< Jeremiáš 26 >
1 Na počátku kralování Joakima syna Joziášova, krále Judského, stalo se slovo toto od Hospodina, řkoucí:
ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ରାଜତ୍ଵର ଆରମ୍ଭରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା,
2 Takto praví Hospodin: Postav se v síňci domu Hospodinova, a mluv ke všechněm městům Judským, přicházejícím klaněti se v domě Hospodinově, všecka slova, kteráž tobě přikazuji mluviti k nim, neujímejž slova,
“ଯଥା, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ଠିଆ ହୁଅ ଓ ସଦାପ୍ରଭୁଙ୍କ ଗୃହରେ ପ୍ରମାଣ କରିବା ପାଇଁ ଯିହୁଦାର ନଗରସମୂହରୁ ଆଗତ ଲୋକମାନଙ୍କୁ ଯେଉଁ ସକଳ କଥା କହିବା ପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା କରୁ, ତାହାସବୁ ସେମାନଙ୍କୁ କୁହ; ଗୋଟିଏ କଥା ଛାଡ଼ ନାହିଁ।
3 Zdali by aspoň uposlechli, a odvrátili se jeden každý od cesty své zlé, abych litoval zlého kteréž myslím učiniti jim pro nešlechetnost předsevzetí jejich.
ହୋଇପାରେ, ସେମାନେ ମନୋଯୋଗ କରି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ ସେମାନଙ୍କ ଆଚରଣର ଦୁଷ୍ଟତା ହେତୁ ଆମ୍ଭେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ମନସ୍ଥ କରିଅଛୁ, ତହିଁରୁ ନିବୃତ୍ତ ହେବା।
4 Rciž tedy jim: Takto praví Hospodin: Neuposlechnete-li mne, abyste chodili v zákoně mém, kterýž jsem předložil vám,
ପୁଣି, ତୁମ୍ଭେ ସେମାନଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯଦି ତୁମ୍ଭମାନଙ୍କ ସମ୍ମୁଖରେ ଆମ୍ଭର ସ୍ଥାପିତ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ,
5 Poslouchajíce slov služebníků mých proroků, kteréž já posílám k vám, jakož jste, když jsem je, ráno přivstávaje posílal, neposlouchali:
ଆମ୍ଭର ଯେଉଁ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ଆମ୍ଭେ ଅତି ପ୍ରଭାତରେ ଉଠି ତୁମ୍ଭମାନଙ୍କ ନିକଟକୁ ପଠାଇ ଆସିଅଛୁ, ମାତ୍ର ତୁମ୍ଭେମାନେ ମନୋଯୋଗ କରି ନାହଁ, ସେମାନଙ୍କ ବାକ୍ୟରେ ଯଦି ତୁମ୍ଭେମାନେ ମନୋଯୋଗ ନ କରିବ;
6 Jistě žeť naložím s domem tímto jako s Sílo, a město toto vydám v proklínání všechněm národům země.
ତେବେ ଆମ୍ଭେ ଏହି ଗୃହକୁ ଶୀଲୋର ସମାନ କରିବା ଓ ଏହି ନଗରକୁ ପୃଥିବୀସ୍ଥ ସକଳ ଗୋଷ୍ଠୀର ଅଭିଶାପାସ୍ପଦ କରିବା।’”
7 Slyšeli pak kněží a proroci, i všecken lid Jeremiáše mluvícího slova ta v domu Hospodinovu.
ପୁଣି, ଯିରିମୀୟ ସଦାପ୍ରଭୁଙ୍କ ଗୃହରେ ଏହିସବୁ କଥା କହିବାର ଯାଜକମାନେ ଓ ଭବିଷ୍ୟଦ୍ବକ୍ତାମାନେ ଓ ଲୋକ ସମସ୍ତେ ଶୁଣିଲେ।
8 I stalo se, že hned, jakž přestal Jeremiáš mluviti všeho, cožkoli přikázal Hospodin mluviti ke všemu lidu, jali jej ti kněží a proroci i všecken lid ten, řkouce: Smrtí umřeš.
