< Psalmi 16 >

1 Miktam. Davidov. Čuvaj me, Bože, jer se tebi utječem.
ଦାଉଦଙ୍କର ମିକ୍ତାମ୍‍ (ଗୀତରତ୍ନ।) ହେ ପରମେଶ୍ୱର, ମୋତେ ରକ୍ଷା କର; କାରଣ ମୁଁ ତୁମ୍ଭଠାରେ ଶରଣ ନିଏ।
2 Jahvi rekoh: “Ti si moj gospodar, nema mi blaženstva bez tebe!”
ମୁଁ ସଦାପ୍ରଭୁଙ୍କୁ କହିଅଛି, “ତୁମ୍ଭେ ମୋହର ପ୍ରଭୁ, ତୁମ୍ଭ ବିନା ମୋହର କୌଣସି ମଙ୍ଗଳ ନାହିଁ।”
3 Za svetima što su u zemlji sav plamtim od čežnje!
ପୃଥିବୀରେ ଯେଉଁ ପବିତ୍ର ଲୋକମାନେ ଅଛନ୍ତି, ସେମାନେ ଆଦରଣୀୟ, ସେମାନଙ୍କଠାରେ ମୋହର ପରମ ସନ୍ତୋଷ।
4 Gomilaju patnje moje koji slijede bogove tuđe. Ja im ljevanica nalijevat' neću, ime im spominjat' neću usnama.
ଯେଉଁମାନେ ସଦାପ୍ରଭୁଙ୍କ ପରିବର୍ତ୍ତରେ ଅନ୍ୟ ଦେବତାକୁ ଗ୍ରହଣ କରନ୍ତି, ସେମାନଙ୍କ ଦୁଃଖ ବଢ଼ିଯିବ; ସେମାନଙ୍କ ଦତ୍ତ ରକ୍ତର ପେୟ-ନୈବେଦ୍ୟ ମୁଁ ଉତ୍ସର୍ଗ କରିବି ନାହିଁ, କିଅବା ମୁଁ ସେମାନଙ୍କ ଦେବତାଗଣର ନାମ ଆପଣା ଓଷ୍ଠାଧରରେ ନେବି ନାହିଁ।
5 Jahve mi je baština i kalež: Ti u ruci držiš moju sudbinu.
ସଦାପ୍ରଭୁ ମୋହର ଅଧିକାରର ଓ ପାନପାତ୍ରର ବାଣ୍ଟ ସ୍ୱରୂପ; ତୁମ୍ଭେ ମୋହର ବାଣ୍ଟ ସ୍ଥିର କରୁଅଛ।
6 Na divnu zemlju padoše mi konopi, vrlo mi je mila moja baština.
ମୋʼ ପାଇଁ ମାପିବା ଦଉଡ଼ି ମନୋହର ସ୍ଥାନରେ ପଡ଼ିଅଛି; ହଁ, ମୁଁ ଉତ୍ତମ ଅଧିକାର ପାଇଅଛି।
7 Blagoslivljam Jahvu koji me svjetuje te me i noću srce opominje.
ମୁଁ ସଦାପ୍ରଭୁଙ୍କର ଧନ୍ୟବାଦ କରିବି, ଯେ ମୋତେ ପରାମର୍ଶ ଦେଇଅଛନ୍ତି; ଆହୁରି, ରାତ୍ରିକାଳରେ ମୋହର ଚିତ୍ତ ମୋତେ ଉପଦେଶ ଦିଏ।
8 Jahve mi je svagda pred očima; jer mi je zdesna, neću posrnuti.
ମୁଁ ସର୍ବଦା ସଦାପ୍ରଭୁଙ୍କୁ ଆପଣା ସମ୍ମୁଖରେ ରଖିଅଛି; ସେ ମୋହର ଦକ୍ଷିଣ ପାଖରେ ଥିବାରୁ ମୁଁ ବିଚଳିତ ହେବି ନାହିଁ।
9 Stog' mi se raduje srce i kliče duša, i tijelo mi spokojno počiva.
ଏଥିପାଇଁ ମୋହର ଅନ୍ତଃକରଣ ଆନନ୍ଦିତ ଓ ମୋହର ଗୌରବ ଉଲ୍ଲସିତ ହୁଅଇ; ମୋʼ ଶରୀର ମଧ୍ୟ ନିରାପଦରେ ବାସ କରିବ।
10 Jer mi nećeš ostavit' dušu u Podzemlju ni dati da pravednik tvoj truleži ugleda. (Sheol h7585)
କାରଣ ତୁମ୍ଭେ ମୋʼ ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ; କିଅବା ତୁମ୍ଭେ ଆପଣା ପବିତ୍ର ଜନକୁ କ୍ଷୟ ପାଇବାକୁ ଦେବ ନାହିଁ। (Sheol h7585)
11 Pokazat ćeš mi stazu u život, puninu radosti pred licem svojim, sebi zdesna blaženstvo vječno.
ତୁମ୍ଭେ ମୋତେ ଜୀବନର ପଥ ଦେଖାଇବ; ତୁମ୍ଭ ସମ୍ମୁଖରେ ଆନନ୍ଦର ପୂର୍ଣ୍ଣତା ଥାଏ; ତୁମ୍ଭ ଦକ୍ଷିଣ ପାଖରେ ନିତ୍ୟ ସୁଖଭୋଗ ଥାଏ।

< Psalmi 16 >