< Lukáš 18 >

1 Pověděl jim také i podobenství, kterak by potřebí bylo vždycky se modliti a neoblevovati,
କ୍ଳାନ୍ତ ନ ହୋଇ ସର୍ବଦା ପ୍ରାର୍ଥନା କରିବା ଯେ କର୍ତ୍ତବ୍ୟ, ଏହି ବିଷୟରେ ଯୀଶୁ ଶିଷ୍ୟମାନଙ୍କୁ ଦୃଷ୍ଟାନ୍ତ ଦେଇ କହିଲେ,
2 Řka: Byl jeden soudce v městě jednom, kterýž se Boha nebál, a člověka nestyděl.
“ଗୋଟିଏ ନଗରରେ ଜଣେ ବିଚାରକର୍ତ୍ତା ଥିଲେ, ସେ ଈଶ୍ବରଙ୍କୁ ଭୟ କରୁ ନ ଥିଲେ କି ମନୁଷ୍ୟକୁ ମାନୁ ନ ଥିଲେ।
3 Byla pak vdova v témž městě. I přišla k němu, řkuci: Pomsti mne nad protivníkem mým.
ସେହି ନଗରରେ ଜଣେ ବିଧବା ଥିଲା, ତାହା ପ୍ରତି ଅନ୍ୟାୟ କରିଥିବା ଲୋକ ବିରୁଦ୍ଧରେ ବିଚାର ନିଷ୍ପତ୍ତି କରିବା ପାଇଁ ସେ ଥରକୁଥର ବିଚାରକର୍ତ୍ତାଙ୍କ ନିକଟକୁ ଯାଇ କହୁଥିଲା।
4 On pak dlouho nechtěl. Ale potom řekl sám v sobě: Ač se Boha nebojím, ani člověka nestydím,
ଆଉ ସେ କେତେ ସମୟ ପର୍ଯ୍ୟନ୍ତ ସହମତ ହେଉ ନ ଥିଲେ; କିନ୍ତୁ ପରେ ସେ ମନେ ମନେ କହିଲେ, ‘ଯଦିବା ମୁଁ ଈଶ୍ବରଙ୍କୁ ଭୟ କରେ ନାହିଁ କିମ୍ବା ମନୁଷ୍ୟକୁ ମାନେ ନାହିଁ,
5 Však že mi pokoje nedá tato vdova, pomstím jí, aby naposledy přijduci, neuhaněla mne.
ତଥାପି ଏହି ବିଧବାଟା ମୋତେ କଷ୍ଟ ଦେଉଥିବାରୁ ମୁଁ ତାହା ପ୍ରତି କରାଯାଇଥିବା ଅନ୍ୟାୟର ବିଚାର କରିବି, ନୋହିଲେ ସେ ସବୁବେଳେ ଆସି ମୋତେ ବ୍ୟତିବ୍ୟସ୍ତ କରୁଥିବ।’”
6 I dí Pán: Slyšte, co praví ten soudce nepravý.
ସେଥିରେ ପ୍ରଭୁ କହିଲେ, “ଏହି ଅଧାର୍ମିକ ବିଚାରକର୍ତ୍ତା କଅଣ କହୁଅଛନ୍ତି, ତାହା ଶୁଣ।
7 A což by pak Bůh nepomstil vyvolených svých, volajících k němu dnem i nocí, ačkoli i prodlévá jim?
ତେବେ ଈଶ୍ବରଙ୍କର ଯେଉଁ ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ଡାକୁଥାଆନ୍ତି, ସେ କି ସେମାନଙ୍କର ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ ନାହିଁ, ଯଦ୍ୟପି ସେ ସେମାନଙ୍କ ଶତ୍ରୁମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି?
8 Pravímť vám, žeť jich brzo pomstí. Ale když přijde Syn člověka, zdaliž nalezne víru na zemi?
ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଶୀଘ୍ର ସେମାନଙ୍କ ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ। ତଥାପି ମନୁଷ୍ୟପୁତ୍ର ଆସି ପୃଥିବୀରେ କଅଣ ବିଶ୍ୱାସ ଦେଖିବେ?”
