< Psalmi 57 >

1 Zborovođi. Po napjevu “Ne pogubi!” Davidov. Miktam. Kad je ispred Šaula pobjegao u pećinu. Smiluj mi se, Bože, o smiluj se meni jer mi se duša utječe tebi! U sjenu tvojih krila zaklanjam se dok pogibao ne mine.
ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍‍-ତଶ୍‍ହେତ୍‍ ସ୍ୱରରେ ଦାଉଦଙ୍କର ଗୀତ। ମିକ୍ତାମ୍‍; ଗୁମ୍ଫାରେ ଶାଉଲଙ୍କ ସମ୍ମୁଖରୁ ପଳାଇବା ବେଳେ ରଚିତ। ହେ ପରମେଶ୍ୱର, ମୋତେ ଦୟା କର; ମୋତେ ଦୟା କର; କାରଣ ମୋʼ ପ୍ରାଣ ତୁମ୍ଭର ଶରଣାଗତ; ଆଉ, ଏହିସବୁ ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବି।
2 Vapijem Bogu višnjemu, Bogu koji mi čini dobro.
ମୁଁ ସର୍ବୋପରିସ୍ଥ ପରମେଶ୍ୱରଙ୍କ ନିକଟରେ, ମୋʼ ପକ୍ଷରେ ସର୍ବସାଧନକର୍ତ୍ତା ପରମେଶ୍ୱରଙ୍କ ନିକଟରେ ଡାକ ପକାଇବି।
3 Nek' pošalje s nebesa i spasi me, nek' postidi one što me progone: neka Bog pošalje dobrotu svoju i vjernost!
ମୋତେ ଗ୍ରାସ କରିବାକୁ ଇଚ୍ଛୁକ ଲୋକ ତିରସ୍କାର କରିବା ବେଳେ, ସେ ସ୍ୱର୍ଗରୁ ପଠାଇ ମୋତେ ତ୍ରାଣ କରିବେ; (ସେଲା) ପରମେଶ୍ୱର ଆପଣା ଦୟା ଓ ସତ୍ୟତା ପ୍ରେରଣ କରିବେ।
4 Ležim usred lavova koji proždiru ljudske sinove. Zubi su im koplja i strijele, a jezik im mač je naoštren.
ମୁଁ ସିଂହମାନଙ୍କ ମଧ୍ୟରେ ଅଛି; ମୁଁ ପ୍ରଜ୍ୱଳିତ ଲୋକମାନଙ୍କ ମଧ୍ୟରେ, ଯେଉଁ ମନୁଷ୍ୟ-ସନ୍ତାନଗଣର ଦନ୍ତ ବର୍ଚ୍ଛା ଓ ତୀର ତୁଲ୍ୟ, ପୁଣି, ଜିହ୍ୱା ତୀକ୍ଷ୍ଣ ଖଡ୍ଗ ତୁଲ୍ୟ, ସେମାନଙ୍କ ମଧ୍ୟରେ ଶୟନ କରେ।
5 Uzvisi se, Bože, nad nebesa, slava tvoja nek' je nad svom zemljom!
ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ହେଉ।
6 Mrežu namjestiše stopama mojim, stisnuše dušu moju; iskopaše preda mnom jamu: sami nek' u nju padnu!
ସେମାନେ ମୋʼ ଚରଣ ପାଇଁ ଜାଲ ପ୍ରସ୍ତୁତ କରିଅଛନ୍ତି; ମୋʼ ପ୍ରାଣ ଅବନତ ହୋଇଅଛି; ସେମାନେ ମୋʼ ସମ୍ମୁଖରେ ଗର୍ତ୍ତ ଖୋଳିଅଛନ୍ତି; ମାତ୍ର ସେମାନେ ନିଜେ ତହିଁ ମଧ୍ୟରେ ପତିତ ହୋଇଅଛନ୍ତି। (ସେଲା)
7 Postojano je srce moje, Bože, postojano je srce moje; pjevat ću i svirati.
ହେ ପରମେଶ୍ୱର, ମୋʼ ଚିତ୍ତ ସୁସ୍ଥିର ଅଛି, ମୋʼ ଚିତ୍ତ ସୁସ୍ଥିର ଅଛି; ମୁଁ ଗାନ କରିବି, ହଁ, ମୁଁ ପ୍ରଶଂସା ଗାନ କରିବି।
8 Probudi se, dušo moja! Probudi se, harfo i citaro! Probudit ću zoru jutarnju.
ହେ ମୋହର ଗୌରବ, ଜାଗ୍ରତ ହୁଅ; ହେ ନେବଲ ଓ ବୀଣେ, ଜାଗ୍ରତ ହୁଅ; ମୁଁ ନିଜେ ଅତି ପ୍ରଭାତରେ ଜାଗ୍ରତ ହେବି।
9 Hvalit ću te, Gospode, među narodima, među pucima pjevat ću tebi:
ହେ ପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ ଧନ୍ୟବାଦ ଦେବି; ମୁଁ ଦେଶୀୟଗଣ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି।
10 jer do neba je dobrota tvoja, do oblaka vjernost tvoja.
କାରଣ ତୁମ୍ଭର ଦୟା ସ୍ୱର୍ଗ ପର୍ଯ୍ୟନ୍ତ ମହତ ଓ ତୁମ୍ଭର ସତ୍ୟତା ଆକାଶ ପର୍ଯ୍ୟନ୍ତ।
11 Uzvisi se, Bože, nad nebesa, slava tvoja nek' je nad svom zemljom!
ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ହେଉ।

< Psalmi 57 >