< 2 Samuelova 5 >
1 Tehdy přišla všecka pokolení Izraelská k Davidovi do Hebronu, a mluvili, řkouce: Aj, my kost tvá a tělo tvé jsme.
ଏଥିଉତ୍ତାରେ ଇସ୍ରାଏଲର ସମସ୍ତ ବଂଶ ହିବ୍ରୋଣକୁ ଦାଉଦଙ୍କ ନିକଟକୁ ଆସି କହିଲେ, “ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ।
2 A předešlých časů, když byl Saul králem nad námi, ty jsi vyvodil i zase přivodil lid Izraelský. A nadto řekl Hospodin tobě: Ty pásti budeš lid můj Izraelský, a ty budeš vývoda nad Izraelem.
ଅତୀତରେ ଶାଉଲ ଆମ୍ଭମାନଙ୍କ ଉପରେ ରାଜା ଥିବା ସମୟରେ ତୁମ୍ଭେ ଇସ୍ରାଏଲର ସେନାକୁ ନେତୃତ୍ଵ ଦେଉଥିଲ; ପୁଣି ସଦାପ୍ରଭୁ ତୁମ୍ଭକୁ କହିଅଛନ୍ତି, ‘ତୁମ୍ଭେ ଆମ୍ଭ ଇସ୍ରାଏଲ ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଇସ୍ରାଏଲର ଅଗ୍ରଣୀ ହେବ।’”
3 Přišli také všickni starší Izraelští k králi do Hebronu, a učinil s nimi král David smlouvu v Hebronu před Hospodinem. I pomazali Davida za krále nad Izraelem.
ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ ନିକଟକୁ ଆସିଲେ; ତହିଁରେ ଦାଉଦ ରାଜା ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗରେ ନିୟମ କଲେ ଓ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ।
4 Ve třidcíti letech byl David, když počal kralovati, a kraloval čtyřidceti let.
ଦାଉଦ ତିରିଶ ବର୍ଷ ବୟସରେ ରାଜତ୍ୱ କରିବାକୁ ଆରମ୍ଭ କଲେ ଓ ସେ ଚାଳିଶ ବର୍ଷ ରାଜତ୍ୱ କଲେ।
5 V Hebronu kraloval nad Judou sedm let a šest měsíců, a v Jeruzalémě kraloval třidceti a tři léta nade vším Izraelem a Judou.
ସେ ହିବ୍ରୋଣରେ ଯିହୁଦା ଉପରେ ସାତ ବର୍ଷ ଛଅ ମାସ ରାଜତ୍ୱ କଲେ; ପୁଣି ସେ ଯିରୂଶାଲମରେ ସମସ୍ତ ଇସ୍ରାଏଲ ଓ ଯିହୁଦା ଉପରେ ତେତିଶ ବର୍ଷ ରାଜତ୍ୱ କଲେ।
6 Táhl pak král s lidem svým k Jeruzalému proti Jebuzejskému, obyvateli té země; kterýž mluvil Davidovi, řka: Nevejdeš sem, leč odejmeš slepé a kulhavé, pravíce: Nevejdeť sem David.
ଏଉତ୍ତାରେ ରାଜା ଓ ତାଙ୍କର ଲୋକମାନେ ଦେଶବାସୀ ଯିବୂଷୀୟମାନଙ୍କ ବିରୁଦ୍ଧରେ ଯିରୂଶାଲମକୁ ଯାତ୍ରା କଲେ, ତହିଁରେ ଦାଉଦ ଏହି ସ୍ଥାନକୁ ଆସି ପାରିବେ ନାହିଁ ବୋଲି ମନେ କରି ସେମାନେ ଦାଉଦଙ୍କୁ କହିଲେ, “ତୁମ୍ଭେ ଅନ୍ଧ ଓ ଛୋଟାମାନଙ୍କୁ ଦୂର ନ କଲେ, ଏହି ସ୍ଥାନକୁ ଆସିପାରିବ ନାହିଁ।”
7 A však vzal David hrad Sion, toť jest město Davidovo.
ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼କୁ ଅଧିକାର କଲେ; ଯାହା ଦାଉଦ-ନଗର ହେଲା।
8 Nebo řekl David v ten den: Kdož by koli porazil Jebuzea, a zlezl by žlaby jeho, a pobil by ty slepé i chromé, kteréž má v nenávisti duše Davidova, knížetem bude. Protož pravili: Slepý a kulhavý nevejde do toho domu.
