< Marek 6 >

1 I vyšel odtud a přišel do vlasti své, a šli za ním učedlníci jeho.
ଯୀଶୁ ସେହି ସ୍ଥାନରୁ ପ୍ରସ୍ଥାନ କରି ନିଜ ପୈତୃକ ନଗରକୁ ଆସିଲେ ଓ ତାହାଙ୍କ ଶିଷ୍ୟମାନେ ତାହାଙ୍କର ଅନୁସରଣ କଲେ।
2 A když bylo v sobotu, počal učiti v škole, a mnozí slyšíce, děsili se, řkouce: Odkud tento má tyto věci? A jaká jest to moudrost, kteráž jest dána jemu, že i takové moci dějí se skrze ruce jeho?
ବିଶ୍ରାମବାର ଉପସ୍ଥିତ ହୁଅନ୍ତେ ସେ ସମାଜଗୃହରେ ଶିକ୍ଷା ଦେବାକୁ ଲାଗିଲେ; ଆଉ ଅନେକେ ତାହାଙ୍କର କଥା ଶୁଣି ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ଏ ଲୋକର ଏହିସବୁ କେଉଁଠାରୁ ହେଲା? ପୁଣି, ଏହାକୁ ଯେଉଁ ଜ୍ଞାନ ଦିଆଯାଇଅଛି ଓ ଯେଉଁ ଶକ୍ତିର କାର୍ଯ୍ୟ ଏହାର ହସ୍ତ ଦ୍ୱାରା ସାଧିତ ହେଉଅଛି, ଏସବୁ ବା କଅଣ?
3 Zdaliž tento není ten tesař, syn Marie, bratr pak Jakubův a Jozesův a Judův a Šimonův? A zdaliž nejsou i sestry jeho zde u nás? I horšili se na něm.
ଏ କି ସେହି ବଢ଼େଇ ନୁହେଁ? ଏ କି ମରୀୟମର ପୁଅ, ଆଉ ଯାକୁବ, ଯୋସି, ଯିହୂଦା ଓ ଶିମୋନର ଭାଇ ନୁହେଁ? ପୁଣି, ଏହାର ଭଉଣୀମାନେ କି ଏଠାରେ ଆମ୍ଭମାନଙ୍କ ସାଙ୍ଗରେ ନାହାନ୍ତି? ଆଉ ସେମାନେ ତାହାଙ୍କଠାରେ ବିଘ୍ନ ପାଇଲେ।
4 I řekl jim Ježíš: Není prorok beze cti, jediné v vlasti své a v rodině své a v domě svém.
ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ନିଜ ପୈତୃକ ନଗର, ନିଜ ଜ୍ଞାତି ଓ ନିଜ ପରିବାର ବିନା ଭାବବାଦୀ ଅନ୍ୟ କୌଣସିଠାରେ ହତାଦର ହୁଅନ୍ତି ନାହିଁ।”
5 I nemohl tu divu žádného učiniti, jediné málo nemocných, vzkládaje na ně ruce, uzdravil.
ପୁଣି, ଅଳ୍ପ କେତେକ ରୋଗୀ ଲୋକଙ୍କ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କରିବା ବିନା ସେ ସ୍ଥାନରେ ସେ ଆଉ କୌଣସି ମହତର କାର୍ଯ୍ୟ କରିପାରିଲେ ନାହିଁ।
