< 1 Samuelova 19 >

1 Mluvil pak Saul k Jonatovi synu svému a ke všechněm služebníkům svým, aby zamordovali Davida, ale Jonata syn Saulův liboval sobě Davida velmi.
ଏଥିଉତ୍ତାରେ ଦାଉଦଙ୍କୁ ବଧ କରିବା ପାଇଁ ଶାଉଲ ଆପଣା ପୁତ୍ର ଯୋନାଥନକୁ ଓ ଆପଣା ଦାସ ସମସ୍ତଙ୍କୁ କହିଲେ।
2 I oznámil to Jonata Davidovi, řka: Usiluje Saul otec můj, aby tě zabil; protož nyní šetř se, prosím, až do jitra, a usadě se v skrytě, schovej se.
ମାତ୍ର ଶାଉଲଙ୍କର ପୁତ୍ର ଯୋନାଥନ ଦାଉଦଙ୍କଠାରେ ଅତ୍ୟନ୍ତ ଅନୁରକ୍ତ ଥିଲା। ଏହେତୁ ଯୋନାଥନ ଦାଉଦଙ୍କୁ କହିଲା, “ମୋର ପିତା ଶାଉଲ ତୁମ୍ଭକୁ ବଧ କରିବାକୁ ଚାହାନ୍ତି; ଏଥିପାଇଁ ମୁଁ ବିନୟ କରୁଅଛି, ତୁମ୍ଭେ ପ୍ରାତଃକାଳରେ ଆପଣା ବିଷୟରେ ସାବଧାନ ହୋଇ କୌଣସି ଗୁପ୍ତ ସ୍ଥାନରେ ରହି ଆପଣାକୁ ଲୁଚାଅ;
3 Ale jáť vyjdu a státi budu při boku otci svému na poli, kdež ty budeš, a budu mluviti o tobě s otcem svým, a čemuž vyrozumím, oznámím tobě.
ପୁଣି, ତୁମ୍ଭେ ଯେଉଁ କ୍ଷେତ୍ରରେ ଥିବ, ସେସ୍ଥାନକୁ ମୁଁ ଯାଇ ମୋହର ପିତାଙ୍କ ପାଖରେ ଠିଆ ହୋଇ ତୁମ୍ଭ ବିଷୟରେ ମୋର ପିତାଙ୍କ ସଙ୍ଗେ କଥୋପକଥନ କରିବି; ଯେବେ ମୁଁ କିଛି ଦେଖିବି, ତେବେ ତୁମ୍ଭକୁ ଜଣାଇବି।”
4 I mluvil Jonata o Davidovi dobře Saulovi otci svému, a řekl: Nechť nehřeší král proti služebníku svému Davidovi, nebť jest nic tobě neprovinil, nýbrž správa jeho jest tobě velmi užitečná.
ପୁଣି, ଯୋନାଥନ ଆପଣା ପିତା ଶାଉଲଙ୍କୁ ଦାଉଦଙ୍କ ବିଷୟରେ ଭଲ କଥା କହି ତାଙ୍କୁ କହିଲା, “ମହାରାଜ, ଆପଣା ଦାସ ଦାଉଦ ବିରୁଦ୍ଧରେ ପାପ ନ କରନ୍ତୁ, ଯେହେତୁ ସେ ଆପଣଙ୍କ ବିରୁଦ୍ଧରେ ପାପ କରି ନାହିଁ; ମାତ୍ର ତାହାର ସମସ୍ତ କର୍ମ ଆପଣଙ୍କ ପକ୍ଷରେ ଅତି ମଙ୍ଗଳଜନକ ହୋଇଅଛି;
5 Nebo se opovážil života svého a zabil Filistinského, a učinil Hospodin vysvobození veliké všemu Izraeli. Viděls to a radoval jsi se. Pročež bys tedy hřešil proti krvi nevinné, chtěje zabiti Davida bez příčiny?
କାରଣ ସେ ଆପଣା ପ୍ରାଣ ହସ୍ତରେ ଧରି ସେହି ପଲେଷ୍ଟୀୟକୁ ବଧ କଲା, ତହିଁରେ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ନିମନ୍ତେ ମହା ଉଦ୍ଧାର ସାଧନ କଲେ; ଆପଣ ତାହା ଦେଖିଥିଲେ ଓ ଆନନ୍ଦ କରିଥିଲେ; ତେବେ ଆପଣ ବିନା କାରଣରେ ଦାଉଦଙ୍କୁ ବଧ କରି କାହିଁକି ନିର୍ଦ୍ଦୋଷ ରକ୍ତ ବିରୁଦ୍ଧରେ ପାପ କରିବେ?”
