< Psalmi 2 >

1 Zašto se bune narodi, zašto puci ludosti snuju?
ଗୋଷ୍ଠୀୟମାନେ କାହିଁକି କଳହ କରନ୍ତି; ଜନବୃନ୍ଦ କାହିଁକି ବୃଥାରେ ଷଡ଼ଯନ୍ତ୍ର କରନ୍ତି?
2 Ustaju kraljevi zemaljski, knezovi se rotÄe protiv Jahve i Pomazanika njegova:
ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତ ବ୍ୟକ୍ତିଙ୍କ ବିରୁଦ୍ଧରେ ଭୂପତିଗଣ ଠିଆ ହୁଅନ୍ତି ଓ ଶାସନକର୍ତ୍ତୃଗଣ ଏକତ୍ର ମନ୍ତ୍ରଣା କରନ୍ତି,
3 “Skršimo okove njihove i jaram njihov zbacimo!”
“ଆସ, ଆମ୍ଭେମାନେ ସେମାନଙ୍କ ବନ୍ଧନ ଛିଣ୍ଡାଇ ପକାଉ ଓ ଆମ୍ଭମାନଙ୍କ ନିକଟରୁ ସେମାନଙ୍କ ରଜ୍ଜୁ ଦୂର କରିଦେଉ।”
4 Smije se onaj što na nebu stoluje, Gospod im se podruguje.
ଯେ ସ୍ୱର୍ଗରେ ଉପବିଷ୍ଟ, ସେ ହସିବେ; ପ୍ରଭୁ ସେମାନଙ୍କୁ ପରିହାସ କରିବେ।
5 Tad im veli u svom gnjevu, žestinom ih on zbunjuje:
ତହୁଁ ସେ ଆପଣା କୋପରେ ସେମାନଙ୍କୁ କଥା କହିବେ ଓ ଆପଣା ମହାକୋପରେ ସେମାନଙ୍କୁ ବ୍ୟାକୁଳ କରିବେ;
6 “TÓa ja kralja svog postavih nad Sionom, svojom svetom gorom.”
“ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି।”
7 Obznanjujem odluku Jahvinu: Gospodin mi reče: “Ti si sin moj, danas te rodih.
ମୁଁ ସେହି ବିଧାନ ପ୍ରଚାର କରିବି; ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଆମ୍ଭର ପୁତ୍ର; ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ।
8 Zatraži samo, i dat ću ti puke u baštinu, i u posjed krajeve zemaljske.
ଆମ୍ଭ ନିକଟରେ ମାଗ, ତେବେ ଆମ୍ଭେ ତୁମ୍ଭର ଉତ୍ତରାଧିକାର ନିମନ୍ତେ ଗୋଷ୍ଠୀୟମାନଙ୍କୁ ଓ ତୁମ୍ଭର ଅଧିକାର ନିମନ୍ତେ ପୃଥିବୀର ପ୍ରାନ୍ତଭାଗସବୁ ତୁମ୍ଭକୁ ଦେବା।
9 Vladat ćeš njima palicom gvozdenÄom i razbit ih kao sud lončarski.”
ତୁମ୍ଭେ ଲୌହ ଦଣ୍ଡରେ ସେମାନଙ୍କୁ ଭାଙ୍ଗିବ; ତୁମ୍ଭେ କୁମ୍ଭକାରର ପାତ୍ର ପରି ସେମାନଙ୍କୁ ଚୂର୍ଣ୍ଣ କରିବ।”
10 Opametite se sada, vi kraljevi, Urazumite se, suci zemaljski.
ଏହି କାରଣରୁ, ହେ ରାଜାଗଣ, ତୁମ୍ଭେମାନେ ଏବେ ଜ୍ଞାନବାନ ହୁଅ, ହେ ପୃଥିବୀର ବିଚାରକର୍ତ୍ତୃଗଣ, ତୁମ୍ଭେମାନେ ଶିକ୍ଷା ଗ୍ରହଣ କର।
11 Služite Jahvi sa strahom, s trepetom se pokorite njemu,
ଭୟରେ ସଦାପ୍ରଭୁଙ୍କର ସେବା କର ଓ କମ୍ପିତ ହୋଇ ଉଲ୍ଲାସ କର।
12 da se ne razgnjevi te ne propadnete na putu, kad uskoro plane srdžba njegova. Blago svima koji se njemu utječu!
ପୁତ୍ରଙ୍କୁ ଚୁମ୍ବନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ, କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେବ। ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେସମସ୍ତେ ଧନ୍ୟ।

< Psalmi 2 >