6 I podivil se jejich nevěře, a obcházel vůkol po městečkách, uče.
ପୁଣି, ସେମାନଙ୍କ ଅବିଶ୍ୱାସ ହେତୁ ଚମତ୍କୃତ ହେଲେ।
7 A svolav k sobě těch dvanácte, počal je posílati po dvou a dvou, a dal jim moc nad duchy nečistými.
ପରେ ସେ ଚାରିଆଡ଼େ ଗ୍ରାମେ ଗ୍ରାମେ ଭ୍ରମଣ କରି ଶିକ୍ଷା ଦେବାକୁ ଲାଗିଲେ। ଇତିମଧ୍ୟରେ ସେ ବାର ଶିଷ୍ୟମାନଙ୍କୁ ନିକଟକୁ ଡାକି ସେମାନଙ୍କୁ ଦୁଇ ଦୁଇ ଜଣ କରି ପ୍ରେରଣ କରିବାକୁ ଆରମ୍ଭ କଲେ ଏବଂ ଅଶୁଚି ଆତ୍ମାମାନଙ୍କ ଉପରେ ସେମାନଙ୍କୁ ଅଧିକାର ଦେଲେ,
8 A přikázal jim, aby ničeho nebrali na cestu, jediné toliko hůl, ani mošny, ani chleba, ani do opasku peněz,
ଆଉ ଯାତ୍ରା ନିମନ୍ତେ କେବଳ ଖଣ୍ଡେ ବାଡ଼ି ବିନା ରୁଟି କି ଝୋଲି କି ଗାଞ୍ଜିଆରେ ପଇସା ନ ନେବାକୁ ସେମାନଙ୍କୁ ଆଜ୍ଞା ଦେଲେ;
9 Ale aby obuté měli nohy v střevíce, a neobláčeli dvou sukní.
କିନ୍ତୁ ସେମାନଙ୍କୁ ପାଦୁକା ପିନ୍ଧିବାକୁ କହିଲେ, ଦୁଇଟି ଅଙ୍ଗରଖା ପିନ୍ଧିବାକୁ ବାରଣ କଲେ।
10 A pravil jim: Kdežkoli vešli byste do domu, tu ostaňte, dokudž nevyšli byste odtud.
ପୁଣି, ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯେକୌଣସି ଗୃହରେ ପ୍ରବେଶ କରିବ, ସେ ସ୍ଥାନରୁ ପ୍ରସ୍ଥାନ ନ କରିବା ପର୍ଯ୍ୟନ୍ତ ସେଠାରେ ରୁହ।
11 A kdož by koli vás nepřijali, ani vás neposlouchali, vyjdouce odtud, vyrazte prach z noh svých na svědectví jim. Amen pravím vám: Lehčeji bude Sodomským a Gomorským v den soudný než městu tomu.
ମାତ୍ର ଯେକୌଣସି ସ୍ଥାନରେ ଲୋକମାନେ ତୁମ୍ଭମାନଙ୍କୁ ଗ୍ରହଣ କରିବେ ନାହିଁ, ବା ତୁମ୍ଭମାନଙ୍କ କଥା ଶୁଣିବେ ନାହିଁ, ସେ ସ୍ଥାନରୁ ପ୍ରସ୍ଥାନ ସମୟରେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦଧୂଳି ଝାଡି଼ଦିଅ।”
12 Tedy vyšedše, kázali, aby pokání činili.
ସେଥିରେ ସେମାନେ ପ୍ରସ୍ଥାନ କରି ମନ-ପରିବର୍ତ୍ତନ କରିବା ଯେ କର୍ତ୍ତବ୍ୟ, ଏହା ପ୍ରଚାର କଲେ,
13 A ďábelství mnohá vymítali, a mazali olejem mnohé nemocné, i uzdravovali.
ପୁଣି, ଅନେକ ଭୂତ ଛଡ଼ାଇଲେ ଓ ଅନେକ ରୋଗୀ ଲୋକଙ୍କୁ ତୈଳ ଲଗାଇ ସୁସ୍ଥ କଲେ।
14 A uslyšev o tom Heródes král, (nebo zjevné učiněno bylo jméno jeho, ) pravil, že Jan Křtitel vstal z mrtvých, a protož divové dějí se skrze něho.
ତାହାଙ୍କ ନାମ ବିଖ୍ୟାତ ହେବାରୁ ହେରୋଦ ରାଜା ତାହାଙ୍କ ବିଷୟରେ ଶୁଣିଲେ, ଆଉ ଲୋକେ କହୁଥିଲେ, ବାପ୍ତିଜକ ଯୋହନ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ସେଥିସକାଶେ ଏହି ସମସ୍ତ ଶକ୍ତି ତାହାଙ୍କଠାରେ କାର୍ଯ୍ୟ କରୁଅଛି।
15 Jiní pak pravili, že jest Eliáš; a jiní pravili, že jest prorok, aneb jako jeden z těch proroků.
କିନ୍ତୁ ଅନ୍ୟମାନେ କହୁଥିଲେ, ଏ ଏଲୀୟ; ପୁଣି, ଆଉ କେହି କହୁଥିଲେ, ଭାବବାଦୀମାନଙ୍କ ମଧ୍ୟରୁ କୌଣସି ଜଣକ ସଦୃଶ ଏ ଜଣେ ଭାବବାଦୀ।
16 To uslyšev Heródes, řekl: Totoť jest ten Jan, kteréhož jsem já sťal. Ontě z mrtvých vstal.
କିନ୍ତୁ ହେରୋଦ ଏହା ଶୁଣି କହିଲେ, ଯେଉଁ ଯୋହନଙ୍କ ମସ୍ତକ ଆମ୍ଭେ ଛେଦନ କରିଅଛୁ, ସେ ଉଠିଅଛନ୍ତି।
17 Ten zajisté Heródes poslav, jal Jana, a vsadil jej do žaláře pro Herodiadu manželku Filipa bratra svého, že ji byl za manželku pojal.
