< Rimljanima 7 >
1 Ili zar ne znate, braćo - poznavaocima zakona govorim - da zakon gospodari čovjekom samo za vrijeme njegova života.
ହେ ଭାଇମାନେ, ମନୁଷ୍ୟ ଯେପର୍ଯ୍ୟନ୍ତ ଜୀବିତ ଥାଏ, ସେପର୍ଯ୍ୟନ୍ତ ବ୍ୟବସ୍ଥା ଯେ ତାହାର ଉପରେ କର୍ତ୍ତୃତ୍ୱ କରେ, ଏହା ତୁମ୍ଭେମାନେ କଅଣ ଜାଣ ନାହିଁ? ମୁଁ ତ ମୋଶାଙ୍କ ବ୍ୟବସ୍ଥା ଜାଣିଥିବା ଲୋକମାନଙ୍କୁ କହୁଅଛି।
2 Doista, udana je žena vezana zakonom dok joj muž živi; umre li joj muž, riješena je zakona o mužu.
ସ୍ୱାମୀ ଯେପର୍ଯ୍ୟନ୍ତ ଜୀବିତ ଥାଏ, ସେପର୍ଯ୍ୟନ୍ତ ସ୍ତ୍ରୀ ସ୍ୱାମୀ ସହିତ ବ୍ୟବସ୍ଥା ଦ୍ୱାରା ଆବଦ୍ଧ ଥାଏ, କିନ୍ତୁ ସ୍ୱାମୀ ମରିଗଲେ ସ୍ତ୍ରୀ ବିବାହ ବ୍ୟବସ୍ଥାରୁ ମୁକ୍ତ ହୁଏ।
3 Dakle: dok joj muž živi, zvat će se, očito, preljubnicom pođe li za drugoga. Ako li joj pak muž umre, slobodna je od zakona te nije preljubnica pođe li za drugoga.
ଅତଏବ, ସ୍ୱାମୀ ବଞ୍ଚି ଥାଉ ଥାଉ ସ୍ତ୍ରୀ ଯଦି ଅନ୍ୟ ପୁରୁଷ ସହିତ ସଂଯୁକ୍ତ ହୁଏ, ତାହାହେଲେ ତାହାକୁ ବ୍ୟଭିଚାରିଣୀ ବୋଲି କୁହାଯିବ; କିନ୍ତୁ ଯଦି ସ୍ୱାମୀ ମରିଯାଏ, ତେବେ ସ୍ତ୍ରୀ ବିବାହ ବ୍ୟବସ୍ଥାରୁ ମୁକ୍ତ ହୁଏ, ଆଉ ଯଦି ସେ ଅନ୍ୟ ପୁରୁଷ ସହିତ ସଂଯୁକ୍ତ ହୁଏ, ତାହାହେଲେ ସେ ବ୍ୟଭିଚାରିଣୀ ହୁଏ ନାହିଁ।
4 Tako, braćo moja, i vi po tijelu Kristovu umrijeste Zakonu da pripadnete drugomu, Onomu koji je od mrtvih uskrišen, te plodove donosimo Bogu.
ଏଣୁ ହେ ମୋହର ଭାଇମାନେ, ଖ୍ରୀଷ୍ଟଙ୍କ ଶରୀର ଦ୍ୱାରା ତୁମ୍ଭେମାନେ ମଧ୍ୟ ମୋଶାଙ୍କ ବ୍ୟବସ୍ଥା ପ୍ରତି ମୃତ ହୋଇଅଛ, ଯେପରି ତୁମ୍ଭେମାନେ ଅନ୍ୟ ସହିତ ସଂଯୁକ୍ତ ହୁଅ, ଅର୍ଥାତ୍ ଆମ୍ଭେମାନେ ଈଶ୍ବରଙ୍କ ନିମନ୍ତେ ଫଳ ଉତ୍ପନ୍ନ କରିବା ପାଇଁ ଯେ ମୃତ୍ୟୁରୁ ଉତ୍ଥାପିତ ହୋଇଅଛନ୍ତି, ତାହାଙ୍କ ସହିତ ସଂଯୁକ୍ତ ହୁଅ।
5 Doista, dok bijasmo u tijelu, grešne su strasti, Zakonom izazvane, djelovale u našim udovima te smrti donosile plodove;
କାରଣ ଯେତେବେଳେ ଆମ୍ଭେମାନେ ଶରୀରର ବଶରେ ଥିଲୁ, ସେତେବେଳେ ବ୍ୟବସ୍ଥା ଦ୍ୱାରା ପାପାଭିଳାଷଗୁଡ଼ାକ ଆମ୍ଭମାନଙ୍କ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟରେ ମୃତ୍ୟୁ ନିମନ୍ତେ ଫଳ ଉତ୍ପନ୍ନ କରିବାକୁ କାର୍ଯ୍ୟ ସାଧନ କରୁଥିଲା,
6 sada pak umrijevši onomu što nas je sputavalo, riješeni smo Zakona te služimo u novosti Duha, a ne u stareži slova.