ଆଉ, ଯିରିମୀୟ ସମସ୍ତ ଲୋକଙ୍କ ନିକଟରେ ସଦାପ୍ରଭୁଙ୍କର ଆଜ୍ଞାପିତ ସକଳ କଥା କହିବାର ସମାପ୍ତ କଲା ଉତ୍ତାରେ, ଯାଜକ, ଭବିଷ୍ୟଦ୍ବକ୍ତାମାନେ ଓ ଲୋକ ସମସ୍ତେ ତାଙ୍କୁ ଧରି କହିଲେ, “ତୁମ୍ଭେ ନିଶ୍ଚୟ ମରିବ।
9 Proč jsi prorokoval ve jménu Hospodinovu, řka: Stane se jako Sílo domu tomuto, a město toto tak spustne, že nebude v něm žádného obyvatele? Shromažďoval se pak všecken lid k Jeremiášovi do domu Hospodinova.
‘ଏହି ଗୃହ ଶୀଲୋ ସମାନ ଓ ଏହି ନଗର ଉଚ୍ଛିନ୍ନ ଓ ନିବାସୀବିହୀନ ହେବ ବୋଲି ତୁମ୍ଭେ କାହିଁକି ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲ?’” ଆଉ, ସଦାପ୍ରଭୁଙ୍କ ଗୃହରେ ସମସ୍ତ ଲୋକ ଯିରିମୀୟଙ୍କ ନିକଟରେ ଏକତ୍ରିତ ହେଲେ।
10 Tedy uslyšavše knížata Judská ty věci, přišli z domu královského do domu Hospodinova, a posadili se u dveří brány Hospodinovy nové.
ଏଥିଉତ୍ତାରେ ଯିହୁଦାର ଅଧିପତିମାନେ ଏହିସବୁ ବିଷୟ ଶୁଣି ରାଜଗୃହରୁ ସଦାପ୍ରଭୁଙ୍କ ଗୃହକୁ ଆସିଲେ ଓ ସଦାପ୍ରଭୁଙ୍କ ଗୃହର ନୂତନ ଦ୍ୱାରର ପ୍ରବେଶ ସ୍ଥାନରେ ବସିଲେ।
11 I řekli kněží a proroci těm knížatům a všemu lidu, řkouce: Hoden jest smrti muž tento; nebo prorokoval proti městu tomuto, jakž jste slyšeli v své uši.
ତହିଁରେ ଯାଜକମାନେ ଓ ଭବିଷ୍ୟଦ୍ବକ୍ତାମାନେ, ଅଧିପତିମାନଙ୍କୁ ଓ ଲୋକ ସମସ୍ତଙ୍କୁ ଏହି କଥା କହିଲେ, “ଏହି ମନୁଷ୍ୟ ପ୍ରାଣଦଣ୍ଡର ଯୋଗ୍ୟ; କାରଣ ସେ ଏହି ନଗର ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛି, ଏହା ତୁମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛ।”
12 Tedy promluvil Jeremiáš ke všechněm knížatům těm i ke všemu lidu, řka: Hospodin poslal mne, abych prorokoval o domu tomto i o městě tomto všecky ty věci, kteréž jste slyšeli.
ତହୁଁ ଯିରିମୀୟ ସକଳ ଅଧିପତି ଓ ସକଳ ଲୋକଙ୍କୁ ଏହି କଥା କହିଲେ, “ତୁମ୍ଭେମାନେ ଯେସବୁ କଥା ଶୁଣିଅଛ, ସେହି ସମସ୍ତ ଭବିଷ୍ୟଦ୍ବାକ୍ୟ ଏହି ଗୃହ ଓ ଏହି ନଗର ବିରୁଦ୍ଧରେ ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ପ୍ରେରଣ କଲେ।
13 Protož nyní polepšte cest svých a předsevzetí svých, a poslouchejte hlasu Hospodina Boha svého, i bude litovati Hospodin toho zlého, kteréž vyřkl proti vám.