ଯେଣୁ ହେରୋଦ ଆପଣା ଭାଇ ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କୁ ବିବାହ କରିଥିବାରୁ ତାହାଙ୍କ ସକାଶେ ଆପେ ଲୋକ ପଠାଇ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ।
18 Nebo pravil Jan Heródesovi: Neslušíť tobě míti manželky bratra svého.
କାରଣ ଯୋହନ ହେରୋଦଙ୍କୁ କହୁଥିଲେ, ଆପଣା ଭାଇର ଭାର୍ଯ୍ୟାକୁ ରଖିବା ଆପଣଙ୍କର ବିଧିସଙ୍ଗତ ନୁହେଁ।
19 Herodias pak lest skládala proti němu, a chtěla jej o hrdlo připraviti, ale nemohla.
ସେଥିରେ ହେରୋଦିଆ ତାହାଙ୍କ ପ୍ରତି ଈର୍ଷାନ୍ୱିତ ହୋଇ ତାହାଙ୍କୁ ବଧ କରିବା ନିମନ୍ତେ ଇଚ୍ଛା କରୁଥିଲେ, ମାତ୍ର ପାରୁ ନ ଥିଲେ;
20 Nebo Heródes ostýchal se Jana, věda jej býti muže spravedlivého a svatého. I šetřil ho, a slýchaje jej, mnoho i činil, a rád ho poslouchal.
କାରଣ ହେରୋଦ ଯୋହନଙ୍କୁ ଜଣେ ଧାର୍ମିକ ଓ ପବିତ୍ର ବ୍ୟକ୍ତି ଜାଣି ଭୟ କରୁଥିଲେ ଆଉ ତାହାଙ୍କୁ ରକ୍ଷା କରିବାକୁ ଚେଷ୍ଟା କରୁଥିଲେ, ପୁଣି, ତାହାଙ୍କ କଥା ଶୁଣି ଅତିଶୟ ଉଦ୍‌ବିଗ୍ନ ହେଲେ ସୁଦ୍ଧା ଆନନ୍ଦରେ ତାହା ଶୁଣୁଥିଲେ।
21 Když pak přišel den příhodný, v němž Heródes, pamatuje den svého narození, učinil večeři knížatům svým a hejtmanům a předním mužům z Galilee,
ପରେ ସୁଯୋଗର ଦିନ ଉପସ୍ଥିତ ହେଲା। ହେରୋଦ ଆପଣା ଜନ୍ମ ଦିନରେ ପାତ୍ର-ମନ୍ତ୍ରୀ, ପ୍ରଧାନ ପ୍ରଧାନ ସେନାପତି ଓ ଗାଲିଲୀର ବିଶିଷ୍ଟ ବ୍ୟକ୍ତିମାନଙ୍କ ନିମନ୍ତେ ରାତ୍ରି ସମୟରେ ଗୋଟିଏ ଭୋଜ ପ୍ରସ୍ତୁତ କଲେ;
22 A když dcera té Herodiady tam vešla a tancovala, a zalíbila se Heródesovi i spoluhodovníkům, řekl král děvečce: Pros mne, zač chceš, a dámť.