9 I řekl také proti některým, kteříž v sebe doufali, že by spravedliví byli, jiných za nic nevážíce, podobenství toto:
ନିଜ ନିଜକୁ ଧାର୍ମିକ ମନେ କରି ଅନ୍ୟ ସମସ୍ତଙ୍କୁ ତୁଚ୍ଛ କରୁଥିବା କେତେକ ଆତ୍ମନିର୍ଭରଶୀଳ ଲୋକଙ୍କୁ ସେ ଏହି ଦୃଷ୍ଟାନ୍ତ ମଧ୍ୟ କହିଲେ,
10 Dva muži vstupovali do chrámu, aby se modlili, jeden farizeus, a druhý publikán.
“ଦୁଇ ଜଣ ଲୋକ ପ୍ରାର୍ଥନା କରିବା ନିମନ୍ତେ ମନ୍ଦିରକୁ ଗଲେ, ଜଣେ ଫାରୂଶୀ ଓ ଅନ୍ୟ ଜଣକ କରଗ୍ରାହୀ।
11 Farizeus stoje, takto se sám v sobě modlil: Bože, děkuji tobě, že nejsem jako jiní lidé, dráči, nespravedliví, cizoložníci, aneb jako i tento publikán.
ଫାରୂଶୀ ଠିଆ ହୋଇ ଆପଣା ନିକଟରେ ଏହି ପ୍ରକାର ପ୍ରାର୍ଥନା କରିବାକୁ ଲାଗିଲେ, ‘ହେ ଈଶ୍ବର, ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି ଯେ, ମୁଁ ଅନ୍ୟ ସମସ୍ତ ଲୋକଙ୍କ ପରି ଅତ୍ୟାଚାରୀ, ଅଧାର୍ମିକ, ବ୍ୟଭିଚାରୀ କିମ୍ବା ଏହି କରଗ୍ରାହୀ ପରି ସୁଦ୍ଧା ନୁହେଁ;
12 Postím se dvakrát do téhodne, desátky dávám ze všech věcí, kterýmiž vládnu.
ମୁଁ ସପ୍ତାହରେ ଦୁଇ ଥର ଉପବାସ କରିଥାଏ ଓ ମୋହର ସମସ୍ତ ଆଦାୟର ଦଶମାଂଶ ଦେଇଥାଏ।’
13 Publikán pak zdaleka stoje, nechtěl ani očí k nebi pozdvihnouti. Ale bil se v prsy své, řka: Bože, buď milostiv mně hříšnému.
କିନ୍ତୁ କରଗ୍ରାହୀ ଦୂରରେ ଠିଆ ହୋଇ ସ୍ୱର୍ଗ ଆଡ଼େ ଅନେଇବାକୁ ସୁଦ୍ଧା ସାହସ କଲା ନାହିଁ, କିନ୍ତୁ ନିଜ ଛାତିରେ ମାରିହୋଇ କହିବାକୁ ଲାଗିଲା, ‘ହେ ଈଶ୍ବର, ମୁଁ ପାପୀ ମୋତେ ଦୟା କରନ୍ତୁ।’
14 Pravímť vám: Odšel tento, ospravedlněn jsa, do domu svého, a ne onen. Nebo každý, kdož se povyšuje, bude ponížen; a kdož se ponižuje, bude povýšen.
ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଲୋକ ନୁହେଁ, ବରଂ କର ଆଦାୟକାରୀ ଧାର୍ମିକ ଗଣିତ ହୋଇ ନିଜ ଘରକୁ ଚାଲିଗଲା; କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, କିନ୍ତୁ ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ।”
15 Přinášeli také k němu i nemluvňátka, aby se jich dotýkal. To viděvše učedlníci, přimlouvali jim.
ଯୀଶୁ ଯେପରି ଶିଶୁମାନଙ୍କୁ ସ୍ପର୍ଶ କରନ୍ତି, ଏଥିପାଇଁ ଲୋକେ ସେମାନଙ୍କୁ ମଧ୍ୟ ତାହାଙ୍କ ନିକଟକୁ ଆଣିବାକୁ ଲାଗିଲେ; ମାତ୍ର ଶିଷ୍ୟମାନେ ତାହା ଦେଖି ସେମାନଙ୍କୁ ଧମକ ଦେବାକୁ ଲାଗିଲେ।