ଏହେତୁ ଏବେ ତୁମ୍ଭେମାନେ ଆପଣା ଆପଣା ଆଚରଣ ଓ କ୍ରିୟା ଶୁଧୁରାଅ, ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ବାକ୍ୟ ମାନ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛନ୍ତି, ତାହା କରିବାରୁ କ୍ଷାନ୍ତ ହେବେ।
14 Já pak aj, v rukou vašich jsem, učiňte mi, což se vám za dobré a spravedlivé vidí.
ମାତ୍ର ଦେଖ, ମୁଁ ତୁମ୍ଭମାନଙ୍କ ହସ୍ତରେ ଅଛି: ଯାହା ତୁମ୍ଭମାନଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ ତାହା ମୋʼ ପ୍ରତି କର।
15 Ale však jistotně vězte, usmrtíte-li mne, že krev nevinnou na sebe uvedete, i na město toto, i na obyvatele jeho; nebo v pravdě poslal mne Hospodin k vám, abych mluvil v uši vaše všecka slova tato.
କେବଳ ଏହା ନିଶ୍ଚିତ ରୂପେ ଜାଣ ଯେ, ତୁମ୍ଭେମାନେ ମୋତେ ବଧ କଲେ ଆପଣାମାନଙ୍କ ଉପରେ, ଏହି ନଗର ଉପରେ ଓ ତନ୍ନିବାସୀମାନଙ୍କ ଉପରେ ନିର୍ଦ୍ଦୋଷର ରକ୍ତପାତର ଅପରାଧ ବର୍ତ୍ତାଇବ; କାରଣ ଏହି ସମସ୍ତ କଥା ତୁମ୍ଭମାନଙ୍କ କର୍ଣ୍ଣଗୋଚରରେ କହିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ସତ୍ୟ।”
16 I řekli knížata i všecken lid kněžím a těm prorokům: Nemáť nikoli muž tento odsuzován býti na smrt, poněvadž ve jménu Hospodina Boha našeho mluvil nám.
ତହିଁରେ ଅଧିପତିମାନେ ଓ ଲୋକ ସମସ୍ତେ ଯାଜକମାନଙ୍କୁ ଓ ଭବିଷ୍ୟଦ୍ବକ୍ତାଗଣଙ୍କୁ କହିଲେ, “ଏହି ମନୁଷ୍ୟ ପ୍ରାଣଦଣ୍ଡର ଯୋଗ୍ୟ ନୁହେଁ; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ସେ ଆମ୍ଭମାନଙ୍କୁ କଥା କହିଅଛି।”
17 Tedy povstali někteří z starších té země, a promluvili ke všemu shromáždění lidu, řkouce:
ସେତେବେଳେ ଦେଶର ପ୍ରାଚୀନବର୍ଗଙ୍କ ମଧ୍ୟରୁ କେହି କେହି ଉଠି ଲୋକମାନଙ୍କ ସମସ୍ତ ସମାଜକୁ ଏହି କଥା କହିଲେ,
18 Micheáš Moraštický prorokoval za času Ezechiáše krále Judského, a pravil všemu lidu Judskému, řka: Takto praví Hospodin zástupů: Sion jako pole orán bude, a Jeruzalém jako hromady, hora pak domu tohoto jako lesové vysocí.
“ଯିହୁଦାର ରାଜା ହିଜକୀୟର ସମୟରେ ମୋରେଷ୍ଟୀୟ ମୀଖା ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା; ଆଉ, ସେ ଯିହୁଦାର ସମସ୍ତ ଲୋକଙ୍କୁ ଏହି କଥା କହିଲା, ‘ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ସିୟୋନ କ୍ଷେତ୍ର ତୁଲ୍ୟ ଚଷା ଯିବ ଓ ଯିରୂଶାଲମ ଢିପି ହେବ, ପୁଣି ଯେଉଁ ପର୍ବତରେ ମନ୍ଦିର ଅଛି, ତାହା ବନସ୍ଥ ଉଚ୍ଚସ୍ଥଳୀର ସମାନ ହେବ।’
19 Zdaliž hned proto usmrtil jej Ezechiáš král Judský a všecken Juda? Zdaliž neulekl se Hospodina, a nemodlil se Hospodinu? I litoval Hospodin toho zlého, kteréž vyřkl proti nim. Protož my činíme velmi zlou věc proti dušem svým.
ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ ସମସ୍ତେ କʼଣ ତାହାଙ୍କୁ କୌଣସିମତେ ବଧ କରିଥିଲେ? ହିଜକୀୟ କʼଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କʼଣ କ୍ଷାନ୍ତ ନୋହିଲେ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ।”
20 A byl také muž prorokující ve jménu Hospodinovu, Uriáš syn Semaiášův z Kariatjeharim, kterýž prorokoval o městě tomto i o zemi této v táž všecka slova jako Jeremiáš.
ଆହୁରି, ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାରକାରୀ ଅନ୍ୟ ଏକ ବ୍ୟକ୍ତି ଥିଲା, ସେ କିରୀୟଥ୍-ଯିୟାରୀମସ୍ଥ ଶମୟୀୟର ପୁତ୍ର ଊରୀୟ; ସେ ଯିରିମୀୟର ସମସ୍ତ ବାକ୍ୟ ପରି ଏହି ନଗର ଓ ଏହି ଦେଶ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଥିଲେ।
21 A když uslyšel král Joakim a všickni udatní jeho, i všecka knížata slova jeho, hned usiloval král usmrtiti jej. O čemž uslyšev Uriáš, bál se, a utíkaje, přišel do Egypta.
ତହିଁରେ ଯିହୋୟାକୀମ୍ ରାଜା, ଆପଣା ବୀରମାନଙ୍କ ଓ ସମସ୍ତ ଅଧିପତିମାନଙ୍କ ସହିତ ସେହି କଥା ଶୁଣନ୍ତେ, ରାଜା ତାହାକୁ ବଧ କରିବାକୁ ଚେଷ୍ଟା କଲା; ମାତ୍ର ଊରୀୟ ଏହା ଶୁଣି ଭୀତ ହୋଇ ମିସରକୁ ପଳାଇଗଲା।
22 Ale poslal král Joakim některé do Egypta, Elnatana syna Achborova i jiné s ním do Egypta.
ତହିଁରେ ଯିହୋୟାକୀମ୍ ରାଜା ମିସରକୁ ଲୋକ ପଠାଇଲା, ଅର୍ଥାତ୍, ଅକ୍ବୋରର ପୁତ୍ର ଇଲ୍ନାଥନ୍କୁ ଓ ତାହା ସଙ୍ଗେ ଅନ୍ୟ କେତେକ ଲୋକଙ୍କୁ ମିସରକୁ ପଠାଇଲା;
23 Kteříž vyvedše Uriáše z Egypta, přivedli jej k králi Joakimovi. I zabil jej mečem, a vhodil tělo jeho do hrobů lidu obecného.
ତହୁଁ ସେମାନେ ଊରୀୟକୁ ମିସରରୁ ଆଣି ଯିହୋୟାକୀମ୍ ରାଜା ନିକଟରେ ଉପସ୍ଥିତ କରାଇଲେ; ରାଜା ତାହାକୁ ଖଡ୍ଗରେ ବଧ କରି, ସାମାନ୍ୟ ଲୋକମାନଙ୍କର କବର ସ୍ଥାନରେ ତାହାର ଶବ ପକାଇଦେଲା।
24 A však ruka Achikamova syna Safanova byla při Jeremiášovi, aby ho nevydával v ruku lidu k usmrcení jeho.
ମାତ୍ର ଶାଫନ୍ର ପୁତ୍ର ଅହୀକାମ ଯିରିମୀୟଙ୍କ ସପକ୍ଷ ଥିବାରୁ ହତ ହେବା ନିମନ୍ତେ ଯିରିମୀୟ ଲୋକମାନଙ୍କ ହସ୍ତରେ ସମର୍ପିତ ହେଲେ ନାହିଁ।