ଆଉ ହେରୋଦିଆଙ୍କ ନିଜର କନ୍ୟା ଭିତରକୁ ଆସି ନୃତ୍ୟ କରି ହେରୋଦ ଓ ତାହାଙ୍କ ସହିତ ଭୋଜରେ ଉପବିଷ୍ଟ ବ୍ୟକ୍ତିମାନଙ୍କୁ ମୁଗ୍ଧ କରିଦେଲା। ସେଥିରେ ରାଜା ବାଳିକାକୁ କହିଲେ, ଯାହା ଇଚ୍ଛା କରୁଅଛ, ମାଗ, ଆମ୍ଭେ ତୁମ୍ଭକୁ ତାହା ଦେବା।
23 I přisáhl jí: Že začkoli prositi budeš, dám tobě, by pak bylo až do polovice království mého.
ପୁଣି, ସେ ତାହା ନିକଟରେ ଶପଥ କଲେ, ତୁମ୍ଭେ ଆମ୍ଭକୁ ଯାହା କିଛି ମାଗିବ, ରାଜ୍ୟର ଅର୍ଦ୍ଧେକ ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ଦେବା।
24 Ona pak vyšedši, řekla mateři své: Zač budu prositi? A ona řekla: Za hlavu Jana Křtitele.
ତହିଁରେ ସେ ବାହାରିଯାଇ ଆପଣା ମାତାଙ୍କୁ ପଚାରିଲା, ମୁଁ କଅଣ ମାଗିବି? ସେ କହିଲେ ବାପ୍ତିଜକ ଯୋହନର ମସ୍ତକ।
25 A všedši hned s chvátáním k králi, prosila, řkuci: Chci, abys mi dal hned na mise hlavu Jana Křtitele.
ସେହିକ୍ଷଣି ସେ ରାଜାଙ୍କ ନିକଟକୁ ଶୀଘ୍ର ଆସି ଏହା କହି ମାଗିଲା, ମୋହର ଇଚ୍ଛା ଯେ, ଆପଣ ବାପ୍ତିଜକ ଯୋହନର ମସ୍ତକ ଗୋଟିଏ ଥାଳିରେ ମୋତେ ଏହିକ୍ଷଣି ଦିଅନ୍ତୁ।
26 Král pak zarmoutiv se velmi, pro přísahu a pro spoluhodovníky nechtěl jí oslyšeti.
ଏଥିରେ ରାଜା ଅତ୍ୟନ୍ତ ଦୁଃଖିତ ହେଲେ ସୁଦ୍ଧା ଆପଣା ଶପଥ ଓ ଭୋଜନୋପବିଷ୍ଟ ବ୍ୟକ୍ତିମାନଙ୍କ ହେତୁ ମନା କରିବାକୁ ଇଚ୍ଛା କଲେ ନାହିଁ।
27 Protož král ten poslav hned kata, rozkázal přinesti hlavu Janovu.
ଏଣୁ ରାଜା ସେହିକ୍ଷଣି ଜଣେ ସୈନ୍ୟ ପଠାଇ ତାହାଙ୍କର ମସ୍ତକ ଆଣିବା ନିମନ୍ତେ ଆଜ୍ଞା ଦେଲେ। ସେଥିରେ ସେ ଯାଇ ବନ୍ଦୀଶାଳାରେ ତାହାଙ୍କ ମସ୍ତକ ଛେଦନ କଲା,
28 A on odšed, sťal jej v žaláři, a přinesl hlavu jeho na mise, a dal ji děvečce, a děvečka dala ji mateři své.
ଆଉ ତାହା ଗୋଟିଏ ଥାଳିରେ ଆଣି ବାଳିକାକୁ ଦେଲା, ପୁଣି, ବାଳିକା ତାହା ଘେନି ନିଜ ମାତାଙ୍କୁ ଦେଲା।
29 Tedy uslyševše to učedlníci jeho, přišli, a vzali tělo jeho, a pochovali je v hrobě.
ତାହାଙ୍କ ଶିଷ୍ୟମାନେ ସେଥିର ସମ୍ବାଦ ପାଇ ଆସିଲେ ଓ ତାହାଙ୍କ ଶବ ଘେନିଯାଇ ସମାଧିରେ ରଖିଲେ।
30 Tehdy sšedše se apoštolé k Ježíšovi, zvěstovali jemu všecko, i to, co činili, i co učili.
ପରେ ପ୍ରେରିତମାନେ ଯୀଶୁଙ୍କ ନିକଟରେ ଏକତ୍ର ହେଲେ, ଆଉ ସେମାନେ ଯାହା ଯାହା କରିଥିଲେ ଓ ଯାହା ଯାହା ଶିକ୍ଷା ଦେଇଥିଲେ, ସେହିସବୁ ତାହାଙ୍କୁ ଜଣାଇଲେ।
31 I řekl jim: Poďte vy sami obzvláštně na pusté místo, a odpočiňte maličko. Nebo bylo množství těch, kteříž přicházeli a odcházeli, tak že ani k jídlu chvíle neměli.
ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଅଲଗା ହୋଇ ଗୋଟିଏ ନିର୍ଜନ ସ୍ଥାନକୁ ଯାଇ କିଛି ସମୟ ବିଶ୍ରାମ କର।” କାରଣ ଅନେକ ଲୋକ ଯିବା ଆସିବା କରୁଥିବାରୁ ସେମାନଙ୍କର ଭୋଜନ କରିବାକୁ ସୁଦ୍ଧା ସୁଯୋଗ ନ ଥିଲା।
32 I plavili se na lodí na pusté místo soukromí.
ତହିଁରେ ସେମାନେ ଅଲଗା ହୋଇ ନୌକାରେ ଗୋଟିଏ ନିର୍ଜନ ସ୍ଥାନକୁ ବାହାରିଗଲେ।
33 A vidouce je zástupové, že jdou pryč, poznali jej mnozí. I zběhli se tam ze všech měst pěšky, a předešli je, a shromáždili se k němu.
କିନ୍ତୁ ଅନେକେ ସେମାନଙ୍କୁ ବାହାରି ଯିବାର ଦେଖିଲେ ଓ ଚିହ୍ନିଲେ, ପୁଣି, ଲୋକମାନେ ସମସ୍ତ ନଗରରୁ ପାଦଗତିରେ ସେଠାକୁ ଏକତ୍ର ଦୌଡ଼ିଯାଇ ସେମାନଙ୍କ ଆଗରେ ପହଞ୍ଚିଲେ।
34 Tedy vyšed Ježíš, uzřel zástup mnohý, a slitovalo mu se jich, že byli jako ovce, nemajíce pastýře. I počal je učiti mnohým věcem.
ସେ ନୌକାରୁ ବାହାରି ବହୁସଂଖ୍ୟକ ଲୋକଙ୍କୁ ଦେଖି ସେମାନଙ୍କ ପ୍ରତି ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଥିଲେ; ପୁଣି, ସେ ସେମାନଙ୍କୁ ଅନେକ ବିଷୟ ଶିକ୍ଷା ଦେବାକୁ ଲାଗିଲେ।
35 A když se již prodlilo, přistoupivše k němu učedlníci jeho, řekli: Pustéť jest toto místo, a již se prodlilo.
ବେଳ ବହୁତ ହେବାରୁ ତାହାଙ୍କ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଏ ସ୍ଥାନ ତ ନିର୍ଜନ, ପୁଣି, ବହୁତ ବେଳ ହେଲାଣି;
36 Propusť je, ať jdouce do okolních vesnic a městeček, nakoupí sobě chleba; nebo nemají, co by jedli.
ଲୋକମାନେ ଯେପରି ଚତୁର୍ଦ୍ଦିଗରେ ପଲ୍ଲୀ ଓ ଗ୍ରାମମାନଙ୍କୁ ଯାଇ ଆପଣା ଆପଣା ନିମନ୍ତେ ଖାଇବା ପାଇଁ କିଛି କିଣନ୍ତି, ଏଥିନିମନ୍ତେ ସେମାନଙ୍କୁ ବିଦାୟ ଦିଅନ୍ତୁ।
37 On pak odpověděv, řekl jim: Dejte vy jim jísti. I řkou jemu: Jdouce, koupíme za dvě stě grošů chleba, a dáme jim jísti?
କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ।” ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ କଅଣ ଯାଇ ଦୁଇ ଶହ ଦିନର ମଜୁରୀ ସମାନ ମୂଲ୍ୟର ରୁଟି କିଣି ଏମାନଙ୍କୁ ଭୋଜନ କରାଇବା?
