< 1 Korintským 6 >
1 Smí někdo z vás, maje při s druhým, souditi se před nepravými, a ne raději před svatými?
ତୁମ୍ଭମାନଙ୍କ ମଧ୍ୟରୁ କାହାରି ଅନ୍ୟ ଜଣକ ବିରୁଦ୍ଧରେ କଥା ଥିଲେ ସେ କି ବିଚାର ନିମନ୍ତେ ସାଧୁମାନଙ୍କ ନିକଟକୁ ନ ଯାଇ ଅଧାର୍ମିକମାନଙ୍କ ନିକଟକୁ ଯିବା ପାଇଁ ସାହସ କରେ?
2 Nevíte-liž, že svatí svět souditi budou? I poněvadž od vás souzen býti má svět, kterakž tedy nehodni jste těch nejmenších věcí rozsuzovati?
ଅବା ସାଧୁମାନେ ଯେ ଜଗତର ବିଚାର କରିବେ, ଏ କଥା କି ତୁମ୍ଭେମାନେ ଜାଣ ନାହିଁ? ଆଉ ଯଦି ଜଗତ ତୁମ୍ଭମାନଙ୍କ ଦ୍ୱାରା ବିଚାରିତ ହୁଏ, ତେବେ ତୁମ୍ଭେମାନେ କି ସାମାନ୍ୟ ସାମାନ୍ୟ ବିଷୟ ବିଚାର କରିବାକୁ ଅଯୋଗ୍ୟ?
3 Zdaliž nevíte, že anděly souditi budeme? Co pak tyto časné věci?
ଆମ୍ଭେମାନେ ଯେ ଦୂତମାନଙ୍କର ବିଚାର କରିବା, ଏହା କି ତୁମ୍ଭେମାନେ ଜାଣ ନାହିଁ?
4 Protož když byste měli míti soud o tyto časné věci, těmi, kteříž nejzadnější jsou v církvi, soud osaďte.
ତେବେ ଐହିକ ଜୀବନର କଥା ବା କଅଣ? ଅତଏବ, ଯଦି ବିଚାର ନିମନ୍ତେ ତୁମ୍ଭମାନଙ୍କର ଐହିକ ଜୀବନ ସମ୍ବନ୍ଧୀୟ କୌଣସି ବିଷୟ ଥାଏ, ତେବେ ମଣ୍ଡଳୀରେ ଯେଉଁମାନେ ନଗଣ୍ୟ, ସେମାନଙ୍କୁ କଅଣ ବିଚାର କରିବା ନିମନ୍ତେ ନିଯୁକ୍ତ କର?
5 K zahanbeníť vašemu to pravím. Tak-liž není mezi vámi moudrého ani jednoho, kterýž by mohl rozsouditi mezi bratrem a bratrem svým?
ମୁଁ ତୁମ୍ଭମାନଙ୍କୁ ଲଜ୍ଜା କରାଇବା ପାଇଁ ଏହା କହୁଅଛି। ଭାଇ ଭାଇ ମଧ୍ୟରେ ମୀମାଂସା କରିବାକୁ ସମର୍ଥ, ଏପରି କଅଣ ଜଣେ ବୋଲି ଜ୍ଞାନୀ ଲୋକ ପ୍ରକୃତରେ ତୁମ୍ଭମାନଙ୍କ ମଧ୍ୟରେ ନାହିଁ?
6 Ale bratr s bratrem soudí se, a to před nevěřícími?
ମାତ୍ର ଜଣେ ବିଶ୍ୱାସୀ ଭାଇ ଅନ୍ୟ ବିଶ୍ୱାସୀ ଭାଇ ବିରୁଦ୍ଧରେ ବିଚାରାଳୟରେ ଅଭିଯୋଗ କରେ, ତାହା ପୁଣି, ଅବିଶ୍ୱାସୀମାନଙ୍କ ନିକଟରେ!
7 Již tedy konečně nedostatek mezi vámi jest, že soudy máte mezi sebou. Proč raději křivdy netrpíte? Proč raději škody nebéřete?
ତୁମ୍ଭେମାନେ ଯେ ପରସ୍ପର ବିରୁଦ୍ଧରେ ବିଚାରାଳୟରେ ଅଭିଯୋଗ କରୁଅଛ, ସେଥିରେ ତୁମ୍ଭେମାନେ ନିତାନ୍ତ ଦୋଷୀ। ବରଂ କାହିଁକି ଅନ୍ୟାୟ ସହୁ ନାହଁ? ବରଂ କାହିଁକି କ୍ଷତି ଅଙ୍ଗୀକାର କରୁ ନାହଁ?
8 Nýbrž vy křivdu činíte, a k škodě přivodíte, a to bratří své.
କିନ୍ତୁ ତୁମ୍ଭେମାନେ ନିଜେ ନିଜେ ଅନ୍ୟାୟ ଓ କ୍ଷତି କରୁଅଛ, ପୁଣି, ତାହା ଭାଇମାନଙ୍କ ପ୍ରତି କରୁଅଛ।
9 Zdali nevíte, že nespravedliví dědictví království Božího nedosáhnou? Nemylte se, však ani smilníci, ani modláři, ani cizoložníci, ani zženštilí, ani samcoložníci,
ଅବା, ଅଧାର୍ମିକମାନେ ଯେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍ ଆଚାରୀ
10 Ani zloději, ani lakomci, ani opilci, ani zlolejci, ani dráči, dědictví království Božího nedůjdou.
କି ପୁଂମୈଥୁନକାରୀ କି ଚୋର କି ଧନଲୋଭୀ କି ମତୁଆଳ କି ନିନ୍ଦକ କି ପରଦ୍ରବ୍ୟ ଲୁଣ୍ଠନକାରୀ, ଏମାନେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ।
11 A takoví jste někteří byli, ale obmyti jste, ale posvěceni jste, ale ospravedlněni jste ve jménu Pána Jezukrista a skrze Ducha Boha našeho.
ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ଏହି ପ୍ରକାର ଥିଲ; କିନ୍ତୁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭମାନଙ୍କ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଧୌତ ହୋଇଅଛ, ପବିତ୍ରୀକୃତ ହୋଇଅଛ ଓ ଧାର୍ମିକ ବୋଲି ଗଣିତ ହୋଇଅଛ।
12 Všecko mi sluší, ale ne všecko prospívá; všecko mi sluší, ale jáť pod žádné té věci moc poddán nebudu.
ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟ ହିତଜନକ ନୁହେଁ। ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ୱାଧୀନତା ଅଛି, କିନ୍ତୁ ମୁଁ କୌଣସି ବିଷୟର ବଶୀଭୂତ ହେବି ନାହିଁ।
13 Pokrmové břichu náležejí, a břicho pokrmům; Bůh pak i pokrmy i břicho zkazí. Ale tělo ne smilstvu oddáno býti má, ale Pánu, a Pán tělu.
ଖାଦ୍ୟ ଉଦର ନିମନ୍ତେ, ପୁଣି, ଉଦର ଖାଦ୍ୟ ନିମନ୍ତେ; କିନ୍ତୁ ଈଶ୍ବର ଉଭୟକୁ ଲୋପ କରିବେ। ଶରୀର ବ୍ୟଭିଚାର ନିମନ୍ତେ ନୁହେଁ, କିନ୍ତୁ ପ୍ରଭୁଙ୍କ ନିମନ୍ତେ, ଆଉ ପ୍ରଭୁ ଶରୀର ନିମନ୍ତେ;
14 Bůh pak i Pána Ježíše vzkřísil, i nás také vzkřísí mocí svou.
ଈଶ୍ବର ପ୍ରଭୁଙ୍କୁ ଉଠାଇଲେ, ପୁଣି, ଆପଣା ଶକ୍ତି ଦ୍ୱାରା ଆମ୍ଭମାନଙ୍କୁ ମଧ୍ୟ ଉଠାଇବେ।
15 Nevíte-liž, že těla vaše jsou údové Kristovi? Což tedy vezma údy Kristovy, učiním je údy nevěstky? Odstup to.
ତୁମ୍ଭମାନଙ୍କ ଶରୀର ଯେ ଖ୍ରୀଷ୍ଟଙ୍କ ଅଙ୍ଗ ସ୍ୱରୂପ, ଏହା କି ଜାଣ ନାହିଁ? ତେବେ ମୁଁ କଅଣ ଖ୍ରୀଷ୍ଟଙ୍କ ଅଙ୍ଗ ଘେନିଯାଇ ବେଶ୍ୟାର ଅଙ୍ଗ କରିବି? ତାହା କେବେ ହେଁ ନ ହେଉ।
16 Zdaliž nevíte, že kdož se připojuje k nevěstce, jedno tělo jest s ní? Nebo dí Písmo: Budou dva jedno tělo.
କିମ୍ବା ଯେ ବେଶ୍ୟା ସହିତ ସଂଯୁକ୍ତ ହୁଏ, ସେ ତାହା ସହିତ ଏକ ଶରୀର ହୁଏ, ଏହା କି ତୁମ୍ଭେମାନେ ଜାଣ ନାହିଁ? କାରଣ ଉକ୍ତ ଅଛି, “ସେ ଦୁହେଁ ଏକାଙ୍ଗ ହେବେ।”
17 Ten pak, jenž se připojuje Pánu, jeden duch jest s ním.
କିନ୍ତୁ ଯେ ପ୍ରଭୁଙ୍କ ସହିତ ସଂଯୁକ୍ତ ହୁଏ, ସେ ତାହାଙ୍କ ସହିତ ଏକ ଆତ୍ମା ହୁଏ।
18 Utíkejte smilstva. Všeliký hřích, kterýžkoli učinil by člověk, kromě těla jest, ale kdož smilní, ten proti svému vlastnímu tělu hřeší.
ବ୍ୟଭିଚାରଠାରୁ ପଳାୟନ କର। ମନୁଷ୍ୟ ଅନ୍ୟ ଯେକୌଣସି ପାପ କରେ, ତାହା ଶରୀରର ବହିର୍ଭୂତ; କିନ୍ତୁ ଯେ ବ୍ୟଭିଚାର କରେ, ସେ ଆପଣା ନିଜ ଶରୀର ବିରୁଦ୍ଧରେ ପାପ କରେ।
19 Zdaliž nevíte, že tělo vaše jest chrám Ducha svatého, jenž přebývá v vás, kteréhož máte od Boha, a nejste sami svoji?
ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ବରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କଅଣ ଜାଣ ନାହିଁ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁ;
20 Nebo koupeni jste za velikou mzdu. Oslavujtež tedy Boha tělem vaším i duchem vaším, kteréžto věci Boží jsou.
ଈଶ୍ବର ତୁମ୍ଭମାନଙ୍କୁ ବିଶେଷ ମୂଲ୍ୟରେ କିଣିଅଛନ୍ତି; ଏଣୁ ତୁମ୍ଭମାନଙ୍କ ଶରୀରରେ ଈଶ୍ବରଙ୍କ ଗୌରବ ପ୍ରକାଶ କର।