କିନ୍ତୁ ଯେପରି ଆମ୍ଭେମାନେ ଆବଦ୍ଧ ଥିଲୁ, ସେଥିପ୍ରତି ମୃତ ହୋଇ ଆମ୍ଭେମାନେ ବର୍ତ୍ତମାନ ବ୍ୟବସ୍ଥାରୁ ମୁକ୍ତ ହୋଇଅଛୁ; ଏଣୁ ଆମ୍ଭେମାନେ ଆକ୍ଷରିକ ପୁରାତନ ଭାବରେ ଦାସ୍ୟକର୍ମ ନ କରି ଆତ୍ମାରେ ନୂତନ ଭାବରେ ଦାସ୍ୟକର୍ମ କରୁଅଛୁ।
7 Što ćemo dakle reći? Je li Zakon grijeh? Nipošto! Nego: grijeha ne spoznah doli po Zakonu jer za požudu ne bih znao da Zakon nije govorio: Ne poželi!
ତେବେ, ଆମ୍ଭେମାନେ କଅଣ କହିବା? ମୋଶାଙ୍କ ବ୍ୟବସ୍ଥା କଅଣ ପାପ? ତାହା କେବେ ହେଁ ନ ହେଉ। ବରଂ ପାପ କଅଣ, ତାହା ମୋଶାଙ୍କ ବ୍ୟବସ୍ଥା ବିନା ମୁଁ ଜାଣି ନ ଥାଆନ୍ତି; କାରଣ ଲୋଭ କର ନାହିଁ, ମୋଶାଙ୍କ ବ୍ୟବସ୍ଥା ଏହା କହି ନ ଥିଲେ, ଲୋଭ କଅଣ, ତାହା ମୁଁ ଜାଣି ନ ଥାଆନ୍ତି।
8 A grijeh je, uhvativši priliku, po zapovijedi u meni prouzročio svakovrsnu požudu. Ta bez zakona grijeh je mrtav.
କିନ୍ତୁ ପାପ ସୁଯୋଗ ପାଇ ଆଜ୍ଞା ଦ୍ୱାରା ମୋʼ ଠାରେ ସବୁପ୍ରକାର ଲୋଭ ଜନ୍ମାଇଲା; କାରଣ ବ୍ୟବସ୍ଥା ବିନା ପାପ ମୃତ।
9 Da, ja sam nekoć živio bez zakona. Ali kad je došla zapovijed, grijeh oživje.
ଆଉ, ମୁଁ ଏ କ ସମୟରେ ବ୍ୟବସ୍ଥା ବିନା ଜୀବିତ ଥିଲି, କିନ୍ତୁ ଆଜ୍ଞା ଆସନ୍ତେ ପାପ ଜୀବିତ ହେଲା, ପୁଣି, ମୁଁ ମୃତ ହେଲି;