16 Ale Ježíš svolav je, řekl: Nechte dítek, ať jdou ke mně, a nebraňte jim, nebo takovýchť jest království Boží.
କିନ୍ତୁ ଯୀଶୁ ସେମାନଙ୍କୁ ଆପଣା ପାଖକୁ ଡାକି କହିଲେ, “ଶିଶୁମାନଙ୍କୁ ମୋ ନିକଟକୁ ଆସିବାକୁ ଦିଅ, ଆଉ ସେମାନଙ୍କୁ ମନା କର ନାହିଁ; କାରଣ ଈଶ୍ବରଙ୍କ ରାଜ୍ୟ ଏହି ପ୍ରକାର ଲୋକମାନଙ୍କର।
17 Amen pravím vám: Kdož by koli nepřijal království Božího jako dítě, nevejdeť nikoli do něho.
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଶିଶୁ ପରି ଈଶ୍ବରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ।”
18 I otázalo se ho jedno kníže, řka: Mistře dobrý, co čině, život věčný obdržím? (aiōnios g166)
ଜଣେ ଯିହୁଦୀ ଧର୍ମଗୁରୁ ତାହାଙ୍କୁ ପଚାରିଲେ, ହେ ସଦ୍‌ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି? (aiōnios g166)
19 I řekl jemu Ježíš: Co mne nazýváš dobrým? Žádný není dobrý, než jediný, totiž Bůh.
ସେଥିରେ ଯୀଶୁ ତାହାଙ୍କୁ କହିଲେ, “ମୋତେ ସତ୍ ବୋଲି କାହିଁକି କହୁଅଛ? ଜଣଙ୍କ ବିନା, ଅର୍ଥାତ୍‍ ଈଶ୍ବରଙ୍କ ବିନା ଅନ୍ୟ କେହି ସତ୍ ନୁହେଁ।
20 Umíš přikázaní: Nezcizoložíš, nezabiješ, nepokradeš, nepromluvíš křivého svědectví, cti otce svého i matku svou.
ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, ଆପଣା ପିତାମାତାଙ୍କୁ ସମାଦର କର।”
21 On pak řekl: Toho všeho ostříhal jsem od své mladosti.
ସେ କହିଲେ, ଏହି ସମସ୍ତ ମୁଁ ଯୌବନକାଳରୁ ପାଳନ କରି ଆସିଅଛି।
22 Ale slyšav to Ježíš, řekl mu: Ještěť se jednoho nedostává. Všecko, což máš, prodej, a rozdej chudým, a budeš míti poklad v nebi, a poď, následuj mne.
ଯୀଶୁ ଏହା ଶୁଣି ତାହାଙ୍କୁ କହିଲେ, “ତୁମ୍ଭର ଆଉ ଗୋଟିଏ ବିଷୟ ଉଣା ଅଛି; ତୁମ୍ଭେ ନିଜର ସବୁ ବିକି ଦେଇ ଗରିବମାନଙ୍କୁ ବାଣ୍ଟିଦିଅ, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।”
23 On pak uslyšav to, zarmoutil se; byl zajisté bohatý velmi.
କିନ୍ତୁ ସେ ଏହି ସମସ୍ତ କଥା ଶୁଣି ଅତ୍ୟନ୍ତ ଦୁଃଖିତ ହେଲେ, କାରଣ ସେ ଅତିଶୟ ଧନୀ ଥିଲେ।
24 A viděv jej Ježíš zarmouceného, řekl: Aj, jak nesnadně ti, kdož statky mají, do království Božího vejdou!
ସେଥିରେ ଯୀଶୁ ତାହାଙ୍କୁ ଦେଖି କହିଲେ, “ଯେଉଁମାନଙ୍କର ଧନ ଅଛି, ସେମାନେ କେଡ଼େ କଷ୍ଟରେ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରନ୍ତି!