6 I uposlechl Saul řeči Jonatovy a přisáhl Saul, řka: Živť jest Hospodin, žeť nebude zabit.
ଏଥିରେ ଶାଉଲ ଯୋନାଥନର ରବ ଶୁଣିଲେ; ପୁଣି, “ଶାଉଲ ଶପଥ କରି କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ହତ ହେବେ ନାହିଁ।”
7 Tedy Jonata povolal Davida, a oznámil jemu Jonata všecka slova tato. A přivedl Jonata Davida k Saulovi, i byl před ním jako i prvé.
ଏଉତ୍ତାରେ ଯୋନାଥନ ଦାଉଦଙ୍କୁ ଡାକିଲା ଓ ଯୋନାଥନ ତାଙ୍କୁ ସେ ସମସ୍ତ କଥା ଜଣାଇଲା। ପୁଣି, ଯୋନାଥନ ଦାଉଦଙ୍କୁ ଶାଉଲଙ୍କ ନିକଟକୁ ଆଣିଲା, ତହିଁରେ ସେ ପୂର୍ବ ପରି ତାଙ୍କ ସମ୍ମୁଖରେ ରହିଲେ।
8 Vznikla pak opět válka; a vytáh David, bojoval proti Filistinským, a porazil je porážkou velikou, a utekli před ním.
ଏଥିଉତ୍ତାରେ ପୁନର୍ବାର ଯୁଦ୍ଧ ହେଲା; ତହିଁରେ ଦାଉଦ ବାହାରି ପଲେଷ୍ଟୀୟମାନଙ୍କ ସଙ୍ଗେ ଯୁଦ୍ଧ କରି ସେମାନଙ୍କୁ ମହାସଂହାରରେ ବଧ କଲେ; ତହୁଁ ସେମାନେ ତାଙ୍କ ସମ୍ମୁଖରୁ ପଳାୟନ କଲେ।
9 V tom duch Hospodinův zlý napadl Saule, kterýž v domě svém seděl, maje kopí své v ruce své, a David hrál rukou před ním.
ଏଉତ୍ତାରେ ଶାଉଲ ଆପଣା ହାତରେ ବର୍ଚ୍ଛା ଧରି ଗୃହରେ ବସିଥିବା ବେଳେ ସଦାପ୍ରଭୁଙ୍କଠାରୁ ଏକ ମନ୍ଦ ଆତ୍ମା ତାଙ୍କ ଉପରକୁ ଆସିଲା; ସେସମୟରେ ଦାଉଦ ଆପଣା ହସ୍ତରେ ବାଦ୍ୟ ବଜାଉଥିଲେ,
10 Ale Saul chtěl prohoditi Davida kopím až do stěny; kterýž uhnul se mu, a udeřilo kopí v stěnu. A tak David utekl a vynikl z nebezpečenství té noci.
ଏପରି ସମୟରେ ଶାଉଲ ବର୍ଚ୍ଛାରେ ଦାଉଦଙ୍କୁ କାନ୍ଥରେ ଫୋଡ଼ି ପକାଇବାକୁ ଚାହିଁଲେ; ମାତ୍ର ସେ ଶାଉଲଙ୍କ ସମ୍ମୁଖରୁ ଘୁଞ୍ଚିଯିବାରୁ ବର୍ଚ୍ଛା କାନ୍ଥରେ ଫୋଡ଼ି ହୋଇଗଲା; ପୁଣି, ଦାଉଦ ପଳାଇ ସେହି ରାତ୍ରି ରକ୍ଷା ପାଇଲେ।
11 Potom poslal Saul posly k domu Davidovu, aby ho střáhli a zabili jej ráno. I oznámila to Davidovi Míkol manželka jeho, řkuci: Jestliže se neopatříš noci této, zítra zabit budeš.
