< 1 Mojžišova 9 >
1 Tedy požehnal Bůh Noé i synům jeho a řekl jim: Ploďtež se a rozmnožujte se, a naplňte zemi.
ଏଥିଉତ୍ତାରେ ପରମେଶ୍ୱର ନୋହ ଓ ତାଙ୍କ ପୁତ୍ରମାନଙ୍କୁ ଆଶୀର୍ବାଦ କରି କହିଲେ, “ତୁମ୍ଭେମାନେ ପ୍ରଜାବନ୍ତ ଓ ବହୁବଂଶ ହୋଇ ପୃଥିବୀକୁ ପରିପୂର୍ଣ୍ଣ କର।
2 Strach váš a hrůza vaše buď na všeliký živočich země, a na všecko ptactvo nebeské. Všecko, což se hýbe na zemi, a všecky ryby mořské v ruce vaše dány jsou.
ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଓ ଉରୋଗାମୀ ଜନ୍ତୁ ଓ ସମୁଦ୍ରର ମତ୍ସ୍ୟ, ସମସ୍ତେ ତୁମ୍ଭମାନଙ୍କଠାରୁ ଭୀତ ଓ ଶଙ୍କାଯୁକ୍ତ ହେବେ; ସେହି ସମସ୍ତ ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଟନ୍ତି।
3 Všecko, což se hýbe a jest živo, bude vám za pokrm; jako i bylinu zelenou, dal jsem vám to všecko.
ପ୍ରତ୍ୟେକ ଗମନଶୀଳ ପ୍ରାଣୀ ତୁମ୍ଭମାନଙ୍କର ଖାଦ୍ୟ ହେବ, ଆମ୍ଭେ ହରିତ୍ ଶାକ ପରି ଏହି ସମସ୍ତ ତୁମ୍ଭମାନଙ୍କୁ ଦେଲୁ।
4 A však masa s duší jeho, kteráž jest krev jeho, nebudete jísti.
ମାତ୍ର ତୁମ୍ଭେମାନେ ସପ୍ରାଣ (ଅର୍ଥାତ୍) ସରକ୍ତ ମାଂସ ଖାଇବ ନାହିଁ।
5 A zajisté krve vaší, duší vašich vyhledávati budu; z rukou každého hovada vyhledávati jí budu, i z ruky člověka, ano i z ruky každého bratra jeho budu vyhledávati duše člověka.
ପୁଣି, ଆମ୍ଭେ ତୁମ୍ଭମାନଙ୍କ ଜୀବନରୂପ ରକ୍ତପାତର ପରିଶୋଧ ନିତାନ୍ତ ନେବା; ପ୍ରତ୍ୟେକ ପଶୁଠାରୁ ହେଉ କି ମନୁଷ୍ୟଠାରୁ ହେଉ, ତାହାରି ପରିଶୋଧ ନେବା; ଆମ୍ଭେ ପ୍ରତ୍ୟେକ ମନୁଷ୍ୟର ଭ୍ରାତାଠାରୁ ମନୁଷ୍ୟର ପ୍ରାଣର ପରିଶୋଧ ନେବା।
6 Kdo by koli vylil krev člověka, skrze člověka vylita bude krev jeho; nebo k obrazu svému učinil Bůh člověka.
ଯେକେହି ମନୁଷ୍ୟର ରକ୍ତପାତ କରିବ, ମନୁଷ୍ୟ ଦ୍ୱାରା ତାହାର ରକ୍ତପାତ କରାଯିବ; ଯେହେତୁ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ନିର୍ମାଣ କରିଅଛନ୍ତି।
7 Vy pak ploďte a množte se; v hojnosti se rozploďte na zemi, a rozmnoženi buďte na ní.
ତୁମ୍ଭେମାନେ ପ୍ରଜାବନ୍ତ ଓ ବହୁବଂଶ ହୁଅ, ଆଉ ପୃଥିବୀକୁ ପରିପୂର୍ଣ୍ଣ କରି ବର୍ଦ୍ଧିଷ୍ଣୁ ହୁଅ।”
8 I mluvil Bůh k Noé a synům jeho s ním, řka:
ଏଥିଉତ୍ତାରେ ପରମେଶ୍ୱର ନୋହଙ୍କୁ ଓ ତାଙ୍କର ସଙ୍ଗୀ ପୁତ୍ରମାନଙ୍କୁ କହିଲେ,
9 Já zajisté vcházím v smlouvu svou s vámi, i s semenem vaším po vás,
“ଦେଖ, ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ଭବିଷ୍ୟତ ବଂଶ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ଜୀବଜନ୍ତୁ ସହିତ,
10 A se všelikou duší živou, kteráž jest s vámi, z ptactva, z hovad a ze všech živočichů zemských, kteříž jsou s vámi, ode všech, kteříž vyšli z korábu, až do všelikého živočicha zemského.