10 Ja pak umrijeh i ustanovi se: zapovijed dana za život bi mi na smrt.
ସେଥିରେ ଜୀବନଦାୟକ ଯେଉଁ ଆଜ୍ଞା, ତାହା ମୋʼ ପକ୍ଷରେ ମୃତ୍ୟୁଦାୟକ ବୋଲି ଜଣାଗଲା।
11 Doista grijeh, uhvativši priliku, zapovijeđu me zavede, njome me i ubi.
କାରଣ ପାପ ସୁଯୋଗ ପାଇ ଆଜ୍ଞା ଦ୍ୱାରା ମୋତେ ପ୍ରତାରଣା କଲା, ପୁଣି, ତାହା ଦ୍ୱାରା ମୋତେ ବଧ କଲା।
12 Tako: Zakon je svet, i zapovijed je sveta, i pravedna, i dobra.
ଅତଏବ, ବ୍ୟବସ୍ଥା ପବିତ୍ର, ପୁଣି, ଆଜ୍ଞା ପବିତ୍ର, ନ୍ୟାୟସଙ୍ଗତ ଓ ଉତ୍ତମ।
13 Pa zar se to dobro meni u smrt prometnu? Nipošto! Nego: grijeh, da se grijehom očituje, po tom dobru uzrokuje mi smrt - da grijeh po zapovijedi postane najvećim grešnikom.
ତେବେ, ଯାହା ଉତ୍ତମ, ତାହା କି ମୋʼ ପକ୍ଷରେ ମୃତ୍ୟୁଦାୟକ ହେଲା? ତାହା କେବେ ହେଁ ନ ହେଉ। କିନ୍ତୁ ପାପ ମୃତ୍ୟୁଦାୟକ ହେଲା, ଯେପରି ଯାହା ଉତ୍ତମ, ତାହା ଦେଇ ମୋʼ ପ୍ରତି ମୃତ୍ୟୁ ସାଧନ କରିବା ଦ୍ୱାରା ପାପ, ପାପ ବୋଲି ପ୍ରକାଶ ପାଏ, ପୁଣି, ଯେପରି ଆଜ୍ଞା ଦ୍ୱାରା ପାପ ଅତିଶୟ ପାପମୟ ହୁଏ।
14 Zakon je, znamo, duhovan; ja sam pak tjelesan, prodan pod grijeh.
ଯେଣୁ, ମୋଶାଙ୍କ ବ୍ୟବସ୍ଥା ଯେ ଆତ୍ମିକ, ଏହା ଆମ୍ଭେମାନେ ଜାଣୁ; କିନ୍ତୁ ମୁଁ ଶାରୀରିକ, ପାପର କ୍ରୀତଦାସ।
15 Zbilja ne razumijem što radim: ta ne činim ono što bih htio, nego što mrzim - to činim.
କାରଣ ମୁଁ ଯାହା କରେ, ତାହା ଜାଣେ ନାହିଁ; ଯେଣୁ ମୁଁ ଯାହା ଇଚ୍ଛା କରେ, ତାହା କରେ ନାହିଁ, ବରଂ ଯାହା ମୁଁ ଘୃଣା କରେ, ତାହା ହିଁ କରେ।
16 Ako li pak činim što ne bih htio, slažem se sa Zakonom, priznajem da je dobar.
କିନ୍ତୁ ଯାହା ମୁଁ ଇଚ୍ଛା କରେ ନାହିଁ, ତାହା ଯଦି କରେ, ତେବେ ବ୍ୟବସ୍ଥା ଯେ ଉତ୍ତମ, ତାହା ମୁଁ ସ୍ୱୀକାର କରେ।
17 Onda to ne činim više ja, nego grijeh koji prebiva u meni.
ଏଣୁ ମୁଁ ଆଉ ତାହା କରୁ ନାହିଁ, କିନ୍ତୁ ମୋʼ ଠାରେ ବାସ କରୁଥିବା ପାପ ତାହା କରୁଅଛି।
18 Doista znam da dobro ne prebiva u meni, to jest u mojem tijelu. Uistinu: htjeti mi ide, ali ne i činiti dobro.
କାରଣ ମୋʼ ଠାରେ, ଅର୍ଥାତ୍, ମୋʼ ଶରୀରରେ ଯେକୌଣସି ଉତ୍ତମ ବିଷୟ ବାସ କରେ ନାହିଁ, ଏହା ମୁଁ ଜାଣେ, ଯେଣୁ ମୁଁ ଇଚ୍ଛା କରିପାରୁଅଛି, କିନ୍ତୁ ଯାହା ଉତ୍ତମ, ତାହା କରିବା ନିମନ୍ତେ ମୋହର ସାମର୍ଥ୍ୟ ନାହିଁ।