38 I dí jim: Kolik chlebů máte? Jděte a zvězte. A když zvěděli, řekli: Pět, a dvě rybě.
ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପାଖରେ କେତୋଟି ରୁଟି ଅଛି? ଯାଇ ଦେଖ।” ସେମାନେ ବୁଝି ଆସି ତାହାଙ୍କୁ କହିଲେ, ପାଞ୍ଚୋଟି, ପୁଣି, ଦୁଇଟି ମାଛ।
39 I rozkázal jim, aby se kázali posaditi všechněm po houfích na zelené trávě.
ସେଥିରେ ସମସ୍ତେ ଯେପରି ଦଳ ଦଳ ହୋଇ କଅଁଳ ଘାସ ଉପରେ ବସନ୍ତି, ଏଥିପାଇଁ ସେ ସେମାନଙ୍କୁ ଆଜ୍ଞା ଦେଲେ।
40 I usadili se rozdílně, po stu a po padesáti.
ତହିଁରେ ସେମାନେ ଶହ ଶହ ଓ ପଚାଶ ପଚାଶ ଜଣ କରି ଦଳ ଦଳ ହୋଇ ବସିଲେ।
41 A vzav těch pět chlebů a ty dvě rybě, popatřiv do nebe, dobrořečil, i lámal chleby, a dal učedlníkům svým, aby kladli před ně. A dvě rybě rozdělil mezi všecky.
ପୁଣି ଯୀଶୁ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ଘେନି ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୁଟିଗୁଡ଼ିକ ଭାଙ୍ଗି ଲୋକମାନଙ୍କୁ ପରିବେଷଣ କରିବା ନିମନ୍ତେ ଶିଷ୍ୟମାନଙ୍କୁ ଦେବାକୁ ଲାଗିଲେ। ପୁଣି, ସେହି ଦୁଇ ମାଛ ସେ ସମସ୍ତଙ୍କ ମଧ୍ୟରେ ଭାଗ କରିଦେଲେ।
42 I jedli všickni, a nasyceni jsou.
ସେଥିରେ ସମସ୍ତେ ଭୋଜନ କରି ତୃପ୍ତ ହେଲେ,
43 Potom sebrali drobtů dvanácte košů plných, i z ryb.
ଆଉ ସେମାନେ ଭଙ୍ଗା ରୁଟିର ବଳକା ଉଠାଇ ବାର ଟୋକେଇ ଭର୍ତ୍ତି କଲେ ଏବଂ ଭାଗ କରାଯାଇଥିବା ମାଛରୁ ମଧ୍ୟ କିଛି କିଛି ଗୋଟାଇଲେ।
44 A bylo těch, kteříž jedli ty chleby, okolo pěti tisíců mužů.
ରୁଟି ଖାଇବା ଲୋକମାନେ ପାଞ୍ଚ ହଜାର ପୁରୁଷ ଥିଲେ।
45 A hned přinutil učedlníky své, aby vstoupili na lodí, a předešli jej přes moře k Betsaidě, až by on propustil zástup.
ସେହିକ୍ଷଣି ସେ ଆପଣା ଶିଷ୍ୟମାନଙ୍କୁ ନୌକାରେ ଚଢ଼ି ବେଥ୍‌ସାଇଦା ଆଡ଼କୁ ଅପର ପାରିକୁ ଆଗରେ ଯିବା ପାଇଁ ବଳାଇଲେ, ପୁଣି, ସେ ଇତିମଧ୍ୟରେ ଲୋକସମୂହକୁ ବିଦାୟ ଦେଲେ।
46 A propustiv je, šel na horu, aby se modlil.
ସେମାନଙ୍କଠାରୁ ବିଦାୟ ନେଲା ଉତ୍ତାରେ ଯୀଶୁ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ଗଲେ।
47 A když byl večer, byla lodí u prostřed moře, a on sám na zemi.
ସନ୍ଧ୍ୟା ହେବା ପରେ ନୌକାଟି ସମୁଦ୍ରର ମଧ୍ୟଭାଗରେ ଥିଲା ଓ ସେ ସ୍ଥଳରେ ଏକାକୀ ଥିଲେ।
48 A viděl je, a oni se s těžkostí plavili; (nebo byl vítr odporný jim.) A při čtvrtém bdění nočním přišel k nim, chodě po moři, a chtěl jich pominouti.
ପ୍ରତିକୂଳ ବାୟୁ ହେତୁ ସେମାନଙ୍କୁ ନୌକା ବାହିବାରେ କଷ୍ଟ ପାଉଥିବା ଦେଖି ସେ ପ୍ରାୟ ରାତ୍ରିର ଚତୁର୍ଥ ପ୍ରହରରେ ସମୁଦ୍ର ଉପରେ ଚାଲି ସେମାନଙ୍କ ପାଖକୁ ଆସିଲେ, ଆଉ ସେମାନଙ୍କ ପାଖ ଦେଇ ଆଗକୁ ଚାଲିବା ପାଇଁ ଉଦ୍ୟତ ଥିଲେ।
49 Oni pak uzřevše jej, an chodí po moři, domnívali se, že by obluda byla. I zkřikli.
କିନ୍ତୁ ସେମାନେ ତାହାଙ୍କୁ ସମୁଦ୍ର ଉପରେ ଚାଲିବା ଦେଖି ଭୂତ ବୋଲି ଭାବି ଚିତ୍କାର କଲେ,
50 (Nebo jej všickni viděli, a zstrašili se.) Ale hned promluvil k nim a řekl jim: Doufejtež, jáť jsem, nebojte se.