ଅର୍ଥାତ୍, ଜାହାଜରୁ ବହିର୍ଗତ ଗ୍ରାମ୍ୟ ଓ ବନ୍ୟ ପଶୁ ଓ ପକ୍ଷୀ ପ୍ରଭୃତି ପୃଥିବୀସ୍ଥ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରୁଅଛୁ।
11 Protož utvrzuji smlouvu svou s vámi, že nebude vyhlazeno více všeliké tělo vodami potopy; aniž bude více potopa k zkažení země.
ଆମ୍ଭେ ତୁମ୍ଭମାନଙ୍କ ସହିତ ଏହି ନିୟମ ସ୍ଥିର କରିବୁ, ସମସ୍ତ ପ୍ରାଣୀ ଜଳପ୍ଳାବନ ଦ୍ୱାରା ଆଉ ଉଚ୍ଛିନ୍ନ ହେବେ ନାହିଁ; ପୁଣି, ପୃଥିବୀକୁ ବିନାଶ କରିବା ପାଇଁ ଆଉ ଜଳପ୍ଳାବନ ହେବ ନାହିଁ।”
12 I řekl Bůh: Totoť bude znamení smlouvy, kteréž já dávám, mezi mnou a mezi vámi, a mezi všelikou duší živou, kteráž jest s vámi, po všecky věky.
ପୁନଶ୍ଚ, ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ପ୍ରାଣୀବର୍ଗ ସହିତ ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ଯେଉଁ ନିୟମ ସ୍ଥିର କଲୁ, ତହିଁର ଚିହ୍ନ ଏହି;
13 Duhu svou postavil jsem na oblaku, a bude na znamení smlouvy mezi mnou a mezi zemí.
ଆମ୍ଭେ ମେଘରେ ଆପଣା ଧନୁ ସ୍ଥାପନ କରୁଅଛୁ, ତାହା ପୃଥିବୀ ସହିତ ଆମ୍ଭ ନିୟମର ଚିହ୍ନ ହେବ।
14 A budeť, když uvedu mračný oblak nad zemí, a ukáže se duha na oblaku,
ଯେତେବେଳେ ଆମ୍ଭେ ପୃଥିବୀ ଉପରେ ମେଘ ସଞ୍ଚାର କରିବା, ସେତେବେଳେ ସେହି ଧନୁ ମେଘରେ ଦେଖାଯିବ;
15 Že se rozpomenu na smlouvu svou, kteráž jest mezi mnou a mezi vámi a mezi všelikou duší živou v každém těle; a nebudou více vody ku potopě, aby zahladily všeliké tělo.
ତହିଁରେ ତୁମ୍ଭମାନଙ୍କ ସହିତ ଓ ମାଂସବିଶିଷ୍ଟ ସମୁଦାୟ ପ୍ରାଣୀ ସହିତ ଆମ୍ଭର ଯେଉଁ ନିୟମ ଅଛି, ତାହା ଆମ୍ଭର ସ୍ମରଣ ହେବ, ତହିଁରେ ସବୁ ପ୍ରାଣୀର ବିନାଶାର୍ଥେ ଜଳପ୍ଳାବନ ଆଉ ହେବ ନାହିଁ।
16 Nebo když bude duha ta na oblaku, popatřím na ni, abych se rozpomenul na smlouvu věčnou mezi Bohem a mezi všelikou duší živou v každém těle, kteréž jest na zemi.
ପୁଣି, ମେଘଧନୁ ହେଲେ, ଆମ୍ଭେ ତାହା ପ୍ରତି ଦୃଷ୍ଟିପାତ କରିବା, ତହିଁରେ ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ପରମେଶ୍ୱରଙ୍କର ଯେଉଁ ଅନନ୍ତକାଳସ୍ଥାୟୀ ନିୟମ ଅଛି, ତାହା ଆମ୍ଭେ ସ୍ମରଣ କରିବା।”
17 I řekl Bůh k Noé: Toť jest znamení smlouvy, kterouž jsem utvrdil mezi sebou a mezi všelikým tělem, kteréž jest na zemi.