ତହୁଁ ଦାଉଦଙ୍କୁ ଜଗି ସକାଳେ ବଧ କରିବା ପାଇଁ ତାଙ୍କର ଗୃହକୁ ଶାଉଲ ଦୂତମାନଙ୍କୁ ପଠାଇଲେ; ଏଥିରେ ଦାଉଦଙ୍କର ଭାର୍ଯ୍ୟା ମୀଖଲ ତାଙ୍କୁ କହିଲା, “ତୁମ୍ଭେ ଆଜି ରାତ୍ରି ଆପଣା ପ୍ରାଣରକ୍ଷା ନ କଲେ, କାଲି ହତ ହେବ।”
12 A protož spustila Míkol Davida oknem, kterýž odšed, utekl a vynikl z nebezpečenství.
ତେଣୁ ମୀଖଲ ଝରକା ଦେଇ ଦାଉଦଙ୍କୁ ଓହ୍ଲାଇ ଦେଲା; ଏଥିରେ ସେ ଗଲେ ଓ ପଳାଇ ରକ୍ଷା ପାଇଲେ।
13 Vzala pak Míkol obraz a vložila na lůže, a polštář kozí položila v hlavách jeho a přikryla šaty.
ତହୁଁ ମୀଖଲ ମୂର୍ତ୍ତି ନେଇ ଶଯ୍ୟାରେ ଶୁଆଇଲା ଓ ଛାଗଲୋମ ନିର୍ମିତ ରେଜାଇ ତହିଁର ମସ୍ତକରେ ଦେଇ ତାହାକୁ ଚାଦରରେ ଘୋଡ଼ାଇ ରଖିଲା।
14 Tedy Saul poslal posly, aby vzali Davida. I řekla: Jest nemocen.
ଏଉତ୍ତାରେ ଦାଉଦଙ୍କୁ ଧରି ନେବା ପାଇଁ ଶାଉଲ ଦୂତମାନଙ୍କୁ ପଠାନ୍ତେ, ମୀଖଲ କହିଲା, “ସେ ପୀଡ଼ିତ ଅଛନ୍ତି।”
15 Opět poslal Saul posly, aby pohleděli na Davida, řka: Přineste ho na lůži ke mně, ať ho zabiji.
ତହିଁରେ ଶାଉଲ ଦାଉଦଙ୍କୁ ଦେଖିବା ପାଇଁ ଦୂତମାନଙ୍କୁ ପଠାଇ କହିଲେ, “ତାହାକୁ ଶଯ୍ୟାରେ ମୋʼ ନିକଟକୁ ଆଣ, ମୁଁ ତାହାକୁ ବଧ କରିବି।”
16 A když přišli poslové, a aj, obraz ležel na lůži a polštář kozí v hlavách jeho.
ତହୁଁ ଦୂତମାନେ ଭିତରେ ଯାଆନ୍ତେ, ଦେଖ, ଶଯ୍ୟାରେ ମୂର୍ତ୍ତି ଅଛି ଓ ତହିଁର ମସ୍ତକରେ ଛାଗଲୋମ ନିର୍ମିତ ରେଜାଇ ଅଛି।
17 I řekl Saul k Míkol: Proč jsi mne tak podvedla a pustilas nepřítele mého, aby ušel? Odpověděla Míkol Saulovi: On mi řekl: Propusť mne, sic jinak zabiji tě.
ଏଣୁ ଶାଉଲ ମୀଖଲକୁ କହିଲେ, “ତୁମ୍ଭେ କାହିଁକି ମୋତେ ଏରୂପ ପ୍ରବଞ୍ଚନା କଲ ଓ ମୋʼ ଶତ୍ରୁକୁ ଛାଡ଼ିଦେଲ ଯେ, ସେ ପଳାଇଗଲା?” ତହିଁରେ ମୀଖଲ ଶାଉଲଙ୍କୁ ଉତ୍ତର କଲା, “ସେ ମୋତେ କହିଲେ, ‘ମୋତେ ଛାଡ଼ିଦିଅ; ମୁଁ କାହିଁକି ତୁମ୍ଭକୁ ବଧ କରିବି?’”
18 David tedy utíkaje, vynikl z nebezpečenství, a přišed k Samuelovi do Ráma, oznámil jemu všecko, co mu Saul učinil. I odšel on i Samuel, a bydlili v Náiot.
ଏଥିମଧ୍ୟରେ ଦାଉଦ ପଳାଇ ରକ୍ଷା ପାଇଲେ ଓ ରାମାରେ ଶାମୁୟେଲଙ୍କ ନିକଟକୁ ଯାଇ ଶାଉଲ ତାଙ୍କ ପ୍ରତି ଯାହା କରିଥିଲେ, ତାହାସବୁ ତାଙ୍କୁ ଜଣାଇଲେ। ତହୁଁ ସେ ଓ ଶାମୁୟେଲ ଯାଇ ନାୟୋତରେ ବାସ କଲେ।
19 Oznámeno pak bylo Saulovi, řka: Aj, David jest v Náiot v Ráma.
ଏଉତ୍ତାରେ ଶାଉଲଙ୍କୁ ଜଣାଇ ଦିଆଗଲା, ଦେଖ, ଦାଉଦ ରାମାସ୍ଥିତ ନାୟୋତରେ ଅଛନ୍ତି।
20 I poslal Saul posly, aby jali Davida. Kteříž když viděli zástup proroků prorokujících, a Samuele jim představeného, an stojí, sstoupil také na posly Saulovy Duch Boží, a prorokovali i oni.