କାରଣ ସମସ୍ତେ ତାହାଙ୍କୁ ଦେଖି ଉଦ୍‌ବିଗ୍ନ ହୋଇଥିଲେ। ମାତ୍ର ସେ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି ସେମାନଙ୍କୁ କହିଲେ, “ସାହସ ଧର, ଏ ତ ମୁଁ, ଭୟ କର ନାହିଁ।”
51 I vstoupil k nim na lodí, a utišil se vítr; a oni mnohem více sami v sobě se děsili a divili.
ପୁଣି, ସେ ସେମାନଙ୍କ ନିକଟକୁ ଯାଇ ନୌକାରେ ଚଢ଼ିଲେ, ଆଉ ପବନ ବନ୍ଦ ହେଲା। ସେଥିରେ ସେମାନେ ମନେ ମନେ ଅତ୍ୟନ୍ତ ଆଚମ୍ଭିତ ହେଲେ,
52 Nebo nerozuměli z strany chlebů; bylo zajisté srdce jejich zhrublo.
କାରଣ ରୁଟିର ଘଟଣାରେ ସେମାନଙ୍କର ଜ୍ଞାନ ଜନ୍ମି ନ ଥିଲା, ଯେଣୁ ସେମାନଙ୍କ ହୃଦୟ ଜଡ଼ ହୋଇଥିଲା।
53 A přeplavivše se, přišli do země Genezaretské, a tu lodí přistavili.
ସେମାନେ ପାର ହୋଇ ଗିନ୍ନେସରତ ଅଞ୍ଚଳରେ ପହଞ୍ଚି କୂଳରେ ନୌକା ବାନ୍ଧିଲେ।
54 A když vyšli z lodí, hned jej poznali.
ଆଉ ସେମାନେ ନୌକାରୁ ଓହ୍ଲାନ୍ତେ ଲୋକମାନେ ସେହିକ୍ଷଣି ତାହାଙ୍କୁ ଚିହ୍ନି,
55 A běhajíce po vší krajině té, počali na ložcích nositi nemocné, kdežkoli uslyšeli o něm, že by byl.
ସେହି ସମସ୍ତ ଅଞ୍ଚଳର ଚାରିଆଡ଼େ ଦୌଡ଼ିଗଲେ, ପୁଣି, ସେ ଯେଉଁ ଯେଉଁ ସ୍ଥାନରେ ଅଛନ୍ତି ବୋଲି ଶୁଣିଲେ, ସେହି ସେହି ସ୍ଥାନକୁ ପୀଡ଼ିତ ଲୋକମାନଙ୍କୁ ଖଟିଆରେ ବହି ଆଣିବାକୁ ଲାଗିଲେ।
56 A kamžkoli vcházel do městeček neb do měst neb do vsí, na ulicech kladli neduživé, a prosili ho, aby se aspoň podolka roucha jeho dotkli. A kolikož jich koli se jeho dotklo, uzdraveni byli.
ପୁଣି, ସେ ଯେଉଁ ଯେଉଁ ଗ୍ରାମ, ନଗର ବା ପଲ୍ଲୀରେ ପ୍ରବେଶ କଲେ, ଲୋକେ ସେହିସବୁ ସ୍ଥାନର ହାଟବଜାର-ମାନଙ୍କରେ ରୋଗୀମାନଙ୍କୁ ଥୋଇଦେଇ, ସେମାନେ ଯେପରି ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଅନ୍ତି, ଏହା ତାହାଙ୍କୁ ବିନତି କରିବାକୁ ଲାଗିଲେ; ଆଉ ଯେତେ ଲୋକ ତାହାଙ୍କୁ ଛୁଇଁଲେ, ସମସ୍ତେ ସୁସ୍ଥ ହେଲେ।

< Marek 6 >