ପରମେଶ୍ୱର ନୋହଙ୍କୁ କହିଲେ, “ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଯେଉଁ ନିୟମ ସ୍ଥିର କରିଅଛୁ, ତହିଁର ଏହି ଚିହ୍ନ ହେବ।”
18 Byli pak synové Noé, kteříž vyšli z korábu: Sem, Cham a Jáfet; a Cham byl otec Kanánův.
ନୋହଙ୍କର ଯେଉଁ ପୁତ୍ରମାନେ ଜାହାଜରୁ ବହିର୍ଗତ ହେଲେ, ସେମାନଙ୍କ ନାମ ଶେମ ଓ ହାମ ଓ ଯେଫତ୍; ହାମ କିଣାନର ପିତା।
19 Ti tři jsou synové Noé, a ti se rozprostřeli po vší zemi.
ଏହି ତିନି ଜଣ ନୋହଙ୍କର ପୁତ୍ର; ଏମାନଙ୍କ ବଂଶସବୁ ପୃଥିବୀରେ ବ୍ୟାପ୍ତ ହେଲା।
20 Noé pak obíraje se s zemí, začal dělati vinice.
ଏଥିଉତ୍ତାରେ ନୋହ କୃଷି କର୍ମରେ ପ୍ରବୃତ୍ତ ହୋଇ ଦ୍ରାକ୍ଷାକ୍ଷେତ୍ର କଲେ।
21 A pije víno, opil se, a obnažil se u prostřed stanu svého.
ତହିଁରେ ସେ ଦ୍ରାକ୍ଷାରସ ପାନ କରି ମତ୍ତ ହୋଇ ତମ୍ବୁ ମଧ୍ୟରେ ବିବସ୍ତ୍ର ହୋଇ ପଡ଼ିଲେ।
22 Viděl pak Cham, otec Kanánův, hanbu otce svého, a pověděl oběma bratřím svým vně.
ଏପରି ସମୟରେ କିଣାନର ପିତା ହାମ ଆପଣା ପିତାଙ୍କର ଉଲଙ୍ଗତା ଦେଖି ବାହାରେ ଆପଣା ଦୁଇ ଭାଇଙ୍କୁ ସମାଚାର ଦେଲା।
23 Tedy vzali Sem a Jáfet oděv, kterýžto oba položili na ramena svá, a jdouce zpátkem, zakryli hanbu otce svého; tváři pak jich byly odvráceny, a hanby otce svého neviděli.
ସେତେବେଳେ ଶେମ ଓ ଯେଫତ୍ ସ୍କନ୍ଧରେ ବସ୍ତ୍ର ଘେନି ପଶ୍ଚାଦ୍ଗତି କରି ଆପଣାମାନଙ୍କ ପିତାଙ୍କର ଉଲଙ୍ଗତା ଆଚ୍ଛାଦନ କଲେ; ସେମାନେ ପଛଆଡ଼କୁ ମୁଖ ରଖି ଯିବାରୁ ପିତାଙ୍କର ଉଲଙ୍ଗତା ଦେଖିଲେ ନାହିଁ।
24 Procítiv pak Noé po svém víně, zvěděl, co mu učinil syn jeho mladší.
ଏଉତ୍ତାରୁ ନୋହ ଦ୍ରାକ୍ଷାରସର ନିଦ୍ରାରୁ ଜାଗ୍ରତ ହୋଇ ଆପଣା ପ୍ରତି କନିଷ୍ଠ ପୁତ୍ରର ଆଚରଣ ଜ୍ଞାତ ହେଲେ।
25 I řekl: Zlořečený Kanán, služebník služebníků bude bratřím svým.
ପୁଣି, ସେ କହିଲେ, “କିଣାନ ଶାପଗ୍ରସ୍ତ ହେଉ; ସେ ଆପଣା ଭ୍ରାତୃଗଣର ଦାସାନୁଦାସ ହେବ।”
26 Řekl také: Požehnaný Hospodin, Bůh Semův, a buď Kanán služebníkem jejich.
ଆଉ ସେ କହିଲେ, “ଶେମର ପରମେଶ୍ୱର ସଦାପ୍ରଭୁ ଧନ୍ୟ ହେଉନ୍ତୁ; କିଣାନ ଶେମର ଦାସ ହେଉ।
27 Rozšiřiž Bůh milostivě Jáfeta, aby bydlil v stáncích Semových, a buď Kanán služebníkem jejich.
ପରମେଶ୍ୱର ଯେଫତ୍କୁ ବର୍ଦ୍ଧିଷ୍ଣୁ କରନ୍ତୁ; ପୁଣି, ସେ ଶେମର ତମ୍ବୁରେ ବାସ କରୁ; ଆଉ କିଣାନ ତାହାର ଦାସ ହେଉ।”
28 Živ pak byl Noé po potopě tři sta a padesáte let.
ଜଳପ୍ଳାବନ ଉତ୍ତାରେ ନୋହ ଆଉ ତିନି ଶହ ପଚାଶ ବର୍ଷ ବଞ୍ଚିଲେ।
29 A tak bylo všech dnů Noé devět set a padesáte let; i umřel jest.
ପୁଣି, ନୋହଙ୍କର ବୟସ ସର୍ବସୁଦ୍ଧା ନଅ ଶହ ପଚାଶ ବର୍ଷ ଥିଲା; ତହୁଁ ସେ ମଲେ।