19 Ta ne činim dobro koje bih htio, nego zlo koje ne bih htio - to činim.
କାରଣ ଯେଉଁ ଉତ୍ତମ କର୍ମ କରିବାକୁ ମୁଁ ଇଚ୍ଛା କରେ, ତାହା କରେ ନାହିଁ, କିନ୍ତୁ ଯେଉଁ ମନ୍ଦ କର୍ମ କରିବାକୁ ମୁଁ ଇଚ୍ଛା କରେ ନାହିଁ, ତାହା କରେ।
20 Ako li pak činim ono što ne bih htio, nipošto to ne radim ja, nego grijeh koji prebiva u meni.
କିନ୍ତୁ ଯାହା ମୁଁ ଇଚ୍ଛା କରେ ନାହିଁ, ତାହା ଯଦି କରେ, ତେବେ ମୁଁ ନିଜେ ତାହା ଆଉ କରେ ନାହିଁ, ମାତ୍ର ମୋʼ ଠାରେ ବାସ କରୁଥିବା ପାପ ତାହା କରେ।
21 Nalazim dakle ovaj zakon: kad bih htio činiti dobro, nameće mi se zlo.
ଅତଏବ, ଉତ୍ତମ କର୍ମ କରିବାକୁ ଇଚ୍ଛୁକ ଯେ ମୁଁ, ମୋʼ ନିକଟରେ ଯେ ମନ୍ଦ ଉପସ୍ଥିତ, ଏହି ବ୍ୟବସ୍ଥା ମୋʼଠାରେ କାର୍ଯ୍ୟ କରେ, ତାହା ମୁଁ ଦେଖୁଅଛି।
22 Po nutarnjem čovjeku s užitkom se slažem sa Zakonom Božjim,
କାରଣ ଆନ୍ତରିକ ପୁରୁଷର ଭାବାନୁସାରେ ମୁଁ ଈଶ୍ବରଙ୍କ ବ୍ୟବସ୍ଥାରେ ଆନନ୍ଦ କରେ,
23 ali opažam u svojim udovima drugi zakon koji vojuje protiv zakona uma moga i zarobljuje me zakonom grijeha koji je u mojim udovima.
କିନ୍ତୁ ମୁଁ ମୋହର ଅଙ୍ଗପ୍ରତ୍ୟଙ୍ଗରେ ଗୋଟିଏ ଭିନ୍ନ ବ୍ୟବସ୍ଥା ଦେଖେ, ତାହା ମୋହର ମନର ବ୍ୟବସ୍ଥା ବିପକ୍ଷରେ ଯୁଦ୍ଧ କରେ, ଆଉ ମୋହର ଅଙ୍ଗପ୍ରତ୍ୟଙ୍ଗରେ ଯେଉଁ ପାପର ବ୍ୟବସ୍ଥା ଅଛି, ମୋତେ ସେଥିର ବନ୍ଦୀ କରିଦିଏ।
24 Jadan li sam ja čovjek! Tko će me istrgnuti iz ovoga tijela smrtonosnoga?
ହାୟ, ଦୁର୍ଭାଗ୍ୟ ମନୁଷ୍ୟ ଯେ ମୁଁ, ମୋତେ ଏହି ମୃତ୍ୟୁର ଶରୀରରୁ କିଏ ଉଦ୍ଧାର କରିବ?
25 Hvala Bogu po Isusu Kristu Gospodinu našem! Ja, dakle, umom ja služim zakonu Božjemu, a tijelom zakonu grijeha.
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଉଦ୍ଧାର ହେତୁ ଈଶ୍ବରଙ୍କର ଧନ୍ୟବାଦ ହେଉ। ଅତଏବ, ମୁଁ ନିଜେ ମନ ଦ୍ୱାରା ଈଶ୍ବରଙ୍କ ବ୍ୟବସ୍ଥାର ଦାସ, କିନ୍ତୁ ଶରୀର ଦ୍ୱାରା ପାପ ବ୍ୟବସ୍ଥାର ଦାସ ଅଟେ।