Nek' glavu ne podignu oni koji me opkoliše, nek' na njih padne zloba njihovih usana!
ଯେଉଁମାନେ ମୋତେ ଘେରିଅଛନ୍ତି, ସେମାନଙ୍କ ନିଜ ଓଷ୍ଠାଧରର ଦୌରାତ୍ମ୍ୟ ସେମାନଙ୍କ ମସ୍ତକ ଉପରେ ବର୍ତ୍ତୁ।
10 Nek' daždi po njima ugljevlje ognjeno, nek' se strovale u jamu da više ne ustanu!
ସେମାନଙ୍କ ଉପରେ ଜ୍ୱଳନ୍ତା ଅଙ୍ଗାର ପଡ଼ୁ। ସେମାନେ ଅଗ୍ନିରେ ନିକ୍ଷିପ୍ତ ହେଉନ୍ତୁ; ସେମାନେ ଯେପରି ଆଉ ଉଠି ନ ପାରିବେ, ଏଥିପାଇଁ ଗଭୀର ଗର୍ତ୍ତରେ ନିକ୍ଷିପ୍ତ ହେଉନ୍ତୁ।
11 Opadač se neće održat' na zemlji, silnika će odjednom zgrabiti nesreća.
ଦୁର୍ମୁଖ ଲୋକ ପୃଥିବୀରେ ସ୍ଥିର ହେବ ନାହିଁ; ଉପଦ୍ରବୀକୁ ନିପାତ କରିବା ପାଇଁ ଅମଙ୍ଗଳ ମୃଗୟା କରିବ।
12 Znam da će Jahve dati pravo ubogu i pravicu siromasima.
ସଦାପ୍ରଭୁ ଦୁଃଖୀର ବିବାଦ ଓ ଦୀନହୀନର ବିଚାର ନିଷ୍ପନ୍ନ କରିବେ, ଏହା ମୁଁ ଜାଣେ।
13 Zaista, pravedni će tvoje ime slaviti, pred tvojim će licem boraviti čestiti.
ଧାର୍ମିକମାନେ ଅବଶ୍ୟ ତୁମ୍ଭ ନାମର ଧନ୍ୟବାଦ କରିବେ; ସରଳ ଲୋକମାନେ ତୁମ୍ଭ ଛାମୁରେ ବାସ କରିବେ।

< Psalmi 140 >