< Psalmi 31 >
1 Zborovođi. Psalam. Davidov. Tebi se, Jahve, utječem, o, da se ne postidim nikada: u svojoj me pravdi izbavi!
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ଶରଣ ନେଇଅଛି; ମୋତେ କେବେ ଲଜ୍ଜିତ ହେବାକୁ ଦିଅ ନାହିଁ; ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କର।
2 Prikloni k meni uho svoje, pohiti da me oslobodiš! Budi mi hrid zaštite, tvrđava spasenja.
ମୋʼ ପ୍ରତି ଆପଣା କର୍ଣ୍ଣ ଡେର; ଶୀଘ୍ର ମୋତେ ଉଦ୍ଧାର କର; ତୁମ୍ଭେ ମୋʼ ପ୍ରତି ଦୃଢ଼ ଶୈଳ, ମୋହର ପରିତ୍ରାଣାର୍ଥକ ଦୁର୍ଗରୂପ ଗୃହ ହୁଅ।
3 Jer ti si hrid moja, tvđava moja, radi svoga imena vodi me i ravnaj.
କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ ଅଟ; ଏଥିପାଇଁ ନିଜ ନାମ ସକାଶୁ ମୋତେ ପଥ ଦେଖାଇ କଢ଼ାଇ ନିଅ।
4 Izvuci me iz mreže koju mi zapeše, jer ti si moje utočište.
ସେମାନେ ଗୋପନରେ ମୋʼ ପାଇଁ ଯେଉଁ ଜାଲ ପାତିଅଛନ୍ତି, ତହିଁରୁ ମୋତେ ଉଦ୍ଧାର କର; କାରଣ ତୁମ୍ଭେ ମୋହର ଦୃଢ଼ ଦୁର୍ଗ।
5 U tvoje ruke duh svoj predajem: otkupi me, Jahve, Bože vjerni.
ମୁଁ ତୁମ୍ଭ ହସ୍ତରେ ଆପଣା ଆତ୍ମା ସମର୍ପଣ କରେ; ହେ ସଦାପ୍ରଭୋ, ସତ୍ୟମୟ ପରମେଶ୍ୱର, ତୁମ୍ଭେ ମୋତେ ମୁକ୍ତ କରିଅଛ।
6 Ti mrziš one koji štuju ništavne kumire, a ja se u Jahvu uzdam.
ଯେଉଁମାନେ ଅସାର ପ୍ରତିମାଗଣକୁ ମାନନ୍ତି, ସେମାନଙ୍କୁ ମୁଁ ଘୃଣା କରେ; ମାତ୍ର ମୁଁ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ।
7 Radosno ću klicat' tvojoj milosti, jer si na moju bijedu pogledao, pomogao u tjeskobi duši mojoj.
ମୁଁ ତୁମ୍ଭ ଦୟାରେ ଆନନ୍ଦ ଓ ଉଲ୍ଲାସ କରିବି; କାରଣ ତୁମ୍ଭେ ମୋହର କ୍ଳେଶ ଦେଖିଅଛ; ତୁମ୍ଭେ ଦୁର୍ଦ୍ଦଶା ସମୟରେ ମୋʼ ପ୍ରାଣର ତତ୍ତ୍ୱ ନେଇଅଛ।
8 Nisi me predao u ruke dušmana, noge si mi na prostran put izveo.
ପୁଣି, ଶତ୍ରୁ ହସ୍ତରେ ତୁମ୍ଭେ ମୋତେ ବନ୍ଦ କରି ନାହଁ; ତୁମ୍ଭେ ପ୍ରଶସ୍ତ ସ୍ଥାନରେ ମୋର ଚରଣ ସ୍ଥାପନ କରିଅଛ।
9 Smiluj mi se, Jahve, jer sam u tjeskobi, od jada slabi mi oko, duša i tijelo.
ହେ ସଦାପ୍ରଭୋ, ମୋʼ ପ୍ରତି ଦୟା କର, କାରଣ ମୁଁ ବିପଦଗ୍ରସ୍ତ; ଦୁଃଖରେ ମୋହର ଚକ୍ଷୁ, ମୋହର ପ୍ରାଣ ଓ ମୋହର ଶରୀର କ୍ଷୀଣ ହେଉଅଛି।
10 Život mi se troši u gorčini, ljeta moja u jecanju. U muci mi se iscrpila snaga i kosti su moje klonule.