ତେଣୁ ଶାଉଲ ଦାଉଦଙ୍କୁ ଧରିବା ପାଇଁ ଦୂତମାନଙ୍କୁ ପଠାଇଲେ; ମାତ୍ର ସେମାନେ ଭବିଷ୍ୟଦ୍‍ବକ୍ତା ଦଳକୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବାର ଓ ସେମାନଙ୍କ ଉପରେ ନିଯୁକ୍ତ ଶାମୁୟେଲଙ୍କୁ ଠିଆ ହେବାର ଦେଖନ୍ତେ, ପରମେଶ୍ୱରଙ୍କ ଆତ୍ମା ଶାଉଲଙ୍କର ଦୂତମାନଙ୍କ ଉପରକୁ ଆସିଲେ, ତହିଁରେ ସେମାନେ ମଧ୍ୟ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।
21 To když oznámili Saulovi, poslal jiné posly, a prorokovali také i oni; a opět poslal Saul třetí posly, a i ti prorokovali.
ଆଉ ଏହି କଥା ଶାଉଲଙ୍କୁ ଜଣାଇ ଦିଆଯାଆନ୍ତେ, ସେ ଅନ୍ୟ ଦୂତମାନଙ୍କୁ ପଠାଇଲେ, ମାତ୍ର ସେମାନେ ମଧ୍ୟ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ। ଏଉତ୍ତାରେ ଶାଉଲ ପୁନର୍ବାର ତୃତୀୟ ଥର ଦୂତମାନଙ୍କୁ ପଠାଇଲେ ଓ ସେମାନେ ମଧ୍ୟ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।
22 Šel tedy již sám do Ráma a přišel až k čisterni veliké, kteráž jest v Socho, a zeptal se, řka: Kde jest Samuel a David? I řekl někdo: Aj, jsou v Náiot v Ráma.
ତେବେ ସେ ନିଜେ ମଧ୍ୟ ରାମାକୁ ଯାଇ ସେଖୁସ୍ଥିତ ବୃହତ କୂପ ନିକଟରେ ଉପସ୍ଥିତ ହେଲେ; ପୁଣି, ସେ ପଚାରି କହିଲେ, “ଶାମୁୟେଲ ଓ ଦାଉଦ କେଉଁଠାରେ ଅଛନ୍ତି?” ଏଥିରେ ଜଣେ କହିଲା, “ଦେଖ, ସେମାନେ ରାମାସ୍ଥିତ ନାୟୋତରେ ଅଛନ୍ତି।”
23 I šel tam do Náiot v Ráma; a sstoupil i na něj Duch Boží, a jda dále, prorokoval, až i přišel do Náiot v Ráma.
ତେଣୁ ସେ ରାମାସ୍ଥିତ ନାୟୋତକୁ ଗଲେ; ତହିଁରେ ପରମେଶ୍ୱରଙ୍କ ଆତ୍ମା ତାଙ୍କ ଉପରକୁ ମଧ୍ୟ ଆସନ୍ତେ, ସେ ଯାଉ ଯାଉ ରାମାସ୍ଥିତ ନାୟୋତରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।
24 Kdežto svlékl také sám roucho své a prorokoval i on před Samuelem, a padna, ležel svlečený celý ten den a noc. Odkudž se říká: Zdali také Saul mezi proroky?
ପୁଣି, ସେ ମଧ୍ୟ ଆପଣା ବସ୍ତ୍ର କାଢ଼ି ଶାମୁୟେଲଙ୍କ ସମ୍ମୁଖରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ, ଆଉ ସେହି ସାରାଦିନ ଓ ସାରାରାତ୍ରି ପୋଷାକ ନ ପିନ୍ଧି ପଡ଼ି ରହିଲେ। ତେଣୁ ଲୋକେ କହନ୍ତି, “ଶାଉଲ ହିଁ କି ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ଜଣେ?”

< 1 Samuelova 19 >