25 Snáze jest zajisté velbloudu skrze jehelnou dírku projíti, nežli bohatému vjíti do království Božího.
କାରଣ ଈଶ୍ବରଙ୍କ ରାଜ୍ୟରେ ଧନୀ ଲୋକର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚିର ଛିଦ୍ର ଦେଇ ଓଟର ପ୍ରବେଶ କରିବା ସହଜ।”
26 Tedy řekli ti, kteříž to slyšeli: I kdož může spasen býti?
ଯେଉଁମାନେ ଏହା ଶୁଣିଲେ, ସେମାନେ କହିଲେ, ତେବେ କିଏ ପରିତ୍ରାଣ ପାଇ ପାରେ?
27 A on dí: Což jest nemožného u lidí, možné jest u Boha.
କିନ୍ତୁ ସେ କହିଲେ, “ଯାହା ମଣିଷର ଅସମ୍ଭବ, ତାହା ଈଶ୍ବରଙ୍କର ସମ୍ଭବ।”
28 I řekl Petr: Aj, my opustili jsme všecko, a šli jsme za tebou.
ସେଥିରେ ପିତର କହିଲେ, ଦେଖନ୍ତୁ, ଆମ୍ଭେମାନେ ନିଜ ନିଜର ସବୁ କିଛି ଛାଡ଼ି ଆପଣଙ୍କ ଅନୁଗାମୀ ହୋଇଅଛୁ।
29 On pak řekl jim: Amen pravím vám, že není žádného, kterýž by opustil dům, neb rodiče, neb bratří, neb manželku, neb dítky, pro království Boží,
ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଲୋକମାନେ ଈଶ୍ବରଙ୍କ ରାଜ୍ୟ ନିମନ୍ତେ ଗୃହ କିମ୍ବା ସ୍ତ୍ରୀ କିମ୍ବା ଭାଇ କିମ୍ବା ପିତାମାତା କିମ୍ବା ସନ୍ତାନସନ୍ତତି ପରିତ୍ୟାଗ କରିଅଛନ୍ତି
30 Aby nevzal v tomto času mnohem více, v budoucím pak věku života věčného. (aiōn g165, aiōnios g166)
ସେମାନେ ଇହକାଳରେ ବହୁଗୁଣରେ ଓ ପରକାଳରେ ଅନନ୍ତ ଜୀବନ ପାଇବେ।” (aiōn g165, aiōnios g166)
31 Tedy pojav dvanácte, řekl jim: Aj, vstupujeme do Jeruzaléma, a naplníť se všecko Synu člověka to, což psáno jest skrze proroky.
ପରେ ଯୀଶୁ ବାର ଜଣ ଶିଷ୍ୟଙ୍କୁ ଏକତ୍ର କରି ସେମାନଙ୍କୁ କହିଲେ, “ଦେଖ, ଆମ୍ଭେମାନେ ଯିରୂଶାଲମ ସହରକୁ ଯାଉଅଛୁ, ଆଉ ଭାବବାଦୀମାନଙ୍କ ଦ୍ୱାରା ଯେଉଁ ସମସ୍ତ ବିଷୟ ଲେଖାଯାଇଅଛି, ସେ ସମସ୍ତ ମନୁଷ୍ୟପୁତ୍ରଙ୍କଠାରେ ସଫଳ ହେବ;
32 Nebo vydán bude pohanům, a bude posmíván, a zlehčen, i uplván.
କାରଣ ସେ ଅଣଯିହୁଦୀମାନଙ୍କ ହସ୍ତରେ ସମର୍ପିତ ହେବେ, ପୁଣି, ସେମାନେ ତାହାଙ୍କୁ ପରିହାସ କରିବେ, ତାହାଙ୍କ ପ୍ରତି ଅତ୍ୟାଚାର କରି ତାହାଙ୍କ ଉପରେ ଛେପ ପକାଇବେ,
33 A ubičujíce, zamordují jej, ale třetího dne z mrtvých vstane.
ତାହାଙ୍କୁ କୋରଡ଼ା ମାରି ବଧ କରିବେ, ଆଉ ତୃତୀୟ ଦିନରେ ସେ ପୁନର୍ବାର ଉଠିବେ।”