ପୁଣି ଦାଉଦ ସେହି ଦିନ କହିଲେ, “ଯେକେହି ଯିବୂଷୀୟମାନଙ୍କୁ ବଧ କରେ, ସେ ଜଳ ପ୍ରଣାଳୀକୁ ଯାଇ ଦାଉଦ-ପ୍ରାଣର ଘୃଣିତ ସେହି ‘ଛୋଟା ଓ ଅନ୍ଧମାନଙ୍କୁ’ ବଧ କରୁ।” ଏହେତୁ ଲୋକେ କହନ୍ତି, “ଅନ୍ଧ ଓ ଛୋଟାମାନେ ସେଠାରେ ଅଛନ୍ତି; ସେ ସଦାପ୍ରଭୁଙ୍କ ଗୃହ ଭିତରକୁ ଆସିପାରିବ ନାହିଁ।”
9 I bydlil David na tom hradě, a nazval jej městem Davidovým; nebo vystavěl je David vůkol od Mello až do vnitřku.
ଏଥିଉତ୍ତାରେ ଦାଉଦ ସେହି ଦୃଢ଼ ଗଡ଼ରେ ବାସ କରି ତାହାର ନାମ ଦାଉଦ-ନଗର ରଖିଲେ। ଆଉ ଦାଉଦ ମିଲ୍ଲୋଠାରୁ ଭିତର ଆଡ଼େ ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।
10 A tak David čím dále tím více prospíval a rostl, Hospodin zajisté, Bůh zástupů, byl s ním.
ଆଉ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଦାଉଦଙ୍କର ସହାୟ ହେବାରୁ ସେ ଅଧିକରୁ ଅଧିକ ମହାନ ହେଲେ।
11 Poslal také Chíram král Tyrský posly k Davidovi a dříví cedrového, i tesaře, kameníky a zedníky umělé, kteříž vystavěli dům Davidovi.
ଏଥିଉତ୍ତାରେ ସୋରର ରାଜା ହୂରମ୍ ଦାଉଦଙ୍କ ନିକଟକୁ ଦୂତଗଣ ଓ ଏରସ କାଠ ଓ ବଢ଼େଇ ଓ ରାଜମିସ୍ତ୍ରୀମାନଙ୍କୁ ପଠାଇଲା; ତହିଁରେ ସେମାନେ ଦାଉଦଙ୍କ ନିମନ୍ତେ ଗୃହ ନିର୍ମାଣ କଲେ।
12 I poznal David, že ho potvrdil Hospodin za krále nad Izraelem, a že zvýšil království jeho pro lid svůj Izraelský.
ତହିଁରେ ସଦାପ୍ରଭୁ ଦାଉଦଙ୍କୁ ଇସ୍ରାଏଲର ରାଜପଦରେ ସ୍ଥିର କଲେ ଓ ଆପଣା ଇସ୍ରାଏଲ ଲୋକଙ୍କ ସକାଶୁ ତାଙ୍କ ରାଜ୍ୟ ଉନ୍ନତ କଲେ, ଏହା ସେ ବୁଝିଲେ।
13 Nabral pak sobě David ještě více ženin i žen z Jeruzaléma, když byl přišel z Hebronu, a naplodilo se Davidovi ještě více synů a dcer.
ଏଥିଉତ୍ତାରେ ଦାଉଦ ହିବ୍ରୋଣରୁ ଆସିଲା ଉତ୍ତାରେ ଯିରୂଶାଲମରେ ଆଉ ଅନେକ ଉପପତ୍ନୀ ଓ ଭାର୍ଯ୍ୟା ଗ୍ରହଣ କଲେ; ତହିଁରେ ଦାଉଦଙ୍କର ଆହୁରି ପୁତ୍ରକନ୍ୟା ଜାତ ହେଲେ।
14 A tato jsou jména těch, kteříž se jemu zrodili v Jeruzalémě: Sammua, Sobab, Nátan a Šalomoun;
ଯିରୂଶାଲମରେ ତାଙ୍କର ଔରସରେ ଯେଉଁମାନେ ଜନ୍ମିଲେ, ସେମାନଙ୍କର ନାମ ଏହି: ଯଥା: - ଶମ୍ମୂୟ ଓ ଶୋବବ୍ ଓ ନାଥନ ଓ ଶଲୋମନ
15 Též Ibchar a Elisua, a Nefeg a Jafia;
ଓ ୟିଭର ଓ ଇଲୀଶୂୟ ଓ ନେଫଗ୍ ଓ ଯାଫୀୟ
16 A Elisama a Eliada a Elifelet.
ଓ ଇଲୀଶାମା ଓ ଇଲୀୟାଦା ଓ ଇଲୀଫେଲଟ୍।
17 Uslyšavše pak Filistinští, že pomazali Davida za krále nad Izraelem, vytáhli všickni Filistinští hledati ho. Což když zvěděl David, sstoupil na místo hrazené.
ଏଉତ୍ତାରେ ଲୋକମାନେ ଦାଉଦଙ୍କୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରିଅଛନ୍ତି, ଏହା ପଲେଷ୍ଟୀୟମାନେ ଶୁଣି ସମସ୍ତ ପଲେଷ୍ଟୀୟ ଲୋକ ଦାଉଦଙ୍କୁ ଅନ୍ୱେଷଣ କରିବାକୁ ଆସିଲେ; ତହୁଁ ଦାଉଦ ତାହା ଶୁଣି ଗଡ଼କୁ ଚାଲିଗଲେ।
18 Protož Filistinští přitáhše, položili se v údolí Refaim.
ଏହି ସମୟରେ ପଲେଷ୍ଟୀୟମାନେ ଆସି ରଫାୟୀମ ତଳଭୂମିରେ ବିସ୍ତାର ହୋଇଥିଲେ
19 Tedy tázal se David Hospodina, řka: Potáhnu-li proti Filistinským? Vydáš-li je v ruku mou? Odpověděl Hospodin Davidovi: Táhni, neboť vydám jistotně Filistinské v ruku tvou.