କାରଣ ଦୁଃଖରେ ମୋହର ଜୀବନ ଓ ହାହାକାରରେ ମୋହର ବର୍ଷ ବହି ଯାଉଅଛି; ମୋʼ ଅପରାଧ ସକାଶୁ ମୋର ବଳ କ୍ଷୀଣ ହେଉଅଛି ଓ ମୋର ଅସ୍ଥିସବୁ କ୍ଷୟ ପାଉଅଛି।
11 Dušmanima svojim postao sam ruglo, susjedima podsmijeh, a znancima strašilo; koji me vide vani, bježe od mene.
ମୁଁ ଆପଣା ସମସ୍ତ ବିପକ୍ଷଙ୍କ ସକାଶୁ ଆପଣା ପ୍ରତିବାସୀମାନଙ୍କର ଅତ୍ୟନ୍ତ ନିନ୍ଦାସ୍ପଦ ଓ ଆପଣା ପରିଚିତମାନଙ୍କର ଭୟସ୍ଥଳ ହୋଇଅଛି, ମୋତେ ବାହାରେ ଦେଖିଲା ଲୋକମାନେ ମୋʼ ନିକଟରୁ ପଳାଇଲେ।
12 Nestalo me k'o mrtvaca iz sjećanja ljudi, postadoh k'o razbijena posuda.
ମୁଁ ମୃତ ଲୋକ ତୁଲ୍ୟ ମନରୁ ବିସ୍ମୃତ ହୋଇଅଛି; ମୁଁ ଭଗ୍ନ ପାତ୍ର ସଦୃଶ।
13 Čujem šaputanje mnogih, užas odasvud: sastaju se protiv mene i smišljaju kako da mi život oduzmu.
କାରଣ ମୁଁ ଅନେକଙ୍କଠାରୁ ନିନ୍ଦାବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା; ସେମାନେ ମୋʼ ବିରୁଦ୍ଧରେ ଏକତ୍ର ମନ୍ତ୍ରଣା କଲା ବେଳେ ମୋʼ ପ୍ରାଣ ନେବା ପାଇଁ ସଂକଳ୍ପ କଲେ।
14 A ja se, Jahve, u tebe uzdam; govorim: Ti si Bog moj!
ମାତ୍ର ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ଶରଣ ନିଏ; ମୁଁ କହେ, “ତୁମ୍ଭେ ମୋହର ପରମେଶ୍ୱର।”
15 U tvojoj je ruci sudbina moja: istrgni me iz ruke dušmana i onih koji me progone!
ମୋହର ସମୟ ସବୁ ତୁମ୍ଭର ହସ୍ତଗତ; ମୋʼ ଶତ୍ରୁଗଣ ହସ୍ତରୁ ଓ ମୋʼ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର।
16 Rasvijetli lice nad slugom svojim, po svojoj me dobroti spasi.
ଆପଣା ଦାସ ପ୍ରତି ଆପଣା ମୁଖ ପ୍ରସନ୍ନ କର; ଆପଣା ସ୍ନେହପୂର୍ଣ୍ଣ କରୁଣାରେ ମୋତେ ପରିତ୍ରାଣ କର।
17 Jahve, ne bilo me stid što tebe zazvah! Neka se postide zlotvori, nek' u Podzemlju zamuknu. (Sheol )
ହେ ସଦାପ୍ରଭୋ, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ଡାକ ପକାଇଅଛି; ଦୁଷ୍ଟମାନେ ଲଜ୍ଜିତ ହେଉନ୍ତୁ, ସେମାନେ ପାତାଳରେ ନୀରବ ହେଉନ୍ତୁ। (Sheol )