34 Oni pak tomu nic nerozuměli, a bylo slovo to skryto před nimi, aniž věděli, co se pravilo.
କିନ୍ତୁ ଶିଷ୍ୟମାନେ ଏହିସବୁ ବିଷୟ କିଛି ବୁଝିଲେ ନାହିଁ; ଏହି ବାକ୍ୟ ସେମାନଙ୍କଠାରୁ ଗୁପ୍ତ ହୋଇ ରହିଲା, ପୁଣି, ଯାହା କୁହାଯାଉଥିଲା, ସେ ସବୁ ବୁଝୁ ନ ଥିଲେ।
35 I stalo se, když se přibližovali k Jericho, slepý jeden seděl podlé cesty, žebře.
ସେ ଯିରୀହୋର ନିକଟବର୍ତ୍ତୀ ହେଉଥିବା ସମୟରେ ଜଣେ ଅନ୍ଧ ବାଟ ପାଖରେ ବସି ଭିକ ମାଗୁଥିଲା।
36 A slyšev zástup pomíjející, otázal se, co by to bylo.
ସେ ଲୋକମାନଙ୍କ ଯାଉଥିବାର ଶବ୍ଦ ଶୁଣି କଥା କଅଣ ବୋଲି ପଚାରିବାକୁ ଲାଗିଲା।
37 I oznámili jemu, že Ježíš Nazaretský tudy jde.
ସେମାନେ ତାହାକୁ କହିଲେ, ନାଜରିତୀୟ ଯୀଶୁ ଏହି ବାଟ ଦେଇ ଯାଉଅଛନ୍ତି।
38 I zvolal, řka: Ježíši, synu Davidův, smiluj se nade mnou.
ସେଥିରେ ସେ ଉଚ୍ଚସ୍ୱରରେ କହିଲେ, ହେ ଯୀଶୁ, ଦାଉଦଙ୍କ ସନ୍ତାନ, ମୋତେ ଦୟା କରନ୍ତୁ।
39 A ti, kteříž napřed šli, přimlouvali mu, aby mlčal. Ale on mnohem více volal: Synu Davidův, smiluj se nade mnou.
ମାତ୍ର ଆଗରେ ଯାଉଥିବା ଲୋକମାନେ ତାହାଙ୍କୁ ତୁନି ହେବା ପାଇଁ ଧମକ ଦେବାକୁ ଲାଗିଲେ, କିନ୍ତୁ ସେ ଆହୁରି ଅଧିକ ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ଦାଉଦଙ୍କ ସନ୍ତାନ ମୋତେ ଦୟା କରନ୍ତୁ।
40 Tedy zastaviv se Ježíš, rozkázal ho k sobě přivésti. A když se přibližoval, otázal se ho,
ସେଥିରେ ଯୀଶୁ ଠିଆ ହୋଇ ଅନ୍ଧକୁ ଆପଣା ନିକଟକୁ ଆଣିବା ପାଇଁ ଆଦେଶ ଦେଲେ; ଯେତେବେଳେ ଅନ୍ଧଟି ପାଖକୁ ଆସିଲା, ଯୀଶୁ ତାହାକୁ ପଚାରିଲେ,
41 Řka: Co chceš, ať učiním? On pak dí: Pane, ať vidím.
“ମୁଁ ତୁମ୍ଭ ପାଇଁ କଅଣ କରିବି ବୋଲି ତୁମ୍ଭେ ଇଚ୍ଛା କରୁଅଛ?” ଅନ୍ଧ କହିଲା, ହେ ପ୍ରଭୁ, ମୁଁ ଯେପରି ଦେଖି ପାରିବି।
42 A Ježíš řekl jemu: Prohlédni. Víra tvá tě uzdravila.
ଯୀଶୁ ତାହାକୁ କହିଲେ, “ଦୃଷ୍ଟି ପାଅ; ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି।”
43 A i hned prohlédl, a šel za ním, velebě Boha. A všecken lid viděv to, vzdal chválu Bohu.
ସେହିକ୍ଷଣି ସେ ଦେଖି ପାରିଲେ ଏବଂ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ କରୁ ତାହାଙ୍କ ପଛେ ପଛେ ଚାଲିବାକୁ ଲାଗିଲେ ଏବଂ ଲୋକ ସମସ୍ତେ ତାହା ଦେଖି ଈଶ୍ବରଙ୍କ ପ୍ରଶଂସା କଲେ।

< Lukáš 18 >