ଏଥିରେ ଦାଉଦ ସଦାପ୍ରଭୁଙ୍କଠାରୁ ସାହାଯ୍ୟ ମାଗି କହିଲେ, “ମୁଁ କି ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଉଠି ଯିବି? ତୁମ୍ଭେ କି ସେମାନଙ୍କୁ ମୋʼ ହସ୍ତରେ ସମର୍ପଣ କରିବ?” ତହିଁରେ ସଦାପ୍ରଭୁ ଦାଉଦଙ୍କୁ କହିଲେ, “ଉଠିଯାଅ, କାରଣ ଆମ୍ଭେ ନିଶ୍ଚୟ ପଲେଷ୍ଟୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା।”
20 I přitáhl David do Balperazim, a porazil je tam, a řekl: Protrhlť jest Hospodin nepřátely mé přede mnou, jako vody protrhují břehy. Protož nazval jméno místa toho Balperazim.
ତହୁଁ ଦାଉଦ ବାଲ୍-ପରାସୀମ୍କୁ ଆସିଲେ ଓ ଦାଉଦ ସେଠାରେ ସେମାନଙ୍କୁ ଆଘାତ କଲେ; ପୁଣି ସେ କହିଲେ, “ସଦାପ୍ରଭୁ ମୋʼ ସମ୍ମୁଖରେ ମୋʼ ଶତ୍ରୁମାନଙ୍କୁ ଜଳ ଦ୍ୱାରା ସେତୁଭଙ୍ଗ ତୁଲ୍ୟ ଭଗ୍ନ କରିଅଛନ୍ତି।” ଏହେତୁ ସେ ସେହି ସ୍ଥାନର ନାମ ବାଲ୍-ପରାସୀମ୍ (ଭଗ୍ନ ସ୍ଥାନ) ରଖିଲେ।
21 Nebo zanechali tu rytin svých, kteréž pobral David i muži jeho.
ସେହି ସ୍ଥାନରେ ସେମାନେ ଆପଣା ପ୍ରତିମାଗଣକୁ ପରିତ୍ୟାଗ କରିଥିଲେ, ତହିଁରେ ଦାଉଦ ଓ ତାଙ୍କର ଲୋକମାନେ ସେହି ସବୁ ଦଗ୍ଧ କଲେ।
22 Opět znovu vytáhli Filistinští, a rozprostřeli se v údolí Refaim.
ଏଥିଉତ୍ତାରେ ପଲେଷ୍ଟୀୟମାନେ ପୁନର୍ବାର ଆସି ରଫାୟୀମ ତଳଭୂମିରେ ବିସ୍ତାର (ବିଶ୍ରାମ ନେଲେ) ହେଲେ।
23 I tázal se David Hospodina. Kterýž odpověděl: Netáhni, ale obejda je po zadu, teprv dotřeš na ně naproti moruším.
ତହିଁରେ ଦାଉଦ ସଦାପ୍ରଭୁଙ୍କୁ ସାହାଯ୍ୟ ମାଗନ୍ତେ, ସେ କହିଲେ, “ତୁମ୍ଭେ ଉଠି ଉଠିଯାଅ ନାହିଁ; ସେମାନଙ୍କ ପଶ୍ଚାତ୍ ଘୁରି ଆସି ତୂତ ବୃକ୍ଷ ତୋଟା ସମ୍ମୁଖରେ ସେମାନଙ୍କୁ ଆକ୍ରମଣ କର।
24 A když uslyšíš, že šustí vrchové moruší, hneš se také; nebo tehdáž vyjde Hospodin před tebou, aby zbil vojska Filistinských.
ପୁଣି ତୁମ୍ଭେ ସେହି ତୂତ ବୃକ୍ଷ ତୋଟା ଉପରେ ସୈନ୍ୟଗମନର ଶବ୍ଦ ଶୁଣିଲେ ଆକ୍ରମଣ କରିବ; କାରଣ ସେତେବେଳେ ସଦାପ୍ରଭୁ ପଲେଷ୍ଟୀୟମାନଙ୍କ ସୈନ୍ୟଦଳକୁ ଆଘାତ କରିବା ପାଇଁ ତୁମ୍ଭ ସମ୍ମୁଖରେ ଅଗ୍ରସର ହେବେ।”
25 I učinil David tak, jakž mu přikázal Hospodin, a porazil Filistinské od Gabaa, až kudy se jde do Gázer.
ତହିଁରେ ସଦାପ୍ରଭୁ ଯେପରି ଆଜ୍ଞା ଦେଲେ, ଦାଉଦ ସେପରି କଲେ ଓ ଗେବାଠାରୁ ଗେଷର ନିକଟ ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ଆଘାତ କଲେ।