18 Nek' zanijeme usne lažljive koje protiv pravednika govore drsko, oholo i prezirno.
ମିଥ୍ୟାବାଦୀ ଓଷ୍ଠାଧରସବୁ ମୂକ ହେଉ, ସେମାନେ ଅହଙ୍କାର ଓ ତୁଚ୍ଛ ଭାବରେ ଧାର୍ମିକମାନଙ୍କ ପ୍ରତିକୂଳରେ ଦର୍ପ କଥା କହନ୍ତି।
19 O, kako je velika, Jahve, tvoja dobrota, koju čuvaš za one koji te se boje, koju iskazuješ onima što se tebi utječu naočigled sinovima čovječjim.
ଆଃ, ତୁମ୍ଭେ ଆପଣା ଭୟକାରୀମାନଙ୍କ ପାଇଁ ଯେଉଁ ମଙ୍ଗଳ ସଞ୍ଚୟ କରିଅଛ, ମନୁଷ୍ୟ-ସନ୍ତାନଗଣ ସାକ୍ଷାତରେ ଆପଣା ଶରଣାଗତ ଲୋକଙ୍କ ପାଇଁ ଯେଉଁ ମଙ୍ଗଳ ସାଧନ କରିଅଛ, ତାହା କିପରି ମହତ୍!
20 Zaklanjaš ih štitom lica svoga od zavjera ljudskih; u šatoru svom ih skrivaš od jezika svadljivih.
ତୁମ୍ଭେ ମନୁଷ୍ୟର ସବୁ କୁମନ୍ତ୍ରଣାରୁ ସେମାନଙ୍କୁ ଆପଣା ଶ୍ରୀଛାମୁର ଅନ୍ତରାଳରେ ଲୁଚାଇବ; ତୁମ୍ଭେ ଜିହ୍ୱାସମୂହର ବିରୋଧରୁ ସେମାନଙ୍କୁ ଆପଣା ଆବାସରେ ଗୋପନ କରି ରଖିବ।
21 Blagoslovljen Jahve jer me obasu čudesnom dobrotom u gradu tvrdom.
ସଦାପ୍ରଭୁ ଧନ୍ୟ ହେଉନ୍ତୁ; କାରଣ ସେ ଦୃଢ଼ ନଗରରେ ମୋʼ ପ୍ରତି ଆପଣାର ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରିଅଛନ୍ତି।
22 U tjeskobi svojoj već mišljah: “Odbačen sam od pogleda tvoga.” Ali ti si čuo glas mog zaziva dok sam tebi vapio.
ମାତ୍ର ମୁଁ ତୁମ୍ଭ ଦୃଷ୍ଟିରୁ ଉଚ୍ଛିନ୍ନ ବୋଲି ଆପଣା ଅଧୈର୍ଯ୍ୟରେ କହିଥିଲି; ତଥାପି ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ ତୁମ୍ଭେ ମୋʼ ନିବେଦନର ରବ ଶୁଣିଲ।
23 Ljubite Jahvu, svi sveti njegovi: čuva Jahve svoje vjernike, a po zasluzi vraća onima koji postupaju oholo.
ହେ ସଦାପ୍ରଭୁଙ୍କ ସଦ୍ଭକ୍ତ ସମସ୍ତେ, ତାହାଙ୍କୁ ପ୍ରେମ କର; ସଦାପ୍ରଭୁ ବିଶ୍ୱସ୍ତ ଲୋକମାନଙ୍କୁ ରକ୍ଷା କରନ୍ତି ଓ ଗର୍ବାଚାରୀମାନଙ୍କୁ ବହୁଳ ରୂପେ ପ୍ରତିଫଳ ଦିଅନ୍ତି।
24 Budite hrabri i jaka srca, svi koji se u Jahvu uzdate!
ହେ ସଦାପ୍ରଭୁଙ୍କଠାରେ ଭରସାକାରୀ ସମସ୍ତେ, ତୁମ୍ଭେମାନେ ବଳବାନ ହୁଅ ଓ ତୁମ୍ଭମାନଙ୍କ ଅନ୍ତଃକରଣ ସାହସିକ ହେଉ।